"ଦୁର୍ଗା ପୂଜା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
→‎ପୂଜାବିଧି: ଆହୁରି ଦେଖନ୍ତୁ
ଟିକେ ରୋବଟ୍‌: ପ୍ରସାଧନ ବଦଳ
୨୨ କ ଧାଡ଼ି:
<!--ଏହି ପର୍ବର ଆରମ୍ଭ ହୁଏ ଆଶ୍ୱିନ ଶୁକ୍ଳ ପକ୍ଷର ଆରମ୍ଭ ଅମାବସ୍ୟା ଠାରୁ, ଯାହାକୁ ମହାଳୟା ବୋଲି କୁହାଯାଏ। ଦେବୀ ଦୁର୍ଗାଙ୍କର ମୃଣ୍ମୟୀ ମୂର୍ତ୍ତିର ପୂଜାର୍ଚନା ଷଷ୍ଠୀ ଠାରୁ ଅଷ୍ଟମୀ ପର୍ଯ୍ୟନ୍ତ ଅତ୍ୟନ୍ତ ଆନନ୍ଦ ଉଲ୍ଲାସର ସହିତ ଚାଲେ। ସହରର ବିଭିନ୍ନ ସ୍ଥାନରେ ସିଂହାସନା, ଦଶଭୂଜଧାରିଣୀ ଦେବୀ ଦୁର୍ଗା ଓ ତାଙ୍କ ପଦାନତ ମହିଷାସୁରର ବିଶାଳ ମୂର୍ତୀ ସୁସଜ୍ଜିତ ତୋରଣ ମାନଙ୍କରେ ଶୋଭାପାଏ। ଭସାଣି ପର୍ବ ମଧ୍ୟ ବହୁତ ଆଡ଼ମ୍ବର ସହିତ ସମାପିତ ହୁଏ।
-->
== କିମ୍ବଦନ୍ତୀ ==
ଦେବୀ ଭାଗବତର ମତେ, ରାବଣର ନିଧନ ପାଇଁ ବ୍ରହ୍ମାଙ୍କ ପରାମର୍ଶ ମତେ ଶ୍ରୀରାମ ବସନ୍ତ କାଳରେ ଦେବୀପୂଜା କରିବାକୁ ଚାହିଁଲେ୤ କାରଣ, ଶରତକାଳ ଅକାଳ, ଆଷାଢ‍଼ ଶୁକ୍ଳ ଏକାଦଶୀ (ହରିଶୟନ ଏକାଦଶୀ) ଠାରୁ ହେମନ୍ତ ଶୁକ୍ଳ ଏକାଦଶୀ ପର୍ଯ୍ୟନ୍ତ ଦେବତାମାନେ ନିଦ୍ରା ଯାଆନ୍ତି ୤ ବ୍ରହ୍ମାଙ୍କ ନିର୍ଦ୍ଦେଶ ମତେ ଶ୍ରୀରାମଚନ୍ଦ୍ର କନ୍ୟାରାଶିର ଶୁକ୍ଳପକ୍ଷ ଷଷ୍ଠୀ ତିଥିରେ ଦେବୀଙ୍କ ଅକାଳ ବୋଧନ ନିମନ୍ତେ ପୂଜାର ଆୟୋଜନ କରିଥିଲେ୤ ଶ୍ରୀରାମ ଧ୍ୟାନ ବଳରେ, ଦେବୀ କୁମାରୀ ରୂପରେ ବିଲ୍ଵବୃକ୍ଷ ଶାଖାରେ ଶାୟିତ ଥିବା ଜାଣିପାରି, ସକାଳେ କଳ୍ପାରମ୍ଭ ଓ ସନ୍ଧ୍ୟାବେଳେ ବିଲ୍ଵବୃକ୍ଷମୂଳେ ଆରମ୍ଭ କଲେ ଦେବୀଙ୍କ୍ ବୋଧନ ୤ ଏହାପରେ ସପ୍ତମୀ ତିଥିରେ ଦେବୀଙ୍କୁ ଷୋଡ଼ଶ ଉପଚାରରେ ପୂଜା କଲେ ୤ ସେତେବେଳେ ମଧ୍ୟ ଦେବୀ ସୁପ୍ତ ଅବସ୍ଥାରେ ଥିବାରୁ ଅଷ୍ଟମୀ ତିଥିରେ ଯୋଗିନୀଗଣଙ୍କୁ ଆହ୍ଵାନ କରି ଦେବୀଙ୍କୁ ପୁଣି ପୂଜା କଲେ୤ ଆଗତ ଯୋଗିନୀଗଣଙ୍କ କୋଳାହଳରେ ଦେବୀ କେବଳ କଡ଼ ଲେଉଟାଇ ପୁଣି ଶୋଇଲେ ୤ ଏହା ପରେ ଅଷ୍ଟମୀର ଶେଷ ଓ ନବମୀର ଆରମ୍ଭ ବା ସନ୍ଧିକ୍ଷଣ ସମୟରେ ଶ୍ରୀରାମଚନ୍ଦ୍ର କଲେ ସନ୍ଧିପୂଜା୤ ଅଷ୍ଟମୀର ଚବିଶ ମିନଟ ଓ ନବମୀର ଚବିଶ ମିନଟ, ଏହିପରି ମୋଟ ଅଠଚାଳିଶ ମିନଟ ଧରି ଦେବୀ ଚାମୁଣ୍ଡାଙ୍କର ଏହି ବିଶେଷ ସନ୍ଧିପୂଜା କରିଥିଲେ୤ ଶ୍ରୀରାମ ଚାମୁଣ୍ଡାଙ୍କୁ ଆବାହନ କରି ଦେବୀ ଦୁର୍ଗାଙ୍କୁ ଉଠାଇବା ପାଇଁ ନିବେଦନ କଲେ ୤ ଚାମୁଣ୍ଡାଙ୍କ ସହଯୋଗ ଫଳରେ ନବମୀ ତିଥିରେ ଦେବୀ ଦୁର୍ଗା ଜାଗ୍ରତ ହେଲେ୤ ଏତିକିବେଳେ ସେ ଦେବୀଙ୍କୁ କୁମାରୀ ରୂପରେ ଦର୍ଶନ କରି ଯୋଗିନୀମାନଙ୍କ ସହିତ ବିଶେଷ ପୂଜା କରି ଏକାସାଙ୍ଗେ ଶହେଆଠ ନୀଳପଦ୍ମ ଅର୍ପଣ କରିଥିଲେ୤ ସେହି ଦିନଠାରୁ କୁମାରୀ ରୂପୀ ଦେବୀଙ୍କର ପୂଜାର ଆରମ୍ଭ୤ <ref>ଗିରିଜା ମଞ୍ଜରୀ ପାଢ଼ୀ, [[ଧରିତ୍ରୀ (ଖବରକାଗଜ)|ଧରିତ୍ରୀ]], ୨୨-୧୦-୧୨, ପୃଷ୍ଠା: ୨</ref>
== ଘଟପୂଜା ପରମ୍ପରା ==
ଶରତକାଳୀନ ଦୁର୍ଗା ହେଉ ଅଥବା ବାସନ୍ତି ଦୁର୍ଗାପୂଜା, ଏଥିରେ ମୂର୍ତ୍ତି ସ୍ଥାପନ କରାଯାଇ ଜୀବନ୍ୟାସ କର୍ମ ସହ ପୂଜା ନିୟମ ପ୍ରଣୟନ ହେଉଥିଲେ ମଧ୍ୟ ଘଟସ୍ଥାପନ ଜନିତ ପୂଜା ଆବହମାନ କାଳରୁ ପ୍ରଚଳିତ I ବିଭିନ୍ନ ଭାବରେ ମୂର୍ତ୍ତିପୂଜାର ଆଦର ବଢିଥିଲେ ମଧ୍ୟ ମୂଳ ତତ୍ତ୍ୱକୁ ବାଦ ଦେବା ସମ୍ଭବ ହୋଇନାହିଁ I ବାସନ୍ତୀ ଦୁର୍ଗାପୂଜା ବିଶେଷ ଭାବେ ପାଳିତ ହୋଇ ନ ଥାଏ I ଅନ୍ୟପକ୍ଷରେ ଶରତକାଳୀନ ଦୁର୍ଗାପୂଜା ଏବେ ସାର୍ବଜନୀନ ପୂଜାର ସ୍ୱୀକୃତି ପାଇଛି, କିନ୍ତୁ ଉଭୟ ପୂଜା ଏବଂ ତା’ର ବିଧାନ ପ୍ରାୟତଃ ସମାନ I
 
