"ସରସ୍ୱତୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ସରସ୍ଵତୀ ପୂଜା ପ୍ରସଙ୍ଗରୁ ତଥ୍ୟ ଅଣାଗଲା
୧୮ କ ଧାଡ଼ି:
ଓଡ଼ିଆ ଭାଷାରେ ତାଙ୍କୁ ବାଣୀ ବୋଲି ମଧ୍ୟ କୁହାଯାଏ। ତାମିଲ ଭାଷାରେ ସେ କଲାଇମଙ୍ଗଳ (கலைமகள்), କଲାଇବାଣୀ (கலைவாணி), ବାଣୀ (வாணி)ରୂପରେ ପରିଚିତା। ତାଙ୍କର ଅନ୍ୟ ନାମ ସବୁ ହେଲା ବୀଣା ପୁସ୍ତକ ଧାରିଣୀ, ବାଗ୍ଦେବୀ ବରଦା ଇତ୍ୟାଦି।

ସରସ୍ଵତୀ ଶବ୍ଦର ମୂଳ ଅର୍ଥ ହେଲା - ସ୍ଵତଃ + ବତୀ, ଅର୍ଥାତ୍ ପ୍ରସରଣ ଯାହାଙ୍କର ଅଛି । ଅଜ୍ଞାନ ଅନ୍ଧକାର ମଧ୍ୟରୁ ତେଜୋମୟ ଦିବ୍ୟଧାମକୁ ବାଟ କଢାଇ ନେବାର ସେ ହେଉଛନ୍ତି ଅଧିଷ୍ଠାତ୍ରୀ ଦେବୀ ।
ସରସ୍ୱତୀ ଶବ୍ଦ ସରସ (ପ୍ରବାହ) ଓ ବତୀ(...ମାନା) ଶବ୍ଦରୁ ଆସିଅଛି, ଏହାର ଅର୍ଥ ହେଉଛି ପ୍ରବହମାନା। ସେ ସ୍ରୋତସ୍ୱତୀ ପରି ପ୍ରବହମାନା, ଜ୍ଞାନର ଅଧିଷ୍ଠାତ୍ରୀ, ଦିବ୍ୟତେଜଯୁକ୍ତା, ସୁନ୍ଦରୀ, ଶୁକ୍ଳବର୍ଣ୍ଣା, ଶୁକ୍ଳ ବସ୍ତ୍ର ପରିହିତା, ଶୁକ୍ଲ ପଦ୍ମାସୀନା। ସେ ହେଉଛନ୍ତି ବାକ୍ୟର ଦେବୀ ବାଗ୍ଦେବୀ, ବାଣୀ, ଶାରଦା।ଶାରଦା ।

