"କାର୍ତ୍ତିକ ପୂର୍ଣ୍ଣିମା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ସଜାଣି
ଟିକେ Wikipedia python library
୨୨ କ ଧାଡ଼ି:
କିମ୍ବଦନ୍ତୀ ରହିଛି ଯେ ରାକ୍ଷସ ଜଳନ୍ଧର ନିଜ ସତୀ ସ୍ଵାଧୀ ପତ୍ନୀ ତୁଳସୀଙ୍କ ପାତିବ୍ରତ୍ୟ ବଳରେ ବଳୀୟାନ ହୋଇ ଉଠିଥିଲା ଏବଂ ବୃନ୍ଦାବତୀଙ୍କ ସତୀତ୍ଵ ଅମ୍ଳାନ ରହିଥିବା ପର୍ଯ୍ୟନ୍ତ ଦେବତାମାନେ ବହୁ ଚେଷ୍ଟା ସତ୍ତ୍ଵେ ଜଳନ୍ଧର କୌଣସି ଅନିଷ୍ଟ କରିପାରି ନଥିଲେ ।
== ବିଶେଷତା ==
ଆକାଶଦୀପ ପ୍ରତିଷ୍ଠା ପବିତ୍ର କାର୍ତ୍ତିକ କୃତ୍ୟର ଆଉ ଏକ ମହତ୍ତ୍ଵପୂର୍ଣ୍ଣ ଅବଦାନ । କାର୍ତ୍ତିକ ମାସ ବେଳକୁ ପିତୃପକ୍ଷ ଆରମ୍ଭ ହୋଇଯାଇଥାଏ । ପ୍ରେତପୁରୁଷ ତଥା ପିତୃଗଣଙ୍କୁ ପଥ ପ୍ରଦର୍ଶନ ଏବଂ ସେମାନଙ୍କ ଅନ୍ଧକାରାଚ୍ଛନ୍ନ ଦୁର୍ଗମ ପଥକୁ ଆଲୋକିତ କରିବା ସକାଶେ ଉଚ୍ଚ ସ୍ଥାନରେ ଏହି ପ୍ରଦୀପ ପ୍ରଜ୍ଜଳନ ବିଧି ପ୍ରଚଳିତ । ତେଣୁ ପ୍ରାୟତଃ ପ୍ରତ୍ୟେକ ଗ୍ରାମରେ ଏକ ଉଚ୍ଚ ବାଉଁଶ ଖୁଣ୍ଟ ଉପରେ ପ୍ରତି ସନ୍ଧ୍ୟାରେ ଆକାଶଦୀପ ରଖାଯାଉଥାଏ । [[ପୂର୍ଣ୍ଣିମା]] ଅବକାଶରେ କଦଳୀପଟୁଆ ନିର୍ମିତ ଡଙ୍ଗା ଭସାଇବାର ବିଧି ପ୍ରଚଳିତ। ସେ ଦିନ ପ୍ରତ୍ୟୁଷରୁ ଆବାଳ- ବୃଦ୍ଧା- ବନିତା ନଦୀ ବା ପୁଷ୍କରଣୀରେ ବୁଡ ପକାଇ କଦଳୀ ବାହୁଙ୍ଗା ବା ସୋଲ ତିଆରି ଖେଳଣା ଡଙ୍ଗାରେ ଦୀପ ଜାଳି ଏବଂ ସେଥିରେ ପାନଗୁଆ ଥୋଇ ସେସବୁ ଭସାଇ ଦିଅନ୍ତି । ଏହି ସମୟରେ ସମସ୍ତେ ଉତ୍ ଫୁଲ୍ଲିତ ଚିତ୍ତରେ ଗାନ କରନ୍ତି ''' ଆ କା ମା ବୈ, ପାନ ଗୁଆ ଥୋଇ ପାନ ଗୁଆ ତୋର, ମାସକ ଧରମ ମୋର ।''’ ଏହି ଅବସରରେ ପ୍ରତ୍ୟେକ ପୁଣ୍ୟ ଅର୍ଜନ ସକାଶେ ମନାସ କରିଥାନ୍ତି । ବିଶ୍ଵାସ ରହିଛି ଯେ ଏହିଦିନ ପ୍ରତ୍ୟୁଷରୁ ସ୍ନାନପୂର୍ବକ ଦେବଦର୍ଶନ କଲେ ସମସ୍ତ ପ୍ରକାର ପାପ ନାଶ ହୋଇଥାଏ । [[ଆଷାଢ଼]], [[କାର୍ତ୍ତିକ]], [[ମାଘ]] ଓ [[ବୈଶାଖ]]- ଏଇ ଚାରିମାସ ହେଉଛି ସୂର୍ଯ୍ୟଙ୍କର ଅୟନାନ୍ତ କାଳ । ସମ୍ଭବତଃ ଏହି ଅୟନାନ୍ତ ଦିବସମାନଙ୍କରେ ସୌରଦେବଙ୍କ ଉପାସନା କରାଯାଏ । ପୌରାଣିକ ଅନୁଧ୍ୟାନରୁ ଏହି ଚାରିମାସ ଧର୍ମ ଦୃଷ୍ଟିରୁ ଶୁଭପ୍ରଦ ଏବଂ ଦେବଦେବୀଙ୍କ ଉପାସନା ସକାଶେ ଅତ୍ୟନ୍ତ ଅନୁକୂଳ । ତେଣୁ ଏହି ଚାରିମାସର ଆଦ୍ୟବର୍ଣ୍ଣ ‘ ଆ କା ମା ବୈ ’ ଜନଜୀବନକୁ ଯେ ପ୍ରଭାବିତ କରୁ ନ ଥିବ ତାହା କୁହାଯାଇ ନପାରେ । ହୁଏତ ଗଙ୍ଗା ବା ଲକ୍ଷ୍ମୀନାରାୟଣ ଉପାସନା କରିବା ଛଳରେ ଓଡ଼ିଶାର ନରନାରୀ ଜଳରେ ସ୍ଵଦେଶ ସଂସ୍କୃତିର ପ୍ରତୀକ ଉପାସନା ସାମଗ୍ରୀ '' ତାମ୍ବୁଳ, ଅକ୍ଷତ ଓ ତିଳ '' ନିକ୍ଷେପ ପୂର୍ବକ ପ୍ରତିଦାନ ସ୍ଵରୂପ ଦେବତାଙ୍କ ଠାରୁ ପୁଣ୍ୟ କାମନା କରିଥାନ୍ତି I ଏହି ଅବକାଶରେ ଶ୍ୟାମଦେଶ (ଥାଇଲ୍ୟାଣ୍ଡ )ରେ କଦଳୀପଟୁଆ ନିର୍ମିତ ଛୋଟଛୋଟ ଡଙ୍ଗା ଭସାଇବା ପରମ୍ପରା ଏବେ ମଧ୍ୟ ପ୍ରଚଳିତ I ଏହି ପୂର୍ଣ୍ଣିମା ଅବକାଶରେ ପ୍ରାଚୀନ ଉତ୍କଳର ରାଜଧାନୀ ଐତିହାସିକ କଟକନଗରୀ ଉପକଣ୍ଠସ୍ଥ ବାରବାଟୀ ଦୁର୍ଗ ନିକଟବର୍ତ୍ତୀ ପଡିଆରେପଡ଼ିଆରେ ଅନୁଷ୍ଠିତ [[ବାଲିଯାତ୍ରା]]ର ଭୂମିକା ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ । ଏହା ଓଡ଼ିଶାର ଏକ ପ୍ରଧାନ ଉତ୍ସବ । ଉତ୍କଳର ବିଲୁପ୍ତ ନୌପରମ୍ପରା ସହିତ ଏହାର ସଂପୃକ୍ତି ବହୁଭାବରେ ସ୍ଵୀକୃତ । କାର୍ତ୍ତିକ ପୂର୍ଣ୍ଣିମା ''' ବୋଇତ ବନ୍ଦାଣ ଦିବସ ''' ନାମରେ ମଧ୍ୟ ଖ୍ୟାତ । ବହୁ ପୁରାକାଳରୁ ଏହି ଉତ୍ସବ ପାଳିତ ହୋଇଆସୁଛି ।<ref>ସମାଜ, ପୃଷ୍ଠା- ୭, ୧୮- ୨୪.୧୧.୧୨</ref>
 
== ଆଧାର ==