"ସୂର୍ଯ୍ୟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟିକେ Wikipedia python library
୫ କ ଧାଡ଼ି:
== ଆମେ ବାସି ସୂର୍ଯ୍ୟ ଦେଖୁ ==
[[ଫାଇଲ:Sun01.jpg|thumb|ସୂର୍ଯ୍ୟ]]
କୌଣସି ବସ୍ତୁଠାରୁ ଆଲୋକ ଆସି ଆମ ଆଖିରେ ପଡିଲେପଡ଼ିଲେ ଆମେ ସେହି ବସ୍ତୁକୁ ଦେଖିପାରୁ । ବସ୍ତୁ ଉପରୁ ଆଲୋକ ଆସି ଆମ ପାଖରେ ପହଁଞ୍ଚିବା ପାଇଁ କିଛି ସମୟ ଲାଗେ । କାରଣ ଆଲୋକର ନିର୍ଦ୍ଦିଷ୍ଟ ବେଗ ରହିଛି । ଆମେ ଚାଲି ଚାଲି ଗଲେ ଏକ ଘଣ୍ଟାରେ ଯିବା ୧୦ କି ୧୨ କିଲୋମିଟର । ସାଇକେଲ ଚଢି ଗଲେ ଏକ ଘଣ୍ଟାରେ ଯିବା ୨୦ କିଲୋମିଟର । ବସ୍ ରେ ଗଲେ ଏକ ଘଣ୍ଟାରେ ଯିବା ୫୦ କିଲୋମିଟର । ଟ୍ରେନ୍ ଏକ ଘଣ୍ଟାରେ ଯାଏ ୧୦୦ କିଲୋମିଟର । ଉଡାଜାହାଜ ଏକ ଘଣ୍ଟାରେ ଯାଏ ୫୦୦ କିଲୋମିଟର । କିନ୍ତୁ ଆଲୋକ ମାତ୍ର ଏକ ସେକେଣ୍ଡରେ ଯାଏ ୩ ଲକ୍ଷ କିଲୋମିଟର । ସତ କହିଲେ [[ଆଲବର୍ଟ ଆଇନଷ୍ଟାଇନ|ଆଲବର୍ଟ ଆଇନଷ୍ଟାଇନଙ୍କ]] ମତରେ ଆଲୋକର ବେଗ ସର୍ବାଧିକ । ତଥାପି ଆଲୋକର ବେଗ ଯେତେ ହେଉନା କାହିଁକି ଅସୀମ ନୁହେଁ । ଅର୍ଥାତ୍ ଆଲୋକ କିଛି ଦୂରତା ଅତିକ୍ରମ କରିବା ସକାଶେ ସମୟ ଦରକାର । ସେଇୟା ହୁଏ । ସୂର୍ଯ୍ୟଠାରୁ କିରଣ ଆସି ଆମ ପାଖରେ ପହଁଞ୍ଚିବା ପାଇଁ କିଛି ସମୟ ଲାଗେ ।
 
ସୁର୍ଯ୍ୟଠାରୁ ଆମ ପୃଥିବୀର ଦୂରତା ୧୫ କୋଟି କିଲୋମିଟର । ସୂଯ୍ୟପୃଷ୍ଠରୁ କିରଣ ଆସି ଆମ ପାଖରେ ପହଁଞ୍ଚିବା ପାଇଁ ପ୍ରାୟ ୫୦୦ ସେକେଣ୍ଡ ବା ୮ ମିନିଟ୍ ୨୦ ସେକେଣ୍ଡ ସମୟ ଲାଗେ । ତେଣୁ ଯେଉଁ ସୁର୍ଯ୍ୟକୁ ଆମେ ଦେଖୁ, ତାହା ସେତେବେଳର ସୁର୍ଯ୍ୟ ନୁହେଁ । ବରଂ ୮ ମିନିଟ୍ ୨୦ ସେକେଣ୍ଡ ତଳର ସୁର୍ଯ୍ୟ । ସକାଳ ୮ଟା ବେଳେ ସୂର୍ଯ୍ୟପୃଷ୍ଠରୁ ବାହାରିଥିବା ଆଲୋକ ୮ ମିନିଟ୍ ୨୦ ସେକେଣ୍ଡ ପରେ ଅର୍ଥାତ୍ ୮ଟା ୮ ମିନିଟ୍ ୨୦ ସେକେଣ୍ଡ ବେଳେ ଆସି ଆମଠାରେ ପହଁଞ୍ଚେ । ତେଣୁ ଆମେ ସବୁବେଳେ ୮ ମିନିଟ୍ ୨୦ ସେକେଣ୍ଡ ତଳର ବାସି ସୂର୍ଯ୍ୟ ଦେଖୁ । ପୃଥିବୀରେ ରହି ବର୍ତ୍ତମାନର ସୂର୍ଯ୍ୟକୁ ବର୍ତ୍ତମାନ ଦର୍ଶନ କରିବାର ଭାଗ୍ୟ ଆମର ନାହିଁ । ବର୍ତ୍ତମାନର ସୂର୍ଯ୍ୟକୁ ଦର୍ଶନ କରିବା ସକାଶେ ଆମକୁ ପୁଣି ୮ ମିନିଟ୍ ୨୦ ସେକେଣ୍ଡ ଅପେକ୍ଷା କରିବାକୁ ପଡିବପଡ଼ିବ
 
== କୋଟି କୋଟି ସୂର୍ଯ୍ୟ ==
"https://or.wikipedia.org/wiki/ସୂର୍ଯ୍ୟ"ରୁ ଅଣାଯାଇଅଛି