"ଚନ୍ଦନ ଯାତ୍ରା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଟିକେ
clean up, replaced: ବିଶିଷ୍ଟ → ବିଶିଷ୍ଠ using AWB
ଟିକେ (clean up, replaced: ବିଶିଷ୍ଟ → ବିଶିଷ୍ଠ using AWB)
 
==ପୁରାଣ ମତ==
ପୌରାଣିକ ମତେ ସତ୍ୟ ଯୁଗରେ ନୃସିଂହ ଦେବ ଏହି ଯାତ୍ରାର ଆୟୋଜନ କରିଥିଲେ । ଦ୍ୱାପର ଯୁଗରେ ପଞ୍ଚୁପାଣ୍ଡବ ଅଜ୍ଞାତବାସ ପରେ ବିରାଟ ରାଜାଙ୍କ ନିକଟରେ ନିଜର ପ୍ରକୃତ ପରିଚୟ ପ୍ରଦାନ କରିଥିଲେ । ବିରାଟ ରାଜା ଶ୍ରୀକୃଷ୍ଣ ଓ ବଳରାମଙ୍କୁ ରାମକୃଷ୍ଣେ ରୂପରେ ପଞ୍ଚୁପାଣ୍ଡବଙ୍କ ସହିତ ଦର୍ଶନ କରିବା ପାଇଁ ଇଚ୍ଛା ପ୍ରକାଶ କରିବାରୁ ଭଗବାନ ଶ୍ରୀକୃଷ୍ଣ ତାଙ୍କର ଇଚ୍ଛାପୂରଣ ପାଇଁ ସମ୍ମତ ହୋଇଥିଲେ । ଏହା ପରେ ଏକ ବିରାଟ ଜଳାଶୟ ସୃଷ୍ଟି କରାଯାଇ ଜଳ କେଳି ମଣ୍ଡପ ନିର୍ମାଣ କରାଯାଇଥିଲା । ଉପଲବ୍ୟ ଓ ବିଭାସ୍ତୁ ନଗରୀରେ ଏହି ଉତ୍ସବ ସମ୍ପନ୍ନ ହୋଇଥିଲା । ସମ୍ଭବତଃ ଏହି କାରଣରୁ ମଦନମୋହନ, ରାମକୃଷ୍ଣଙ୍କ ସହ ପଞ୍ଚୁପାଣ୍ଡବ ଜଳକ୍ରୀଡା ପାଇଁ ସରୋବରକୁ ଯାତ୍ରା କରିଥାନ୍ତି ।<ref>{{cite journal|last=ସୁଆର|first=କୃଷ୍ଣ ଚନ୍ଦ୍ର|title=ଶ୍ରୀଜୀଉଙ୍କ ଚନ୍ଦନ ଯାତ୍ରା|journal=ଉତ୍କଳ ପ୍ରସଙ୍ଗ|date=ଜୁନ ୨୦୧୨|volume=୬୮|issue=୧୧|accessdate=14 August 2015}}</ref>
 
==ଇତିହାସ ==
ଚନ୍ଦନ ଯାତ ନାମରେ ଏହା ଖ୍ରୀଷ୍ଟୀୟ ତ୍ରୟୋଦଶ ଶତାବ୍ଦୀରୁ ସୃଷ୍ଟିହୋଇ ଥିବାର ଅନୁମାନ କରାଯାଏ । [[ଭାରତ]]ରେ ଥିବା ସହସ୍ର ଦେବମନ୍ଦିରରେ ଗରମ ଦିନେ ଆଲଟ ପଡେ, ଚନ୍ଦନ ଲାଗି ହୁଅନ୍ତି, ମାତ୍ର ସ୍ଵତନ୍ତ୍ର ଯାତ୍ରା ତଥା ଦୈବପର୍ବ ରୂପେ ଏହା ସଂପୂର୍ଣ୍ଣ ଭାବେ ଓଡ଼ିଶାରେ ହିଁ ପ୍ରସିଦ୍ଧ । ବୈଶାଖ ଶୁକ୍ଳ ତୃତୀୟାଠାରୁ ସ୍ନାନପୂର୍ଣ୍ଣିମା ୪୨ଦିନ ଧରି ଆଚରିତ ହୁଏ । ଗନ୍ଧଯାତ୍ରା ଜଳକେଳି ଓ ଅନ୍ତରଙ୍ଗ ଚନ୍ଦନଲାଗି – ଏହିପରି ତିନିଭାଗରେ ବିଭକ୍ତ । ଏହି ଯାତ୍ରା ସମ୍ବନ୍ଧରେ [[ଉପେନ୍ଦ୍ର ଭଞ୍ଜ|କବିସମ୍ରାଟ]], [[ଦୀନବନ୍ଧୁ ଦାସ]], [[ଜଗନ୍ନାଥ ଦାସ|ଅତିବଡ଼ି ଜଗନ୍ନାଥ ଦାସ]], [[ବଳଦେବ ରଥ|କବିସୂର୍ଯ୍ୟ]], ବନମାଳୀ, ବୀରକିଶୋର ପ୍ରମୁଖ ରସିକ କବିମାନେ ନାନା ଗୀତ ସୁସ୍ଵରରେ ରଚନା କରିଯାଇଛନ୍ତି । ଓଡ଼ିଶାର ବିଭିନ୍ନ ସ୍ଥାନରେ ଏହି ଯାତ୍ରା ଦୀର୍ଘ ୫ଶହ ବର୍ଷ ମଧ୍ୟରେ ଦେବ ବିଗ୍ରହଙ୍କର ସଂପର୍କରେ ଆସି ଅନୁଷ୍ଠିତ ହୁଏ, ଯାହାର ମୂଳ ପୁରୁଷୋତ୍ତମ ପ୍ରଭୁଙ୍କୁ ନିଦାଘରେ ଶୀତଳ ଉପଚାର ଦେଇ ପ୍ରମୋଦିତ ରଖାଇବା ଏହାର ଉଦ୍ଦେଶ୍ୟ ବୋଲି ସ୍କନ୍ଦପୁରାଣ, ବାମଦେବ ସଂହିତା, ସୁଶ୍ରୁତସଂହିତା ବି କହନ୍ତି । ମାତ୍ର ‘ଜନମାନନ୍ଦ କାରଣାତ’ ଜନକୁ ଋତୁଗତ ଆନନ୍ଦ ଦେବା ପାଇଁ ଏହାର ସୃଷ୍ଟି, ସ୍ଥିତି ଓ ବ୍ୟାପ୍ତି । <ref>ସମାଜ ରବିବାର, ପୃଷ୍ଠା- ୭, ଏପ୍ରିଲ ୨୨-୨୮, ୨୦୧୨</ref>
 
