"ଓଡ଼ିଶା ବିଧାନ ସଭା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ରୋବଟ୍‌: ପ୍ରସାଧନ ବଦଳ
୩୩ କ ଧାଡ଼ି:
| footnotes =
}}
ପ୍ରତି ରାଜ୍ୟରେ ଗୋଟିଏ ବିଧାନ ସଭା ରହିଛି । ସାବାଳକ ଭୋଟଦାନ ମାଧ୍ୟମରେ ପ୍ରତ୍ୟକ୍ଷ ନିର୍ବାଚନ ଜରିଆରେ ଲୋକମାନଙ୍କ ଦ୍ଵାରା ଲୋକ-ପ୍ରତିନିଧୀ ଚୟନ କରାଯାଇ ବିଧାନ ସଭା ଗଠିତ ହୁଏ । ବିଧାନ ସଭାର ସଦସ୍ୟ ସଂଖ୍ୟା ସର୍ବାଧିକ ୫୬୦୦ ଓ ସର୍ବନିମ୍ନ ୬୦ ଅଟେ । [[ଓଡ଼ିଶା ]] ବିଧାନ ସଭାର ସଭ୍ୟସଂଖ୍ୟା ୧୪୭ । ତନ୍ମଧ୍ୟରୁ ୨୨ ଓ ୩୪ ଆସନ ଯଥାକ୍ରମେ ଅନୁସୂଚିତ ଜାତି ବା (S.C) ଓ ଅନୂସୂଚିତ ଜନଜାତି ବା ଆଦିବାସୀ (S.T)ଙ୍କ ପାଇଁ ସଂରକ୍ଷିତ । ଅବଶିଷ୍ଟ ୯୧ଟି ସାଧାରଣ ବର୍ଗଙ୍କ ପାଇଁ ଉଦ୍ଦିଷ୍ଟ ।
== ସଦସ୍ୟ ନିର୍ବାଚନ ବ୍ୟବସ୍ଥା ==
ରାଜ୍ୟ ବିଧାନ ସଭାର ସଦସ୍ୟ ମାନେ ଭୋଟର ମାନଙ୍କ ଦ୍ଵାରା ପ୍ରତ୍ୟକ୍ଷ ଭାବରେ ନିର୍ବାଚିତ । [[ଭାରତ]]ର ନିର୍ବାଚନ ଆୟୋଗ ଏହି ନିର୍ବାଚନ କରାନ୍ତି । ସାଧାରଣତଃ ପ୍ରତି ପାଞ୍ଚ ବର୍ଷରେ ଥରେ ବା ଆବଶ୍ୟକ ସ୍ଥଳେ, ପାଞ୍ଚ ବର୍ଷ ପୂରନ ହେବା ପୂର୍ବରୁ ବିଧାନ ସଭା ଭଙ୍ଗ କରାଯାଇ ଯଥାଶିଘ୍ର (୬ ମାସ ମଧ୍ୟରେ) ନିର୍ବାଚନ କରାଯାଇ ନୂତନ ବିଧାନ ସଭା ଗଠନ କରାଯାଏ ।
 
ରାଜ୍ୟର ବିଧାନ ସଭାର ଆସନ ସଂଖ୍ୟା ଯେତିକି , ସେତିକି ସମାନ ସଂଖ୍ୟକ ଏକ-ସଭ୍ୟ ବିଶିଷ୍ଟ ଆଞ୍ଚଳିକ ନିର୍ବାଚନ ମଣ୍ଡଳୀରେ ପ୍ରତିରାଜ୍ୟକୁ ବିଭକ୍ତ କରାଯାଇଥାଏ । ପ୍ରତି ନିର୍ବାଚନ ମଣ୍ଡଳୀରୁ ଜଣେ ଲେଖାଏଁ ପ୍ରାର୍ଥୀ ପ୍ରତ୍ୟକ୍ଷ ନିର୍ବାଚନ ଜରିଆରେ ନିର୍ବାଚିତ ହୁଅନ୍ତି ।
 