ମା ଯୋଗମାୟା ଆଦ୍ୟାଶକ୍ତିଙ୍କ କଣ୍ଠରୁ ସରସ୍ଵତୀ ସମ୍ଭୁତା ୤ ମା ସରସ୍ଵତୀ, ମା ଲକ୍ଷ୍ମୀ ଓ ମା କାଳୀ ତିନୋଟି ସ୍ଵରୂପ ଆଦ୍ୟାଶକ୍ତିଙ୍କର୤ ମା ସରସ୍ଵତୀ ଶୁକ୍ଳ ବସ୍ତ୍ର ପରିଧାନ କରି କର୍ଣ୍ଣରେ ରତ୍ନବିଭୂଷିତ କୁଣ୍ଡଳ ଧାରଣ କରି ଗଳାରେ ଗଜମୋତି ଏବଂ ମୁକ୍ତାହାର ପିନ୍ଧିଛନ୍ତି ଓ ହସ୍ତରେ ବୀଣା ଓ ପୁସ୍ତକ ଧାରଣ କରି ପଦ୍ମାସନରେ ଶ୍ଵେତପଦ୍ମ ଉପରେ ଅଧିଷ୍ଠାତ୍ରୀ ହୁଅନ୍ତି । ମା ସରସ୍ଵତୀ ବିଦ୍ୟାର୍ଥୀଙ୍କୁ ଓ ସଙ୍ଗୀତ ସାଧକଙ୍କୁ ଅଶେଷ କୃପା ପ୍ରଦାନ କରିଥାନ୍ତି ୤ ମା ସରସ୍ଵତୀ ବାଗ୍‌ଦେବୀ ସମସ୍ତଙ୍କୁ ସଦ୍‌ବୁଦ୍ଧି ସହ ସତବଚନର ଆଶୀର୍ବାଦ ଦେଇଥାନ୍ତି । ବେଦରେ ଦେବୀମାନଙ୍କର ବନ୍ଦନାରେ ଦେବୀ ସରସ୍ଵତୀଙ୍କର ବର୍ଣ୍ଣନା ପ୍ରଥମ ଏବଂ ପ୍ରଧାନ । ଋଗ୍ ବେଦରେ କୁହାଯାଇଛି ଯେ ସରସ୍ଵତୀ ମହାଶକ୍ତିଙ୍କର ଉତ୍ସ । ଏହି ଦେବୀ ନିରାକାର, ନିର୍ଗୁଣ, ନିର୍ମାୟା । ତାଙ୍କୁ ମାତା ଏବଂ ନଦୀ ରୂପରେ ସ୍ତୁତି କରି ଋଗ୍ ବେଦରେ କୁହାଯାଇଛି -

