"ରବର୍ଟ କଚ୍" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୧ କ ଧାଡ଼ି:
==ସଂକ୍ଷେପରେ ଜୀବନ==
ହେନେରିକ୍ ହରମନ୍ ରବର୍ଟ କଚ୍ ହେଉଛନ୍ତି ଜଣେ ଜର୍ମାନ ଡାକ୍ତର। ଯକ୍ଷ୍ମା ବିଷୟରେ ଗୁଣାତ୍ମକ ଗବେଷଣା ପାଇଁ ୧୯୦୫ ମସିହାରେ ତାଙ୍କୁ ଶରୀରତତ୍ତ୍ୱ ବା ଆୟୁର୍ବିଜ୍ଞାନ ବିଭାଗରେ ନୋବେଲ୍ ପୁରସ୍କାର ଦିଆଯାଇଥିଲା। ଜର୍ମାନ୍ ର ହେନ୍ଭର୍ ରାଜ୍ୟର କ୍ଳାଉସ୍ଥାଲ୍ ସହରରେ ୧୮୪୩ ମସିହା ଡିସେମ୍ବର ୧୧ ତାରିଖରେ ରବର୍ଟ କଚ୍ ଜନ୍ମ ଗ୍ରହଣ କରିଥିଲେ। ବାପା ହେନେରିକ୍ ହରମନ୍ କଚ୍ ଓ ମାତା ମାଥାଇମ୍ ଜୁଲି ହେନରିଟ୍ ବିୱେଣ୍ଡଙ୍କ ଜନ୍ମିତ ୧୩ ପିଲାପିଲିଙ୍କ ମଧ୍ୟରୁ ରବର୍ଟ କଚ୍ ହେଉଛନ୍ତି ତୃତୀୟ ପୁତ୍ର। ୧୮୧୮ ମସିହାରେ ପ୍ରାଥମିକ ଶିକ୍ଷା ଆରମ୍ଭ କରି ପ୍ରତ୍ୟେକ ଶ୍ରେଣୀରେ ନିଜକୁ ଶ୍ରେଷ୍ଠ ଛାତ୍ର ଭାବରେ ନିଜକୁ ପ୍ରମାଣିତ କରିଥଲେ। ୧୮୬୨ ମସିହାରେ ସ୍ନାତକ ଡିଗ୍ରୀ ହାସଲ କରିଥିଲେ। ମାତ୍ର ବୁଡ଼ାଜାହାଜରେ ଜଣେ ଡ଼ାକ୍ତର ଭାବରେ କାମ କରିବାକୁ ତାଙ୍କର ଏଚ୍ଛା ଥିଲା। ତେଣୁ ଗତିନ୍ଜନ୍ ବିଶ୍ୱବିଦ୍ୟାଳୟରେ ଆୟୁର୍ବିଜ୍ଞାନ ପଢ଼ି ୧୮୬୬ ମସିହାରେ ଡ଼ିଗ୍ରୀ ହାସଲ୍ କରିଥିଲେ।
<br />
==କଚ୍ ଙ୍କ ଗବେଷଣା==
ବିଜାଣୁ ବା ବ୍ୟାକ୍ଟେରିଆ ଉପରେ ରବର୍ଟ କଚ୍ ଗବେଷଣା କରି ଲୁଇ ପାଶ୍ଚରଙ୍କ ସୃଷ୍ଟ ବିଜାଣୁ ବିଜ୍ଞାନକୁ ପ୍ରତିଷ୍ଟିତ କରାଇବାରେ ମୁଖ୍ୟ ଭୁମିକା ଗ୍ରହଣ କରିପାରିଥିଲେ। ଗୋଜାତି ପଶୁମାନଙ୍କ ମଧ୍ୟରେ ଆନ୍ଥ୍ରାକ୍ସ ରୋଗର ସଂକ୍ରମଣ ବିଷୟକୁ ଅନୁଧ୍ୟାନ କରି ବେସିଲସ୍ ଏନ୍ଥ୍ରାସିସ୍ ବିଜାଣୁକୁ କଚ୍ ସଂକ୍ରମିତ ପଶୁର ରକ୍ତରୁ ଅଲଗା କରିଥିଲେ। ଏଭଲି ବିଜାଣୁକୁ ଅବମିଶ୍ରିତ ପୋଷକରେ ବୃଦ୍ଧି କରାଯାଇଥିଲା। ଏହି ବିଜାଣୁ ନିଜସ୍ୱ ପୋଷଦଠାରୁ ଅଧିକ ସମୟ ପର୍ଯ୍ୟନ୍ତ ଅଲଗା ହୋଇ ରହିଲେ ଅକ ପ୍ରକାର କୋଷ ପେଟୀଦ୍ୱାରା ଆବୃତ ହେଉଥିବାର ଦର୍ଶାଇଥିଲେ। ବିଜାଣୁର ଏହି ଅବସ୍ଥାକୁ ଅନ୍ତର ରେଣୁ କୁହାଯାଏ। ଏଗୁଡ଼ିକ ମାଟିରେ ବହୁତ ସମୟ ପର୍ଯ୍ୟନ୍ତ ଜୀବନ୍ତ ରହିପାରନ୍ତି ଯାହାକି ଉପଯୁକ୍ତ ପରିବେଶର ଗୋଜାତୀ ପଶୁଙ୍କୁ ହଠାତ୍ ସଂକ୍ରମଣ କରେ। ଏହାଦ୍ୱାରା ମହାମାରୀ ଭାବରେ ଆନ୍ଥ୍ରାକ୍ସ ବ୍ୟାପିଯାଏ।<br />
ରବର୍ଟ କଚ୍ ୧୮୮୩ ମସିହାରେ ଫ୍ରାନ୍ସ ଗବେଷକମାନଙ୍କ ସହିତ ମିଶି ହଇଜା ରୋଗ ବିଷୟରେ ଗବେଷଣା କରିଥିଲେ ଏବଂ ଏହି ରୋଗ କରୁଥିବା ବିଜାଣୁକୁ ଛ୍ନଟ କରିଥିଲେ। ସେ ସମୟରେ ବଳବତ୍ତର ଥିବା ମିଆଜ୍ମା ତତ୍ତ୍ୱ ପାଇଁ ଏଭଳି ଆବିଷ୍କାରକୁ ଗୁରୁତ୍ୱ ଦିଆଯାଏନଥିଲା