"ଦୁର୍ଗା ପୂଜା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୧୧ କ ଧାଡ଼ି:
|begins = [[ଆଶ୍ୱିନ]] ଶୁକ୍ଳପକ୍ଷ [[ଷଷ୍ଠୀ]]
|ends = ଆଶ୍ୱିନ ଶୁକ୍ଳପକ୍ଷ [[ଦଶମୀ]]
|date2013 =
|date201୪ = ୦୪ October <ref>{{cite web|title=Durga Puja Dates|url=http://www.durgapuja.net/durga-puja-dates/|accessdate=17 July 2012}}</ref>
|date2014 = ୩୦ସେପ୍ଟେମ୍ବର - ୩ ଅକ୍ଟୋବର
|date2015 =
|celebrations =
|observances =
Line ୧୭ ⟶ ୧୯:
}}
 
ମହିଷାସୁରମର୍ଦିନୀ ମା’ ଦୁର୍ଗାଙ୍କର ବିଜୟ ଗାଥାର ନିଦର୍ଶନ ଦେବୀ ଭାଗବତ, ମାର୍କଣ୍ଡେୟ ପୁରାଣ ଆଦିରେ ବର୍ଣ୍ଣିତ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ।ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ [[ବ୍ରହ୍ମା]]ଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀ[[ବିଷ୍ଣୁ]] ଓ [[ଶିବ|ଶିବଙ୍କ]]ଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜ ଦ୍ଵାରା [[ଦୁର୍ଗା]]ଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ। ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷ ରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳ ଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗ ଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟ ରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାହୁଏ ।
ତ୍ରେତୟା ଯୁଗରେ ରାବଣକୁ ପରାସ୍ତ କରିବାହେତୁ [[ରାମ|ରାମଚନ୍ଦ୍ର]] [[ଚୈତ୍ର]] ବଦଳରେ [[ଆଶ୍ଵିନ]]ରେ ଏହି ପୂଜା କରିଥିଲେ, ସେବେଠାରୁ ଏହା ଉଭୟ ଚୈତ୍ର ବାସନ୍ତୀ ନବରାତ୍ର ଓ ଆଶ୍ଵିନ ଶାରଦ ନବରାତ୍ର ଭାବେ ବିଦିତ ଓ ଉଭୟ ସମୟରେ ଦେବୀଙ୍କ ମହାପୂଜା ପ୍ରଚଳିତ । ନବମୀ ର ପରବର୍ତ୍ତୀ ଦିନ ବିଜୟଉତ୍ସବ ବା ବିଜୟାଦଶମୀ ପାଳିତ ହୁଏ,ଏହା ଦେବତାମାନଙ୍କ ଦ୍ଵାରା ମା ଦୁର୍ଗାଙ୍କ ଯୁଦ୍ଧ ପରବର୍ତ୍ତୀ ବିଜୟାଭିଷେକର ପରମ୍ପରାକୁ ସୂଚାଏ । <ref>http://www.theholidayspot.com/durgapuja/akalbodhan.htm</ref>
 