ଅମ୍ବି ତମେ ନଦୀ ତମେ/ଦେବୀ ତମେ ସରସ୍ଵତୀ,

ଅପ୍ରଶସ୍ତ ଇବ ସ୍ଵାମି/କ୍ରଶସ୍ତି ମମ ନିସ୍କୃତି ।

ଆର୍ଯ୍ୟ ଋଷିଗଣ ସ୍ତୁତି କରୁଛନ୍ତି, ହେ ଶ୍ରେଷ୍ଠ ମାତା, ହେ ଶ୍ରେଷ୍ଠ ନଦୀ, ହେ ଶ୍ରେଷ୍ଠ ଦେବୀ - ଆମେ ସବୁ ଅପ୍ରଶସ୍ତ ପ୍ରାଣୀ, ଆମକୁ ପ୍ରଶସ୍ତ ତଥା ବିସ୍ତାରିତ କରାଅ ।
ଏହି ଆଦ୍ୟାଶକ୍ତି - ଆଦିମାତାଙ୍କଠାରୁ ଭକ୍ତଭିକ୍ଷା କରି ଯୁଗେଯୁଗେ ଦେବତାମାନେ ଅସୁରଙ୍କ କବଳରୁ ରକ୍ଷା ପାଇଛନ୍ତି । ବ୍ରହ୍ମା ମଧୁକୈଟଭ ଜାତରୁ, ମହାଦେବ ତ୍ରିପୁରାସୁରଠାରୁ, ଇନ୍ଦ୍ର ଦୁର୍ବାସାଙ୍କ ଅଭିଶାପରୁ ରକ୍ଷା ପାଇଥିବା ବେଳେ ପ୍ରଭୁ ଶ୍ରୀରାମ ରାବଣଙ୍କ ଉପରେ ବିଜୟ ଲାଭ କରିଛନ୍ତି । କୁରୁକ୍ଷେତ୍ରରେ ଭଗବାନ ଶ୍ରୀକୃଷ୍ଣ ଅର୍ଜୁନଙ୍କୁ ଜୟଲାଭ ପାଇଁ ଦେବୀ ସରସ୍ଵତୀଙ୍କର ସ୍ତୋତ୍ରପାଠ କରାଇଥିଲେ ।
ହିନ୍ଦୁଧର୍ମ ବ୍ୟତୀତ ବୌଦ୍ଧ, ଜୈନ ଧର୍ମରେ ମଧ୍ୟ ଦେବୀ ସରସ୍ଵତୀଙ୍କର ଆରାଧନା ରହିଛି । ଭାରତ ବାହାରେ ତିବ୍‌ବତ, ଚୀନ ଏବଂ ଜାପାନରେ ଦେବୀ ସରସ୍ଵତୀ ବୌଦ୍ଧଦେବୀ ଭାବେ ଜନାଦୃତ । ମଥୁରା ନିକଟସ୍ଥ କାଳୀତିକା ଜୈନ ସ୍ତୁପରୁ ଏକ ମନୋଜ୍ଞ ସରସ୍ଵତୀ ମୂର୍ତ୍ତି ମିଳିବା ଘଟଣାରୁ ଜୈନଧର୍ମରେ ସରସ୍ଵତୀଙ୍କର ପୂଜା ରହିଥିବା ସୂଚନା ଦିଏ । ବୌଦ୍ଧ ଧର୍ମଶାସ୍ତ୍ର 'ସାଧନମାଳା'ରେ ଉଲ୍ଲେଖ ଅଛି ଯେ ଦେବୀ ସରସ୍ଵତୀ ଭକ୍ତମାନଙ୍କୁ ଜ୍ଞାନ ଓ ବୁଦ୍ଧି ଦାନ କରନ୍ତି । ଏହି ଗ୍ରନ୍ଥରେ ସରସ୍ଵତୀ ଚତୁଃରୂପରେ ପୂଜିତା - ମହା ସରସ୍ଵତୀ, ବଜ୍ରବୀଣା ସରସ୍ଵତୀ, ବଜ୍ରଶାରଦା ଏବଂ ବଜ୍ର ସରସ୍ଵତୀ । ବୌଦ୍ଧ ଧର୍ମ ଉପରେ ପଡିଥିବା ତାନ୍ତ୍ରିକ ପ୍ରଭାବ ଯୋଗୁଁ ହିଁ ଜ୍ଞାନ ଏବଂ ବୁଦ୍ଧିମତାର ବୌଦ୍ଧଦେବୀ 'ପ୍ରଜ୍ଞା ପାରମିତା' ପରବର୍ତ୍ତୀ ସମୟରେ ସରସ୍ଵତୀ ରୂପେ ପରିଚିତ ହେଲେ ।
ବୃହଦ୍ ଦେବତା ଗ୍ରନ୍ଥରେ ଅଛି -

