"ସରସ୍ୱତୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ରୋବଟ୍‌: ପ୍ରସାଧନ ବଦଳ
ଅଧିକ ତଥ୍ୟ
୩୦ କ ଧାଡ଼ି:
ମାତା ପୁତ୍ରୌ ତୁ ବାକ୍ ପ୍ରାଣୌ / ମାତା ବା ପିତରଃ ସୁତଃ ।<br />
ସରସ୍ଵନ୍ତମିତ ପ୍ରାଣୋ ବାଚଂ / ପ୍ରାଦୁଃ ସରସ୍ଵତୀମ୍ ।<br />
ଅର୍ଥାତ୍ ବାକ୍ ଏବଂ ପ୍ରାଣର ମାତା ଏବଂ ପୁତ୍ର ସମ୍ଵନ୍ଧ । ପ୍ରସାରଣଶୀଳ ପ୍ରାଣ(ନିଶ୍ଵାସ)ର ନାମ ସରସୂତ୍ ଏବଂ ଭାଷାର ନାମ ସରସ୍ଵତୀ । ପୁରାଣକାରମାନେ ସରସ୍ଵତୀଙ୍କୁ କନ୍ୟା ଏବଂ ବ୍ରହ୍ମାଙ୍କୁ ପିତା ରୂପେ ପରିକଳ୍ପନା କରିଛନ୍ତି । କଥିତ ଅଛି ବ୍ରହ୍ମା ସୃଷ୍ଟିର ଆଦ୍ୟପର୍ବରେ ବାକ୍‌ଦେବୀ ବା ସରସ୍ଵତୀଙ୍କୁ ଜନ୍ମ ଦେଲେ । ସେଇ କନ୍ୟା ମାଧ୍ୟମରେ ସେ ବିଶ୍ଵ ବ୍ରହ୍ମାଣ୍ଡର ସମସ୍ତ ଜୀବ ତଥା ସ୍ଥାବରଜଙ୍ଗମ ସର୍ଜନା କଲେ । ବାକ୍ ନାମ୍ନୀ କନ୍ୟା ଅତ୍ୟନ୍ତ ସୁନ୍ଦରୀ । ସେ ନିଷ୍କାମ, କାମନାହୀନ କିନ୍ତୁ ବ୍ରହ୍ମା ତାଙ୍କ ରୂପ ଲାବଣ୍ୟରେ ବିମୋହିତ ହୋଇ ସ୍ଵୟମ୍ବୁ ବ୍ରହ୍ମା ତାଙ୍କୁ ଇଚ୍ଛା କରିବାରୁ ବ୍ରହ୍ମାଙ୍କର ମରୀଚି ଆଦି ପୁତ୍ରଗଣ ବ୍ରହ୍ମାଙ୍କୁ ନିନ୍ଦା କଲେ । ସରସ୍ଵତୀ ଶରୀର ତ୍ୟାଗ କଲେ । ନାନା ମୁନିଙ୍କ ନାନା ମତ । <ref>ସମାଜ ରବିବାର, ପୃଷ୍ଠା- ୭, ୨୨- ୨୮. ୧. ୨୦୧୨</ref>
କିନ୍ତୁ ବ୍ରହ୍ମବୈବର୍ତ୍ତ ପୁରାଣ ଅନୁଯାୟୀ ସୃଷ୍ଟି କାଳରେ ଈଶ୍ଵରଙ୍କ ଇଚ୍ଛାରୁ ଆଦ୍ୟାଶକ୍ତି ନିଜକୁ ପାଞ୍ଚ ଭାଗରେ ବିଭକ୍ତ କରି ନେଇଥିଲେ । ସେ ରାଧା, ପଦ୍ମା, ସାବିତ୍ରୀ, ଦୁର୍ଗା ଏବଂ ସରସ୍ଵତୀଙ୍କ ରୂପରେ ଭଗବାନ ଶ୍ରୀକୃଷ୍ଣଙ୍କ ବିଭିନ୍ନ ଅଙ୍ଗରୁ ସୃଷ୍ଟି ହୋଇଥିଲେ । ସେ ସମୟରେ ଶ୍ରୀକୃଷ୍ଣଙ୍କ କଣ୍ଠରୁ ଦେବୀ ସରସ୍ଵତୀ ଉତ୍ପନ୍ନ ହୋଇଥିଲେ । <br />
''ଆବିର୍ଭୂତ ତତ୍‌ପଶ୍ଚାତ୍ ମୁଖତଃ <br />
"https://or.wikipedia.org/wiki/ସରସ୍ୱତୀ"ରୁ ଅଣାଯାଇଅଛି