"ତ୍ରିବେଣୀ ଅମାବାସ୍ୟା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
"ମୌନି ଅମାବାସ୍ୟାକୁ ତ୍ରିବେଣୀ ଅମାବାସ୍ୟା କୁହାଯାଏ..." ନାଆଁରେ ପୃଷ୍ଠାଟିଏ ତିଆରିକଲେ
 
ଟିକେ ଯୋଗସୂତ୍ର ପେଡ଼ି
୧ କ ଧାଡ଼ି:
ମୌନି ଅମାବାସ୍ୟାକୁ ତ୍ରିବେଣୀ ଅମାବାସ୍ୟା ମଧ୍ୟ କୁହାଯାଏ I କୁମ୍ଭମେଳାରଏହି ଦିନ [[କୁମ୍ଭ ମେଳା|କୁମ୍ଭ ମେଳାର]] ପବିତ୍ର ସ୍ଥାନରେ ବୁଡବୁଡ଼ ପକାଇବାକୁ ଶ୍ରଦ୍ଧାଳୁମାନେ ଅଧିକ ପସନ୍ଦ କରନ୍ତି । ଅନେକ ଧାର୍ମିକ ବ୍ୟକ୍ତି ଏହିଦିନ ତ୍ରିବେଣୀ ସଙ୍ଗମରେ ସ୍ନାନ ପୂର୍ବକ ମୌନବ୍ରତ ପାଳନ କରନ୍ତି I ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମୌନି ଅମାବାସ୍ୟାରେ ଆମ ମନ ଓ ଭାବର ଦେବତା ଚନ୍ଦ୍ର ଦେଖାଯା’ନ୍ତି ନାହିଁ ଏବଂ ଦୁର୍ବଳ ରହନ୍ତି I ତେଣୁ ବ୍ୟକ୍ତି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଏହିଦିନ ନେଇପାରେ ନାହିଁ I ତାଛଡାତା'ଛଡ଼ା ବର୍ଷକରେ ଥରେ ମକର ରାଶିକୁ ଗମନ କରନ୍ତି ରବି ବା ସୂର୍ଯ୍ୟ I ଶନି ହେଉଛନ୍ତି ମକରର ସ୍ୱାମୀ ବା ପ୍ରଭୁ ଏବଂ ଚନ୍ଦ୍ରଙ୍କ ବିରୋଧୀ I ମକରରେ ରବିଙ୍କ ଅବସ୍ଥାନ ଦ୍ୱାରା ମକର ଓ ଶନିଙ୍କ ପ୍ରଭାବ ବୃଦ୍ଧିପାଏ I ଫଳରେ ଚନ୍ଦ୍ର ଆହୁରି ଦୁର୍ବଳ ହୋଇଯାଆନ୍ତି I ଚନ୍ଦ୍ରଙ୍କ ଦ୍ୱାରା ଆମର ମନ ଓ ଭାବ ନିୟନ୍ତ୍ରଣ ହୋଇଥାଏ I ତେଣୁ ଆମର ଚିନ୍ତା କରିବା ଏବଂ ନିଷ୍ପତ୍ତି ନେବାର ଶକ୍ତି ଅପେକ୍ଷାକୃତ ଦୁର୍ବଳ ହୁଏ I ତେଣୁ ମୌନି ଅମାବାସ୍ୟା ଦିନ ଅଧିକ କଥାବାର୍ତ୍ତା ନକରି ମୌନବ୍ରତ ଅବଲମ୍ବନ କରିବା ଭଲ I ମାଘସ୍ନାନ ଦ୍ୱାରା ପୁଣ୍ୟ ଅର୍ଜନ ହୁଏ ବୋଲି ବିଶ୍ୱାସ ରହିଛି I ମୌନି ଅମାବାସ୍ୟାରେ ତୀର୍ଥସ୍ଥଳରେ ବୁଡବୁଡ଼, ଉପବାସ ପାଳନ ଓ ବିଷ୍ଣୁଙ୍କୁ ପୂଜା କଲେ ମହାପୁଣ୍ୟ ମିଳେ I ପିପଳ ବୃକ୍ଷକୁ ଏହିଦିନ ପ୍ରଦକ୍ଷଣ କରିବାର ମଧ୍ୟ ବିଧି ରହିଛି I ମକର ମାସସାରା ପ୍ରୟାଗର ସଙ୍ଗମ ସ୍ଥଳରେ ହିନ୍ଦୁ ଭକ୍ତ ଓ ଶ୍ରଦ୍ଧାଳୁମାନେ ସ୍ନାନ, ଦାନ ଓ ପୂଜାର୍ଚ୍ଚନା ବା ‘କଳ୍ପବାସ’ କରି ମୌନି ଅମାବାସ୍ୟାକୁ ଅପେକ୍ଷା କରି ରହିଥାନ୍ତି I ମାସବ୍ୟାପୀ କେତେକ ସାଧୁସନ୍ଥ କେବଳ ଜଳପାନ କରନ୍ତି ଏବଂ ଆଉ କେତେକ ଦିନକୁ ଥରେ ହବିଷ ପାଳନ କରନ୍ତି I ଏକଥା ମଧ୍ୟ କୁହାଯାଏ ଯେ ସୃଷ୍ଟିର ଆରମ୍ଭରେ ସବୁ ଶାନ୍ତ, ନିରବ ଥିଲା I ତାପରେ ସୃଷ୍ଟିହେଲା ଶବ୍ଦ ଏବଂ ଏହି ଶବ୍ଦ ଥିଲା ଓଁ ବା ବ୍ରହ୍ମନାଦ I ପ୍ରତ୍ୟେକ ଶବ୍ଦରେ ଅଛି ଶକ୍ତି ଏବଂ ଏହି ଶକ୍ତି ହିଁ ଚତୁଃପାର୍ଶ୍ୱର ସ୍ଥିତିକୁ ପରିବର୍ତ୍ତନ କରିପାରେ I ମୌନି ଅମାବାସ୍ୟାରେ ମୌନ ରହିଲେ ଶରୀରରେ ପ୍ରାଣ ସଂରକ୍ଷିର ହୋଇ ରହେ I ଏହା ଶକ୍ତି, ସାମର୍ଥ୍ୟ ପ୍ରଦାନ କରେ I<ref> [[ସମ୍ବାଦ (ଖବରକାଗଜ)|ସମ୍ବାଦ]], ପୃଷ୍ଠା-୧୨ଫେବୃଆରୀ ୨୦୧୩, ମଙ୍ଗଳବାର, ୧୨ଫେବ୍ରୁଆରିପୃଷ୍ଠା: ୨୦୧୩</ref>
==ଆଧାର==
{{ଆଧାର}}
 
{{ହିନ୍ଦୁ ପର୍ବ}}