Line ୨୩ ⟶ ୨୫:
-->
== କିମ୍ବଦନ୍ତୀ ==
ଭାରତରେ ପ୍ରତିବର୍ଷ ଦୁଇଥର ଦେବୀ ଦୁର୍ଗାଙ୍କର ପୂଜା ଅନୁଷ୍ଠିତ ହୁଏ Iଶରତ। ଶରତ ଋତୁରେ ଆଶ୍ୱିନ ମାସ ଶୁକ୍ଳ ପକ୍ଷର ପୂଜାକୁ ‘ଦେବୀ ପୂଜା’ ଏବଂ ବସନ୍ତ ଋତୁରେ ଚୈତ୍ରମାସ ଶୁକ୍ଳ ପକ୍ଷର ପୂଜାକୁ ‘ବାସନ୍ତୀ ପୂଜା’ କୁହାଯାଏ I ଯେଉଁ ମା’ର ଶସ୍ୟ ଆହାର କରି ମାନବ ଜୀବିକା ନିର୍ବାହ କରେ, ସେହି ଧରିତ୍ରୀ ରାଣୀର ବୟଃପ୍ରାପ୍ତିରେ ଉତ୍ ଫୁଲ୍ଲଉତ୍‌ଫୁଲ୍ଲ ହୋଇ ଜନ-ମାନସ ବାସନ୍ତୀ ଦୁର୍ଗାଙ୍କ ପୂଜାର ଆୟୋଜନ କରେ, ମାତ୍ର ଏକ ସାର୍ବଜନୀନ ପୂଜା ରୂପେ ଶାରଦୀୟ ଦେବୀପୂଜା ହିଁ ଅଧିକ ଲୋକପ୍ରିୟତା ଅର୍ଜନ କରିଅଛି I ଏହି ମହାନ୍ ଶାରଦୀୟ ପର୍ବ ଭାରତର ପୁରପଲ୍ଲୀରେ ଦଶହରା ପର୍ବରୂପେ ପାଳନ କରାଯାଏ I ଏହି ପର୍ବର ମୂଳ ଲକ୍ଷ୍ୟ ହେଉଛି ଦେବୀ ଉପାସନା I ଦୁର୍ଗାପୂଜା ପରି ଦଶହରା ପର୍ବ ମଧ୍ୟ ବର୍ଷକରେ ଦୁଇଥର ପାଳନ କରାଯାଏ I ଜ୍ୟେଷ୍ଠମାସ ଶୁକ୍ଳଦଶମୀ ହେଉଛି ଗଙ୍ଗାମାତାଙ୍କର ଜନ୍ମଦିବସ I ଏହିଦିନ ଗଙ୍ଗାପୂଜା କରି ଗଙ୍ଗାନଦୀରେ ସ୍ନାନ କଲେ ତ୍ରିବିଧ ପାପ ଖଣ୍ଡନ ହୁଏ ବୋଲି ଏହି ତିଥିକୁ ‘ଦଶହରା’ ବା ‘ଦଶବିଧ’ ପାପହରଣ ଦିବସ କୁହାଯାଏ I ଏହି ତିଥିଟି ଲୋକମୁଖରେ ‘ଗଙ୍ଗା ଦଶହରା’ ନାମରେ ପରିଚିତ I ଅନ୍ୟ ଦଶହରା ପର୍ବଟି ଆଶ୍ୱିନ ମାସ ଶୁକ୍ଳପକ୍ଷ ଦଶମୀ ତିଥିରେ ପାଳିତ ହୁଏ I ଏହି ଦୁର୍ଗାପୂଜାର ଶେଷ ଦିବସ I ଏହି ଦଶହରା ପର୍ବ ଭାରତରେ ସର୍ବଜନବିଦିତ ପର୍ବ I ତେଣୁ ‘ଦଶହରା’ କହିଲେ ସମସ୍ତ ଆଶ୍ୱିନ ଶୁକ୍ଳ ଦଶମୀକୁ ହିଁ ବୁଝନ୍ତି I ଏହି ପବିତ୍ର ଦଶହରା ଦିବସରେ ରାମଚନ୍ଦ୍ର ମାତୃଶକ୍ତି ବନଦୁର୍ଗାଙ୍କୁ ସ୍ତୁତି କରି ରାବଣର ନିଧନ ଉଦ୍ଦେଶ୍ୟରେ ଲଙ୍କା ଅଭିମୁଖେ ବିଜୟଯାତ୍ରା କରିଥିବାରୁ ଏହି ତିଥିକୁ ‘ବିଜୟା ଦଶମୀ’ କୁହାଯାଏ I ପୁଣି ଏହି ଦିବସର ଅବ୍ୟବହିତ ପୂର୍ବରୁ ସିଂହବାହିନୀ ଆଦ୍ୟା ଶକ୍ତି ଦୁର୍ଗା ଦୁର୍ଦ୍ଦମନୀୟ ମହିଷାସୁରକୁ ବଧ କରି ଦେବତାମାନଙ୍କର ମଙ୍ଗଳ ବିଧାନ କରିଥିଲେ I ଦେବୀଙ୍କ ସହ ଦାନବମାନଙ୍କର