"ଅନନ୍ତ ଚତୁର୍ଦ୍ଦଶୀ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ଟିକେ ରୋବଟ୍: ପ୍ରସାଧନ ବଦଳ |
ଟିକେ Wikipedia python library |
||
୨୧ କ ଧାଡ଼ି:
|relatedto =
}}
ନାଗରାଜ ଅନନ୍ତ କ୍ଷୀରାବ୍ଧିଶାୟୀ ଶ୍ରୀବିଷ୍ଣୁଙ୍କ ସହଚର । ବିଚଳିତ ଧରଣୀ ମଣ୍ଡଳକୁ ନିଜ ମସ୍ତକରେ ଧାରଣ କରି ଭୂଭାଗକୁ ସ୍ଥିର ରଖିବାରେ ଅନନ୍ତଦେବ ସଦା ଜାଗ୍ରତ । ବିଶ୍ୱ କଲ୍ୟାଣ ପାଇଁ ସର୍ବଦା ଭକ୍ତମାନଙ୍କ ମନୋବାଞ୍ଛା ପୂରଣ କରନ୍ତି ଶେଷରୂପୀ ଅନନ୍ତ ଭଗବାନ । ମହାମୁନୀ କଶ୍ୟପ ଓ ଦକ୍ଷ –ପୁତ୍ରୀ କଦ୍ରୂଙ୍କଠାରୁ ଜନ୍ମିତ ଅନନ୍ତଙ୍କୁ ପୁରାଣମାନଙ୍କରେ ଶେଷ, ବାସୁକୀ ଓ ଶୋନସ ନାମରେ ସ୍ତୁତି କରାଯାଇଛି । ହରିବଂଶ ପୁରାଣ ମତରେ ଜନ୍ମ ପରେ ଅନନ୍ତଦେବ ମାତାଙ୍କୁ ପରିତ୍ୟାଗ କରି ବାୟୁଭକ୍ଷ ବ୍ରତ ଅବଲମ୍ବନ କଲେ । ଜିତେନ୍ଦ୍ରିୟ ରୂପେ ଅନନ୍ତ ଅନେକ ତୀର୍ଥ ଭ୍ରମଣ ପୂର୍ବକ କଠୋର ତପସ୍ୟା କରିଥିଲେ । ଉଗ୍ର ତପସ୍ୟାରେ ପ୍ରୀତ ହୋଇ ପିତାମହ [[ବ୍ରହ୍ମା]] ତାଙ୍କୁ ଅଭୟ ଆଶିର୍ବାଦ ପ୍ରଦାନ କରିବା ସହ ସେ ବିଚଳିତ ଧରଣୀକୁ ଧାରଣ କରି ଭୂମଣ୍ଡଳକୁ ସ୍ଥିର କରିବା ପାଇଁ ଆଦେଶ ଦେଇଥିଲେ । ସେବେଠାରୁ ଦେବକାର୍ଯ୍ୟ ପାଇଁ ଅନନ୍ତ ନିଜ ମସ୍ତକରେ ଭୂମଣ୍ଡଳକୁ ଧାରଣ କରିଛନ୍ତି । ଯେତେବେଳେ ଅନନ୍ତ ନିଜ ଶିର ଚାଳନ କରନ୍ତି ସେ ସମୟରେ ଭୂମିକମ୍ପ ଆଦି ପିତ୍ପାତ ଘଟେ ବୋଲି ବିଶ୍ୱାସ କରାଯାଏ । ଏହି ଅନନ୍ତଙ୍କୁ କୁଣ୍ଡଳି ଶଯ୍ୟାକରି କ୍ଷୀର ସାଗରରେ ଶ୍ରୀହରି ଯୋଗନିଦ୍ରା ରତ ଥିବା ସର୍ବତ୍ର ବର୍ଣ୍ଣନା କରାଯାଇଛି । ତ୍ରେତୟା ଯୁଗରେ ସୁମିତ୍ରା ନନ୍ଦନ ଲକ୍ଷ୍ମଣଙ୍କୁ ଶେଷନାଗଙ୍କ ଅବତାର ଭାବେ କୁହାଯାଇଥିବା ବେଳେ ଦ୍ୱାପରରେ ବଳଭଦ୍ର ବଳରାମ ଅନନ୍ତ ନାମରେ ପରିଚିତ । ବିଭିନ୍ନ ଯୁଗରେ ଭକ୍ତମାନେ ଅନନ୍ତ ଦେବଙ୍କଠାରୁ କୃପା ପ୍ରାପ୍ତ ହୋଇଛନ୍ତି । ଭାଦ୍ରବ ଶୁକ୍ଳ ଚତୁର୍ଦ୍ଦଶୀ ହେଉଛି ଅନନ୍ତ ଦେବଙ୍କ ବ୍ରତ ତିଥି । ସୁଖ ସୌହାର୍ଦ୍ଦ କାମନାକରି ଅନନ୍ତ ଚତୁର୍ଦ୍ଦଶୀ ତିଥିରେ ଉଭୟ ପୁରୁଷ ଓ ମହିଳାମାନେ ଏହି ଅନନ୍ତବ୍ରତ ପାଳନ କରନ୍ତି । ଥରେ ଆରମ୍ଭ କଲେ ୧୪ ବର୍ଷ ପର୍ଯ୍ୟନ୍ତ ଅତ୍ୟନ୍ତ ନିଷ୍ଠାର ସହିତ ଏହି ବ୍ରତ ପାଳନ କରାଯାଏ ବୋଲି ବ୍ରତ ପାଳନକାରୀମାନେ ମତ ଦିଅନ୍ତି । ଏହିଦିନ ପ୍ରତ୍ୟୁଷରୁ ସ୍ନାନ କରି ନୂତନ ବସ୍ତ୍ର ପରିଧାନ କରି ଶାଳଗ୍ରାମ ଶିଳା ବା ଧାତୁ ନିର୍ମିତ ଅନନ୍ତଙ୍କ ପ୍ରତିମାକୁ ପୂଜା କରାଯାଏ । ଅନନ୍ତ ଦେବଙ୍କ ପ୍ରତିମା ଚତୁର୍ଭୁଜ ବିଶିଷ୍ଟ ହେବା ଆବଶ୍ୟକ । ତାଙ୍କର ଶରୀର ଓ ବସ୍ତ୍ର ଶୁକ୍ଳବର୍ଣ୍ଣ । ନାନା ରତ୍ନାଳଙ୍କାର ସହିତ ଚାରିଭୁଜରେ ଶଙ୍ଖ ଚକ୍ର ଗଦା ଓ ପଦ୍ମ ଆଦି ଆୟୁଧ ମାନ ସେ ଧାରଣ କରିଥାନ୍ତି । ବ୍ରତ ପାଳନ ପାଇଁ ଇଚ୍ଛୁକ ବ୍ୟକ୍ତିମାନେ ସ୍ନାନ ଓ ଦୌତବସ୍ତ୍ର ପରିଧାନାନ୍ତେ ଗୋଟିଏ ପଦ୍ମ ମଣ୍ଡଳ ବା ଭଦ୍ର ମଣ୍ଡଳରେ ଶାଳଗ୍ରାମ ବା ଧାତୁ ପ୍ରତିମାଙ୍କୁ ରଖି ବିବିଧ ଉପଚାରରେ ପୂଜା କରାଯାଏ । ଏହି ସମୟରେ ଅଷ୍ଟକୁଳା ନାଗଙ୍କୁ ମଧ୍ୟ ପୂଜା କରାଯାଇଥାଏ । ପୁରୁଣାବ୍ରତକୁ ଫିଟାଇ କଞ୍ଚା କ୍ଷୀରରେ ପକାଇ ବିସର୍ଜନ କରିବା ପରେ ନୂଆ ବ୍ରତକୁ ଧାରଣ କରାଯାଏ । ପୁରୁଷମାନେ ଦକ୍ଷିଣ ଦସ୍ତ ବାହୁମୂଳ ଓ ସ୍ତ୍ରୀ ଲୋକମାନେ ବାମହସ୍ତ ବାହୁମୂଳରେ ଏହି ବ୍ରତକୁ ଧାରଣ କରି ବ୍ରତଧାରୀମାନେ କୁଶାଗ୍ରରେ ଚନ୍ଦନ ଦ୍ୱାରା ସର୍ପାକୃତି ଅନନ୍ତଙ୍କ ପ୍ରତିମା ନିର୍ମାଣ କରି ଏହା ଧୋଇ ସେହି ଉଦକ ପାନ କରନ୍ତି । ଏହି ବ୍ରତ ଅତୀବ ପୁଣ୍ୟପ୍ରଦ ଅଟେ । ପାପାଚରଣ ନକରି ଧାର୍ମିକ ଜୀବନ ଚର୍ଯ୍ୟା ପାଇଁ ମଧ୍ୟ ଏହି ଅନନ୍ତବ୍ରତରୁ ଉପଦେଶ ମିଳେ । ଭବିଷ୍ୟ ପୁରାଣରେ ଶ୍ରୀକୃଷ୍ଣ ଓ ଯୁଧିଷ୍ଠିର ସମ୍ବାଦରେ ଏହି ବ୍ରତର ମାହାତ୍ମ୍ୟ ବିଶେଷ ଭାବେ ବର୍ଣ୍ଣନା କରାଯାଇଛି । ଚତୁବର୍ଗ ଫଳ ଲାଭ ପାଇଁ କି କି ବ୍ରତ ପାଳନୀୟ ବୋଲି ଯୁଧିଷ୍ଠିରଙ୍କ ପ୍ରଶ୍ନରେ ଶ୍ରୀକୃଷ୍ଣ ଏହି ଅନନ୍ତବ୍ରତ ପାଳିବାକୁ ତାଙ୍କୁ ଉପଦେଶ ଦେଇଥିଲେ । ବ୍ରତ ଅନୁଯାୟୀ ସତ୍ୟଯୁଗରେ ବିଶିଷ୍ଟ ଗୋତ୍ରରେ ସିମନ୍ତ ନାମରେ ଜଣେ ବ୍ରାହ୍ମଣ ଥିଲେ । ତାଙ୍କର ପତ୍ନୀ ଥିଲେ ଭୃଗୁ କନ୍ୟା ଦୀକ୍ଷା । ଉଭୟଙ୍କ ମିଳନରୁ ସୁଶୀଳା ନାମରେ ଏକ କନ୍ୟା ଜନ୍ମିଥିଲା । ଦିନାନ୍ତରେ ଜ୍ଜର ରୋଗରେ
== ଆଧାର ==
|