"ଦୁର୍ଗା ପୂଜା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଅଲଗା ଭାଷାର ସଂଯୋଗ ହଟାଗଲା (ଉଇକିଡାଟା ତଥ୍ୟ ଅଛି)
→‎କିମ୍ବଦନ୍ତୀ: ଅଧିକ ତଥ୍ୟ
୨୩ କ ଧାଡ଼ି:
-->
== କିମ୍ବଦନ୍ତୀ ==
ଭାରତରେ ପ୍ରତିବର୍ଷ ଦୁଇଥର ଦେବୀ ଦୁର୍ଗାଙ୍କର ପୂଜା ଅନୁଷ୍ଠିତ ହୁଏ Iଶରତ ଋତୁରେ ଆଶ୍ୱିନ ମାସ ଶୁକ୍ଳ ପକ୍ଷର ପୂଜାକୁ ‘ଦେବୀ ପୂଜା’ ଏବଂ ବସନ୍ତ ଋତୁରେ ଚୈତ୍ରମାସ ଶୁକ୍ଳ ପକ୍ଷର ପୂଜାକୁ ‘ବାସନ୍ତୀ ପୂଜା’ କୁହାଯାଏ I ଯେଉଁ ମା’ର ଶସ୍ୟ ଆହାର କରି ମାନବ ଜୀବିକା ନିର୍ବାହ କରେ, ସେହି ଧରିତ୍ରୀ ରାଣୀର ବୟଃପ୍ରାପ୍ତିରେ ଉତ୍ ଫୁଲ୍ଲ ହୋଇ ଜନ-ମାନସ ବାସନ୍ତୀ ଦୁର୍ଗାଙ୍କ ପୂଜାର ଆୟୋଜନ କରେ, ମାତ୍ର ଏକ ସାର୍ବଜନୀନ ପୂଜା ରୂପେ ଶାରଦୀୟ ଦେବୀପୂଜା ହିଁ ଅଧିକ ଲୋକପ୍ରିୟତା ଅର୍ଜନ କରିଅଛି I ଏହି ମହାନ୍ ଶାରଦୀୟ ପର୍ବ ଭାରତର ପୁରପଲ୍ଲୀରେ ଦଶହରା ପର୍ବରୂପେ ପାଳନ କରାଯାଏ I ଏହି ପର୍ବର ମୂଳ ଲକ୍ଷ୍ୟ ହେଉଛି ଦେବୀ ଉପାସନା I ଦୁର୍ଗାପୂଜା ପରି ଦଶହରା ପର୍ବ ମଧ୍ୟ ବର୍ଷକରେ ଦୁଇଥର ପାଳନ କରାଯାଏ I ଜ୍ୟେଷ୍ଠମାସ ଶୁକ୍ଳଦଶମୀ ହେଉଛି ଗଙ୍ଗାମାତାଙ୍କର ଜନ୍ମଦିବସ I ଏହିଦିନ ଗଙ୍ଗାପୂଜା କରି ଗଙ୍ଗାନଦୀରେ ସ୍ନାନ କଲେ ତ୍ରିବିଧ ପାପ ଖଣ୍ଡନ ହୁଏ ବୋଲି ଏହି ତିଥିକୁ ‘ଦଶହରା’ ବା ‘ଦଶବିଧ’ ପାପହରଣ ଦିବସ କୁହାଯାଏ I ଏହି ତିଥିଟି ଲୋକମୁଖରେ ‘ଗଙ୍ଗା ଦଶହରା’ ନାମରେ ପରିଚିତ I ଅନ୍ୟ ଦଶହରା ପର୍ବଟି ଆଶ୍ୱିନ ମାସ ଶୁକ୍ଳପକ୍ଷ ଦଶମୀ ତିଥିରେ ପାଳିତ ହୁଏ I ଏହି ଦୁର୍ଗାପୂଜାର ଶେଷ ଦିବସ I ଏହି ଦଶହରା ପର୍ବ ଭାରତରେ ସର୍ବଜନବିଦିତ ପର୍ବ I ତେଣୁ ‘ଦଶହରା’ କହିଲେ ସମସ୍ତ ଆଶ୍ୱିନ ଶୁକ୍ଳ ଦଶମୀକୁ ହିଁ ବୁଝନ୍ତି I ଏହି ପବିତ୍ର ଦଶହରା ଦିବସରେ ରାମଚନ୍ଦ୍ର ମାତୃଶକ୍ତି ବନଦୁର୍ଗାଙ୍କୁ ସ୍ତୁତି କରି ରାବଣର ନିଧନ ଉଦ୍ଦେଶ୍ୟରେ ଲଙ୍କା ଅଭିମୁଖେ ବିଜୟଯାତ୍ରା କରିଥିବାରୁ ଏହି ତିଥିକୁ ‘ବିଜୟା ଦଶମୀ’ କୁହାଯାଏ I ପୁଣି ଏହି ଦିବସର ଅବ୍ୟବହିତ ପୂର୍ବରୁ ସିଂହବାହିନୀ ଆଦ୍ୟା ଶକ୍ତି ଦୁର୍ଗା ଦୁର୍ଦ୍ଦମନୀୟ ମହିଷାସୁରକୁ ବଧ କରି ଦେବତାମାନଙ୍କର ମଙ୍ଗଳ ବିଧାନ କରିଥିଲେ I ଦେବୀଙ୍କ ସହ ଦାନବମାନଙ୍କର ଯୁଦ୍ଧ କନ୍ୟାମାସ ବା ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀଠାରୁ ଶୁକ୍ଳପକ୍ଷ ନବମୀ ପର୍ଯ୍ୟନ୍ତ ଷୋଳଦିନ ଧରି ଚାଲିଥିଲା I ଶୁକ୍ଳ ଅଷ୍ଟମୀ ଓ ନବମୀ ତିଥିରେ ମହାମାରୁ ହୋଇଥିଲା I ମହିଷାସୁର ସମେତ ସମସ୍ତ ଅସୁର ବଂଶ ନିପାତ ହେଲେ I ମହାମାରୁ ନବମୀ ରାତିର ଅନ୍ଧକାର ସହ ତ୍ରୈଲୋକ୍ୟରୁ ଅମଙ୍ଗଳର ଛାୟା ଅପସରି ଗଲା, ଶୁକ୍ଳ ଦଶମୀରେ ସବୁପ୍ରକାର ଶୁଭକାର୍ଯ୍ୟର ଆରମ୍ଭ ହେଲା I ଏହିଦିନ ଜଗତର ଦୁଃଖ ହରଣ ହୋଇଥିବାରୁ ଏହା ‘ଦୁଃଖହା ଦଶମୀ’ ନାମରେ ଖ୍ୟାତି ଲାଭ କରିଅଛି ବୋଲି ଆଦିକବି ଶୂଦ୍ରମୁନି ସାରଳା ଦାସ ‘ଚଣ୍ଡୀପୁରାଣ’ରେ ଲେଖିଛନ୍ତି I ‘ଦୁଃଖହା ଦଶମୀ’ ଦିନ ମହାଦଶାରୁ ଉଦ୍ଧାର ପାଇ ଦେବତାମାନେ ମହାଶକ୍ତି ବ୍ରହ୍ମମୟୀ ଦୁର୍ଗତିନାଶିନୀ ଦୁର୍ଗାଙ୍କୁ ସ୍ତୁତି କରିଥିବାରୁ ଏହି ତିଥିରେ ଦୁର୍ଗାଙ୍କର ଆରାଧନା କରାଯାଏ I ପୁଣି ଦେବୀ ମାହାତ୍ମ୍ୟ’ରୁ ଜଣାଯାଏ- ‘ଚଣ୍ଡୀ’ ଶୁଣି ରାଜ୍ୟଭ୍ରଷ୍ଟ ରାଜା ସୁରଥଙ୍କର ମୋହ ତୁଟିଯିବା ପରେ ସେ ଦୁର୍ଗାପୂଜାର ପରମ୍ପରା ସୃଷ୍ଟି କରିଥିଲେ I