"କାର୍ତ୍ତିକ ପୂର୍ଣ୍ଣିମା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ସଜାଣି
ସଜାଣି, ବନାନ
୧ କ ଧାଡ଼ି:
{{ତିଆରି ଚାଲିଛି}}
{{ଛୋଟ|Kartik Poornima}}
{{Infobox Holiday |
Line ୫ ⟶ ୪:
|image=
|caption=
|nickname= ଦେବ ଦୀପାବଳି, ରାସ ପୂର୍ଣ୍ଣିମା
|nickname= Tripuri poornima, Tripurari Poornima, Deva-Diwali, Deva-Deepawali
|observedby=[[ହିନ୍ଦୁଧର୍ମାବଲମ୍ବୀ]][[ଜୈନଧର୍ମାବଲମ୍ବୀ]]
|date=ହିନ୍ଦୁ ସୂର୍ଯ୍ୟ ପଞ୍ଜିକା ଅନୁସାରେ ସ୍ଥିର
Line ୧୩ ⟶ ୧୨:
|date2010= ୨୧ ନଭେମ୍ବର
}}
କାର୍ତ୍ତିକ ପୂର୍ଣ୍ଣମା, ରାସ ବା ରାସ ପୂର୍ଣ୍ଣିମା ନାମରେ ମଧ୍ୟ ପରିଚିତ ‌। [[ଓଡ଼ିଶା]]ର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଓତପ୍ରୋତ ଭାବେ ଜଡିତ । ଅପର ପକ୍ଷରେ ଐତିହାସିକ ଦୃଷ୍ଟିକୋଣରୁ ମଧ୍ୟ ଏହା କମ୍ ଗୁରୁତ୍ଵପୂର୍ଣ୍ଣ ନୁହେଁ । ଗୌରବମୟ ଉତ୍କଳର ପ୍ରାଚୀନ ଇତିହାସ ସହିତ ଏହା ଏତେ ନିବିଡ ଭାବରେ ସଂପୃକ୍ତ ଯେ ଏହି ଦିବସର ଗୁରୁତ୍ଵକୁ ବାଦ ଦେଲେ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ସମ୍ପର୍କରେ ଚିନ୍ତା ବି କରାଯାଇ ପାରେ ନାହିଁ । ଅତଏବ ଧର୍ମଗତ ତଥା ଐତିହାସିକ ଉଭୟ ଦୃଷ୍ଟିକୋଣରୁ ଏହାର ମୂଲ୍ୟବୋଧ ଅତୀବ ବୈଶିଷ୍ଟ୍ୟ ପରିପୂର୍ଣ୍ଣ ।
 
ବିଶ୍ଵଜନନୀ କରୁଣାମୟୀ ମା [[ଦୁର୍ଗା]]ଙ୍କ ଶାରଦୀୟ ବନ୍ଦନା ପରେପରେ ଚନ୍ଦ୍ର ଏବଂ ମା [[କାଳୀ]]ଙ୍କ ଆରାଧନା ଅତ୍ୟନ୍ତ ଆଡମ୍ବର ସହକାରେ ସମାହିତ ହୁଏ । ଏହା ପରେପରେ ହେମନ୍ତ ପ୍ରକୃତିର ମେଘମୁକ୍ତ ଆକାଶ ତଳେ ଧରଣୀ ରାଣୀ ପାର୍ବତୀ ନନ୍ଦନ [[କାର୍ତ୍ତିକେୟ]]ଙ୍କ ବନ୍ଦନାରେ ଆତ୍ମବିସ୍ମୃତ ହୋଇ ଉଠେ । ଦେବ ସେନାପତି ଚିର କୁମାର କାର୍ତ୍ତିକେୟଙ୍କ ଆରାଧନା ଏହି ମାସରେ ଅତ୍ୟନ୍ତ ଉତ୍ସାହର ସହିତ ସମ୍ପାଦିତ ହୁଏ ଓଡ଼ିଶାର ପୁରପଲ୍ଲୀରେ ।
==ବୈଶିଷ୍ଟ୍ୟ==