ପ୍ରତି ଅଠର ବର୍ଷ ବା ତତୋଧିକ ବୟସ୍କ ସାବାଳକ ନାଗରିକ ଜଣେ ମତଦାତା ( ଭୋଟର) ହିସାବରେ ନିଜର ମତଦାନ ଅଧିକାର ନିର୍ବାଚନ ମାଧ୍ୟମରେ ସାବ୍ୟସ୍ତ କରି ନିଜ ନିର୍ବାଚନ ମଣ୍ଡଳୀରୁ ଜଣେ ପ୍ରାର୍ଥୀଙ୍କୁ ବିଧାନ ସଭାକୁ '''ଲୋକ-ପ୍ରତିନିଧି''' ବା ସଦସ୍ୟ (ଏମ:ଏଲ:ଏ) ଭାବେ ନିର୍ବାଚିତ କରନ୍ତି ।
 
== ସଭ୍ୟ ପଦପାଇଁ ଆବଶ୍ୟ୍କ ଯୋଗ୍ୟତା ==
ବିଧାନ ସଭାର ସଦସ୍ୟ ହେବାପାଇଁ ପ୍ରାର୍ଥୀଙ୍କର ନିମ୍ନଲିଖିତ ଯୋଗ୍ୟତାଥିବା ଥିବା ଆବଶ୍ୟକ ।
# ସେ ଜଣେ ଭାରତୀୟ ନାଗରିକ ହେଇଥିବେ ।
# ତାଙ୍କର ବୟସ ୨୫ ବର୍ଷରୁ କମ ହୋଇନଥିବ ।
# ସଂସଦ ଦ୍ଵାରା ପ୍ରଣୀତ ନିର୍ବାଚନ ଆଇନ ଦ୍ଵାରା ନିର୍ଦ୍ଧାରିତ ହୋଇଥିବା ଅନ୍ୟ ସମସ୍ତ ଯୋଗ୍ୟତା ସେହି ପ୍ରାତର୍ଥୀଙ୍କର ଥିବ ।
ତେବେ ବିଧାନସଭାର ସଭ୍ୟପଦ ପାଇଁ ଜଣେ ବ୍ୟକ୍ତି ଅଯୋଗ୍ୟ ଘୋଷିତ ହେବେ, ଯଦି :-
# ସେ କୌଣସି ସରକାରୀ ଲାଭଜନକ ପଦବୀରେ ଅବସ୍ଥାପିତ ହୋଇଥିବେ ।
# ସେ ମସ୍ତିସ୍କ ବିକୃତ ବୋଲି ନ୍ୟାୟାଳୟ ଦ୍ଵାରା ବିବେଚିତ ହୋଇଥିବେ ।
# ସେ ନିସ୍ଵ ହୋଇଥିବେ ।
# ସେ ଯଦି ଅନ୍ୟ ରାଷ୍ଟ୍ରର ନାଗରିକ ହୋଇଥିବେ ।
ସେ ସଂସଦ ଦ୍ଵରା ପ୍ରଣୀତ ଆଇନର ବ୍ୟବସ୍ଥାନୁସାରେ ଅଯୋଗ୍ୟ ବିବେତିତ ହୋଇଥିବେ ।
=== କାର୍ଯ୍ୟକାଳ ===
ବିଧାନସଭାର କାର୍ଯ୍ୟକାଳ ପାଞ୍ଚବର୍ଷ । ତେବେ ରାଜ୍ୟପାଳ ମୂଖ୍ୟମନ୍ତ୍ରୀଙ୍କ ପରାମର୍ଶକ୍ରମେ ବିଧାନ ସଭାକୁ ୫ ବର୍ଷ ସମୟ ସୀମା ପୂରଣ ହେବା ପୂର୍ବରୁ ଭାଙ୍ଗିଦେଇ ପାରନ୍ତି, ତେବେ ଏକ୍ଷେତ୍ରରେ ମୂଖ୍ୟମନ୍ତ୍ରୀଙ୍କ ପରାମର୍ଶ ସର୍ବଦା ରାଜ୍ୟପାଳ ଗ୍ରହଣ କରିବାକୁ ବାଧ୍ୟନୁହନ୍ତି । ଜାତୀୟ ଜରୁରୀ ପରିସ୍ଥିତି ଘୋଷିତ ହୋଇଥିଲେ ବିଧାନ ସଭାର କାର୍ଯ୍ୟକାଳ ପାଞ୍ଚବର୍ଷରୁ ଅଧିକ ୧ ବର୍ଷ ବୃଦ୍ଧି କରାଯାଇ ନ୍ପାରିବ । କିନ୍ତୁ ଜରୁରୀ ପରିସ୍ଥିତି ଉଠିଗଲେ, ବର୍ଦ୍ଧିତ କାର୍ଯ୍ୟକାଳା ୬ ମାସରୁ ଅଧିକ ହେବ ନାହିଁ
