"କେଦାରନାଥ ମନ୍ଦିର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଭାରତର ଏକ ହିନ୍ଦୁ ମନ୍ଦିର
Content deleted Content added
କେଦାରନାଥ ମନ୍ଦିର
(କିଛି ବଦଳିନାହିଁ)

୧୬:୦୪, ୧୨ ଡିସେମ୍ବର ୨୦୧୨ ଅନୁସାରେ କରାଯାଇଥିବା ବଦଳ

ଉତ୍ତରାଖଣ୍ଡର ରାଜ୍ୟର ଗଡ଼ୱାଲ ଅଞ୍ଚଳରେ ସମୁଦ୍ର ପତ୍ତନରୁ ପ୍ରାୟ ୩୫୮୧ ମିଟର ଉଚ୍ଚ କେଦାର ଉପତ୍ୟକାରେ ପବିତ୍ର ମନ୍ଦାକିନୀ ନଦୀ ତଟରେ ଶ୍ରୀକେଦାରନାଥ ଜ୍ୟୋତିର୍ଲିଙ୍ଗଙ୍କ ମନ୍ଦିର ଅବସ୍ତିତ । ଭଗବାନ ଶିବ ଶ୍ରୀକେଦାରନାଥ ଜ୍ୟୋଲିର୍ଲିଙ୍ଗ ରୂପେ ହିମାଳୟ କୋଳରେ ବିରାଜ ମାନ ହେଇଛନ୍ତି । ହିନ୍ଦୁଶାସ୍ତ୍ର,ପୁରାଣ ଓ ପୁରାତନ ରଚନାମାନଙ୍କରେ ଏହି ଅଞ୍ଚଳକୁ କେଦାରଖଣ୍ଡ ଭାବେ ବର୍ଣ୍ଣନା କରାଯାଇଛି ।[୧]

କେଦାରନାଥ ମନ୍ଦିର
Religion
ଅନୁବନ୍ଧଗୁଡ଼ିକହିନ୍ଦୁ ଧର୍ମ
Location
ସ୍ଥାନକେଦାରନାଥ
Stateଉତ୍ତରାଖଣ୍ଡ
Countryଭାରତ

କିମ୍ବଦନ୍ତୀ

କିମ୍ବଦନ୍ତୀ ଅନୁସାରେ ଶ୍ରୀକେଦାରନାଥ ଜ୍ୟୋତିର୍ଲିଙ୍ଗ ମନ୍ଦିର ପାଣ୍ଡବମାନଙ୍କ ଦ୍ଵାରା ନିର୍ମିତ ହେଇଥିଲା ।[୨]ପରିକ୍ଷିତ ମହାରାଜାଙ୍କ ପୁତ୍ର ଜନ୍ମେଜୟ ମନ୍ଦିର ଗର୍ଭଗୃହ ସମ୍ମୁଖ ମଣ୍ଡପ ନିର୍ମାଣ କରେଇଥିଲେ । ବର୍ତ୍ତମାନର ମନ୍ଦିର ଅଷ୍ଟମ ଶତାବ୍ଦୀରେ ଆଦିଶଙ୍କରାଚାର୍ଯ୍ୟଙ୍କ ଦ୍ଵାରା ନିର୍ମିତ ।ସମୟ କ୍ରମେ ମନ୍ଦିର ଜିର୍ଣ୍ଣ ହେଇପଡିଛି ଏବଂ ପୁନଃ ମନ୍ଦିରର ଜୀର୍ଣ୍ଣ ସଂସ୍କାର କରାଯାଇଛି ।

