"ଦୂତୀବାହନ ଓଷା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Migrating 1 interwiki links, now provided by Wikidata on d:q6203428 (translate me)
ଅଧିକ ତଥ୍ୟ
୨୨ କ ଧାଡ଼ି:
 
ଆଶ୍ଵିନ କୃଷ୍ଣପକ୍ଷ ଅଷ୍ଟମୀ ଦିନ ଦୂତୀଆ ଓଷା ବା '''ଦୂତୀବାହନ ଓଷା''' ପାଳନ କରାଯାଏ ।<ref>{{cite web |url= http://newindianexpress.com/states/odisha/article1290244.ece |title=Pua Juintia: Celebrating a special bond - The New Indian Express |first= |last= |work=newindianexpress.com |year=2012 |quote=‘Dutibahana Osha’ is observed on Ashwina Krushna Pakhya Astami (eighth day of dark fortnight of Ashwina month as per the Odia calendar) |accessdate=2 November 2012}}</ref> <!--ଏହି ଅଷ୍ଟମୀକୁ ମୂଳାଷ୍ଟମୀ କହନ୍ତି--> । ସାଧାରଣତଃ ସଧବା ସ୍ତ୍ରୀ ଏହି ଓଷା କରିଥାନ୍ତି । ଏହାର ଅନ୍ୟନାମ '''ଜୀମୂତବାହନ ଉପବାସ''' । କେତେକ ସ୍ଥାନରେ ଭାଇମାନଙ୍କର ଶୁଭମନାସୀ ଭଉଣୀମାନେ ଏ ପ୍ରକାର ଓଷା କରୁଥିବାର ଦୃଷ୍ଟାନ୍ତ ରହିଛି । ଆଶ୍ଵିନ କୃଷ୍ଣପକ୍ଷ ଅଷ୍ଟମୀ ଦିନ ଏକବାର କରି ଓଷାର ବିଭିନ୍ନ ବିଧାନ କରିବାକୁ ହୋଇଥାଏ ।
==କିମ୍ବଦନ୍ତୀ==
ଆଶ୍ୱିନ କୃଷ୍ଣପକ୍ଷ ଅଷ୍ଟମୀକୁ ମୂଳାଷ୍ଟମୀ କୁହାଯାଏ ୤ ଏହିଦିନ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଦୂତିଆ ଓଷା ପାଳିତ ହୁଏ ୤ ଦୂତିବାହାନ ଏହି ଓଷାର ଦେବତା ୤ ପ୍ରଚଳିତ ଓଷା କଥା ଅନୁସାରେ ସେ ସୂର୍ଯ୍ୟଙ୍କର ପୁତ୍ର ଏବଂ ଜଣେ ବିଧବା ବ୍ରାହ୍ମଣୀ ଗର୍ଭରୁ ଜନ୍ମ ହୋଇଥିଲେ ୤ ଏହି ପ୍ରସଙ୍ଗରେ ଦୁଇଟି କଥା ରହିଛି ୤ ଗରିବ ବ୍ରାହ୍ମଣୀଟିଏ ଥାଏ ବାଳୁତ କାଳରୁ ବିଧବା ୤ ସାହା ଭରସା ହେବାକୁ ଦାସୀଟିଏ ରଖିଥାଏ୤ ସେମାନେ ଧାନକୁଟି ଚଳନ୍ତି୤ ଆଶ୍ୱିନ ମାସ ପିତୃପକ୍ଷ ପଡିଲା ୤ ରାଜା କୁଟୂତୁଣିମାନଙ୍କୁ ଡକାଇ ଧାନ ଦେଲେ ଏବଂ କୋଠ ଖନ୍ଦା କରି ଚାରିଦିନରେ ଚାଉଳ ଦେବାକୁ ବରାଦ ଦେଲେ ୤ ମେଘ ଉଠାଇଲା ୤ ଧାନ ଶୁଖାଇ ଚାଉଳ କରିଦେବା କଷ୍ଟ୤ ବ୍ରାହ୍ମଣୀଟି ସୂର୍ଯ୍ୟଦେବତାଙ୍କ ପାଖେ ଖରାକଲେ ଅଙ୍ଗଦାନ କରିବାକୁ ମାନସିକ କଲା୤ ସୂର୍ଯ୍ୟଦେବତା ତା’ଦାଣ୍ଡରେ ଖରାକଲେ ୤ ନିର୍ଦ୍ଦିଷ୍ଟ ସମୟରେ ସେ ରାଜାଘରେ ଚାଉଳ ଦେଲା ୤ କିନ୍ତୁ ସୂର୍ଯ୍ୟ ଦେବତା ନିର୍ଦ୍ଧାରିତ ରାତ୍ରିରେ ଅଙ୍ଗସଙ୍ଗ ପାଇଲେ ନାହିଁ ୤ ବ୍ରାହ୍ମଣୀଟି ତା’ଦାସୀକୁ ତା’ସ୍ଥାନରେ ଶୁଆଇ ଦେଇ ଆତ୍ମଗୋପନ କଲା ୤ ଦେବତା ଦାସୀ ଅଙ୍ଗ ସ୍ପର୍ଶ ନ କରି ନିରାଶ ହୋଇ ବାହୁଡିବା ବେଳେ ଲେଉଟିଆ ପଟାଳିରେ ପରିଶ୍ରା କରି ଦେଇଗଲେ ୤ ସେ ସେତେବେଳେ କାମାର୍ତ୍ତ ଅବସ୍ଥାରେ ଥିଲେ ୤ ସେଠି ଇଚ୍ଛାଶାଗ ଉଠିଲା ମନକୁ ମନ, ଗହଳିଆ ହୋଇ ଉଠିଥିବା ଲେଉଟିଆ ଶାଗ ଖାଇ ବ୍ରାହ୍ମଣୀ ଗର୍ଭବତୀ ହେଲା ୤ ବିଧବାର ଗର୍ଭବାସ ଏକ ଗର୍ହିତ ଅପରାଧ ୤ ସେ ସେଥିପାଇଁ ରାଜରୋଷ ଏବଂ ସାମାଜିକ ବାସନ୍ଦର ସମ୍ମୁଖୀନ ହେଲା ୤ ଆଶ୍ୱିନ କୃଷ୍ଣ ଅଷ୍ଟମୀ ଦିନ ତା’ର ପୁଅଟିଏ ହେଲା ୤ ମିଥୁନ ଲଗ୍ନରେ ହୋଇଥିଲା ୤ ତା’ର ନାମ ଦୂତିବାହାନ ରଖାଗଲା ‌୤ ପୁଅ କ୍ରମେ ବଡ ହୋଇ ଚାହାଳୀରେ ପଢିଲା ୤ ଦିନେ ତା’ର ଖଡି ଗୋଟାଳି ଗଡି ଯିବାରୁ ଜଣେ ସାଙ୍ଗକୁ ବଢାଇ ଦେବାକୁ ଅନୁରୋଧ କଲା୤ ସେ ପିଲାଟି ଦୋସାଧୁର ପୁଅ ୤ ତାକୁ ଖଡି ଗୋଟାଳି ବଢାଇ ଦେବାକୁ କହୁଥିବା ରାଣ୍ଡୀ ବ୍ରାହ୍ମଣୀ ପୁଅକୁ ସେ ଅଣବାପୁଆ ବୋଲି କହି ଅପମାନିତ କଲା ୤ ପୁଅ ଘରକୁ ଫେରି ତା’ର ଜନକ କିଏ ବୋଲି ଜାଣିବାକୁ ମାଆ ପାଖରେ ଦାବୀ କଲା ୤ ମାଆ ସୂର୍ଯ୍ୟୋଦୟ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ କହିଲେ ୤ ରାତି ପାହିଲା ୤ ଅରୁଣ ରଥରେ ବସି ସପ୍ତାଶ୍ୱ ବାହନ ସୂର୍ଯ୍ୟ ଆକାଶରେ ଦେଖାଦେଲେ ୤ ମାଆ ଚିହ୍ନାଇ ଦେଇ କହିଲେ – “ଇଏ ତୋ ବାପା ୤” ପୁଅ ଦୂତିବାହାନ ସୂର୍ଯ୍ୟଙ୍କୁ ଦେଖି ନମସ୍କାର କଲା ୤ ସୂର୍ଯ୍ୟ ହାତ ବଢାଇ କୋଳକୁ ଟେକି ନେଲେ ୤ କୋଳରେ ବସାଇ ନାନା ଅଳଙ୍କାର ପିନ୍ଧାଇ ଦେଲେ ୤ ଆକାଶରୁ ନାନା ଅଳଙ୍କାର ପାଟଶାଢୀ ଖସିଲା ୤ ଏହି ବିଚିତ୍ର ଦୃଶ୍ୟଦେଖି ବହୁ ସଂଖ୍ୟାରେ ଲୋକ ଜମିଗଲେ ୤ ଉପସ୍ଥିତ ନରନାରୀ ବିସ୍ମିତ ହେଲେ ୤ ପୁଅ ସୂର୍ଯ୍ୟଦେବଙ୍କୁ ପଚାରିଲା-“ବାପା ! ମୋର ମାଆ କାହିଁକି ଅସତୀ ବୋଲି ନିନ୍ଦା ପାଉଛନ୍ତି ? ଆପଣ ଯଦି ମୋର ବାପା ତେବେ ମୁଁ ଅଣବାବୁଆ ବୋଲି ଅପମାନିତ ହେଉଛି” ? ସୂର୍ଯ୍ୟଦେବ ଆଶ୍ୱସନା ଦେଇ କହିଲେ- “ତୋ ମାଆ ସତୀ ୤ କିଛିଦିନ ପରେ ତୁ ଓ ତୋ ମାଆ ପୃଥିବୀରେ ପୂଜା ପାଇବ ୤”
ଅନ୍ୟ କଥାଟି ହେଲା- ଗୋଟିଏ ଚିଲ ଏବଂ ଗୋଟିଏ ଶୃଗାଳ ଏହି ଓଷା ପାଳନ କରିଥିଲେ ୤ କେତେକ ସ୍ତ୍ରୀଲୋକ ଓଷାକୋଠି ପାଖରେ ବସି ଓଷା ପୂଜୁଥିବାରୁ ଦେଖି ସେମାନେ ଏଥିପ୍ରତି ମନ ବଳାଇଲେ ୤ ଓଷେଇତି ଓଷା ଶେଷରେ ଯେଉଁ ପୂଜା ଜିନିଷ ଫୋପାଡି ଦେଇଥିଲେ ତାହା ସେମାନେ ସଂଗ୍ରହ କଲେ ୤ ସେମାନେ ଛାଡି ଯାଇଥିବା ହଳଦୀ ଲଗାଇ ସ୍ନାନ କଲେ ୤ ଚିଲଟି ନିଷ୍ଠାର ସହିତ କାଷ୍ଠାରେ ଓଷା କଲା ‌୤ କିନ୍ତୁ ଶୃଗାଳଟି ଭୋକ ସମ୍ଭାଳି ପାରିଲାନାହିଁ ୤ ରାତି ଭିତରେ କୋରଡ ଭିତରେ ପଶି ମାଂସ ଖାଇଦେଲା ୤ ଚିଲ କିଛି ଜାଣିନପାରି ଶିଆଳକୁ ପଚାରିଲା- ‘ ଭଉଣୀ ତୁ ଏତେବେଳେ କ’ଣ କଡମଡ କରି ଚୋବାଉଛୁ ? ଶିଆଳ କହିଲା- କ’ଣ ଅଛି ଯେ ଚୋବାଇବି ? ଥଣ୍ଡାରେ ମୋ ଦାନ୍ତ କଡମଡ ଶବ୍ଦ ହେଉଛି ୤’ ପର ଜନ୍ମରେ ଓଷା ପ୍ରଭାବରୁ ଏହି ଚିଲ ଓ ଶୃଗାଳ ମଣିଷ ଜନ୍ମ ପାଇଲେ ୤ ଉତ୍ତମ କୁଳରେ ଦୁଇ ଭଉଣି ହୋଇ ଜନ୍ମ ହେଲେ ୤ ଶିଆଳ ବଡ ଭଉଣୀ ହେଲା, ଚିଲ ସାନ ଭଉଣୀ ଜନ୍ମ ହେଲା ୤ ବଡ ଭଉଣୀ ମନ୍ତ୍ରୀ ଓ ସାନ ଭଉଣୀ ସାଧବକୁ ବିବାହ କଲେ ୤ ପୂର୍ବ ଜନ୍ମରେ ବ୍ରତ ଖଣ୍ଡିତ କରିଥିବାରୁ ମନ୍ତ୍ରୀ ପତ୍ନୀ ପିଲାଛୁଆ ନହେବାରୁ କଷ୍ଟ ଓ ଦୁଃଖ ଅନୁଭବ କଲା ୤ କିନ୍ତୁ ସାଧବାଣୀ ପୁତ୍ରବତୀ ହୋଇ ସୁଖରେ କାଳ କଟାଇଲା ୤ ଫଳରେ ବଡ ଭଉଣୀ ସାନ ଭଉଣୀକୁ ଇର୍ଷା କଲା ୤ ସାନ ଭଉଣୀ, ମାନେ ସାଧବ ପତ୍ନୀର ସନ୍ତାନମାନେ ମାଉସୀ ଘରକୁ ଖେଳିବାକୁ ଯାଆନ୍ତି ୤ ବଡ ଭଉଣୀ ତଥା ମନ୍ତ୍ରୀ ପତ୍ନୀ ଶୀଳାବତୀ ସେମାନଙ୍କୁ ବିଭିନ୍ନ ଭାବରେ ହତ୍ୟା ହତ୍ୟା କରି ସାଧବ ସ୍ତ୍ରୀ ପାଖକୁ ହାଣ୍ଡି, ଚାଙ୍ଗୁଡି ଇତ୍ୟାଦିରେ ପ୍ରତିଥର ମୃତ ପୁତ୍ରଙ୍କର ଶରୀର ପଠାଏ ଏବଂ ଦୂତିବାହାନଙ୍କ ମହିମାରୁ ପୁଅମାନେ ଭଲରେ ଥାଆନ୍ତି ୤ ପଠା ହୋଇଥିବା ମାୟା ପୁତ୍ରମାନଙ୍କର ଶରୀର ନଡିଆ, ଆଖୁ, ଅଦା, ଚଣା ଇତ୍ୟାଦି ଖାଦ୍ୟ ପଦାର୍ଥ ପାଲଟନ୍ତି ୤ ସରଳ ସାଧବ ସ୍ତ୍ରୀ ଏକଥା ଜାଣିପାରେ ନାହିଁ ୤ ପୁଅମାନେ ଠିକ୍ ସମୟରେ ବାହୁଡନ୍ତି ଏବଂ ମାଉସୀ ପଠାଇଥିବା ଖାଦ୍ୟ ଖାଇ ଖୁସି ହୁଅନ୍ତି ୤ ବାରମ୍ବାର ମାରିବା ପରେ ପୁଅମାନେ ନ ମରିବାରୁ ଶୀଳାବତୀ ଆତଙ୍କିତ ହେଲା ୤ ଏହି ଅବସରରେ ମନ୍ତ୍ରୀ ଏକଥା ଜାଣି ତାକୁ ଭର୍ତ୍ସନା କଲେ ୤ ଶୀଳାବତୀକୁ ନେଇ ସାଧବାଣୀ ପାଖରେ କ୍ଷମା ମାଗିଲେ ୤ କିନ୍ତୁ ଦୂତିବାହାନ ସାଧବାଣିକୁ ପୂର୍ବରୁ ସ୍ୱପ୍ନରେ ସବୁକଥା କହିଦେଇଥିଲେ ୤ ସେ ଭଉଣୀ ଉପରେ ରାଗିଥିଲେ ମଧ୍ୟ ଦୂତିବାହାନଙ୍କ ଓଷାକରିଥିବାରୁ ସବୁ ପ୍ରକାରେ ସାହାଯ୍ୟ କଲା ୤ ସେମାନେ ଓଷା ପୂଜିବା ସମୟରେ ଦୂତିବାହାନ ସାତବର୍ଷର ପିଲା ବେଶରେ ଧନୁରେ ଜୁଈର କାଠିଶର ଜୋଖି ଶୀଳାବତୀକୁ କାଣ୍ଡ ବିନ୍ଧିଲେ ଓ ତା’ର ମଡିଛି ଦୋଷ ଭଗ୍ନ ହୋଇ ସେ ପୁତ୍ରବତୀ ହେଲା ୤ <ref>ସଂଚାର, ପୃଷ୍ଠା-୧୪, ୨୭ ସେପ୍ଟେମ୍ବର ୨୦୧୩</ref><ref>ଅରବିନ୍ଦ ପଟ୍ଟନାୟକ, ବ୍ରତ ସାହିତ୍ୟ, ପୃଷ୍ଠା-୫୧-୫୩, ISBN:81-7586-183-5</ref>
 
 
== ବିଧି ==