ମାତା ପୁତ୍ରୌ ତୁ ବାକ୍ ପ୍ରାଣୌ / ମାତା ବା ପିତରଃ ସୁତଃ ।

ସରସ୍ଵନ୍ତମିତ ପ୍ରାଣୋ ବାଚଂ / ପ୍ରାଦୁଃ ସରସ୍ଵତୀମ୍ ।

ଅର୍ଥାତ୍ ବାକ୍ ଏବଂ ପ୍ରାଣର ମାତା ଏବଂ ପୁତ୍ର ସମ୍ଵନ୍ଧ । ପ୍ରସାରଣଶୀଳ ପ୍ରାଣ(ନିଶ୍ଵାସ)ର ନାମ ସରସୂତ୍ ଏବଂ ଭାଷାର ନାମ ସରସ୍ଵତୀ । ପୁରାଣକାରମାନେ ସରସ୍ଵତୀଙ୍କୁ କନ୍ୟା ଏବଂ ବ୍ରହ୍ମାଙ୍କୁ ପିତା ରୂପେ ପରିକଳ୍ପନା କରିଛନ୍ତି । କଥିତ ଅଛି ବ୍ରହ୍ମା ସୃଷ୍ଟିର ଆଦ୍ୟପର୍ବରେ ବାକ୍‌ଦେବୀ ବା ସରସ୍ଵତୀଙ୍କୁ ଜନ୍ମ ଦେଲେ । ସେଇ କନ୍ୟା ମାଧ୍ୟମରେ ସେ ବିଶ୍ଵ ବ୍ରହ୍ମାଣ୍ଡର ସମସ୍ତ ଜୀବ ତଥା ସ୍ଥାବରଜଙ୍ଗମ ସର୍ଜନା କଲେ । <ref>ସମାଜ ରବିବାର, ପୃଷ୍ଠା- ୭, ୨୨- ୨୮. ୧. ୨୦୧୨</ref>
== ଧର୍ମ ଓ ପୂଜା ==
ଜୋରୋଆଷ୍ଟର ଧର୍ମରେ ସରସ୍ୱତୀଙ୍କୁ ସରୋଶା ନାମରେ ଜଣାଯାଏ, ଯିଏ ଏଇ ପୃଥିବୀର ରକ୍ଷା କାରିଣୀ। ସରୋଶା(ଆଜ୍ଞାବହତା) ହେଉଛନ୍ତି ଆହୁରା ମଜଦାଙ୍କର ପତ୍ନୀ ଓ ଦୂତୀ, ଯାହାଙ୍କର କାମ ହେଲା ଡାଇନାଙ୍କୁ ଶିକ୍ଷାଦେବା। ଡାଇନା ହେଉଛନ୍ତି ବିବେକ ଓ ଧର୍ମର ସଙ୍ଗମ।ସଙ୍ଗମ । ମୃତ୍ୟୁ ଉପରାନ୍ତ ଜୀବନରେ ସେ [[ଆତ୍ମା]]ମାନଙ୍କୁ ଆଗର ଦିଗ୍ଦର୍ଶନ ଦେଇଥାନ୍ତି। ତାଙ୍କର ଏକ ଚିହ୍ନ [[ମୟୁର]]ର ଡ଼ାକ ପୂତାତ୍ମାମାନଙ୍କୁ ସେମାନଙ୍କ କର୍ତ୍ତବ୍ୟ ବିଷୟରେ ସଚେତନ କରାଇଦିଏ। [[ବୌଦ୍ଧ ଧର୍ମ]]ରେ ମଧ୍ୟ ସେ ଭିକ୍ଷୁମାନଙ୍କୁ ସୁରକ୍ଷା ପ୍ରଦାନ କରିଥାନ୍ତି ଓ [[ବୁଦ୍ଧ]]ଙ୍କର ଶିକ୍ଷାକୁ ରକ୍ଷା କରିଥାନ୍ତି ବୋଲି ମାନ୍ୟତା ରହିଛି। ବର୍ମିଜ ଭାଷାରେ ତାଙ୍କୁ ଥୁରାଥଡି (''Thurathadi'') (သူရဿတီ) ଉଚ୍ଚାରଣ (θùja̰ðədì|pron), ଥାଇ ଭାଷାରେ ସୁରାସୱଦୀ (''Surasawadee'') (สุรัสวดี), ଜାପାନୀ ଭାଷାରେ ବେଞ୍ଜାଇତେନ (弁才天/弁財天) ବୋଲି ପରିଚିତା। ଭାରତର କେତେକ ରାଜ୍ୟ ଯଥା ଓଡ଼ିଶା, ବିହାର ଓ ପଶ୍ଚିମ ବଙ୍ଗରେ ସରସ୍ୱତୀଙ୍କୁ [[ଦୁର୍ଗା]]ଙ୍କର କନ୍ୟାବୋଲି ପୂଜା କରାଯାଏ। ସେଥିପାଇଁ [[ଦୁର୍ଗାପୂଜା]]ରେ ଦୁର୍ଗାଙ୍କ ସହିତ ସରସ୍ୱତୀ, [[ଲକ୍ଷ୍ମୀ]], [[ଗଣେଶ]] ଓ [[କାର୍ତ୍ତିକେୟ]]ଙ୍କର ମୂର୍ତ୍ତିକୁ ମଧ୍ୟ ପୂଜା କରାଯାଇଥାଏ। <ref>Kinsley, David (1988). ''[http://books.google.com/books?id=hgTOZEyrVtIC Hindu Goddesses: Vision of the Divine Feminine in the Hindu Religious Traditions].'' University of California Press. ISBN 0-520-06339-2. p. 95.</ref>

