"ଦୁର୍ଗା ପୂଜା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
→‎ପୂଜାବିଧି: ନବମୀରେ କୁମାରୀ ପୂଜା
ଟିକେ →‎୨୦୧୬ ତାରିଖ: ୭ ଅକ୍ଟୋବର - ୧୧ ଅକ୍ଟୋବର
୭ କ ଧାଡ଼ି:
|caption = [[କଟକ]]ର କଲେଜ ଛକ ପାଖ
|official_name = ଦୁର୍ଗା ପୂଜା
|nickname = [[ନବରାତ୍ରୀ]], [[ଦଶହରା|ବିଜୟାଦଶମୀ]]
|observedby = ହିନ୍ଦୁ ଧର୍ମାମ୍ବଲମ୍ବୀ
|begins = [[ଆଶ୍ୱିନ]] ଶୁକ୍ଳପକ୍ଷ [[ଷଷ୍ଠୀ]]
|ends = ଆଶ୍ୱିନ ଶୁକ୍ଳପକ୍ଷ [[ଦଶମୀ]]
|date2013 =
|date2014 = ୩୦ସେପ୍ଟେମ୍ବର - ୩ ଅକ୍ଟୋବର
|date2015 = ୧୯ ଅକ୍ଟୋବର - ୨୩ ଅକ୍ଟୋବର
|date2016 = ୭ ଅକ୍ଟୋବର - ୧୧ ଅକ୍ଟୋବର
|celebrations =
|observances =
|relatedto = [[ଦଶହରା]]
}}
 
ମହିଷାସୁରମର୍ଦିନୀ ମା’ ଦୁର୍ଗାଙ୍କର ବିଜୟ ଗାଥାର ନିଦର୍ଶନ ଦେବୀ ଭାଗବତ, ମାର୍କଣ୍ଡେୟ ପୁରାଣ ଆଦିରେ ବର୍ଣ୍ଣିତ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ।ସମସ୍ତପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ [[ବ୍ରହ୍ମା]]ଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀ[[ବିଷ୍ଣୁ]] ଓ [[ଶିବ]]ଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜ ଦ୍ଵାରା [[ଦୁର୍ଗା]]ଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ।ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷ ରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳ ଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗ ଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟ ରେଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାହୁଏକରାଯାଏ
ତ୍ରେତୟା ଯୁଗରେ ରାବଣକୁ ପରାସ୍ତ କରିବାହେତୁକରିବା ନିମନ୍ତେ [[ରାମ|ରାମଚନ୍ଦ୍ର]] [[ଚୈତ୍ର]] ବଦଳରେ [[ଆଶ୍ଵିନ]]ରେ ଏହି ପୂଜା କରିଥିଲେ, ସେବେଠାରୁ ଏହା ଉଭୟ ଚୈତ୍ର ବାସନ୍ତୀ ନବରାତ୍ର ଓ ଆଶ୍ଵିନ ଶାରଦ ନବରାତ୍ର ଭାବେ ବିଦିତ ଓ ଉଭୟ ସମୟରେ ଦେବୀଙ୍କ ମହାପୂଜା ପ୍ରଚଳିତ । ନବମୀ ରନବମୀର ପରବର୍ତ୍ତୀ ଦିନ ବିଜୟଉତ୍ସବ ବା ବିଜୟାଦଶମୀ ପାଳିତ ହୁଏ,ଏହା ଦେବତାମାନଙ୍କ ଦ୍ଵାରା ମା ଦୁର୍ଗାଙ୍କ ଯୁଦ୍ଧ ପରବର୍ତ୍ତୀ ବିଜୟାଭିଷେକର ପରମ୍ପରାକୁ ସୂଚାଏ । <ref>http://www.theholidayspot.com/durgapuja/akalbodhan.htm</ref>
 
<!--ଏହି ପର୍ବର ଆରମ୍ଭ ହୁଏ ଆଶ୍ୱିନ ଶୁକ୍ଳ ପକ୍ଷର ଆରମ୍ଭ ଅମାବସ୍ୟା ଠାରୁ, ଯାହାକୁ ମହାଳୟା ବୋଲି କୁହାଯାଏ। ଦେବୀ ଦୁର୍ଗାଙ୍କର ମୃଣ୍ମୟୀ ମୂର୍ତ୍ତିର ପୂଜାର୍ଚନା ଷଷ୍ଠୀ ଠାରୁ ଅଷ୍ଟମୀ ପର୍ଯ୍ୟନ୍ତ ଅତ୍ୟନ୍ତ ଆନନ୍ଦ ଉଲ୍ଲାସର ସହିତ ଚାଲେ। ସହରର ବିଭିନ୍ନ ସ୍ଥାନରେ ସିଂହାସନା, ଦଶଭୂଜଧାରିଣୀ ଦେବୀ ଦୁର୍ଗା ଓ ତାଙ୍କ ପଦାନତ ମହିଷାସୁରର ବିଶାଳ ମୂର୍ତୀ ସୁସଜ୍ଜିତ ତୋରଣ ମାନଙ୍କରେ ଶୋଭାପାଏ। ଭସାଣି ପର୍ବ ମଧ୍ୟ ବହୁତ ଆଡ଼ମ୍ବର ସହିତ ସମାପିତ ହୁଏ।
-->
 
== କିମ୍ବଦନ୍ତୀ ==
ଭାରତରେ ପ୍ରତିବର୍ଷ ଦୁଇଥର ଦେବୀ ଦୁର୍ଗାଙ୍କର ପୂଜା ଅନୁଷ୍ଠିତ ହୁଏ । ଶରତ ଋତୁରେ ଆଶ୍ୱିନ ମାସ ଶୁକ୍ଳ ପକ୍ଷର ପୂଜାକୁ ‘ଦେବୀ ପୂଜା’ ଏବଂ ବସନ୍ତ ଋତୁରେ ଚୈତ୍ରମାସ ଶୁକ୍ଳ ପକ୍ଷର ପୂଜାକୁ ‘ବାସନ୍ତୀ ପୂଜା’ କୁହାଯାଏ । ଯେଉଁ ମା’ର ଶସ୍ୟ ଆହାର କରି ମାନବ ଜୀବିକା ନିର୍ବାହ କରେ, ସେହି ଧରିତ୍ରୀ ରାଣୀର ବୟଃପ୍ରାପ୍ତିରେ ଉତ୍‌ଫୁଲ୍ଲ ହୋଇ ଜନ-ମାନସ ବାସନ୍ତୀ ଦୁର୍ଗାଙ୍କ ପୂଜାର ଆୟୋଜନ କରେ, ମାତ୍ର ଏକ ସାର୍ବଜନୀନ ପୂଜା ରୂପେ ଶାରଦୀୟ ଦେବୀପୂଜା ହିଁ ଅଧିକ ଲୋକପ୍ରିୟତା ଅର୍ଜନ କରିଅଛି । ଏହି ମହାନ୍ ଶାରଦୀୟ ପର୍ବ ଭାରତର ପୁରପଲ୍ଲୀରେ ଦଶହରା ପର୍ବରୂପେ ପାଳନ କରାଯାଏ । ଏହି ପର୍ବର ମୂଳ ଲକ୍ଷ୍ୟ ହେଉଛି ଦେବୀ ଉପାସନା । ଦୁର୍ଗାପୂଜା ପରି ଦଶହରା ପର୍ବ ମଧ୍ୟ ବର୍ଷକରେ ଦୁଇଥର ପାଳନ କରାଯାଏ । ଜ୍ୟେଷ୍ଠମାସ ଶୁକ୍ଳଦଶମୀ ହେଉଛି ଗଙ୍ଗାମାତାଙ୍କର ଜନ୍ମଦିବସ I ଏହିଦିନ ଗଙ୍ଗାପୂଜା କରି ଗଙ୍ଗାନଦୀରେ ସ୍ନାନ କଲେ ତ୍ରିବିଧ ପାପ ଖଣ୍ଡନ ହୁଏ ବୋଲି ଏହି ତିଥିକୁ ‘ଦଶହରା’ ବା ‘ଦଶବିଧ’ ପାପହରଣ ଦିବସ କୁହାଯାଏ । ଏହି ତିଥିଟି ଲୋକମୁଖରେ ‘ଗଙ୍ଗା ଦଶହରା’ ନାମରେ ପରିଚିତ I ଅନ୍ୟ ଦଶହରା ପର୍ବଟି ଆଶ୍ୱିନ ମାସ ଶୁକ୍ଳପକ୍ଷ ଦଶମୀ ତିଥିରେ ପାଳିତ ହୁଏ I ଏହି ଦୁର୍ଗାପୂଜାର ଶେଷ ଦିବସ । ଏହି ଦଶହରା ପର୍ବ ଭାରତରେ ସର୍ବଜନବିଦିତ ପର୍ବ । ତେଣୁ ‘ଦଶହରା’ କହିଲେ ସମସ୍ତ ଆଶ୍ୱିନ ଶୁକ୍ଳ ଦଶମୀକୁ ହିଁ ବୁଝନ୍ତି । ଏହି ପବିତ୍ର ଦଶହରା ଦିବସରେ ରାମଚନ୍ଦ୍ର ମାତୃଶକ୍ତି ବନଦୁର୍ଗାଙ୍କୁ ସ୍ତୁତି କରି ରାବଣର ନିଧନ ଉଦ୍ଦେଶ୍ୟରେ ଲଙ୍କା ଅଭିମୁଖେ ବିଜୟଯାତ୍ରା କରିଥିବାରୁ ଏହି ତିଥିକୁ ‘ବିଜୟା ଦଶମୀ’ କୁହାଯାଏ । ପୁଣି ଏହି ଦିବସର ଅବ୍ୟବହିତ ପୂର୍ବରୁ ସିଂହବାହିନୀ ଆଦ୍ୟା ଶକ୍ତି ଦୁର୍ଗା ଦୁର୍ଦ୍ଦମନୀୟ ମହିଷାସୁରକୁ ବଧ କରି ଦେବତାମାନଙ୍କର ମଙ୍ଗଳ ବିଧାନ କରିଥିଲେ । ଦେବୀଙ୍କ ସହ ଦାନବମାନଙ୍କର ଯୁଦ୍ଧ କନ୍ୟାମାସ ବା ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀଠାରୁ ଶୁକ୍ଳପକ୍ଷ ନବମୀ ପର୍ଯ୍ୟନ୍ତ ଷୋଳଦିନ ଧରି ଚାଲିଥିଲା । ଶୁକ୍ଳ ଅଷ୍ଟମୀ ଓ ନବମୀ ତିଥିରେ ମହାମାରୁ ହୋଇଥିଲା । ମହିଷାସୁର ସମେତ ସମସ୍ତ ଅସୁର ବଂଶ ନିପାତ ହେଲେ । ମହାମାରୁ ନବମୀ ରାତିର ଅନ୍ଧକାର ସହ ତ୍ରୈଲୋକ୍ୟରୁ ଅମଙ୍ଗଳର ଛାୟା ଅପସରି ଗଲା, ଶୁକ୍ଳ ଦଶମୀରେ ସବୁପ୍ରକାର ଶୁଭକାର୍ଯ୍ୟର ଆରମ୍ଭ ହେଲା । ଏହିଦିନ ଜଗତର ଦୁଃଖ ହରଣ ହୋଇଥିବାରୁ ଏହା ‘ଦୁଃଖହା ଦଶମୀ’ ନାମରେ ଖ୍ୟାତି ଲାଭ କରିଅଛି ବୋଲି ଆଦିକବି ଶୂଦ୍ରମୁନି ସାରଳା ଦାସ ‘ଚଣ୍ଡୀପୁରାଣ’ରେ ଲେଖିଛନ୍ତି । ‘ଦୁଃଖହା ଦଶମୀ’ ଦିନ ମହାଦଶାରୁ ଉଦ୍ଧାର ପାଇ ଦେବତାମାନେ ମହାଶକ୍ତି ବ୍ରହ୍ମମୟୀ ଦୁର୍ଗତିନାଶିନୀ ଦୁର୍ଗାଙ୍କୁ ସ୍ତୁତି କରିଥିବାରୁ ଏହି ତିଥିରେ ଦୁର୍ଗାଙ୍କର ଆରାଧନା କରାଯାଏ ।