ଶରତକାଳୀନ ପୂଜା ଏବଂ ବାସନ୍ତୀପୂଜା ବ୍ୟତୀତ ଦକ୍ଷିଣ ଓଡିଶାରେ ଅନ୍ୟ ଦିନରେ ମା’ଙ୍କର ସ୍ୱପ୍ନାଦେଶ ଅଥବା ଆଜ୍ଞାମାଳ ପରିପ୍ରେକ୍ଷୀରେ ବିଧିବ୍ୟବସ୍ଥା ଅନୁଯାୟୀ ମଧ୍ୟ ମା’ଙ୍କର ପୂଜା ଅର୍ଚ୍ଚନା କରାଯାଏ I ଏଠାରେ ମଧ୍ୟ ଘଟ ସ୍ଥାପନ ଏବଂ ଘଟପୂଜା ଦେଖିବାକୁ ମିଳେ I ଏପରିକି ଘଟକୁ ମୁଣ୍ଡରେ ଧରି ପରିକ୍ରମା କରାଯିବାର ବିଧି ରହିଛି I
 
ମୂର୍ତ୍ତିପୂଜା ମାତ୍ର ଦୁଇଶହ ବର୍ଷ ଭିତରେ ଦେଖିବାକୁ ମିଳିଲା I ତେବେ ପ୍ରଥମେ ଧାତୁ ନିର୍ମିତ ମୂର୍ତ୍ତି ଦେଖିବାକୁ ମିଳୁଥିଲା ବେଳେ ମାତ୍ର ୧୦୦ ରୁ ୧୫୦ ବର୍ଷ ମଧ୍ୟରେ ମାଟି ନିର୍ମିତ ମୂର୍ତ୍ତିର ବ୍ୟାପକ ପ୍ରସାର ଘଟିଛି I କିନ୍ତୁ ପ୍ରାରମ୍ଭରୁ ପ୍ରଚଳିତ ଘଟପୂଜା ଏବେ ବି ଅନୁଷ୍ଠିତ ହେଉଛି I ଆମର ସଂସ୍କୃତି ଅନୁଯାୟୀ ବିଭିନ୍ନ ପୂଜା ପଞ୍ଚଭୂତ ଉପରେ ଆଧାରିତ I ତାହା ହେଉଛି କ୍ଷିତ୍, ଅପ୍, ମରୁତ୍ ଏବଂ ବ୍ୟୋମ୍ I ମନୁଷ୍ୟ ପ୍ରଥମେ ମାଟିକୁ ପୂଜାକଲା I କାରଣ ଏହି ମାଟି ତାକୁ ରହିବା ପାଇଁ ଆଶ୍ରୟ ଦେଲା ଏବଂ ସେହିମାଟିରୁ ଉତ୍ପାଦିତ ଫଳ ଖାଇ ସେ ବଞ୍ଚିଲା I ସେହିପରି [[ଜଳ]] (ଅପ୍)କୁ ଜୀବନ ବୋଲି କହିଲା I ସେ ଜାଣିଥିଲା ଜଳ ବିନା ଜୀବନ ଅସମ୍ଭବ I ତେଣୁ ଭିନ୍ନ ଭିନ୍ନ ଜଳାଶୟ ବା ନଦୀକୂଳରେ ଗଢିଉଠିଲା ଜନବସତି I ପରବର୍ତ୍ତୀ ସମୟରେ କେତେକ ନଦୀ ତୀର୍ଥକ୍ଷେତ୍ର ରୂପେ ପରିଗଣିତ ହେଲେ I ତେଜର ମୂର୍ତ୍ତିମନ୍ତ ରୂପ ସୂର୍ଯ୍ୟଙ୍କୁ ଈଶ୍ୱର ଭାବେ ଗ୍ରହଣ କରାଗଲା I ଅବଶ୍ୟ ଅଗ୍ନିକୁ ଗ୍ରହଣ କଲା ଏହାପରେ I ପବନ (ମରୁତ) ଏବଂ ଆକାଶ (ବ୍ୟୋମ)କୁ ମଧ୍ୟ ନିଜର ପୂଜ୍ୟ ଭାବେ ସ୍ୱୀକୃତି ଦିଆଗଲା I ସମୟର ଧାରାରେ ଏହି ପଞ୍ଚଭୂତ ଯାହା ସହ ସମ୍ପର୍କିତ ସେମାନଙ୍କୁ ମଧ୍ୟ ଈଶ୍ୱରୀୟ ସତ୍ତାର ଅଂଶ ବା ଈଶ୍ୱର ଭାବେ ଗ୍ରହଣ କରାଯାଇଛି I ଯେପରି ବୃକ୍ଷକୁ ବୃକ୍ଷଦେବତା ଏବଂ ଶିଳା, ଧାତୁ ପ୍ରଭୃତି ପୂଜନୀୟ ହେଲେ I ଏହି ମହାପଞ୍ଚଭୂତମନଙ୍କ ଧର୍ମଗତ ସ୍ୱଭାବ ହେଲା- ଶବ୍ଦ, ସ୍ପର୍ଶ, ରୂପ, ରସ ଏବଂ ଗନ୍ଧ I ପୁନଃ ଏଗୁଡିକ ଆମର ପଞ୍ଚଇନ୍ଦ୍ରୀୟ ଅର୍ଥାତ୍ କର୍ଣ୍ଣ, ଚର୍ମ, ଚକ୍ଷୁ, [[ଜିହ୍ଵା]] ଓ ନାସା ଦ୍ୱାରା ଗୃହିତ ହୋଇଥାନ୍ତି I
 
ବର୍ତ୍ତମାନ ଦେଖିବା ଏହି ଘଟରେ ଆମେ କେଉଁ କେଉଁ ଦେବତାଙ୍କୁ ଆବାହନ କରିଥାଉ I ଅବଶ୍ୟ ଜଳରେ ଗଙ୍ଗା, ଯମୁନା, ଗୋଦାବରୀ, ସରସ୍ୱତୀ, ନର୍ମଦା, ସିନ୍ଧୁ ଏବଂ କାବେରୀର ପବିତ୍ର ଭାବଧାରାକୁ ସମ୍ମିଶ୍ରଣ କରାଯାଏ I ଗୋଟିଏ ଘଟ ମଧ୍ୟରେ ଅର୍ଥାତ ବିନ୍ଦୁ ମଧ୍ୟରେ ସିନ୍ଧୁର ପରିକଳ୍ପନା ହୋଇଥାଏ I ସେହିପରି ବିଘ୍ନ ବିନାଶକ ଗଣନାୟକ, ଜଳର ଦେବତା ବରୁଣ, ଇନ୍ଦ୍ର ଏବଂ ଦଶଦିଗପାଳ, ସୂର୍ଯ୍ୟଙ୍କ ସହ ନବଗ୍ରହ ଏବଂ ଗ୍ରାମଦେବତୀଙ୍କୁ ଆବାହନ କରି ଘଟରେ ସ୍ଥାପନା କରାଯାଇ ପୂଜା କରାଯାଏ I ଅନ୍ୟ ପକ୍ଷରେ ଘଟ ମୁଖରେ ଶିବ, କଣ୍ଠରେ ବିଷ୍ଣୁ, ତଳ ଭାଗରେ ବ୍ରହ୍ମା, ମଧ୍ୟଭାଗରେ ଅଷ୍ଟାଦଶ ମାତୃଗଣ, କୁକ୍ଷୀରେ ସପ୍ତସାଗର, ସପ୍ତଦ୍ୱୀପ ପୃଥିବୀ ଏବଂ ଉଦରରେ ସମସ୍ତ ତୀର୍ଥକୁ ସ୍ମରଣ କରି ପୂଜା କରାଯାଏ I<ref>[[ଧରିତ୍ରୀ (ଖବରକାଗଜ)|ଧରିତ୍ରୀ]], ତା:୦୭/୧୦/୨୦୦୮, ପୃଷ୍ଠା: ୦୬</ref>
 
== ପୂଜାବିଧି ==
[[ଫାଇଲ:Choudhri bazar durga puja.jpg|thumb|ଚୌଧୁରୀ ବଜାର,କଟକ]]