ଶ୍ରୀଦୁର୍ଗା ସପ୍ତସତୀରେ ଉଲ୍ଲେଖ ଅଛି, ଆଦ୍ୟା ଶକ୍ତି [[ଦୁର୍ଗା]] ତିନି ରୂପରେ ପ୍ରକାଶ ହୋଇ ତିନୋଟି ନବରାତ୍ରିରେ ପୂଜା ପାଆନ୍ତି । [[ଆଶ୍ଵୀନ]] ନବରାତ୍ରରେ ସ୍ଵୟଂ ମା' [[ଦୁର୍ଗା]] ପୂଜା ପାଆନ୍ତି। ମା ସରସ୍ଵତୀ ଶୁକ୍ଳ ବସ୍ତ୍ର ପରିହିତା, ବିଣା ପୁସ୍ତକ ହସ୍ତରେ ହଂସାରୁଢା । ମା' ଙ୍କର ବାହାନ ମୟୁର ବୋଲି କେତେକ ଶାସ୍ତ୍ରରେ ଉଲ୍ଲେଖ ଅଛି । ମା' ସରସ୍ଵତୀ ସତଗୁଣ ସ୍ଵରୂପା, ଆନନ୍ଦମୟ ସ୍ଵରୂପା, ବ୍ରହ୍ମାଙ୍କ ପୁତ୍ରୀ ।<ref>http://truereligiondebate.wordpress.com/2008/03/07/hindu-god-brahma-and-his-goddess-daughter-sarasvati-where-is-the-line-drawn-between-a-god-who-has-forced-sex-with-his-own-daughter-his-own-flesh-and-blood-and-runs-lusting-for-his-own-daughter-and/</ref> ମା' ଙ୍କୁ ଶବ୍ଦ ବ୍ରହ୍ମରେ ସ୍ତୁତି କଲେ ମା ପ୍ରସନ୍ନ ହୁଅନ୍ତି । ମା' ବିଦ୍ୟାର୍ଥୀଙ୍କୁ ଓ ସଙ୍ଗୀତ ସାଧକଙ୍କୁ ଅଶେଷ କୃପା ପ୍ରଦାନ କରନ୍ତି । ମା' ସରସ୍ଵତୀ ବଗ୍ଦେବୀ, ସମସ୍ତଙ୍କୁ ସଦବୁଦ୍ଧି ସହ ସତବଚନର ଆଶିର୍ବାଦ ଦେଇଥାନ୍ତି । <ref>http://www.saiaustin.org/balvikas/lessons/Lesson%202%20-%20Saraswathi%20Devi.pdf</ref>
Line ୩୬ ⟶ ୪୮:
== ଆଧାର ==
{{ଆଧାର}}
== ବାହାରଅଧିକ ତଥ୍ୟ ==
{{Commons category|Sarasvati|ସରସ୍ଵତୀ}}
* [http://hinduism.about.com/library/weekly/aa020700.htm Vasant Panchami, a celebration of Goddess Saraswati]
* [http://www.hindudevotionalblog.com/2011/09/goddess-saraswati-hindu-goddess-of.html Saraswati Jayanti Festival]
{{ହିନ୍ଦୁ ଦେବୀ ଦେବତା ଓ ଗ୍ରନ୍ଥ}}
{{ହିନ୍ଦୁ ଧର୍ମ}}

[[ଶ୍ରେଣୀ:ହିନ୍ଦୁ ଦେବୀ]]

[[af:Saraswati]]
[[als:Sarasvati]]
"https://or.wikipedia.org/wiki/ସରସ୍ୱତୀ"ରୁ ଅଣାଯାଇଅଛି