# କୋରମ୍ -ବିଧାନ ସଭାର ସର୍ବମୋଟ ସଭ୍ୟସଂଖ୍ୟାର ୧/୧୦ ଅଂଶ ସଭ୍ୟ ଗୃହରେ ଉପସ୍ଥିତ ରହିଲେ,ଗୃହ କାର୍ଯ୍ୟ ଚାଲେ । ଏହି ସର୍ବନିମ୍ନ ସଂଖ୍ୟକ ସଭ୍ୟଙ୍କର ଉପସ୍ଥିତିକୁ '''କୋରମ''' କୁହାଯାଏ ।
# ଅଧିବେଶନ - ବିଧାନ ସଭାର ଅଧିବେଶନ ବର୍ଷକୁ ଅନ୍ୟନ ଦୁଇଥର ବସେ ଓ ଦୁଇ ଅଧିବେଶନ ମଧ୍ୟରେ ବିରତି/ବିଶ୍ରାମ ସମୟ ୬ ମାସରୁୟ୍ ଅଧିକ ହୁଏ ନାହିଁ । ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ କ୍ରମେ ରାଜ୍ୟପାଳ ବିଧାନସଭାର ଅଧିବେଶନ ସମାପ୍ତି ଘୋଷଣା କରନ୍ତି । ଏବେ ବିଧାନ ସଭା ସାଧାରଣତଃ ବର୍ଷକୁ ତିନିଥର ବସୁଛି, ଯଥା - ବଜେଟ୍ ଅଧିବେଶନ, ବର୍ଷାକାଳୀନ ଓ ଶୀତ କାଳୀନ ଅଧିବେଶନ ।
 
== ଅଧ୍ୟକ୍ଷ ବା ବାଚସ୍ପତି ==
ବିଧାନ ସଭାର ଅଧ୍ୟକ୍ଷଙ୍କୁ ବାଚସ୍ପତି ଓ ଉପାଧ୍ୟକ୍ଷଙ୍କୁ ଉପବାଚସ୍ପତି କୁହାଯାଏ । ସେ ଦୁଇଜଣ ବିଧାନସଭାର ନିର୍ବାଚିତ ସଦସ୍ୟ ଅଟନ୍ତି । ଗୃହର ସଦସ୍ୟମାନଙ୍କ ଦ୍ଵାରା ସେମାନେ ନିର୍ବାଚିତ ହୁଅନ୍ତି । ପରମ୍ପରା ଅନୁସାରେ ବାଚସ୍ପତି ଓ ଉପ-ବାଚସ୍ପତି ନିର୍ଦ୍ଦ୍ଵନ୍ଦରେ ନିର୍ବାଚିତ ହୋଇଥାନ୍ତି । ବାଚସ୍ପତି ପଦ ଶାସକ ଦଳ ରଖନ୍ତି ଓ ଉପବାଚସ୍ପତି ପଦଟି ବିରୋଧୀଦଳ ନେଇଥାନ୍ତି । ବିରୋଧୀଦଳର ନେତାଙ୍କ ସହିତ ଆଲୋଚନା ମାଧ୍ୟମରେ ମୁଖ୍ୟମନ୍ତ୍ରୀ ବାଚସ୍ପତି ପଦପାଇଁ ବିରୋଧୀଦଳର ସହମତି ଆଣିଥାନ୍ତି । ବାଚସ୍ପତି ହେଉଛନ୍ତି ଗୃହର ନିର୍ବିବାଦୀୟ ଓ ନିରପକ୍ଷ ଅଧ୍ୟକ୍ଷ। ସେ ଗୃହର ସଭା କାର୍ଯ୍ୟ ଶୃଙ୍ଖଳାର ସହିତ ପରିଚାଳନା କରନ୍ତି । ଉଭୟ ବାଚସ୍ପତି ଓ ଉପବାଚସ୍ପତି