"ଚା’" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ବନାନ: କୁହାଯାଏ > କହାଯାଏ
ସଜାଣି
୧୧ କ ଧାଡ଼ି:
|color =
}}
ଚା’ [[ପୃଥିବୀ]]ର ସବୁଠାରୁ ଅଧିକ ପିଆଯାଉଥିବା ଓ ସବୁଠାରୁ ପୁରାତନ ଏକ ଥଣ୍ଡା ବା ଗରମ ଜାତୀୟ ପାନୀୟ; ପିଇବା ପାଣି ପରେ ଏହା ୩ୟ ସବୁଠାରୁ ଜଣାଶୁଣା ପାନୀୟ।ଚା’ପାନୀୟ। ଚା’ ଓ ଟି ଏହି ଦୁଇଟି ଶବ୍ଦ ଚୀନ ଦେଶରୁ ଆସିଛି। Tea ଇଂରାଜୀ ଶବ୍ଦ ହେଲେ ମଧ୍ୟ [[ଚୀନ]] ଦେଶର ଉତ୍ତର ଅଞ୍ଚଳରେ ଏହାକୁ ହଜାର ବର୍ଷ ଧରି ଟି ନାମରେ କହାଯାଏ । <ref>http://wals.info/chapter/138</ref>ପରେ ଇଂରାଜୀ ଶବ୍ଦକୋଷକୁ ତାହା ଆସିଗଲା।ଉତ୍ତର ଚୀନରେ ଟି ଶବ୍ଦ ପ୍ରଚଳିତ ଅଛି।ମାତ୍ର ଦକ୍ଷିଣ ଚୀନରେ ଏହାକୁ ଚା’ ବୋଲି କହାଯାଏ ଏବଂ ଭାରତ ସମେତ ପୃଥିବୀର ଏହି ଚା’ ନାମରେ ପ୍ରସିଦ୍ଧ ହୋଇଯାଇଛି । ଆସାମରେ ଉଚ୍ଚାରଣ ଦୃଷ୍ଟିରୁ ଚା’ କୁ '''ସା''' କହାଯାଏ।<ref>ପୌରୁଷ ପତ୍ରିକା </ref>
== ଗଛ ଓ ପରିବେଶ ==
ଚା’ର ବୋଟାନିକାଲ ନାମ ହେଉଛି '''କାଲେଲିଆ ସିନେନ୍ସିସ''' । ଏହାକୁ ନେକ ଏଭର ଗ୍ରୀନ ପ୍ଲାଣ୍ଟ ବୋଲି କହାଯାଏ । ମୂଖ୍ୟତଃ କ୍ରାନ୍ତୀୟ ଓ ଉପକ୍ରାନ୍ତୀୟ ଜଳବାୟୁରେ ହିଂ ଏହି ଗଛ ନିଜକୁ ଉପଯୋଜିତ କରି ବଢି ପାରିଥାଏ । ଅବଶ୍ୟ ଚା’ର କେତେକ ପ୍ରଜାତି ସାମୁଦ୍ରିକ ଜଳବାୟୁରେ ବଢୁଥିବା ଜଣାଯାଏ । ଗଛ ଲଗାଇବାର ଚାରି ବର୍ଷ ପରେ ଏହା ଫଳ ଧରେ ଓ ଏଥିରୁ ପ୍ରାୟ ବାର ବର୍ଷ ପର୍ଯ୍ୟନ୍ତ ଚା’ ଆମଦାନୀ କରାଯାଇପାରିଥାଏ । ମୂଖ୍ୟତଃ କଢ଼ ଓ ପତ୍ରକୁ ଚା’ ଭାବରେ ବ୍ୟବହାର କରାଯାଇଥାଏ । ଉଦ୍ଭିଦ ବିଜ୍ଞାନୀ ମାନଙ୍କ ଠାରୁ ମିଳିଥିବା ତଥ୍ୟ ଅନୁଯାୟୀ, ଚା’ ଚାଷ ପାଇଁ ଅତିକମରେ ବର୍ଷିକ ୧୨୭ ସେଣ୍ଟିମିଟର( ୫୦ ଇଞ୍ଚ) ବୃଷ୍ଟିପାତ ଆବଶ୍ୟକ । ସେହି ପରି ଅମ୍ଳଯୁକ୍ତ ଭୂମି ବା ଏସିଡିକ୍ ସଏଲରେ ଏହି ଗଛ ଖୁବ ଭଲ ଭାବରେ ବଢିପାରିଥାଏ । ସେଥିଲାଗି ସମୁଦ୍ର ପତ୍ତନ ଠାରୁ ୧୫୦୦ ମିଟର ବା ୪୯୦୦ ଫୁଟ ଉଚ୍ଚରେ ହିଁ ସର୍ବାଧିକ ତଥା ଉଚ୍ଚ ଗୁଣଯୁକ୍ତ ଚା’ ଚାଷ କରାଯାଉଥିବା ଦେଖାଯାଏ । ଏହାର କାରଣ,ଏହି ଉଚ୍ଚତାରେ ଚା’ ଚାଷ କରିବା ଦ୍ଵାରା ଚା’ ଖୁବ ସ୍ଵାଦିଷ୍ଟ ହୋଇଥାଏ । <ref name="hort.purdue">{{cite web | url=http://www.hort.purdue.edu/newcrop/duke_energy/camellia_sinensis.html | title=Camellia Sinensis | publisher=Purdue University Center for New Crops and Plants Products | accessdate=2010-10-26}}</ref><ref>{{cite book |title=Tea Cuisine: A New Approach to Flavoring Contemporary and Traditional Dishes |last=Pruess |first=Joanna |year=2006 |publisher=Globe Pequot |isbn=1-59228-741-7 }}</ref>ଗୋଟିଏ ପରିପକ୍ଵ ଚା’ ଗଛର ଅଗରୁ ୧ ରୁ ୨ ଇଞ୍ଚ ପର୍ଯୟନ୍ତ ଉତ୍ପାଦାନ କରାଯାଏ । ଏହାର କଢ଼ ଓ ପତ୍ରକୁ '''ଫ୍ଲସ''' ବୋଲି କହାଯାଏ । ପ୍ରତି ୧୫ ଦିନରେ ଚା’ ଗଛରେ ନୂଆ ଫ୍ଲସ ସୃଷ୍ଟି ହୋଇଥାଏ । <ref>{{cite book |author=Elizabeth S. Hayes |title=Spices and Herbs: Lore and Cookery |url=http://books.google.com/?id=htsIVCwRsEcC&dq= |publisher=Courier Dover Publications |year=1980 |isbn=0-486-24026-6|accessdate=2008-09-20 |page=74}}</ref>ଏଠାରେ ଗୋଟିଏ କଥା ଉଲ୍ଲେଖ ଯୋଗ୍ୟ ଯେ, ଚା’ ଚାଷରେ ସବୁବେଳେ ମନ୍ଥରତାକୁ ହିଁ ଗୁରୁତ୍ଵ ପ୍ରଦାନ କରାଯାଏ । ଯେଉଁ ଚା’ ଗଛର ପତ୍ର ଖୁବ ଧୀରେ ଧୀରେ ବଢେ ସେହି ଚା’ ର ମୂଲ୍ୟ ଅଧିକ ହୋଇଥାଏ । କାରଣ ଧୀରେ ଧୀରେ ବଢୁଥିବା ଚା’ ର ସ୍ଵାଦ ଅଧିକ ବୋଲି ବିଶେଷଜ୍ଞ ମତବ୍ୟକ୍ତ କରନ୍ତି ଓ ଏହା ବହୁ ପରୀକ୍ଷିତ ମଧ୍ୟ । ଗୋଟିଏ ଚା’ ଗଛକୁ ଯଦି ଆଦୌ କଟାନଯାଏ ବା ଏଥିରୁ କଢ଼ ବା ପତ୍ର କୁ ଛିଣ୍ଡା ନ ଯାଏ ତା' ହେଲେ ଏହା ୧୬ ମିଟର ପର୍ଯ୍ୟନ୍ତ ବୃଦ୍ଧି ପାଇଥାଏ । ମାତ୍ର ଚା’ ତୋଳିବାରେ ଅସୁବିଧା ହେଉଥିବା ହେତୁ ଏହି ଗଛକୁ ଜଣେ ବ୍ୟକ୍ତିର ଅଣ୍ଟା ପର୍ଯ୍ୟନ୍ତ ବଢିବାକୁ ସୁଯୋଗ ଦିଆଯାଏ । ସେଥିପାଇଁ ଚା’ ଗଛକୁ ଖୁବ ଧୀରେ ଧୀରେ ବଢିବାକୁ ଛଡାଯାଏ । ଫଳରେ ଚା’ ଗଛରୁ ଉତ୍ପାଦନ ଖୁବ ଦୃତଗତିରେ କରାଯାଇଥାଏ । <ref name="Tea Cultivation">[http://www.britannica.com/EBchecked/topic/585098/tea Britannica Tea Cultivation]. Retrieved June 2007.</ref>
"https://or.wikipedia.org/wiki/ଚା’"ରୁ ଅଣାଯାଇଅଛି