"ବୀର ସୁରେନ୍ଦ୍ର ସାଏ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଆଧାର
ଟିକେ ରୋବଟ୍‌: ପ୍ରସାଧନ ବଦଳ
୨୭ କ ଧାଡ଼ି:
== ପ୍ରାରମ୍ଭିକ ଜୀବନ ==
୨୩ ଜାନୁଆରୀ ୧୮୦୯ ମସିହାରେ ଚୌହାନ ରାଜବଂଶର ଧରମ ସିଂହ ଓ ରେବତୀ ଦେବୀଙ୍କ ପୁତ୍ର ସୁରେନ୍ଦ୍ର ସାଏ ଜନ୍ମଗ୍ରହଣ କରିଥିଲେ୤ ତାଙ୍କର ଥିଲେ ଆଉ ଛଅ ଭାଇ ଓ ଜଣେ ଭଉଣୀ । ପିତା ଧରମ ସିଂହଙ୍କ ମୃତ୍ୟୁ ପରେ କାକା ବଳରାମ ସିଂହଙ୍କ ତତ୍ତ୍ଵାବଧାନରେ ଘୋଡ଼ା ଚଢ଼ା, ଖଣ୍ଡା ଓ ତୀରଚାଳନା ସମେତ ଅନ୍ୟାନ୍ୟ ପ୍ରଶିକ୍ଷଣ ନେଇଥିଲେ ।
== ପରିବାର ==
ଗାଙ୍ଗପୁରର ହାତିବାରୀ ଜମିଦାରଙ୍କ କନ୍ୟା ସୁବର୍ଣ୍ଣକୁମାରୀଙ୍କୁ ସୁରେନ୍ଦ୍ର ବିବାହ କରିଥିଲେ ୤ ତାଙ୍କ ପୁତ୍ରର ନାମ ମିତ୍ରଭାନୁ ।
 
== ଭାରତୀୟ ସ୍ଵାଧିନତା ଆନ୍ଦୋଳନରେ ଭୂମିକା ==
ମରହଟ୍ଟାମାନଙ୍କ ହାତରେ ବନ୍ଦୀ ହୋଇଥିବା ସମ୍ବଲପୁର ରାଜା ଓ ତାଙ୍କ ପୁତ୍ର ମହାରାଜ ସାଏଙ୍କୁ ମୁକ୍ତ କରିବା ପାଇଁ ରାଣୀ ରତନ କୁମାରୀ ଇଂରେଜ ମାନଙ୍କ ସହାୟତା ଲୋଡ଼ିଥିଲେ ୤ ୧୮୦୪ ମସିହାରେ ଲେଫ୍ଟେନାଣ୍ଟ ବ୍ରାଉଟନ ମରହଟ୍ଟାମାନଙ୍କ କବଳରୁ ରାଜା ଓ ତାଙ୍କ ପିତାଙ୍କୁ ମୁକ୍ତ କରିଥିଲେ୤ ମରହଟ୍ଟା ସାମ୍ରାଜ୍ୟର ପତ୍ତନ ପରେ ସମ୍ବଲପୁର ଏକପ୍ରକାର ଇଂରେଜମାନଙ୍କ ନିୟନ୍ତ୍ରଣକୁ ଚାଲିଆସିଥିଲା ।
ସମ୍ବଲପୁର ରାଜା ମହାରାଜା ସାଏ ୧୮୨୭ରେ ମୃତ୍ୟୁବରଣ କରିବା ପରେ ତାଙ୍କର ପୁତ୍ର ସନ୍ତାନ ନ ଥିବାରୁ ଉତ୍ତରାଧିକାରୀ ନିୟମ ଅନୁସାରେ ସୁରେନ୍ଦ୍ର ସାଏ ରାଜା ହେବା କଥା, ମାତ୍ର ବ୍ରିଟିଶ ଶାସକମାନେ ତାହା କରାଇ ନ ଦେଇ ବିଧବା ରାଣୀ ମୋହନ କୁମାରୀଙ୍କୁ ଶାସନ ଗାଦିରେ ବସାଇଥିଲେ ।
୩୯ କ ଧାଡ଼ି:
୧୮୫୭ର ସିପାହୀ ବିଦ୍ରୋହ ସମୟରେ ରାମଗଡ଼ରୁ ଆସିଥିବା ଯବାନ ମାନେ ‘ଛୋଟା ବର୍ଦ୍ଧମାନର ପଲଟନ’ ସହ ମିଶି ହଜାରିବାଗ ଜେଲ ଭାଙ୍ଗି ବନ୍ଦୀମାନଙ୍କୁ ମୁକ୍ତ କରିବାରୁ ଦୀର୍ଘ ୧୭ବର୍ଷ ପରେ ସୁରେନ୍ଦ୍ର ଓ ତାଙ୍କ ଭାଇ ଉଦନ୍ତ ସାଏ ମୁକ୍ତ ହୋଇଥିଲେ । ସୁରେନ୍ଦ୍ର ପୁନଶ୍ଚ ବନ୍ଦୀ କରିବା ପାଇଁ ଇଂରେଜ ସରକାର ତାଙ୍କୁ ଧରିବା ପାଇଁ ୨୫୦ ଟଙ୍କାର ପୁରସ୍କାର ଘୋଷଣା କରିବା ସହ ଗୁପ୍ତଚର ନିୟୋଜିତ କରିଥିଲେ ।
 
ଇଂରେଜମାନଙ୍କୁ କଡ଼ା ଜବାବ ଦେବା ପାଇଁ ୭ ଅକ୍ଟୋବର ୧୮୫୭ରେ ୧୨ଶହ ଲୋକଙ୍କ ସହ ସମ୍ବଲପୁର ସହରରେ ପ୍ରବେଶ କରିଥିଲେ । ବିଶ୍ଵାସଘାତକର ଶିକାର ହୋଇଥିବା ସୁରେନ୍ଦ୍ର ତାଙ୍କ ଜନ୍ମଦିନ (୨୩ ଜାନୁଆରୀ ୧୮୬୪)ରେ ଦୁଇଜଣ ସ୍ଥାନୀୟ ଲୋକ ଦୟାନିଧି ମେହର ଓ ମୋହନ ସିଂହଙ୍କ ଯୋଗୁଁ ଦ୍ଵିତୀୟ ଥର ପାଇଁ ଗିରଫ ହୋଇଥିଲେ ୤
 
୮ଜୁନ ୧୮୬୫ରେ ସୁରେନ୍ଦ୍ର ସାଏଙ୍କୁ ମଧ୍ୟ ପ୍ରଦେଶରର ରାୟପୁରସ୍ଥ ଅସୁରଗଡ଼ ଦୁର୍ଗରେ ବନ୍ଦୀ କରାଯାଇଥିଲା । ସେବେଠାରୁ ଜୀବନର ଶେଷ ନିଶ୍ଵାସ ପର୍ଯ୍ୟନ୍ତ ବନ୍ଦୀ ଜୀବନ କାଟିଥିଲେ ସୁରେନ୍ଦ୍ର ସାଏ । ୧୮୮୪ ଫେବୃଆରୀ ୨୪ତାରିଖରେ ଅସୁରଗଡ଼ ଦୁର୍ଗରେ ହିଁ ସୁରେନ୍ଦ୍ର ସାଏଙ୍କ ପରଲୋକ ହୋଇଥିଲା ।
 
== ଆଧାର ==
{{ଆଧାର}}