"ବ୍ରଜନାଥ ରଥ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ଟିକେ re-categorisation |
ଟିକେ Wikipedia python library |
||
୪୩ କ ଧାଡ଼ି:
କବି ବ୍ରଜନାଥ ରଥଙ୍କ ଜନ୍ମ ୧୯୩୬ ମସିହା, ଜାନୁଆରୀ ୧୨ ବାଲେଶ୍ଵର ସହରର ସୁନହଟଠାରେ । ତାଙ୍କ ପିତାଙ୍କ ନାମ ବିଶ୍ଵନାଥ ରଥ ଏବଂ ମାତାଙ୍କ ନାମ ତାରାମଣି ଦେବୀ । ବ୍ରଜନାଥ ହିଁ ତାଙ୍କର ଏକମାତ୍ର ଜୀବିତ ସନ୍ତାନ । ଚତୁର୍ଥ ଶ୍ରେଣୀ ଯାଏ ବ୍ରଜନାଥ ଘରେ ପଢିଥିଲେ । ପଞ୍ଚମ ଶ୍ରେଣୀରେ ତାଙ୍କର ନାମ ଲେଖାହେଲା ତତ୍କାଳୀନ ଭିକ୍ଟୋରିଆ ଜୁବିଲି ମଧ୍ୟ ଇଂରାଜୀ ସ୍କୁଲରେ । ସେହି ସ୍କୁଲରେ ବାପା ଶିକ୍ଷକ ଥିବାରୁ ତାଙ୍କ ଇଛା ଅନୁସାରେ ସେ ବହି, ପତ୍ରପତ୍ରିକା ଆଦି ପଢୁଥିଲେ । ସ୍ଵାଧୀନଭାବେ ଚଳିବାର, ଲେଖିବାର ଓ ନିଜର ମତପ୍ରକାଶ କରିବାର ମାନସିକତା ତାଙ୍କର ତିଆରି ହୋଇଥିଲା ଏଇ ସ୍କୁଲ ଜୀବନରୁ ।
୧୯୪୫ ରେ ସୁନହଟ ନିକଟରେ ଜାପାନୀ ବୋମା
୧୯୪୮ରେ ବାଲେଶ୍ଵର ଜିଲ୍ଲା ସ୍କୁଲରେ ନାମ ଲେଖାଇଲେ ସେ । ସେହି ସମୟରେ, ବର୍ତ୍ତମାନର ପ୍ରସିଦ୍ଧ କବି ଓ କଥାକାର [[ମନୋଜ ଦାସ]] ମଧ୍ୟ ନାମ ଲେଖାଇଥିଲେ । ତାଙ୍କର ପ୍ରକାଶିତ କବିତା '[[ଶତାଦ୍ଧୀର ଆର୍ତ୍ତନାଦ ଓ ବିପ୍ଳବୀ ଫକୀରମୋହନ]]' ପ୍ରଚ୍ଚୋଦିତ କରିଥିଲା ବ୍ରଜନାଥଙ୍କୁ କବିତା ଲେଖିବା ପାଇଁ । ନବମ ଶ୍ରେଣୀ ରେ ପଢୁଥିଲାବେଳେ (୧୯୫୧), [[ଡଗର (ପତ୍ରିକା)|ଡଗର ପତ୍ରିକା]]ରେ ପ୍ରକାଶ ପାଇଥିଲା ତାଙ୍କର ପ୍ରଥମ କବିତା 'ବ୍ୟର୍ଥତା' । ୧୯୫୨ ରେ ସେ ମାଟ୍ରିକ ପାଶ କଲେ । ତାପରେ ନାମ ଲେଖାଇଲେ [[ଫକୀରମୋହନ କଲେଜ]]ରେ । ସେତେବେଳେ ବାଲେଶ୍ଵର ଜିଲ୍ଲା ସ୍କୁଲରେ ଚାଲୁଥାଏ [[ଫକୀରମୋହନ କଲେଜ]] । ଫକୀରମୋହନ ସାହିତ୍ୟ ପରିଷଦ ବି ଗଠିତ ହୋଇସାରିଥାଏ । ଅନୁଷ୍ଠାନର ଉତ୍ସବକୁ ଆସୁଥିବା ଓଡ଼ିଶା ଓ ଓଡ଼ିଶା ବାହାରର ବହୁ କବି ଏବଂ ବିଦ୍ଵାନ ପଣ୍ଡିତଙ୍କ ପ୍ରତ୍ୟକ୍ଷ ଓ ପରୋକ୍ଷ ସଂସ୍ପର୍ଶରେ ଆସି ବ୍ରଜନାଥଙ୍କ କାବ୍ୟ-ପ୍ରତିଭା ବିକଶିତ ହୋଇଥିଲା ।
|