ଯୁଦ୍ଧ କନ୍ୟାମାସ ବା ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀଠାରୁ ଶୁକ୍ଳପକ୍ଷ ନବମୀ ପର୍ଯ୍ୟନ୍ତ ଷୋଳଦିନ ଧରି ଚାଲିଥିଲା I ଶୁକ୍ଳ ଅଷ୍ଟମୀ ଓ ନବମୀ ତିଥିରେ ମହାମାରୁ ହୋଇଥିଲା I ମହିଷାସୁର ସମେତ ସମସ୍ତ ଅସୁର ବଂଶ ନିପାତ ହେଲେ I ମହାମାରୁ ନବମୀ ରାତିର ଅନ୍ଧକାର ସହ ତ୍ରୈଲୋକ୍ୟରୁ ଅମଙ୍ଗଳର ଛାୟା ଅପସରି ଗଲା, ଶୁକ୍ଳ ଦଶମୀରେ ସବୁପ୍ରକାର ଶୁଭକାର୍ଯ୍ୟର ଆରମ୍ଭ ହେଲା I ଏହିଦିନ ଜଗତର ଦୁଃଖ ହରଣ ହୋଇଥିବାରୁ ଏହା ‘ଦୁଃଖହା ଦଶମୀ’ ନାମରେ ଖ୍ୟାତି ଲାଭ କରିଅଛି ବୋଲି ଆଦିକବି ଶୂଦ୍ରମୁନି ସାରଳା ଦାସ ‘ଚଣ୍ଡୀପୁରାଣ’ରେ ଲେଖିଛନ୍ତି I ‘ଦୁଃଖହା ଦଶମୀ’ ଦିନ ମହାଦଶାରୁ ଉଦ୍ଧାର ପାଇ ଦେବତାମାନେ ମହାଶକ୍ତି ବ୍ରହ୍ମମୟୀ ଦୁର୍ଗତିନାଶିନୀ ଦୁର୍ଗାଙ୍କୁ ସ୍ତୁତି କରିଥିବାରୁ ଏହି ତିଥିରେ ଦୁର୍ଗାଙ୍କର ଆରାଧନା କରାଯାଏ I ପୁଣି

ଦେବୀ ମାହାତ୍ମ୍ୟ’ରୁମାହାତ୍ମ୍ୟ’ ଜଣାଯାଏ-ମତେ: ‘ଚଣ୍ଡୀ’ ଶୁଣି ରାଜ୍ୟଭ୍ରଷ୍ଟ ରାଜା ସୁରଥଙ୍କର ମୋହ ତୁଟିଯିବା ପରେ ସେ ଦୁର୍ଗାପୂଜାର ପରମ୍ପରା ସୃଷ୍ଟି କରିଥିଲେ I ଦେବୀପୀଠଗୁଡିକରେଦେବୀପୀଠଗୁଡ଼ିକରେ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀଠାରୁ ଶୁକ୍ଳପକ୍ଷ ନବମୀ ପର୍ଯ୍ୟନ୍ତ ଷୋଳଦିନ ବ୍ୟାପୀ ପୂଜା ଅନୁଷ୍ଠିତ ହୁଏ I ଏହାକୁ ଷୋଳପୂଜା କୁହାଯାଏ I ଶୁକ୍ଳପକ୍ଷ ସପ୍ତମୀ ଦିନ ମୃଣ୍ମୟୀ ପ୍ରତିମା ଓ ଘଟ ସ୍ଥାପିତ ହୁଏ I ଅଷ୍ଟମୀଦିନ ମହାଷ୍ଟମୀ ପୂଜା ଓ ବଳିଦାନ କରାଯାଏ I ‘ବଳି’ ଶବ୍ଦର ଅର୍ଥ ହେଉଛି ଉପହାର I ଜଗତଜନନୀଙ୍କୁ ସନ୍ତୁଷ୍ଟ କରିବା ପାଇଁ କିଛି ଉପହାର ଦେବାକୁ ପଡେ I ତେଣୁ ଦେବୀପୂଜାରେ ବଳିଦାନର ବ୍ୟବସ୍ଥା ରହିଅଛି I ନବମୀ ଦିନ ରକ୍ତମୁଖା ଦେବୀଙ୍କୁ ଶାନ୍ତ କରିବା ପାଇଁ ଶାନ୍ତି ବୋଦା ପଡେ I ଦଶମୀ ଦିନ ମହା ସମାରୋହରେ ମୃଣ୍ମୟୀ ଦେବୀ ପ୍ରତିମା ଓ ଘଟ ବିସର୍ଜନ କରାଯାଏ I ପୁରୀଠାରେ ଦଶହରା ପରଦିନ ଦୁର୍ଗାଙ୍କର କ୍ରୋଧାନ୍ୱିତା ଶକ୍ତି ‘ଗୋସାଣୀ ଯାତ’ ଏବଂ ଏହି ତିଥିକୁ ଗୋସାଣୀ ଏକାଦଶୀ କୁହାଯାଏ I ଶାରଦୀୟ ଦୁର୍ଗାପୂଜାରେ ମହାସ୍ନାନ ବଳି ଏବଂ ହୋମର ବ୍ୟବସ୍ଥା ଥିବାରୁ ଏହାକୁ ‘ମହାପୂଜା’ ମଧ୍ୟ କୁହାଯାଏ I ବିବିଧ କାରଣରୁ ଦଶହରା ପର୍ବ ପାଳନ କରାଯାଉଥିବାରୁ ଏହା ଏକ ମହାନ ପାର୍ବଣରେ ପରିଣତ ହୋଇଅଛି I ଏହି ପର୍ବର ମହତ୍ତ୍ୱ ବିଷୟରେ ଦେବୀ ପୁରାଣରେ କୁହାଯାଇଛି ଯେ ଏହା ଏକ ମହାନ, ପବିତ୍ର ବ୍ରତ ଏବଂ ଏହି ବ୍ରତ ପାଳନ କଲେ ସିଦ୍ଧି ଲାଭ ହୁଏ ଓ ଶତ୍ରୁମାନେ ପରାଜିତ ହୁଅନ୍ତି I କୁରୁକ୍ଷେତ୍ର ଯୁଦ୍ଧ ଆରମ୍ଭର ପୂର୍ବରୁ ଶ୍ରୀକୃଷ୍ଣ ପାଣ୍ଡବମାନଙ୍କୁ ବନଦୁର୍ଗାଙ୍କର ଆରାଧନା କରିବା ପାଇଁ ଉପଦେଶ ଦେଇଥିଲେ I ଇତିହାସ ପ୍ରସିଦ୍ଧ ଛତ୍ରପତି ଶିବାଜୀ ମଧ୍ୟ ମୋଗଲମାନଙ୍କ ସହ ଯୁଦ୍ଧ କରିବା ସମୟରେ ଦୁର୍ଗାଙ୍କର ଉପାସନା କରିଥିଲେ I ଦଶହରା ପର୍ବରେ ଦେବୀଙ୍କ ଶକ୍ତିର ପ୍ରତିଷ୍ଠା ପାଇଁ ଖଡ୍ ଗ ପୂଜା କରାଯାଏ I ଦଶହରା ଦିନ ଗୁରୁବାର ପଡ଼ିଲେ ଗୃହିଣୀମାନେ ପରିବାରର ମଙ୍ଗଳ ଲାଗି ସୁଦଶାବ୍ରତ ପାଳନ କରି ଗୃହଲକ୍ଷ୍ମୀଙ୍କ ପୂଜା କରନ୍ତି I ଭାଦ୍ରବ ମାସ ଶୁକ୍ଳ ଷଷ୍ଠୀଠାରୁ ଆରମ୍ଭ ହୋଇଥିବା ସୋମନାଥ ବ୍ରତର ଉଦ୍ ଯାପନ ପର୍ବ ମଧ୍ୟ ଦଶହରା ତିଥିରେ ପାଳିତ ହୁଏ I ପରମ- ଈଶ୍ୱରୀ ଦେବୀ ଦୁର୍ଗା ବିଶ୍ୱର ସକଳ ବସ୍ତୁରେ ପରିବ୍ୟାପ୍ତ I ସେ ମହାବିଦ୍ୟା, ମହାମାୟା ମହାଯୋଗେଶ୍ୱରୀ I ତାଙ୍କର ‘କ୍ଷର’ ବା ଶେଷ ନଥିବାରୁ ସେ ‘ଅକ୍ଷରା’ I<ref>ସମାଜ ରବିବାର, ପୃଷ୍ଠା- ୭, ଅକ୍ଟୋବର ୨୧- ୨୭, ୨୦୧୨</ref>
 
ଦେବୀ ଭାଗବତର ମତେ, ରାବଣର ନିଧନ ପାଇଁ ବ୍ରହ୍ମାଙ୍କ ପରାମର୍ଶ ମତେ ଶ୍ରୀରାମ ବସନ୍ତ କାଳରେ ଦେବୀପୂଜା କରିବାକୁ ଚାହିଁଲେ୤ଚାହିଁଲେ। କାରଣ, ଶରତକାଳ ଅକାଳ, ଆଷାଢ‍଼ ଶୁକ୍ଳ ଏକାଦଶୀ (ହରିଶୟନ ଏକାଦଶୀ) ଠାରୁ ହେମନ୍ତ ଶୁକ୍ଳ ଏକାଦଶୀ ପର୍ଯ୍ୟନ୍ତ ଦେବତାମାନେ ନିଦ୍ରା ଯାଆନ୍ତି ବ୍ରହ୍ମାଙ୍କ ନିର୍ଦ୍ଦେଶ ମତେ ଶ୍ରୀରାମଚନ୍ଦ୍ର କନ୍ୟାରାଶିର ଶୁକ୍ଳପକ୍ଷ ଷଷ୍ଠୀ ତିଥିରେ ଦେବୀଙ୍କ ଅକାଳ ବୋଧନ ନିମନ୍ତେ ପୂଜାର ଆୟୋଜନ କରିଥିଲେ୤କରିଥିଲେ । ଶ୍ରୀରାମ ଧ୍ୟାନ ବଳରେ, ଦେବୀ କୁମାରୀ ରୂପରେ ବିଲ୍ଵବୃକ୍ଷ ଶାଖାରେ ଶାୟିତ ଥିବା ଜାଣିପାରି, ସକାଳେ କଳ୍ପାରମ୍ଭ ଓ ସନ୍ଧ୍ୟାବେଳେ ବିଲ୍ଵବୃକ୍ଷମୂଳେ ଆରମ୍ଭ କଲେ ଦେବୀଙ୍କ୍ ବୋଧନ ଏହାପରେ ସପ୍ତମୀ ତିଥିରେ ଦେବୀଙ୍କୁ ଷୋଡ଼ଶ ଉପଚାରରେ ପୂଜା କଲେ ସେତେବେଳେ ମଧ୍ୟ ଦେବୀ ସୁପ୍ତ ଅବସ୍ଥାରେ ଥିବାରୁ ଅଷ୍ଟମୀ ତିଥିରେ ଯୋଗିନୀଗଣଙ୍କୁ ଆହ୍ଵାନ କରି ଦେବୀଙ୍କୁ ପୁଣି ପୂଜା କଲେ୤କଲେ । ଆଗତ ଯୋଗିନୀଗଣଙ୍କ କୋଳାହଳରେ ଦେବୀ କେବଳ କଡ଼ ଲେଉଟାଇ ପୁଣି ଶୋଇଲେ ଏହା ପରେ ଅଷ୍ଟମୀର ଶେଷ ଓ ନବମୀର ଆରମ୍ଭ ବା ସନ୍ଧିକ୍ଷଣ ସମୟରେ ଶ୍ରୀରାମଚନ୍ଦ୍ର କଲେ ସନ୍ଧିପୂଜା୤ସନ୍ଧିପୂଜା । ଅଷ୍ଟମୀର ଚବିଶ ମିନଟ ଓ ନବମୀର ଚବିଶ ମିନଟ, ଏହିପରି ମୋଟ ଅଠଚାଳିଶ ମିନଟ ଧରି ଦେବୀ ଚାମୁଣ୍ଡାଙ୍କର ଏହି ବିଶେଷ ସନ୍ଧିପୂଜା କରିଥିଲେ୤କରିଥିଲେ । ଶ୍ରୀରାମ ଚାମୁଣ୍ଡାଙ୍କୁ ଆବାହନ କରି ଦେବୀ ଦୁର୍ଗାଙ୍କୁ ଉଠାଇବା ପାଇଁ ନିବେଦନ କଲେ ଚାମୁଣ୍ଡାଙ୍କ ସହଯୋଗ ଫଳରେ ନବମୀ ତିଥିରେ ଦେବୀ ଦୁର୍ଗା ଜାଗ୍ରତ ହେଲେ୤ହେଲେ । ଏତିକିବେଳେ ସେ ଦେବୀଙ୍କୁ କୁମାରୀ ରୂପରେ ଦର୍ଶନ କରି ଯୋଗିନୀମାନଙ୍କ ସହିତ ବିଶେଷ ପୂଜା କରି ଏକାସାଙ୍ଗେ ଶହେଆଠ ନୀଳପଦ୍ମ ଅର୍ପଣ କରିଥିଲେ୤କରିଥିଲେ । ସେହି ଦିନଠାରୁ କୁମାରୀ ରୂପୀ ଦେବୀଙ୍କର ପୂଜାର ଆରମ୍ଭ୤ଆରମ୍ଭ । <ref>ଗିରିଜା ମଞ୍ଜରୀ ପାଢ଼ୀ, [[ଧରିତ୍ରୀ (ଖବରକାଗଜ)|ଧରିତ୍ରୀ]], ୨୨-୧୦-୧୨, ପୃଷ୍ଠା: ୨</ref>
 
== ଘଟପୂଜା ପରମ୍ପରା ==
ଶରତକାଳୀନ ଦୁର୍ଗା ହେଉ ଅଥବା ବାସନ୍ତି ଦୁର୍ଗାପୂଜା, ଏଥିରେ ମୂର୍ତ୍ତି ସ୍ଥାପନ କରାଯାଇ ଜୀବନ୍ୟାସ କର୍ମ ସହ ପୂଜା ନିୟମ ପ୍ରଣୟନ ହେଉଥିଲେ ମଧ୍ୟ ଘଟସ୍ଥାପନ ଜନିତ ପୂଜା ଆବହମାନ କାଳରୁ ପ୍ରଚଳିତ I ବିଭିନ୍ନ ଭାବରେ ମୂର୍ତ୍ତିପୂଜାର ଆଦର ବଢିଥିଲେ ମଧ୍ୟ ମୂଳ ତତ୍ତ୍ୱକୁ ବାଦ ଦେବା ସମ୍ଭବ ହୋଇନାହିଁ I ବାସନ୍ତୀ ଦୁର୍ଗାପୂଜା ବିଶେଷ ଭାବେ ପାଳିତ ହୋଇ ନ ଥାଏ I ଅନ୍ୟପକ୍ଷରେ ଶରତକାଳୀନ ଦୁର୍ଗାପୂଜା ଏବେ ସାର୍ବଜନୀନ ପୂଜାର ସ୍ୱୀକୃତି ପାଇଛି, କିନ୍ତୁ ଉଭୟ ପୂଜା ଏବଂ ତା’ର ବିଧାନ ପ୍ରାୟତଃ ସମାନ I
 
ଶରତକାଳୀନ ପୂଜା ଏବଂ ବାସନ୍ତୀପୂଜା ବ୍ୟତୀତ ଦକ୍ଷିଣ ଓଡ଼ିଶାରେ ଅନ୍ୟ ଦିନରେ ମା’ଙ୍କର ସ୍ୱପ୍ନାଦେଶ ଅଥବା ଆଜ୍ଞାମାଳ ପରିପ୍ରେକ୍ଷୀରେ ବିଧିବ୍ୟବସ୍ଥା ଅନୁଯାୟୀ ମଧ୍ୟ ମା’ଙ୍କର ପୂଜା ଅର୍ଚ୍ଚନା କରାଯାଏ I ଏଠାରେ ମଧ୍ୟ ଘଟ ସ୍ଥାପନ ଏବଂ ଘଟପୂଜା ଦେଖିବାକୁ ମିଳେ I ଏପରିକି ଘଟକୁ ମୁଣ୍ଡରେ ଧରି ପରିକ୍ରମା କରାଯିବାର ବିଧି ରହିଛି I
 
