"ମାଣବସା ଗୁରୁବାର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
କିମ୍ବଦନ୍ତୀ
୨୬ କ ଧାଡ଼ି:
== ନାମକରଣ ==
[[ମାଣ]] ବସାଇବାରୁ "ମାଣବସା" ନାମ ଆହରିତ । ଚାଉଳ ଆଦି ଶସ୍ୟ ମାପିବା ପାଇଁ ମାଣ ବ୍ୟବହାର ହୋଇଥାଏ ।
 
== ପ୍ରକାର ==
ଏହି ପର୍ବ ସମାନ ବିଧିରେ ଓଡ଼ିଶାର ବିଭିନ୍ନ ଆଦିବାସୀ ସମାଜରେ ମଧ୍ୟ ପାଳିତ ହୋଇଥାଏ । [[ସାନ୍ତାଳ]]ମାନେ "ଇରୁ ମାମଣେ", [[ଭୂୟାଁ]]ମାନେ "ମଗୁଶୀର ଗୁରୁବାର ହଲବା", [[ହୋ]] ଓ [[ଓମାନାତ୍ୟା]]ମାନେ ଲକ୍ଷ୍ମୀ ପୂଜା କରିଥାନ୍ତି । ଏହି ସମୟରେ ସନ୍ତାନସନ୍ତତି ନଥିବା ନାରୀମାନେ ସନ୍ତାନ ଆଶାରେ [[କାଞ୍ଜି ଅଁଳା]] ବା"ଶୁଖୁଆ ବୋହୁ" ବା "ଷଠି ଓଷା" କରିଥାନ୍ତି । <ref>{{cite book|last=କାନୁନ୍‌ଗୋ|first=ପଞ୍ଚାନନ|title=ସଂସ୍କୃତି ବୈଭବ|date=୨୦୧୪}}</ref>
 
== କିମ୍ବଦନ୍ତୀ ==
ମାଣବସା ଗୁରୁବାରର କିମ୍ବଦନ୍ତୀ [[ବଳରାମ ଦାସ]]ଙ୍କ [[ଲକ୍ଷ୍ମୀ ପୁରାଣ]]ରେ ବଖଣାଯାଇଛି । ଏଥି ମତେ ଦାସଦାସୀ ପରିବେଷ୍ଟିତ ଲକ୍ଷ୍ମୀ ଦିନେ ସ୍ୱାମୀଙ୍କ ଠାରୁ ମାଣବସା ଗୁରୁବାର ଅନୁମତି ନେଇ ଦେଶ ଭ୍ରମଣରେ ବ୍ରାହ୍ମଣୀରୁ ପରେ [[ବଡ଼ ଦେଉଳ]]ରୁ ବିଜେ କଲେ । କିଏ ତାଙ୍କୁ ପୂଜୁଛି ତାହା ଜାଣିବା ନିମନ୍ତେ ସେ ଘର ଘର ବୁଲିଲେ । ଅନେକ ଧନୀ, ବଡ଼ ଲୋକ ସେଦିନ ଗୁ ରୁବାର ବୋଲି ଭୁଲି ଯାଇଥିବା ଦେଖିବା ପରେ ସେ ଶ୍ରୀୟା ନାମକ ଜଣେ ଚଣ୍ଡାଳୁଣୀ ଘରେ ପହଞ୍ଚିଥିଲେ। ଘରଦ୍ୱାର ପରିଷ୍କାର କରି ଲିପାପୋଛା କରି ଶ୍ରୀୟା ତାଙ୍କ ପୂଜା ପାଇଁ ସଜ, ଭୋଗ-ନୈବେଦ୍ୟ ଆଦି ସଜାଡ଼ି ରଖୁଥିଲା । ଲକ୍ଷ୍ମୀ ତାହାଙ୍କ ଭକ୍ତିରେ ମୁଗ୍ଧ ହୋଇ ସେଠାରେ ହିଁ ରହିଗଲେ । ଏହା ଶୁ ଣି [[ବଳରାମ]]ଙ୍କ କୋପକଲେ । ସେତେବେଳର ସମାଜରେ ଅଛୁଆଁ ଭାବେ ଗଣା ଯାଉଥିବା ଚଣ୍ଡାଳୁଣୀର ଘରେ ପାଦ ଦେଇଥିବାରୁ ବଡ଼ଦେଉଳ ଦ୍ୱାର ଲକ୍ଷ୍ମୀଙ୍କ ପାଇଁ ବନ୍ଦ ହୋଇଥିଲା । ଅପମାନିତ ହୋଇ ସେ ଘରୁ ବାହାରି ଗଲେ । ଯିବା ବେଳେ ପଣ କଲେ କାଳିଆ-ବଳିଆ (ଜଗନ୍ନାଥ-ବଳଭଦ୍ର) ଦୁଇ ଭାଇଙ୍କୁ ଉଚିତ ଶିକ୍ଷା ଦେବେ । ଲକ୍ଷ୍ମୀଙ୍କ ନିର୍ଦ୍ଦେଶରେ ସମୁଦ୍ର କୂଳରେ ଆଉ ଏକ ପ୍ରାସାଦ ଗଢ଼ାହେଲା [[ତାଳବେତାଳ]] ବଡ଼ଦେଉଳରୁ ସବୁ ଜିନିଷ ଲୁଟିନେଇ ତାହାକୁ ଶ୍ରୀହୀନ କରିଦେଲେ । ଖାଇବାକୁ ନପାଇ ଦୁଇଭାଇ ଭୋକରେଆଉଟୁ ପାଉଟୁ ହୋଇ ଶେଷରେ ସେହି ପ୍ରାସାଦ ସମ୍ମୁ ଖରେ ପହଞ୍ଚିଲେ। ପ୍ରାସାଦ ମାଲିକାଣୀଙ୍କ ଅତିଥେୟତାରେ ବିମୁଗ୍ଧ ହୋଇ ସେମାନେ ପ୍ରାସାଦ ମାଲିକ/ମାଲିକାଣୀଙ୍କୁ ଲୋଡ଼ିଲେ। ଆଉ ପରିଚୟ ପାଇବା ପରେ ନିଜକୁ ଲଜ୍ଜିତ ମନେ କଲେ ଦୁଇ ଭାଇ । ଶୁଚିଶୁଦ୍ଧ ଲୋକର ଦ୍ୱାରକୁ ଯିବାକୁ ବାରଣ ନାହିଁ କି ଛୁଆଁ ଅଛୁଆଁ ଭେଦଭାବ ରହିବ ନାହିଁ ବୋଲି ପ୍ରତିଶ୍ରୁତି ପାଇବା ପରେ ଲକ୍ଷ୍ମୀ ଶ୍ରୀମନ୍ଦିରକୁ ବାହୁଡ଼ିଥିଲେ । <ref name=bibek>{{cite web|title=ମାଣବସା ଗୁରୁବାର|url=http://www.scribd.com/doc/231386520/Ama-vivek-November-01-15-2009|publisher=ଆମ ବିବେକ|accessdate=13 November 2014}}</ref>
 
== ବିଧି ==
Line ୩୨ ⟶ ୩୮:
 
