"ଚନ୍ଦନ ଯାତ୍ରା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ + ବେଶ ବର୍ଣ୍ଣନା, ଆଧାର
+ ବେଶ ବର୍ଣ୍ଣନା, ଆଧାର
୮୦ କ ଧାଡ଼ି:
 
=== ଚନ୍ଦନପ୍ରିୟ ଜଗନ୍ନାଥ ===
ଶ୍ରୀମନ୍ଦିର ମୁକ୍ତିମଣ୍ଡପ ନିକଟରେ ୮ଫୁଟ ପ୍ରସ୍ଥ ଓ ୧୨ଫୁଟ ଦୈର୍ଘ୍ୟ ବିଶିଷ୍ଟ ‘ଚନ୍ଦନ ଘର’ ଅଛି । ସେଠାରେ ପ୍ରତ୍ୟେକ ଦିନ ଶ୍ରୀଜୀଉମାନଙ୍କ ଲାଗି ଚନ୍ଦନ ଘୋରାଯାଇଥାଏ । ଚନ୍ଦନ ଘୋରିବା ପାଇଁ ଚନ୍ଦନ ଘରେ ଥିବା ତିନୋଟି ଶିଳକୁ ଘୋଟୁଆରୀ ସେବକମାନେ ବ୍ୟବହାର କରିଥାନ୍ତି । ସମୁଦାୟ ସାତଜଣ ଘୋଟୁଆରୀ ଚନ୍ଦନ ଘୋରିଥାନ୍ତି। ସାଧାରଣ ଦିନମାନଙ୍କରେ ଘୋଟୁଆରୀ ସେବକମାନେ ପ୍ରାୟ ୪୪୨ଗ୍ରାମ ଓଜନର ଚନ୍ଦନକାଠ ଘୋରିଥାନ୍ତି<ref>[[ରବିବାର]] [[ସମାଜ (ଖବରକାଗଜ)|ସମାଜ]], ତା: ୦୩.୧୨.୨୦୦୬, ପୃଷ୍ଠା:୦୪</ref>, ତେବେ ଚନ୍ଦନ ଯାତ୍ରା ବେଳେ ପ୍ରାୟ ୧କିଲୋ ଓଜନର ଚନ୍ଦନ କାଠ ଘୋରିଥାନ୍ତି। ସନ୍ଧ୍ୟାଧୂପର ଅନ୍ନଭୋଗ ଅର୍ପଣ ପରେ ଠାକୁରମାନଙ୍କ ବେଶ ଓହ୍ଲାଇ ଦିଆଯାଇ ତିନିଠାକୁରଙ୍କ ବାହୁ ଓ ସନ୍ନିକଟ ଅଙ୍ଗଦେଶରେ ଚନ୍ଦନ ପ୍ରଲେପ କରାଯାଏ । ସିଂହାରୀ [[ଜଗନ୍ନାଥଙ୍କ ସେବକ|ସେବକ]] ମାନେ ଠାକୁରଙ୍କ ଏହି ସେବା କରିଥାନ୍ତି । ଜଗତର ତ୍ରିତାପ (ଆଧିଦୈବିକ, ଆଧିଭୌତିକ ଓ ଆଧ୍ୟାତ୍ମିକ) ହରଣ ନିମନ୍ତେ ଠାକୁରଙ୍କୁ ଚନ୍ଦନ ଲେପନ କରାଯାଇଥାଏ ।<ref>{{cite book|last1=ମିଶ୍ର|first1=ଡ. ଜୟକୃଷ୍ଣ|title=ବାମଦେବସଂହିତା|publisher=ସଦ୍‌ଗ୍ରନ୍ଥ ନିକେତନ, ପୁରୀ|isbn=9788190639002|page=୨୯୦|edition=2008|accessdate=14 August 2015}}</ref> [[ଜଗନ୍ନାଥଙ୍କ ସେବକ|ସିଂହାରୀ ସେବକ]]ମାନେ ଠାକୁରଙ୍କ ଏହି ସେବା କରିଥାନ୍ତି ।
 
== ଚନ୍ଦନ ବେଶ ==