ମୂର୍ତ୍ତିପୂଜା ମାତ୍ର ଦୁଇଶହ ବର୍ଷ ଭିତରେ ଦେଖିବାକୁ ମିଳିଲା I ତେବେ ପ୍ରଥମେ ଧାତୁ ନିର୍ମିତ ମୂର୍ତ୍ତି ଦେଖିବାକୁ ମିଳୁଥିଲା ବେଳେ ମାତ୍ର ୧୦୦ ରୁ ୧୫୦ ବର୍ଷ ମଧ୍ୟରେ ମାଟି ନିର୍ମିତ ମୂର୍ତ୍ତିର ବ୍ୟାପକ ପ୍ରସାର ଘଟିଛି I କିନ୍ତୁ ପ୍ରାରମ୍ଭରୁ ପ୍ରଚଳିତ ଘଟପୂଜା ଏବେ ବି ଅନୁଷ୍ଠିତ ହେଉଛି I ଆମର ସଂସ୍କୃତି ଅନୁଯାୟୀ ବିଭିନ୍ନ ପୂଜା ପଞ୍ଚଭୂତ ଉପରେ ଆଧାରିତ I ତାହା ହେଉଛି କ୍ଷିତ୍, ଅପ୍, ମରୁତ୍ ଏବଂ ବ୍ୟୋମ୍ I ମନୁଷ୍ୟ ପ୍ରଥମେ ମାଟିକୁ ପୂଜାକଲା I କାରଣ ଏହି ମାଟି ତାକୁ ରହିବା ପାଇଁ ଆଶ୍ରୟ ଦେଲା ଏବଂ ସେହିମାଟିରୁ ଉତ୍ପାଦିତ ଫଳ ଖାଇ ସେ ବଞ୍ଚିଲା I ସେହିପରି [[ଜଳ]] (ଅପ୍)କୁ ଜୀବନ ବୋଲି କହିଲା I ସେ ଜାଣିଥିଲା ଜଳ ବିନା ଜୀବନ ଅସମ୍ଭବ I ତେଣୁ ଭିନ୍ନ ଭିନ୍ନ ଜଳାଶୟ ବା ନଦୀକୂଳରେ ଗଢିଉଠିଲା ଜନବସତି I ପରବର୍ତ୍ତୀ ସମୟରେ କେତେକ ନଦୀ ତୀର୍ଥକ୍ଷେତ୍ର ରୂପେ ପରିଗଣିତ ହେଲେ I ତେଜର ମୂର୍ତ୍ତିମନ୍ତ ରୂପ ସୂର୍ଯ୍ୟଙ୍କୁ ଈଶ୍ୱର ଭାବେ ଗ୍ରହଣ କରାଗଲା I ଅବଶ୍ୟ ଅଗ୍ନିକୁ ଗ୍ରହଣ କଲା ଏହାପରେ I ପବନ (ମରୁତ) ଏବଂ ଆକାଶ (ବ୍ୟୋମ)କୁ ମଧ୍ୟ ନିଜର ପୂଜ୍ୟ ଭାବେ ସ୍ୱୀକୃତି ଦିଆଗଲା I ସମୟର ଧାରାରେ ଏହି ପଞ୍ଚଭୂତ ଯାହା ସହ ସମ୍ପର୍କିତ ସେମାନଙ୍କୁ ମଧ୍ୟ ଈଶ୍ୱରୀୟ ସତ୍ତାର ଅଂଶ ବା ଈଶ୍ୱର ଭାବେ ଗ୍ରହଣ କରାଯାଇଛି I ଯେପରି ବୃକ୍ଷକୁ ବୃକ୍ଷଦେବତା ଏବଂ ଶିଳା, ଧାତୁ ପ୍ରଭୃତି ପୂଜନୀୟ ହେଲେ I ଏହି ମହାପଞ୍ଚଭୂତମନଙ୍କ ଧର୍ମଗତ ସ୍ୱଭାବ ହେଲା- ଶବ୍ଦ, ସ୍ପର୍ଶ, ରୂପ, ରସ ଏବଂ ଗନ୍ଧ I ପୁନଃ ଏଗୁଡିକଏଗୁଡ଼ିକ ଆମର ପଞ୍ଚଇନ୍ଦ୍ରୀୟ ଅର୍ଥାତ୍ କର୍ଣ୍ଣ, ଚର୍ମ, ଚକ୍ଷୁ, [[ଜିହ୍ଵା]] ଓ ନାସା ଦ୍ୱାରା ଗୃହିତ ହୋଇଥାନ୍ତି I
 