ପୌରାଣିକ

ପୌରାଣିକ ଆଖ୍ୟାୟିକା ଅନୁସାରେ ମହାଭାରତ ଯୁଦ୍ଧରେ ପାଣ୍ଡବ ମାନେ ନିଜରପିତାମହ,ଗୁରୁ ଓ ଭାଇମାନଙ୍କୁ ବିନାଶ କରିବା ଜନିତ ଦୋଷରୁ ମୁକ୍ତି ପାଇବା ପାଇଁ ଭଗବାନ ଶଙ୍କରଙ୍କ ଆଶିର୍ବାଦ ଲାଭ ଉଦ୍ଦେଶ୍ୟରେ କାଶୀ, ଗୁପ୍ତକାଶୀ ଆସି କେଦାରଖଣ୍ଡରେ ପହଞ୍ଚିଲେ । ପ୍ରଭୁ ପାଣ୍ଡବ ମାନଙ୍କ ଆନ୍ତରିକତା ପରୀକ୍ଷା କରିବା ପାଇଁ ସେମାନଙ୍କୁ ଦର୍ଶନ ନଦେଇ ଏକ ମହିଷ ବା ଷଣ୍ଢ ରୂପରେ ବିଚରଣ କରିବାକୁ ଲାଗିଲେ । ପାଣ୍ଡବ ମାନେ ଏହା ଜାଣିପାରିବାରୁ ମହିଷରୂପୀ ଶିବ ପୃଥିବୀ ଗର୍ଭରେ ପ୍ରବେଶ କରିବାକୁ ଲାଗିଲେ । ଦ୍ଵିତୀୟ ପାଣ୍ଡବ ମହିଷ ରୂପୀ ଶିବଙ୍କର ପୃଷ୍ଠ ଭାଗକୁ କୁଣ୍ଢାଇ ଧରିବାରୁ ମହିଷର ପୃଷ୍ଠଭାଗ କେଦାରନାଥ ଅନ୍ୟ କେତେକ ଭାଗ ମଦମହେଶ୍ଵର, ତୁଙ୍ଗନାଥ, ରୁଦ୍ରନାଥ ଓ କଳ୍ପେଶ୍ଵରରେ ଏବଂ ଶିରଭାଗ ନେପାଳର କାଠମାଣ୍ଡୁରେ ଶିବଲିଙ୍ଗରୂପେ ପ୍ରକଟିତ ହେଲେ । [୩][୪][୫] ତେଣୁ ବିଶ୍ଵାସ କରାଯାଏ ଶ୍ରୀକେଦାରନାଥ ଓ ପଶୁପତିନାଥ ଏକ ଓ ଅଭିନ୍ନ ଏବଂ ଉଭୟେ ମିଶି ଗୋଟିଏ ଜ୍ୟୋତିର୍ଲିଙ୍ଗ ।[୬]

ମନ୍ଦିର

 
କେଦାରନାଥ ମନ୍ଦିର

ଶ୍ରୀ କେଦାରନାଥ ଜ୍ୟୋତିର୍ଲିଙ୍ଗଙ୍କ ମନ୍ଦିର ଗର୍ଭଗୃହର ଭିତରପାଖ କାଠରେ ଆବୃତ।ବର୍ତ୍ତମାନର ମନ୍ଦିର ସମ୍ମୁଖରେ ବିରାଟ ନନ୍ଦୀ ବିଗ୍ରହ ଗର୍ଭଗୃହ ମଧ୍ୟକୁ ମୁଖକରି ବିଜେ କରିଛନ୍ତି । ମନ୍ଦିର ପ୍ରବେଶ ଦ୍ଵାରରେ ବିନାୟକ ମୂର୍ତ୍ତି ଧ୍ୟାନମୁଦ୍ରାରେ ବିରାଜମାନ । ଗର୍ଭଗୃହ ସମ୍ମୁଖ ମଣ୍ଡପରେ ଶ୍ରୀକୃଷ୍ଣ, ଯୁଧିଷ୍ଠିର, ଭୀମ, ଅର୍ଜୁନ, ନକୁଳ, ସହଦେବଦ୍ରୌପଦୀଙ୍କ ମୂର୍ତ୍ତି ଏବଂ ବୀରଭଦ୍ର ସ୍ଵାମୀ, କେଦାରଗୌରୀ ଓ ଅନ୍ୟ ଦେବାଦେବୀଙ୍କ ବିଗ୍ରହ ଶୋଭାପାଉଛି ।

ଶିବଲିଙ୍ଗ

ଗର୍ଭଗୃହରେ ଭଗବାନ ଶଙ୍କର ସଦାଶିବ ରୂପରେ ପୂଜା ପାଉଛନ୍ତି । ଶିବଲିଙ୍ଗ ଏକ ବିରାଟ ଗର୍ତ୍ତ ମଧ୍ୟରୁ ଉପରକୁ ଉଠିଥିବା ଏକ ମହିଷିର ପୃଷ୍ଠଭାଗ ସଦୃଶ ଦୃଶ୍ୟମାନ ହୁଅନ୍ତି । ବିରାଜମାନ ଶିବଲିଙ୍ଗର ଆକୃତି ଲମ୍ବରେ ପ୍ରାୟ ୮.୫ଫୁଟ, ଚଉଡାରେ ପ୍ରାୟ ୪ଫୁଟ ଓ ଉଚ୍ଚତାରେ ୪ଫୁଟ ।

ଦର୍ଶନ

 
କେଦାରନାଥକୁ ଯିବା ରାସ୍ତାର ଦୃଶ୍ୟ

ଶ୍ରୀ କେଦାରନାଥ ଜ୍ୟୋତିର୍ଲିଙ୍ଗଙ୍କ ପୂର୍ବାହ୍ନ ଦର୍ଶନକୁ ନିର୍ବାଣ ଦର୍ଶନ କୁହାଯାଏ । ନିର୍ବାଣ ଦର୍ଶନ ସମୟରେ ଭକ୍ତମାନେ ଲିଙ୍ଗକୁ ସ୍ପର୍ଶକରି ପୂଜାର୍ଚ୍ଚନା, ଅଭିଷେକ ଆଦି କରିପାରନ୍ତି । ନିର୍ଦ୍ଧାରିତ ପାଉଣା ଦାଖଲ କଲେ ମନ୍ଦିର କମିଟି ବିଶେଷ ପୂଜା ଓ ଅଭିଷେକର ବ୍ୟବସ୍ଥା କରେଇଥାନ୍ତି । ଜ୍ୟୋତିର୍ଲିଙ୍ଗର ଅପରାହ୍ନ ଦର୍ଶନକୁ ଶୃଙ୍ଗାର ଦର୍ଶନ କୁହାଯାଏ । ଶୃଙ୍ଗାର ଦର୍ଶନ ସମୟରେଜ୍ୟୋତିର୍ଲିଙ୍ଗକୁ ସ୍ପର୍ଶ କରିବା ମନା । ଏହି ସମୟରେ ଜ୍ୟୋତିର୍ଲିଙ୍ଗକୁ ବିବିଧ ପୁଷ୍ପ ଅଳଙ୍କାରରେ ବିଭୁଷିତ କରାଯାଇଥାଏ । ଶୃଙ୍ଗାର ବେଶରେ ପ୍ରଭୁଙ୍କର ସଂଧ୍ୟା ଆଳତି ହୁଏ । ଜ୍ୟୋତିର୍ଲିଙ୍ଗଙ୍କର ଶ୍ରାବଣୀ ଅନ୍ନକୂଟ ମେଳା ରାକ୍ଷୀ ପୂର୍ଣ୍ଣିମାପୂର୍ବଦିନ ପାଳନ କରାଯାଏ ।

କେଦାର ଉପତ୍ୟକାରେ ପ୍ରବଳ ତୁଷାରପାତ ହେତୁ ଅକ୍ଟୋବର ମାସରୁ ମାର୍ଚ୍ଚ ମାସ ପର୍ଯ୍ୟନ୍ତ ଏହି ଉପତ୍ୟକା ବରଫାବୃତ ହୋଇଯାଏ । ମନ୍ଦିର, ଶିବଲିଙ୍ଗ, ଯାତ୍ରାପଥ ବରଫରେ ଆଚ୍ଛାଦିତ ହୋଇଯାଏ । ତେଣୁ ଏହି ଛଅ ମାସ କେଦାରନାଥଙ୍କ ଦର୍ଶନ ମିଳେନାହିଁ । ଅପ୍ରେଲ ମାସରୁ ସେପ୍ଟେମ୍ବର ମାସ ମଧ୍ୟରେ କେଦାରନାଥ ଜ୍ୟୋତିର୍ଲିଙ୍ଗଙ୍କର ଦର୍ଶନ ମିଳେ।ସାଧାରଣତଃ ଅକ୍ଷୟ ତୃତୀୟା ଦିନ ମନ୍ଦିର ଖୋଲାଯାଇଥାଏ ଏବଂ ଦୀପାବଳି ପରଦିନ ବନ୍ଦକରାଯାଏ । ଗର୍ଭଗୃହରେ ଜ୍ୟୋତିର୍ଲିଙ୍ଗଙ୍କ ସମ୍ମୁଖରେ ଦୀପ ପ୍ରଜ୍ଜ୍ଵଳନ କରାଯାଇ ମନ୍ଦିର ବନ୍ଦ କରାଯାଏ । ଭକ୍ତମାଙ୍କର ବିଶ୍ଵାସ, ଛଅମାସ ପରେ ମନ୍ଦିର ଖୋଲାହେବା ପର୍ଯ୍ୟନ୍ତ ଏହି ଯଜ୍ଞଦୀପ ପ୍ରଜ୍ଜ୍ଵଳିତ ଥାଏ । [୭]

ଆଧାର

  1. http://www.chardhamtours.net/kedarnath.html
  2. http://www.chardhamtours.net/kedarnath-history.html
  3. "4,000-year-old Mahabharata relic found in Nepal? (With Images)". Thaindian News. 12 August 2009 12:33:45 AM. Retrieved 7 July 2012. {{cite news}}: |first= missing |last= (help); Check date values in: |date= (help)
  4. Thapa, Bharat Bandu (6 Bhadra). "Mandir Anabaran ". {{cite news}}: Check date values in: |date= (help); Unknown parameter |City= ignored (|location= suggested) (help); Unknown parameter |Name= ignored (help)
  5. Prasai, Dirgha Raj. "Hindu shrine: Pashupatinath (Lord Shiva) and Shivaratri in Nepal". The Indian Post. Retrieved 7 July 2012.
  6. http://www.chardhamyatra.org/kedarnath/history-legends.php
  7. http://www.badarikedar.org/kedarnath.aspx

ବାହାର ତଥ୍ୟ