ଜନ୍ମାଷ୍ଟମୀ ଅବସରରେ ନଦୀରୁ ମାଟି ଉଦ୍ଧାର କରାଯାଏ,ଯାହା ଦଶହରାର ପ୍ରଥମ ବିଧି।ଏହା ପରେ କାରୀଗର ମାନେ ମୂର୍ତ୍ତି ଗଠନରେ ବ୍ୟସ୍ତ ରୁହନ୍ତି । ପବିତ୍ର ମହାଳୟା ଅବସରରେ ମା’ ଙ୍କ ମୃଣ୍ମୟ ମୂର୍ତ୍ତିରେ ଖଡି ଚଢାଯାଏ । ମହାଳୟା ଠାରୁ ପ୍ରକୃତ ଦୁର୍ଗାପୂଜା ଆରମ୍ଭ ହୁଏ । କାରଣ ଏହି ଦିନ ଠାରୁ ଦୁର୍ଗାପୂଜା ମଧ୍ୟରେ ୧୦ ଦିନ ସମୟ ରହିଥାଏ, ଯାହା ପୁରାଣ ଶାସ୍ତ୍ରରେ ଦଶହରା ବୋଲି କୁହାଯାଇଛି । ପ୍ରକୃତ ପୂଜାବିଧି ଷଷ୍ଠୀ ଠାରୁ ଦଶମୀ ପର୍ଯ୍ୟନ୍ତ ଦେଖିବାକୁ ମିଳେ ।
* ଷଷ୍ଠୀ: ଅଧିବାସ, ବିଲ୍ୱବରଣ, ମା’ ଙ୍କୁ ସ୍ଵାଗତ କରିବାକୁ ଯାଇ ଷଷ୍ଠୀ ପୂଜାରେ ବେଲବରଣୀ କରାଯାଏ । ବେଲଗଛ ପାଖରେ ଏହି ପୂଜା ସମ୍ପନ୍ନ କରାଯାଏ । ଶେଷରେ ରାତ୍ରୀ କାଳରେ ଦେବୀ ପ୍ରତିମାର ଚକ୍ଷୁରେ ରଙ୍ଗ ଦେଇ ଚକ୍ଷୁଦାନ ସମ୍ପନ୍ନ ହୁଏ ଓ ମନ୍ତ୍ରଦ୍ୱାରା ପ୍ରାଣ ପ୍ରତିଷ୍ଠା କରାଯାଏ ୤ <!--ଏହା ମା’ ଙ୍କ ବିଶେଷ ପୂଜାବିଧି, ଶାସ୍ତ୍ରକହେ ଏଥିରେ କୈଣସି ଅବହେଳା ହେଲେ ଅନିଷ୍ଟ ଘଟିବା ସୁନିଶ୍ଚିତ ।-->
* ସପ୍ତମୀ: ସପ୍ତମୀରେ ନବପତ୍ରିକା ପୂଜା କରାଯାଏ, ଯେଉଁ ଥିରେ କଦଳୀ, ସାରୁ, ମାଣସାରୁ, ହଳଦୀ, ଅଶୋକ, ଡାଳିମ୍ବ, ବେଲ, ଜୟନ୍ତି ଓ ଧାନ ଏହି ନଅ ଜାତି ପତ୍ରଦ୍ଵାରା ଦୁର୍ଗାଙ୍କର ଗୋଟିଏ ମୁର୍ତ୍ତି ଗଠନ କରି ପୂଜା କରିବାର ବିଧି ୤<ref>ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ, ପୃଷ୍ଠା: ୪୧୩୪ </ref> ଏହା ପରେ ମହାସ୍ନାନ ବିଧି ସମ୍ପନ୍ନ ହୁଏ । ଚଣ୍ଡିପାଠହୋମ: ଦେବୀମାହାତ୍ମ୍ୟ (ମାର୍କଣ୍ଡେୟ ପୂରାଣାନ୍ତର୍ଗତ ଦୁର୍ଗାଙ୍କ ବିଷୟ ବର୍ଣ୍ଣନାତ୍ମକ ଗ୍ରନ୍ଥ) ଗ୍ରନ୍ଥର ଆବୃତ୍ତି ସହ ହୋମ ଓ ପୁଷ୍ପାଞ୍ଜଳୀ ପ୍ରଦାନ କରାଯାଏ ।