ଗୃହର ସଦସ୍ୟମାନଙ୍କ ଦ୍ଵାରା ନିର୍ବାଚିତ ଓ ବହିଷୃତ ହୁଅନ୍ତି । ଜଣେ ଅନ୍ୟଜଣଙ୍କୁ ଲିଖିତ ଭାବରେ ଜଣାଇ ନିଜ ପଦରୁ ଇସ୍ତଫା ଦେଇଥାନ୍ତି । ବିଧାନ ସଭା ପାଞ୍ଚ ବର୍ଷର ସମୟସୀମା ପୂର୍ବରୁ ଭାଙ୍ଗିଗଲେ , ବାଚସ୍ପତି ପଦ ଶୂନ୍ୟ ରହେନାହିଁ । ନୂତନ ବିଧାନ ସଭା ବିଧିବଦ୍ଧ ଭାବରେ ଗଠିତ ହୋଇ ନୂତନ ବାଚସ୍ପତି ନିର୍ବାଚିତ ହେବା ପର୍ଯ୍ୟନ୍ତ ବାଚସ୍ପତି ନିଜ ଦାୟିତ୍ଵରେ ରହନ୍ତି । ୧୪ ଦିନ ପୂର୍ବରୁ ଲିଖିତ ସୂଚନା ଦେଇ ନିର୍ଦ୍ଦିଷ୍ଟ ପ୍ରଣାଳୀ ଅବଲମ୍ବନ ପୂର୍ବକ ଗୃହର ସଦସ୍ୟ ମାନେ ସଂଖ୍ୟା ଗରିଷ୍ଠ ସମର୍ଥନରେ ବାଚସ୍ପତିଙ୍କୁ ତାଙ୍କ ପଦରୁ ଅପସାରଣ କରନ୍ତି । ବାଚସ୍ପତିଙ୍କର ସ୍ଵତନ୍ତ୍ର ସଚିବାଳ୍ୟ ( ସେକ୍ରେଟେରୀଏଟ୍) ଅଛି ।
 
ଉଭୟ ବାଚସ୍ପତି ଓ ଉପ-ବାଚସ୍ପତି ଅନୁପସ୍ଥିତ ରହିଲେ, ସଭା କାର୍ଯ୍ୟ ପରିଚାଳନା ପାଇଁ ଏକ '''ଅଧ୍ୟକ୍ଷ ମଣ୍ଡଳୀ''' ରହିଛି । ତେବେ ବାଚସ୍ପତି ଅନୁପସ୍ଥିତ ରହିଲେ, ଉପବାଚସ୍ପତି ଗୃହକାର୍ଯ୍ୟ ଚଳାନ୍ତି । ବିଧାନ ସଭାର ବିଧି ଓ ନିୟମାବଳୀକୁ ବାଚସ୍ପତି ଅବତାରଣା କରି ନିଜର ଚୂଡାନ୍ତ ନିଷ୍ପତି ଦେଇଥାନ୍ତି । ବିବାଦୀୟ ବିଷୟରେ ସେ ଗୃହର ମତାମତ ଲୋଡନ୍ତି ଓ ସର୍ବଦଳୀୟ ବୈଠକ ଡାକନ୍ତି । ବାଚନିକ ଭୋଟଦାନ ଓ ଗୋପନୀୟ ଭୋଟଦାନ ପଦ୍ଧତି ଅନୁସରଣ କରି ସେ ଗୃହର ମତାମତ ଘୋଷଣା କରନ୍ତି । ଭୋଟଦାନରେ ସପକ୍ଷ ଓ ବିପକ୍ଷରେ ସମାନ ସଂଖ୍ୟକ ଭୋଟ ମିଳିଲେ, ବାଚସ୍ପତି ନିଜର ନିର୍ଣ୍ଣାୟକ ଭୋଟ ଦେଇଥାନ୍ତି ।
 
== କାର୍ଯ୍ୟାବଳି ==
==ଆଧାର==
{{ଆଧାର}}
== ବାହାର ତଥ୍ୟ ==
* [http://ws.ori.nic.in/ola/ Orissa Legislative Assembly website]
{{ଓଡ଼ିଶା }}