"ମାଣବସା ଗୁରୁବାର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୩୭ କ ଧାଡ଼ି:
 
== ଭୋଗ ==
ପୂଜା କାଳରେ ଧୂପ, ଦୀପ ଓ ନୈବେଦ୍ୟ ଆଦି ଅର୍ପଣ କରାଯାଏ ଲକ୍ଷ୍ମୀଙ୍କ ପାଖରେ । ପିଠାପଣା ଓ ଫଳମୂଳ ଭୋଗ ([[କଦଳୀ]], ଛେନା, [[ନଡ଼ିଆ]], ଗୁଡ଼, ଗୋଲମରିଚ ଓ ଅନ୍ୟାନ୍ୟ ଫଳ ) ଲକ୍ଷ୍ମୀଙ୍କ ପାଖରେ ଲଗାଯାଏ ।<ref>{{cite web |url= http://www.traveladda.com/east_india/orissa/fairs_and_festivals/lakshmi_puja.html |title=Orissa Lakshmi Puja, Lakshmi Puja in Orissa, Manabasa Gurubar in orissa |first= |last=|work=traveladda.com |quote=the floors are bedecked with stunning floral designs. These unique designs are known as Jhoti. |accessdate=6 December 2012}}</ref> ଏଥି ସହିତ [[ମଣ୍ଡା]] ପିଠା ତିଆରି କରାଯାଇ ଭୋଗ ଦିଆଯାଇଥାଏ । ବିଭିନ୍ନ ପାଳିରେ ଭିନ୍ନ ଭିନ୍ନ ପିଠାପଣା ପ୍ରସ୍ତୁତ ରି ଲକ୍ଷ୍ମୀଙ୍କୁ ପାଖରେ ଲାଗି କରାଯାଇଥାଏ । ଲକ୍ଷ୍ମୀଙ୍କୁ ଧୂପ, ଦୀପ, ନେବେଦ୍ୟ ସହ ବାଳଭୋଗରେ ଛୋନା, ଗୁଡ଼, ନଡ଼ିଆ, କଦଳୀକୁ ଚକଟି ଭୋଗ ଲଗାଯାଏ । ୩ ଧୂପ ମଧ୍ୟରୁ ଏହାକୁ ବାଳଧୂପ କୁହାଯାଏ । ଏହାପରେ ମଧ୍ୟାହ୍ନ ଧୂପପାଇଁ ପ୍ରସ୍ତୁତି ଆରମ୍ଭ ହୁଏ । ମଧ୍ୟାହ୍ନରେ ଶଙ୍କୁଡି ଧୂପରେ ଲାଗିହେବା ପାଇଁ ଖିରି ବା ତରଣ, ଚକୁଳିପିଠା, ତରକାରି ଇତ୍ୟାଦି ପ୍ରସ୍ତୁତ କରାଯାଇ ଶ୍ରଦ୍ଧାର ସହ ଭୋଗ ଲଗାଯାଏ । ମଧ୍ୟାହ୍ନ ଭୋଗପରେ ମା’ଙ୍କ ସମ୍ମୁଖରେ ଲକ୍ଷ୍ମୀ ପୁରାଣ ବୋଲାଯାଏ । ଏହି ଭୋଗ ଘରର ପ୍ରତ୍ୟେକ ସଦସ୍ୟ ଖାଇଥାନ୍ତି । ଏହିଭୋଗକୁ ପରିବାର ଛଡା ଅନ୍ୟ କାହାକୁ ନଦେବାର ନିୟମ ଅଛି । ଗୋଧୂଳି ସମୟରେ ସଂନ୍ଧ୍ୟା ଧୂପରେ ଆଉଥରେ ବାଳଧୂପପରି ଭୋଗ ଲଗାଯାଇ ସଂନ୍ଧ୍ୟାପୂଜା କରାଯାଏ । ୨ୟ ଗୁରୁବାରରେ [[ଚିତଉ]]ପିଠା, [[ଦହିକାଲୁଆ]], ୩ୟରେ [[ଖେଚୁଡ଼ି]]-[[ଡାଲମା]] ଏବଂ ୪ର୍ଥରେ [[ମଣ୍ଡା]]ପିଠା ଭୋଗ ଲାଗି ହୋଇଥାଏ।
 
ମାର୍ଗଶିର ମାସ ଶେଷରେ [[ମାଘ]]ମାସର କୌଣସି ଏକ ଗୁରୁବାରରେ ବ୍ରତ ସାରି ଉଜୁଆ ଯାଏ । ଏହି ଦିନ ପୂର୍ବଭଳି ସମସ୍ତ ନୀତିରେ ମାଣ ବସାଇ ମଣ୍ଡା ପିଠା ଓ [[ଖିରି]] ଭୋଗ କରାଯାଏ । ସଞ୍ଜ ଭୋଗ ପରେ ସେହି ମାଣରେ ଥିବା ଧାନକୁ ଆଉ ଏକ ଜାଗାରେ ଅଜାଡ଼ି ରଖାଯାଏ । ପୂଜାର ଅନ୍ୟ ସମସ୍ତ ସଜକୁ ସହକାରେ ନେଇ ପୋଖରୀ ଆଦି ଜଳାଶୟରେ ବିସର୍ଜନ କରାଯାଏ । ପୂଜାରେ ବ୍ୟବହୃତ ଧାନକୁ କୁଟି ସେହି ଚାଉଳରେ ଖିରି ବା ଜାଉ ରାନ୍ଧି କେବଳ ଘର ଲୋକଙ୍କ ମଧ୍ୟରେ ଖିଆଯାଏ । ଏହିପରି ଲକ୍ଷ୍ମୀଙ୍କୁ ଆବାହନ କରିବାଠାରୁ ବିସର୍ଜନ କରାଯିବା ପର୍ଯ୍ୟନ୍ତ ସମସ୍ତ ବିଧି ବିଧାନକୁ ପାଳନ କରି ଘରର ବିବିଧ ଉନ୍ନତି କାମନା କରାଯାଏ ।<ref name=ov>{{cite web|title=ମାଣବସା ଗୁରୁବାର|url=http://www.odishaviews.com/%E0%AC%AE%E0%AC%BE%E0%AC%A3%E0%AC%AC%E0%AC%B8%E0%AC%BE-%E0%AC%97%E0%AD%81%E0%AC%B0%E0%AD%81%E0%AC%AC%E0%AC%BE%E0%AC%B0/|publisher=Odishaviews.com|accessdate=13 November 2014}}</ref>