ମାଣବସା ଗୁରୁବାର ଓଷା ପୂର୍ବଦିନ ରାତିରେ ଗୃହିଣୀମାନେ ଘରଦ୍ଵାର ଲିପାପୋଛା କରି [[ଝୋଟି]]ଚିତା ପକାଇଥାନ୍ତି । ଗୁରୁବାର ଦିନ ବଡ଼ିଭୋରରୁ ଉଠି ନାରୀମାନେ ସ୍ନାନାଦି କାର୍ଯ୍ୟ ସାରି ଲକ୍ଷ୍ମୀଙ୍କ ପୂଜା ଆରମ୍ଭ କରିଥାନ୍ତି । ଗାଁମାନଙ୍କରେ ମହିଳାମାନେ ମାଟିଘରକୁ ଗୋବରରେ ଲିପାପୋଛା କରି ନୂତନ ଚାଉଳର ପିଠଉରେ ଝୋଟି ଏବଂ ଲକ୍ଷ୍ମୀପାଦରେ ଆଙ୍କନ୍ତି । ଘରର ପ୍ରତ୍ୟକ ଦୁଆର ଅଗଣା କାନ୍ଥ ଓ ଚାରିପାଖ ଝୋଟି ଚିତା ଦ୍ୱାରା ସଜାଯାଇଥାଏ । ମାଣ ଖଟୁଲି ଉପରେ ଏକ ନୂଆ ମାଣରେ ଧଳାଧାନ ଭରି ରଖାଯାଏ । ହଳଦୀ ଓ ଗୁଗୁଳ ବାଟି ମାଣର ଉପରପାଶ୍ୱର୍ରେ ଲେପ ଦିଆଯାଏ ଯାହାଏକ ମୁହଁର ରୂପ ନେଇଥାଏ । ସେଥିରେ କଉଡିକୁ ଆଖିଭାବେ ବ୍ୟବାରକରି ନିଜର ସୃଜନ ଶୈଳିଦ୍ୱାରା ମାଣକୁ ଏକ ସୁନ୍ଦର ମୁହଁର ରୂପ ଦେଇ ଖଟୁଲିରେ ରଖି ତା ଉପରେ ଧାନର ମେଣ୍ଟାକୁ ରଖାଯାଏ । ନାଲିଛିଟ ଓ ସୁନ୍ଦର ପାଟକନାରେ ଓଢଣୀ ଦେଇ ଏହାକୁ ଏକ ନବ ବଧୂର ରୂପ ସଦୃଶ କରାଯାଏ । କେହି କେହି ମାଣକୁ କାରିଗର ଦ୍ୱାରା ଗଢାଇ ସୋଲ ଓ ଅନ୍ୟାନ୍ୟ ଦ୍ରବ୍ୟରେ ସେଥିରେ ଆଖି, ନାକ, କାନ ସୁନ୍ଦର ଭାବେ ଗଢାଇ ପୂଜା କରିଥାନ୍ତି । ମା’ଲକ୍ଷ୍ମୀଙ୍କର ଖଟୁଲି ବା ଆସ୍ଥାନ ଚାରିପଟେ ଷୋଳ ପାଖୁଡା ବିଶିଷ୍ଟ ଦିବ୍ୟ, ପଦ୍ମ ଅଙ୍କନ କରାଯାଇଥାଏ । ଘରର ଚତୁଃପାଶ୍ୱର୍ରୁ ମା’ଙ୍କର ପଦ୍ମ ପାଦର ଚିତା ଆସ୍ଥାନ ପର୍ଯ୍ୟନ୍ତ ଅଙ୍କାଯାଏ । କେହି କେହି ଗବପତ୍ର, ଗୟାତୁଳସୀ, କଳାପାତି, ସିନ୍ଦର ଫରୁଆ, ପିତ୍ତଳମୂର୍ତ୍ତୀ ଇତ୍ୟାଦି ମଧ୍ୟ ରଖିଥାନ୍ତି । ଧାନଖଳାକୁ ମଧ୍ୟ ସେଦିନ ଝୋଟିଚିତାରେ ଚିତ୍ରିତ କରାଯାଇଥାଏ । ଲକ୍ଷ୍ମୀଙ୍କର ସ୍ଥାପନା ପାଇଁ ଠାକୁରଘରର ଏକ ସ୍ଵତନ୍ତ୍ର ସ୍ଥାନ ନିରୂପଣ କରାଯାଏ । ପୂଜାସ୍ଥାନରେ ପିଠଉରେ କୋଠି କରି ଷୋହଳ ପାଖୁଡା