"ଦୂତୀବାହନ ଓଷା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ବନାନ ଠିକ କରାଗଲା
୩୮ କ ଧାଡ଼ି:
ଓଷା ଶେଷରେ ଓଷାରେ ବ୍ୟବହୃତ ପୂଜା ସାମଗ୍ରୀକୁ ଓଷାକାରିଣୀମାନେ ଗିଳିବା ବା ଚୋବାଇବାର ପରମ୍ପରା ରହିଛି । ତା'ସହିତ ଧୂପଦୀପ ଦେଇ ତାଙ୍କୁ ପୂଜା କରନ୍ତି । ପୂଜା ଶେଷକରି ସୂର୍ଯ୍ୟଦେବତାଙ୍କୁ ପ୍ରଣାମକରି ଏକମୁହାଁ ହୋଇ ଘରକୁ ଲେଉଟି ଆସନ୍ତି । ଓଷାର ପରଦିନ ସେମାନେ ନୂଆ ଲୁଗା ପିନ୍ଧି ଘରେ ପୂର୍ଣ୍ଣ କୁମ୍ଭ ବସାଇ ଗୋଟିଏ ସ୍ଥାନକୁ ଗୋବର ପାଣିରେ ଲିପି ପୋଛି ରନ୍ଧାବଢ଼ା କରିଥିବା ଜିନିଷକୁ ସେଇଠାରେ ଥୋଇ ଦିଅନ୍ତି । କୁମ୍ଭ ଆଗରେ ଦୀପ ଜାଳି ପୂଜା ସ୍ଥଳରେ ୧୦୮ ଚାଉଳ ଓ ୧୦୮ ଦୁବ ସହ ଏକ କଷି କାକୁଡ଼ିକୁ [[ଶାଳ]]ପତ୍ରରେ ବାନ୍ଧି ପୁଅମାନଙ୍କୁ ବନ୍ଦାଇଥାନ୍ତି । ତାକୁ ସେମାନେ ଦୂତୀବାହନଙ୍କୁ ନୈବେଦ୍ୟ ଦିଅନ୍ତି । ସେହି ସାମଗ୍ରୀକୁ ପୁଅମାନଙ୍କ ଆପାଦମସ୍ତକ ଛୁଆଁଇ ବ୍ରତ ବା "ଜିଉଁତିଆ"କୁ ସେମାନଙ୍କ ହାତରେ କବଚ ଭଳି ବାନ୍ଧି ଦେଇଥାନ୍ତି <ref name="samaja"/> ଓ ବନ୍ଧୁବାନ୍ଧବ ପିଲା ସମସ୍ତଙ୍କୁ ପରସିଥାନ୍ତି।
 
ସନ୍ତାନବତୀ ମା' ସନ୍ତାନମାନଙ୍କର ଦୀର୍ଘଜୀବନ କାମନ କରି ଏ ପ୍ରକାର ଓଷା କରୁଥିବାରୁ ଏହି ଓଷା ପ୍ରତ୍ୟେକ ଓଡ଼ିଆ ନାରୀ ପ୍ରାଣରେ ଗଭୀର ରେଖାପାତ କରିଥାଏ । କୌଣସି ଲୋକ ବିପଦରୁ ରକ୍ଷା ପାଇଲେ ଲୋକମାନେ କହିଥା'ନ୍ତି, 'ସତରେ ମା' ତୋର ଦୂତୀଆ ପୂଜିଥିଲା । ତେଣୁ ରକ୍ଷା ପାଇଗଲୁ ।'
ପୁତ୍ରବତୀ ମା' ପୁତ୍ରର ଚନ୍ଦ୍ର ରିଷ୍ଟ ଖଣ୍ଡନ ପାଇଁ ଦୂତୀଆ ଓଷା କରିଥାନ୍ତି । ତେଣୁ ଜନ୍ମ ସମୟରେ ଚନ୍ଦ୍ରର ପ୍ରଭାବକୁ ଲାଘବ କରିବା ପାଇଁ ଦ୍ଵୀତୀୟା ଚାନ୍ଦ ପୂଜା କରିବା ଯେପରି ଦରକାର ପଡ଼େ ସେହିପରି ସୂର୍ଯ୍ୟ ଦେବତାଙ୍କୁ ପୂଜା କରିବା ପାଇଁ ଏ ପ୍ରକାର ବିଧି ବିଧାନର ଆୟୋଜନ କରାଯାଇଛି ।