* ଅଷ୍ଟମୀ: ଅଷ୍ଟମୀରେ ହୁଏ ମା’ ଙ୍କ ମୂଖ୍ୟ ସନ୍ଧିପୂଜା । ମହାଷ୍ଟମୀର ଶେଷ ଦଣ୍ଡ ଓ ମହାନବମୀର ଆଦ୍ୟ ଦଣ୍ଡର ମଧ୍ୟକାଳୀନ ସମୟକୁ ସନ୍ଧି ସମୟ କୁହାଯାଏ ୤ ଶାସ୍ତ୍ର ବିଧି ଅନୁସାରେ ଶାରଦୀୟ ଓ ବାସନ୍ତୀ ଦୁର୍ଗାପୂଜାରେ ଏହି ସନ୍ଧି କାଳହିଁ ଦେବୀଙ୍କୁ ବଳି ଦେବର ପ୍ରଶସ୍ତ ସମୟ ୤ ଏହି ସମୟରେ ମା’ ଙ୍କ ପାଖରେ ବଳି ଦିଆଯାଏ । ପୂର୍ବରୁ ଜୀବମାନଙ୍କୁ ବଳି ଦିଆଯାଉଥିଲା, ଆଜିକାଲି ଲାଉ, ପାଣିକଖାରୁ ଓ ବୋଇତିକଖାରୁ ବଳି ଦିଆଯାଉଛି । ଓଡ଼ିଶାରେ ଏହିଦିନ ମହିଳାମାନେ [[ଶାଢ଼ୀ]], ଫେଣୀ ଇତ୍ୟାଦି ଆଣି ମା’ ଙ୍କ ପାଖରେ ଭୋଗ କରିସାରିବା ପରେ ନୂଆ ବସ୍ତ୍ର ପରିଧାନ କରିଥାନ୍ତି ।
* ନବମୀ: ନବମୀ ପୂଜାରେ ମା’ଙ୍କ ପୀଠରେ ମାଛ ଭୋଗ ହେଇଥାଏ।କଟକର ଅଲିଶାବଜାର,ଚାନ୍ଦିନୀ ଚୌକ ପ୍ରଭୃତି କେତେକ ପୂଜା କମିଟି ନବମୀ ପୂଜାରେ ବଡ଼ ଧରଣର ମାଛଭୋଗ କରିଥାନ୍ତି ।
* ଦଶମୀ: ଘଟ ବିସର୍ଜନ ଓ ଭସାଣି । ଦଶମୀ ପୂଜା ମା’ଙ୍କ ଅନ୍ତିମ ପୂଜାର୍ଚ୍ଚନା ଅପରାଜିତା ପୂଜା ଏହି ଦିବସର ସ୍ଵାତନ୍ତ୍ର । ଓଡିଶାର କେତେକ ଅଞ୍ଚଳରେ ଅପରାଜିତା ଫୁଲରେ ମା’ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦେବାକୁ ଯାଇ ସାହିର ମହିଳାମାନେ ଝିଅ ବିଦାକଲା ଭଳି କାନ୍ଦବୋବାଳି କରିଥାନ୍ତି । ଏହା ସହିତ ମହିଳା ମାନେ ସିନ୍ଦୁର ଖେଳ କରିଥାନ୍ତି।ଅନେକ ସ୍ଥାନରେ ସିନ୍ଦୁର ଖେଳ ପ୍ରତିଯୋଗିତା ହୁଏ । ଏହି ଦିବସର ପ୍ରମୁଖ ଭୋଗ ଦହି ପଖାଳ ।
== ଆହୁରି ଦେଖନ୍ତୁ ==
* [[ଦୁର୍ଗା]]
 
== ଆଧାର ==
{{ଆଧାର}}
 
== ଅଧିକ ତଥ୍ୟ ==
{{Sister project links}}
* {{Dmoz|Society/Religion_and_Spirituality/Hinduism/Festivals/Durga_Puja/}}
 
{{ହିନ୍ଦୁ ପର୍ବ}}