ଓଡ଼ିଶାର ଆଦିକବି ଶୂଦ୍ରମୁନି[[ ସାରଳା ଦାସ]] ରଚିତ [[ମହାଭାରତ]]ର ଆଦିପର୍ବରେ [[କାର୍ତ୍ତିକ|କାର୍ତ୍ତିକ ମାସ]]ର ପବିତ୍ରତା ସମ୍ପର୍କରେ ବର୍ଣ୍ଣନା କରିଛନ୍ତି । ଏହିପର୍ବରେ ବର୍ଣ୍ଣିତ କାର୍ତ୍ତିକ ପୂର୍ଣ୍ଣିମା ଦିନ [[ଭୋଜରାଜ]] ଓ [[ଭୀଷ୍ମ]]ଙ୍କ ଗଙ୍ଗାସ୍ନାନ ଯାତ୍ରା ପ୍ରସଙ୍ଗରୁ ଜଣାଯାଏ ଯେ,କାର୍ତ୍ତିକ ମାସରେ ମୃତ୍ୟୁବରଣ କଲେ ବୈକୁଣ୍ଠ ପ୍ରାପ୍ତି ହୁଏ । ପୁନଶ୍ଚ କାର୍ତ୍ତିକ ଏକ ଧର୍ମ ମାସ ରୂପେ ମଧ୍ୟ ପରିଚିତ । ଏହି ମାସରେ ବୟସ୍କ ତଥା ଧର୍ମପ୍ରାଣ ଆବାଳ- ବୃଦ୍ଧ- ବନିତା ପ୍ରତ୍ୟହ ପ୍ରାତଃକାଳରେ ସ୍ନାନ ସମାପନ ପୂର୍ବକ ଦେବ ଦର୍ଶନ ଏବଂ ନଗର ସଂକୀର୍ତ୍ତନରେ ଆତ୍ମବିଭୋର ହୋଇ ଉଠୁଥିବାର ଦେଖାଯାଏ । ପୂର୍ଣ୍ଣିମା ପାଞ୍ଚଦିନ[[ ପଞ୍ଚକ]] ପର୍ବ ବା ମହାପଞ୍ଚକ ନାମରେ ପରିଚିତ । ଏହି ପାଞ୍ଚଦିନ ପ୍ରତ୍ୟେକ [[ହିନ୍ଦୁ]] ଆମିଷ ପରିହାର ପୂର୍ବକ ଶ୍ରଦ୍ଧା ଭାବନା ତଥା ଧର୍ମୀୟ ମନୋଭାବରେ ଦେବତାଙ୍କୁ ପୂଜା କରିଥାନ୍ତି । କୁହାଯାଏ ଯେ ଏହି ପାଞ୍ଚଦିନକାଳ ବଗ ମଧ୍ୟ ଆମିଷ ସ୍ପର୍ଶ କରେ ନାହିଁ । ସେ ଯାହା ହେଉନା କାହିଁକି ଏହି ମାସର [[ଶୁକ୍ଳପକ୍ଷ]] ଏକାଦଶୀ ବା ବଡ ଏକାଦଶୀ ଠାରୁ [[ପୂର୍ଣ୍ଣମୀ]] ପାଞ୍ଚଦିନ ଧରି ଅନୁଷ୍ଠିତ ମହାପଞ୍ଚକ ହିନ୍ଦୁମାନଙ୍କ ପାଇଁ ଧର୍ମଗତ ଦୃଷ୍ଟିକୋଣରୁ ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ । କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ପିଣ୍ଡ ପ୍ରଦାନ ଓଡ଼ିଶାରେ ସଂପ୍ରତି ପ୍ରଚଳିତ ନାହିଁ ସତ୍ୟ, ମାତ୍ର ବ୍ରତ ପାଳନ ଏବେ ବି ଓଡ଼ିଆ ପରମ୍ପରାରେ ଅନୁସୃତ । ଏହି ଦିନ ମହିଳାମାନେ ରାଇ- ଦାମୋଦର ବ୍ରତର ଉଦ୍ ଯାପନ କରିଥାନ୍ତି । ବିଧବାମାନଙ୍କ ପକ୍ଷରେ ଏହି ମାସଟି ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ I ସେମାନେ ହବିଷ୍ୟ ପାଳନ ପୂର୍ବକ ପ୍ରତ୍ୟହ ସନ୍ଧ୍ୟାରେ ଆକାଶଦୀପ ପ୍ରଜ୍ଜଳନ କରିଥାନ୍ତି । ପ୍ରତ୍ୟେକ ଦିନ ପ୍ରତ୍ୟୁଷରୁ ଶଯ୍ୟାତ୍ୟାଗକରି ସ୍ନାନ କରି ସେମାନେ ଦେବଦେବୀ ଦର୍ଶନ ପାଇଁ ଯାଆନ୍ତି ଏବଂ ଦେବାଳୟରୁ ଫେରିବା ପରେ କାର୍ତ୍ତିକ ମାହାତ୍ମ୍ୟ ପାଠ ବା ଶ୍ରବଣରେ ମନଦିଅନ୍ତି । ତୁଳସୀ ବୃକ୍ଷକୁ ଏହିମାସରେ ଅତ୍ୟନ୍ତ ଭକ୍ତି ସହକାରେ ଆରାଧନା କରାଯାଏ ।
==କିମ୍ବଦନ୍ତୀ==
କିମ୍ବଦନ୍ତୀ ରହିଛି ଯେ ରାକ୍ଷସ ଜଳନ୍ଧର ନିଜ ସତୀ ସ୍ଵାଧୀ ପତ୍ନୀ ତୁଳସୀଙ୍କ ପାତିବ୍ରତ୍ୟ ବଳରେ ବଳୀୟାନ ହୋଇ ଉଠିଥିଲା ଏବଂ ବୃନ୍ଦାବତୀଙ୍କ ସତୀତ୍ଵ ଅମ୍ଳାନ ରହିଥିବା ପର୍ଯ୍ୟନ୍ତ ଦେବତାମାନେ ବହୁ ଚେଷ୍ଟା ସତ୍ତ୍ଵେ ଜଳନ୍ଧର କୌଣସି ଅନିଷ୍ଟ କରିପାରି ନଥିଲେ ।
==ବିଶେଷତା==
==ପାଳନ==
ଆକାଶଦୀପ ପ୍ରତିଷ୍ଠା ପବିତ୍ର କାର୍ତ୍ତିକ କୃତ୍ୟର ଆଉ ଏକ ମହତ୍ତ୍ଵପୂର୍ଣ୍ଣ ଅବଦାନ । କାର୍ତ୍ତିକ ମାସ ବେଳକୁ ପିତୃପକ୍ଷ ଆରମ୍ଭ ହୋଇଯାଇଥାଏ । ପ୍ରେତପୁରୁଷ ତଥା ପିତୃଗଣଙ୍କୁ ପଥ ପ୍ରଦର୍ଶନ ଏବଂ ସେମାନଙ୍କ ଅନ୍ଧକାରାଚ୍ଛନ୍ନ ଦୁର୍ଗମ ପଥକୁ ଆଲୋକିତ କରିବା ସକାଶେ ଉଚ୍ଚ ସ୍ଥାନରେ ଏହି ପ୍ରଦୀପ ପ୍ରଜ୍ଜଳନ ବିଧି ପ୍ରଚଳିତ । ତେଣୁ ପ୍ରାୟତଃ ପ୍ରତ୍ୟେକ ଗ୍ରାମରେ ଏକ ଉଚ୍ଚ ବାଉଁଶ ଖୁଣ୍ଟ ଉପରେ ପ୍ରତି ସନ୍ଧ୍ୟାରେ ଆକାଶଦୀପ ରଖାଯାଉଥାଏ । [[ପୂର୍ଣ୍ଣିମା]] ଅବକାଶରେ କଦଳୀପଟୁଆ ନିର୍ମିତ ଡଙ୍ଗା ଭସାଇବାର ବିଧି ପ୍ରଚଳିତ।ସେପ୍ରଚଳିତ। ସେ ଦିନ ପ୍ରତ୍ୟୁଷରୁ ଆବାଳ- ବୃଦ୍ଧା- ବନିତା ନଦୀ ବା ପୁଷ୍କରଣୀରେ ବୁଡ ପକାଇ କଦଳୀ ବାହୁଙ୍ଗା ବା ସୋଲ ତିଆରି ଖେଳଣା ଡଙ୍ଗାରେ ଦୀପ ଜାଳି ଏବଂ ସେଥିରେ ପାନଗୁଆ ଥୋଇ ସେସବୁ ଭସାଇ ଦିଅନ୍ତି । ଏହି ସମୟରେ ସମସ୍ତେ ଉତ୍ ଫୁଲ୍ଲିତ ଚିତ୍ତରେ ଗାନ କରନ୍ତି ''' ଆ କା ମା ବୈ, ପାନ ଗୁଆ ଥୋଇ ପାନ ଗୁଆ ତୋର, ମାସକ ଧରମ ମୋର ।''’ ଏହି ଅବସରରେ ପ୍ରତ୍ୟେକ ପୁଣ୍ୟ ଅର୍ଜନ ସକାଶେ ମନାସ କରିଥାନ୍ତି । ବିଶ୍ଵାସ ରହିଛି ଯେ ଏହିଦିନ ପ୍ରତ୍ୟୁଷରୁ ସ୍ନାନପୂର୍ବକ ଦେବଦର୍ଶନ କଲେ ସମସ୍ତ ପ୍ରକାର ପାପ ନାଶ ହୋଇଥାଏ । ଆଷାଢ[[ଆଷାଢ଼]], [[କାର୍ତ୍ତିକ]], [[ମାଘ]][[ବୈଶାଖ]]- ଏଇ ଚାରିମାସ ହେଉଛି ସୂର୍ଯ୍ୟଙ୍କର ଅୟନାନ୍ତ କାଳ । ସମ୍ଭବତଃ ଏହି ଅୟନାନ୍ତ ଦିବସମାନଙ୍କରେ ସୌରଦେବଙ୍କ ଉପାସନା କରାଯାଏ I ପୌରାଣିକ ଅନୁଧ୍ୟାନରୁ ଏହି ଚାରିମାସ ଧର୍ମ ଦୃଷ୍ଟିରୁ ଶୁଭପ୍ରଦ ଏବଂ ଦେବଦେବୀଙ୍କ ଉପାସନା ସକାଶେ ଅତ୍ୟନ୍ତ ଅନୁକୂଳ I ତେଣୁ ଏହି ଚାରିମାସର ଆଦ୍ୟବର୍ଣ୍ଣ ‘ ଆ କା ମା ବୈ ’ ଜନଜୀବନକୁ ଯେ ପ୍ରଭାବିତ କରୁ ନ ଥିବ ତାହା କୁହାଯାଇ ନପାରେ I ହୁଏତ ଗଙ୍ଗା ବା ଲକ୍ଷ୍ମୀନାରାୟଣ ଉପାସନା କରିବା ଛଳରେ ଓଡିଶାରଓଡ଼ିଶାର ନରନାରୀ ଜଳରେ ସ୍ୱଦେଶସ୍ଵଦେଶ ସଂସ୍କୃତିର ପ୍ରତୀକ ଉପାସନା ସାମଗ୍ରୀ '' ତାମ୍ବୁଳ, ଅକ୍ଷତ ଓ ତିଳ '' ନିକ୍ଷେପ ପୂର୍ବକ ପ୍ରତିଦାନ ସ୍ୱରୂପସ୍ଵରୂପ ଦେବତାଙ୍କ ଠାରୁ ପୁଣ୍ୟ କାମନା କରିଥାନ୍ତି I ଏହି ଅବକାଶରେ ଶ୍ୟାମଦେଶ (ଥାଇଲ୍ୟାଣ୍ଡ )ରେ କଦଳୀପଟୁଆ ନିର୍ମିତ ଛୋଟଛୋଟ ଡଙ୍ଗା ଭସାଇବା ପରମ୍ପରା ଏବେ ମଧ୍ୟ ପ୍ରଚଳିତ I ଏହି ପୂର୍ଣ୍ଣିମା ଅବକାଶରେ ପ୍ରାଚୀନ ଉତ୍କଳର ରାଜଧାନୀ ଐତିହାସିକ କଟକନଗରୀ ଉପକଣ୍ଠସ୍ଥ ବାରବାଟୀ ଦୁର୍ଗ ନିକଟବର୍ତ୍ତୀ ପଡିଆରେ ଅନୁଷ୍ଠିତ ବାଲିଯାତ୍ରାର[[ବାଲିଯାତ୍ରା]]ର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣଗୁରୁତ୍ଵପୂର୍ଣ୍ଣ I ଏହା ଓଡିଶରଓଡ଼ିଶାର ଏକ ପ୍ରଧାନ ଉତ୍ସବ I ଉତ୍କଳର ବିଲୁପ୍ତ ନୌପରମ୍ପରା ସହିତ ଏହାର ସଂପୃକ୍ତି ବହୁଭାବରେ ସ୍ୱୀକୃତସ୍ଵୀକୃତ I କାର୍ତ୍ତିକ ପୂର୍ଣ୍ଣିମା ''' ବୋଇତ ବନ୍ଦାଣ ଦିବସ ''' ନାମରେ ମଧ୍ୟ ଖ୍ୟାତ I ବହୁ ପୁରାକାଳରୁ ଏହି ଉତ୍ସବ ପାଳିତ ହୋଇଆସୁଛି I<ref>ସମାଜ, ପୃଷ୍ଠା- ୭, ୧୮- ୨୪.୧୧.୧୨</ref>
==ଆହୁରି ଦେଖନ୍ତୁ==
*[[ବାଲିଯାତ୍ରା]]
==ଆଧାର==
{{ଆଧାର}}
Line ୩୦ ⟶ ୩୧:
 
{{ପକ୍ଷ}}
{{ହିନ୍ଦୁ ପର୍ବ}}
<!-- ଅଲଗା ଭାଷାର ଉଇକିପିଡ଼ିଆରେ ଏହି ପ୍ରସଙ୍ଗ-->
[[en:Kartik Poornima]]