ପଦ୍ମଫୁଲ ଅଙ୍କାଯାଏ । ପୂଜା ପାଇଁ ପୂର୍ବରୁ ପ୍ରସ୍ତୁତ କରି ରଖାଯାଇଥାଏ ଅମଳ ହୋଇଥିବା ଶୁକ୍ଳଧାନ , ମାଣ, ଗୁଆ, କଉଡି, ନଡିଆ, ଦୁବ, ବରକୋଳି ପତ୍ର, ସିନ୍ଦୁର, ଧୂପଦୀପ ଓ ନୈବେଦ୍ୟ । ମାଣ ବସାଇବା ପୂର୍ବରୁ ସେହିମାଣକୁ ହଳଦୀ ପାଣିରେ ଧୋଇ ଖରାରେ ଶୁଖିଯିବା ପରେ ସିନ୍ଦୁର ବୋଳାଯାଏ । ପ୍ରଥମେ ଏକ ଖଟୁଲିରେ କିଛି ନୂଆଧାନ ରଖାଯାଏ । ସିନ୍ଦୁର ବୋଳାଯାଇଥିବା [[ମାଣ]] ବା [[ଗଉଣୀ]]କୁ ଲକ୍ଷ୍ମୀ ଦେବୀଙ୍କର ପ୍ରତୀକ ସ୍ଵରୂପ ନୂଆ ଧଳାଧାନରେ ପୂର୍ଣ୍ଣକରି ତା' ଉପରେ ଗୁଆ ରଖାଯାଏ । ସେହି ମାଣକୁ ଖଟୁଲି ଉପରେ ବସାଇ ତା'ଉପରେ ଧାନବେଣୀ ରଖି ନୂତନ ପାଟଲୁଗାର ଓଢ଼ଣୀ ଢଙ୍କାଯାଏ । ଲକ୍ଷ୍ମୀଙ୍କୁ ଏକ ନବବଧୂ ବେଶରେ ସଜାଯାଇ ଚନ୍ଦନ ସିନ୍ଦୁର ଆଦି ଦେଇ ସ୍ଥାପନା କରାଯାଏ । ବିଧି ଅନୁଯାୟୀ ଖଟୁଲି ଉପରେ ଲକ୍ଷ୍ମୀଙ୍କର କାଠରେ ନିର୍ମିତ ପ୍ରତିମା, ପାନିଆଁ, ଆଇନା, କଜ୍ଜଳ ଏବଂ ଖଟୁଲି ପାଖରେ ଆଖୁ, ମୂଳା ନିକଟରେ ରଖାଯାଇଥାଏ ।<ref name=ov/>
 
== ପ୍ରକାର ==
ଏହି ପର୍ବ ସମାନ ବିଧିରେ ଓଡ଼ିଶାର ବିଭିନ୍ନ ଆଦିବାସୀ ସମାଜରେ ମଧ୍ୟ ପାଳିତ ହୋଇଥାଏ । [[ସାନ୍ତାଳ]]ମାନେ "ଇରୁ ମାମଣେ", [[ଭୂୟାଁ]]ମାନେ "ମଗୁଶୀର ଗୁରୁବାର ହଲବା", [[ହୋ]] ଓ [[ଓମାନାତ୍ୟା]]ମାନେ ଲକ୍ଷ୍ମୀ ପୂଜା କରିଥାନ୍ତି । ଏହି ସମୟରେ ସନ୍ତାନସନ୍ତତି ନଥିବା ନାରୀମାନେ ସନ୍ତାନ ଆଶାରେ [[କାଞ୍ଜି ଅଁଳା]] ବା"ଶୁଖୁଆ ବୋହୁ" ବା "ଷଠି ଓଷା" କରିଥାନ୍ତି । <ref>{{cite book|last=କାନୁନ୍‌ଗୋ|first=ପଞ୍ଚାନନ|title=ସଂସ୍କୃତି ବୈଭବ|date=୨୦୧୪}}</ref>
 
== ଭୋଗ ==