ଦେବୀପୀଠଗୁଡିକରେ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀଠାରୁ ଶୁକ୍ଳପକ୍ଷ ନବମୀ ପର୍ଯ୍ୟନ୍ତ ଷୋଳଦିନ ବ୍ୟାପୀ ପୂଜା ଅନୁଷ୍ଠିତ ହୁଏ I ଏହାକୁ ଷୋଳପୂଜା କୁହାଯାଏ I ଶୁକ୍ଳପକ୍ଷ ସପ୍ତମୀ ଦିନ ମୃଣ୍ମୟୀ ପ୍ରତିମା ଓ ଘଟ ସ୍ଥାପିତ ହୁଏ I ଅଷ୍ଟମୀଦିନ ମହାଷ୍ଟମୀ ପୂଜା ଓ ବଳିଦାନ କରାଯାଏ I ‘ବଳି’ ଶବ୍ଦର ଅର୍ଥ ହେଉଛି ଉପହାର I ଜଗତଜନନୀଙ୍କୁ ସନ୍ତୁଷ୍ଟ କରିବା ପାଇଁ କିଛି ଉପହାର ଦେବାକୁ ପଡେ I ତେଣୁ ଦେବୀପୂଜାରେ ବଳିଦାନର ବ୍ୟବସ୍ଥା ରହିଅଛି I ନବମୀ ଦିନ ରକ୍ତମୁଖା ଦେବୀଙ୍କୁ ଶାନ୍ତ କରିବା ପାଇଁ ଶାନ୍ତି ବୋଦା ପଡେ I ଦଶମୀ ଦିନ ମହା ସମାରୋହରେ ମୃଣ୍ମୟୀ ଦେବୀ ପ୍ରତିମା ଓ ଘଟ ବିସର୍ଜନ କରାଯାଏ I ପୁରୀଠାରେ ଦଶହରା ପରଦିନ ଦୁର୍ଗାଙ୍କର କ୍ରୋଧାନ୍ୱିତା ଶକ୍ତି ‘ଗୋସାଣୀ ଯାତ’ ଏବଂ ଏହି ତିଥିକୁ ଗୋସାଣୀ ଏକାଦଶୀ କୁହାଯାଏ I ଶାରଦୀୟ ଦୁର୍ଗାପୂଜାରେ ମହାସ୍ନାନ ବଳି ଏବଂ ହୋମର ବ୍ୟବସ୍ଥା ଥିବାରୁ ଏହାକୁ ‘ମହାପୂଜା’ ମଧ୍ୟ କୁହାଯାଏ I ବିବିଧ କାରଣରୁ ଦଶହରା ପର୍ବ ପାଳନ କରାଯାଉଥିବାରୁ ଏହା ଏକ ମହାନ ପାର୍ବଣରେ ପରିଣତ ହୋଇଅଛି I ଏହି ପର୍ବର ମହତ୍ତ୍ୱ ବିଷୟରେ ଦେବୀ ପୁରାଣରେ କୁହାଯାଇଛି ଯେ ଏହା ଏକ ମହାନ, ପବିତ୍ର ବ୍ରତ ଏବଂ ଏହି ବ୍ରତ ପାଳନ କଲେ ସିଦ୍ଧି ଲାଭ ହୁଏ ଓ ଶତ୍ରୁମାନେ ପରାଜିତ ହୁଅନ୍ତି I କୁରୁକ୍ଷେତ୍ର ଯୁଦ୍ଧ ଆରମ୍ଭର ପୂର୍ବରୁ ଶ୍ରୀକୃଷ୍ଣ ପାଣ୍ଡବମାନଙ୍କୁ ବନଦୁର୍ଗାଙ୍କର ଆରାଧନା କରିବା ପାଇଁ ଉପଦେଶ ଦେଇଥିଲେ I ଇତିହାସ ପ୍ରସିଦ୍ଧ ଛତ୍ରପତି ଶିବାଜୀ ମଧ୍ୟ ମୋଗଲମାନଙ୍କ ସହ ଯୁଦ୍ଧ କରିବା ସମୟରେ ଦୁର୍ଗାଙ୍କର ଉପାସନା କରିଥିଲେ I ଦଶହରା ପର୍ବରେ ଦେବୀଙ୍କ ଶକ୍ତିର ପ୍ରତିଷ୍ଠା ପାଇଁ ଖଡ୍ ଗ ପୂଜା କରାଯାଏ I ଦଶହରା ଦିନ ଗୁରୁବାର ପଡିଲେ ଗୃହିଣୀମାନେ ପରିବାରର ମଙ୍ଗଳ ଲାଗି ସୁଦଶାବ୍ରତ ପାଳନ କରି ଗୃହଲକ୍ଷ୍ମୀଙ୍କ ପୂଜା କରନ୍ତି I ଭାଦ୍ରବ ମାସ ଶୁକ୍ଳ ଷଷ୍ଠୀଠାରୁ ଆରମ୍ଭ ହୋଇଥିବା ସୋମନାଥ ବ୍ରତର ଉଦ୍ ଯାପନ ପର୍ବ ମଧ୍ୟ ଦଶହରା ତିଥିରେ ପାଳିତ ହୁଏ I ପରମ- ଈଶ୍ୱରୀ ଦେବୀ ଦୁର୍ଗା ବିଶ୍ୱର ସକଳ ବସ୍ତୁରେ ପରିବ୍ୟାପ୍ତ I ସେ ମହାବିଦ୍ୟା, ମହାମାୟା ମହାଯୋଗେଶ୍ୱରୀ I ତାଙ୍କର ‘କ୍ଷର’ ବା ଶେଷ ନଥିବାରୁ ସେ ‘ଅକ୍ଷରା’ I<ref>ସମାଜ ରବିବାର, ପୃଷ୍ଠା- ୭, ଅକ୍ଟୋବର ୨୧- ୨୭, ୨୦୧୨</ref>
ଦେବୀ ଭାଗବତର ମତେ, ରାବଣର ନିଧନ ପାଇଁ ବ୍ରହ୍ମାଙ୍କ ପରାମର୍ଶ ମତେ ଶ୍ରୀରାମ ବସନ୍ତ କାଳରେ ଦେବୀପୂଜା କରିବାକୁ ଚାହିଁଲେ୤ କାରଣ, ଶରତକାଳ ଅକାଳ, ଆଷାଢ‍଼ ଶୁକ୍ଳ ଏକାଦଶୀ (ହରିଶୟନ ଏକାଦଶୀ) ଠାରୁ ହେମନ୍ତ ଶୁକ୍ଳ ଏକାଦଶୀ ପର୍ଯ୍ୟନ୍ତ ଦେବତାମାନେ ନିଦ୍ରା ଯାଆନ୍ତି ୤ ବ୍ରହ୍ମାଙ୍କ ନିର୍ଦ୍ଦେଶ ମତେ ଶ୍ରୀରାମଚନ୍ଦ୍ର କନ୍ୟାରାଶିର ଶୁକ୍ଳପକ୍ଷ ଷଷ୍ଠୀ ତିଥିରେ ଦେବୀଙ୍କ ଅକାଳ ବୋଧନ ନିମନ୍ତେ ପୂଜାର ଆୟୋଜନ କରିଥିଲେ୤ ଶ୍ରୀରାମ ଧ୍ୟାନ ବଳରେ, ଦେବୀ କୁମାରୀ ରୂପରେ ବିଲ୍ଵବୃକ୍ଷ ଶାଖାରେ ଶାୟିତ ଥିବା ଜାଣିପାରି, ସକାଳେ କଳ୍ପାରମ୍ଭ ଓ ସନ୍ଧ୍ୟାବେଳେ ବିଲ୍ଵବୃକ୍ଷମୂଳେ ଆରମ୍ଭ କଲେ ଦେବୀଙ୍କ୍ ବୋଧନ ୤ ଏହାପରେ ସପ୍ତମୀ ତିଥିରେ ଦେବୀଙ୍କୁ ଷୋଡ଼ଶ ଉପଚାରରେ ପୂଜା କଲେ ୤ ସେତେବେଳେ ମଧ୍ୟ ଦେବୀ ସୁପ୍ତ ଅବସ୍ଥାରେ ଥିବାରୁ ଅଷ୍ଟମୀ ତିଥିରେ ଯୋଗିନୀଗଣଙ୍କୁ ଆହ୍ଵାନ କରି ଦେବୀଙ୍କୁ ପୁଣି ପୂଜା କଲେ୤ ଆଗତ ଯୋଗିନୀଗଣଙ୍କ କୋଳାହଳରେ ଦେବୀ କେବଳ କଡ଼ ଲେଉଟାଇ ପୁଣି ଶୋଇଲେ ୤ ଏହା ପରେ ଅଷ୍ଟମୀର ଶେଷ ଓ ନବମୀର ଆରମ୍ଭ ବା ସନ୍ଧିକ୍ଷଣ ସମୟରେ ଶ୍ରୀରାମଚନ୍ଦ୍ର କଲେ ସନ୍ଧିପୂଜା୤ ଅଷ୍ଟମୀର ଚବିଶ ମିନଟ ଓ ନବମୀର ଚବିଶ ମିନଟ, ଏହିପରି ମୋଟ ଅଠଚାଳିଶ ମିନଟ ଧରି ଦେବୀ ଚାମୁଣ୍ଡାଙ୍କର ଏହି ବିଶେଷ ସନ୍ଧିପୂଜା କରିଥିଲେ୤ ଶ୍ରୀରାମ ଚାମୁଣ୍ଡାଙ୍କୁ ଆବାହନ କରି ଦେବୀ ଦୁର୍ଗାଙ୍କୁ ଉଠାଇବା ପାଇଁ ନିବେଦନ କଲେ ୤ ଚାମୁଣ୍ଡାଙ୍କ ସହଯୋଗ ଫଳରେ ନବମୀ ତିଥିରେ ଦେବୀ ଦୁର୍ଗା ଜାଗ୍ରତ ହେଲେ୤ ଏତିକିବେଳେ ସେ ଦେବୀଙ୍କୁ କୁମାରୀ ରୂପରେ ଦର୍ଶନ କରି ଯୋଗିନୀମାନଙ୍କ ସହିତ ବିଶେଷ ପୂଜା କରି ଏକାସାଙ୍ଗେ ଶହେଆଠ ନୀଳପଦ୍ମ ଅର୍ପଣ କରିଥିଲେ୤ ସେହି ଦିନଠାରୁ କୁମାରୀ ରୂପୀ ଦେବୀଙ୍କର ପୂଜାର ଆରମ୍ଭ୤ <ref>ଗିରିଜା ମଞ୍ଜରୀ ପାଢ଼ୀ, [[ଧରିତ୍ରୀ (ଖବରକାଗଜ)|ଧରିତ୍ରୀ]], ୨୨-୧୦-୧୨, ପୃଷ୍ଠା: ୨</ref>
 
== ଘଟପୂଜା ପରମ୍ପରା ==
ଶରତକାଳୀନ ଦୁର୍ଗା ହେଉ ଅଥବା ବାସନ୍ତି ଦୁର୍ଗାପୂଜା, ଏଥିରେ ମୂର୍ତ୍ତି ସ୍ଥାପନ କରାଯାଇ ଜୀବନ୍ୟାସ କର୍ମ ସହ ପୂଜା ନିୟମ ପ୍ରଣୟନ ହେଉଥିଲେ ମଧ୍ୟ ଘଟସ୍ଥାପନ ଜନିତ ପୂଜା ଆବହମାନ କାଳରୁ ପ୍ରଚଳିତ I ବିଭିନ୍ନ ଭାବରେ ମୂର୍ତ୍ତିପୂଜାର ଆଦର ବଢିଥିଲେ ମଧ୍ୟ ମୂଳ ତତ୍ତ୍ୱକୁ ବାଦ ଦେବା ସମ୍ଭବ ହୋଇନାହିଁ I ବାସନ୍ତୀ ଦୁର୍ଗାପୂଜା ବିଶେଷ ଭାବେ ପାଳିତ ହୋଇ ନ ଥାଏ I ଅନ୍ୟପକ୍ଷରେ ଶରତକାଳୀନ ଦୁର୍ଗାପୂଜା ଏବେ ସାର୍ବଜନୀନ ପୂଜାର ସ୍ୱୀକୃତି ପାଇଛି, କିନ୍ତୁ ଉଭୟ ପୂଜା ଏବଂ ତା’ର ବିଧାନ ପ୍ରାୟତଃ ସମାନ I