ବର୍ତ୍ତମାନ ଦେଖିବା ଏହି ଘଟରେ ଆମେ କେଉଁ କେଉଁ ଦେବତାଙ୍କୁ ଆବାହନ କରିଥାଉ I ଅବଶ୍ୟ ଜଳରେ ଗଙ୍ଗା, ଯମୁନା, ଗୋଦାବରୀ, ସରସ୍ୱତୀ, ନର୍ମଦା, ସିନ୍ଧୁ ଏବଂ କାବେରୀର ପବିତ୍ର ଭାବଧାରାକୁ ସମ୍ମିଶ୍ରଣ କରାଯାଏ I ଗୋଟିଏ ଘଟ ମଧ୍ୟରେ ଅର୍ଥାତ ବିନ୍ଦୁ ମଧ୍ୟରେ ସିନ୍ଧୁର ପରିକଳ୍ପନା ହୋଇଥାଏ I ସେହିପରି ବିଘ୍ନ ବିନାଶକ ଗଣନାୟକ, ଜଳର ଦେବତା ବରୁଣ, ଇନ୍ଦ୍ର ଏବଂ ଦଶଦିଗପାଳ, ସୂର୍ଯ୍ୟଙ୍କ ସହ ନବଗ୍ରହ ଏବଂ ଗ୍ରାମଦେବତୀଙ୍କୁ ଆବାହନ କରି ଘଟରେ ସ୍ଥାପନା କରାଯାଇ ପୂଜା କରାଯାଏ I ଅନ୍ୟ ପକ୍ଷରେ ଘଟ ମୁଖରେ ଶିବ, କଣ୍ଠରେ ବିଷ୍ଣୁ, ତଳ ଭାଗରେ ବ୍ରହ୍ମା, ମଧ୍ୟଭାଗରେ ଅଷ୍ଟାଦଶ ମାତୃଗଣ, କୁକ୍ଷୀରେ ସପ୍ତସାଗର, ସପ୍ତଦ୍ୱୀପ ପୃଥିବୀ ଏବଂ ଉଦରରେ ସମସ୍ତ ତୀର୍ଥକୁ ସ୍ମରଣ କରି ପୂଜା କରାଯାଏ I<ref>[[ଧରିତ୍ରୀ (ଖବରକାଗଜ)|ଧରିତ୍ରୀ]], ତା:୦୭/୧୦/୨୦୦୮, ପୃଷ୍ଠା: ୦୬</ref>
 
== ପୂଜାବିଧି ==
[[ଫାଇଲ:Choudhri bazar Durga puja.jpg|thumb|ଚୌଧୁରୀ ବଜାର,କଟକ]]
ଜନ୍ମାଷ୍ଟମୀ ଅବସରରେ ନଦୀରୁ ମାଟି ଉଦ୍ଧାର କରାଯାଏ,ଯାହା ଦଶହରାର ପ୍ରଥମ ବିଧି।ଏହା ପରେ କାରୀଗର ମାନେ ମୂର୍ତ୍ତି ଗଠନରେ ବ୍ୟସ୍ତ ରୁହନ୍ତି । ପବିତ୍ର ମହାଳୟା ଅବସରରେ ମା’ ଙ୍କ ମୃଣ୍ମୟ ମୂର୍ତ୍ତିରେ ଖଡିଖଡ଼ି ଚଢାଯାଏ । ମହାଳୟା ଠାରୁ ପ୍ରକୃତ ଦୁର୍ଗାପୂଜା ଆରମ୍ଭ ହୁଏ । କାରଣ ଏହି ଦିନ ଠାରୁ ଦୁର୍ଗାପୂଜା ମଧ୍ୟରେ ୧୦ ଦିନ ସମୟ ରହିଥାଏ, ଯାହା ପୁରାଣ ଶାସ୍ତ୍ରରେ ଦଶହରା ବୋଲି କୁହାଯାଇଛି । ପ୍ରକୃତ ପୂଜାବିଧି ଷଷ୍ଠୀ ଠାରୁ ଦଶମୀ ପର୍ଯ୍ୟନ୍ତ ଦେଖିବାକୁ ମିଳେ ।
* ଷଷ୍ଠୀ: ଅଧିବାସ, ବିଲ୍ୱବରଣ, ମା’ ଙ୍କୁ ସ୍ଵାଗତ କରିବାକୁ ଯାଇ ଷଷ୍ଠୀ ପୂଜାରେ ବେଲବରଣୀ କରାଯାଏ । ବେଲଗଛ ପାଖରେ ଏହି ପୂଜା ସମ୍ପନ୍ନ କରାଯାଏ । ଶେଷରେ ରାତ୍ରୀ କାଳରେ ଦେବୀ ପ୍ରତିମାର ଚକ୍ଷୁରେ ରଙ୍ଗ ଦେଇ ଚକ୍ଷୁଦାନ ସମ୍ପନ୍ନ ହୁଏ ଓ ମନ୍ତ୍ରଦ୍ୱାରା ପ୍ରାଣ ପ୍ରତିଷ୍ଠା କରାଯାଏ <!--ଏହା ମା’ ଙ୍କ ବିଶେଷ ପୂଜାବିଧି, ଶାସ୍ତ୍ରକହେ ଏଥିରେ କୈଣସି ଅବହେଳା ହେଲେ ଅନିଷ୍ଟ ଘଟିବା ସୁନିଶ୍ଚିତ ।-->
* ସପ୍ତମୀ: ସପ୍ତମୀରେ ନବପତ୍ରିକା ପୂଜା କରାଯାଏ, ଯେଉଁ ଥିରେ କଦଳୀ, ସାରୁ, ମାଣସାରୁ, ହଳଦୀ, ଅଶୋକ, ଡାଳିମ୍ବ, ବେଲ, ଜୟନ୍ତି ଓ ଧାନ ଏହି ନଅ ଜାତି ପତ୍ରଦ୍ଵାରା ଦୁର୍ଗାଙ୍କର ଗୋଟିଏ ମୁର୍ତ୍ତି ଗଠନ କରି ପୂଜା କରିବାର ବିଧି <ref>ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ, ପୃଷ୍ଠା: ୪୧୩୪ </ref> ଏହା ପରେ ମହାସ୍ନାନ ବିଧି ସମ୍ପନ୍ନ ହୁଏ । ଚଣ୍ଡିପାଠହୋମ: ଦେବୀମାହାତ୍ମ୍ୟ (ମାର୍କଣ୍ଡେୟ ପୂରାଣାନ୍ତର୍ଗତ ଦୁର୍ଗାଙ୍କ ବିଷୟ ବର୍ଣ୍ଣନାତ୍ମକ ଗ୍ରନ୍ଥ) ଗ୍ରନ୍ଥର ଆବୃତ୍ତି ସହ ହୋମ ଓ ପୁଷ୍ପାଞ୍ଜଳୀ ପ୍ରଦାନ କରାଯାଏ ।
* ଅଷ୍ଟମୀ: ଅଷ୍ଟମୀରେ ହୁଏ ମା’ ଙ୍କ ମୂଖ୍ୟ ସନ୍ଧିପୂଜା । ମହାଷ୍ଟମୀର ଶେଷ ଦଣ୍ଡ ଓ ମହାନବମୀର ଆଦ୍ୟ ଦଣ୍ଡର ମଧ୍ୟକାଳୀନ ସମୟକୁ ସନ୍ଧି ସମୟ କୁହାଯାଏ ଶାସ୍ତ୍ର ବିଧି ଅନୁସାରେ ଶାରଦୀୟ ଓ ବାସନ୍ତୀ ଦୁର୍ଗାପୂଜାରେ ଏହି ସନ୍ଧି କାଳହିଁ ଦେବୀଙ୍କୁ ବଳି ଦେବର ପ୍ରଶସ୍ତ ସମୟ ଏହି ସମୟରେ ମା’ ଙ୍କ ପାଖରେ ବଳି ଦିଆଯାଏ । ପୂର୍ବରୁ ଜୀବମାନଙ୍କୁ ବଳି ଦିଆଯାଉଥିଲା, ଆଜିକାଲି ଲାଉ, ପାଣିକଖାରୁ ଓ ବୋଇତିକଖାରୁ ବଳି ଦିଆଯାଉଛି । ଓଡ଼ିଶାରେ ଏହିଦିନ ମହିଳାମାନେ [[ଶାଢ଼ୀ]], ଫେଣୀ ଇତ୍ୟାଦି ଆଣି ମା’ ଙ୍କ ପାଖରେ ଭୋଗ କରିସାରିବା ପରେ ନୂଆ ବସ୍ତ୍ର ପରିଧାନ କରିଥାନ୍ତି ।
* ନବମୀ: ନବମୀ ପୂଜାରେ ମା’ଙ୍କ ପୀଠରେ ମାଛ ଭୋଗ ହେଇଥାଏ।କଟକର ଅଲିଶାବଜାର, ଚାନ୍ଦିନୀ ଚୌକ ପ୍ରଭୃତି କେତେକ ପୂଜା କମିଟି ନବମୀ ପୂଜାରେ ବଡ଼ ଧରଣର ମାଛଭୋଗ କରିଥାନ୍ତି ।
* ଦଶମୀ: ଘଟ ବିସର୍ଜନ ଓ ଭସାଣି । ଦଶମୀ ପୂଜା ମା’ଙ୍କ ଅନ୍ତିମ ପୂଜାର୍ଚ୍ଚନା ଅପରାଜିତା ପୂଜା ଏହି ଦିବସର ସ୍ଵାତନ୍ତ୍ର । ଓଡ଼ିଶାର କେତେକ ଅଞ୍ଚଳରେ ଅପରାଜିତା ଫୁଲରେ ମା’ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦେବାକୁ ଯାଇ ସାହିର ମହିଳାମାନେ ଝିଅ ବିଦାକଲା ଭଳି କାନ୍ଦବୋବାଳି କରିଥାନ୍ତି । ଏହା ସହିତ ମହିଳା ମାନେ ସିନ୍ଦୁର ଖେଳ କରିଥାନ୍ତି।ଅନେକକରିଥାନ୍ତି । ଅନେକ ସ୍ଥାନରେ ସିନ୍ଦୁର ଖେଳ ପ୍ରତିଯୋଗିତା ହୁଏ । ଏହି ଦିବସର ପ୍ରମୁଖ ଭୋଗ ଦହି ପଖାଳ ।
== ଆହୁରି ଦେଖନ୍ତୁ ==
* [[ଦୁର୍ଗା]]
 
== ଆଧାର ==
{{ଆଧାର}}
 
== ଅଧିକ ତଥ୍ୟ ==
<!-- {{Sister project links}} -->
* {{Dmoz|Society/Religion_and_Spirituality/Hinduism/Festivals/Durga_Puja/}}
 
{{ହିନ୍ଦୁ ପର୍ବ}}