ଐତିହାସିକ ତଥ୍ୟରୁ ଜଣାଯାଏ, ଗଙ୍ଗବଂଶର ରାଜାମାନଙ୍କ ସମୟରୁ ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି । ରାଜା ଦ୍ଵିତୀୟ ନରସିଂହଦେବଙ୍କ ଶାସନ ସମୟରେ ନଖପୋଡି ନରେନ୍ଦ୍ର ମହାପାତ୍ର [[ନରେନ୍ଦ୍ର ପୁଷ୍କରଣୀ]] ଖୋଳିଥିଲେ । ରାଜା ଚୋଡଗଙ୍ଗଦେବ ଜଗନ୍ନାଥ ବଲ୍ଲଭ ବେଣ୍ଟ ପୋଖରୀରେ ଠାକୁରଙ୍କର ନୌକାବିହାର କରାଉଥିଲେ । କୁହାଯାଏ [[ଗଜପତି କପିଳେନ୍ଦ୍ରଦେବ]]ଙ୍କ ଭାଇ ନରେନ୍ଦ୍ର ଦେବ ନିଜର ୧୪ପୁଅଙ୍କ ସହିତ ଯୁଦ୍ଧରେ ପ୍ରାଣବଳି ଦେଇଥିବାରୁ ସ୍ମୃତି ରୂପେ ନରେନ୍ଦ୍ର ସରୋବର ଖନନ ହୋଇଥିଲା । ପରେ ଏହିଠାରେ ଚନ୍ଦନ ଯାତ୍ରା ଆରମ୍ଭ ହୋଇଥିଲା । <ref>ଆଦିତ୍ୟ ନାରାୟଣ ମିଶ୍ର, ସୂର୍ଯ୍ୟପ୍ରଭା, ପୃଷ୍ଠା- ୯, ମଙ୍ଗଳବାର, ଅପ୍ରେଲ ୨୪, ୨୦୧୨</ref>
== ବାହାର ଚନ୍ଦନଯାତ୍ରା ==
ଦକ୍ଷିଣଘରୁ (ଅଣସର ଘରର ଦକ୍ଷିଣରେ ଥିବା ବେହରଣ ଦ୍ଵାର ମୁହଁରେ ଥିବା ଘର) ଅଷ୍ଟଧାତୁ ନିର୍ମିତ ତିନୋଟି ଚଳନ୍ତି ପ୍ରତିମା ମଦନମୋହନ, କୃଷ୍ଣ, ରାମ (ବଳରାମ) ଓ ରତ୍ନସିଂହାସନ ଉପରୁ ଦୁଇଟି ଚଳନ୍ତି ପ୍ରତିମା ଲକ୍ଷ୍ମୀଙ୍କର ସୁବର୍ଣ୍ଣ ପ୍ରତିମା ଓ ସରସ୍ଵତୀଙ୍କର ରୌପ୍ୟ ପ୍ରତିମା ବାହାର ଚନ୍ଦନରେ ଭାଗ ନିଅନ୍ତି ।
ଚନ୍ଦନ ଯାତ୍ରା ପଟୁଆରରେ ସମୁଦାୟ ଦଶଗୋଟି ଚଳନ୍ତି ପ୍ରତିମା ବିମାନ ଓ ପାଲିଙ୍କିରେ ବିଜେ କରିଥାନ୍ତି । ସବୁଠୁ ସୁଦୃଶ୍ୟ ବିମାନରେ ବିଜେ କରିଥାନ୍ତି [[ମଦନମୋହନ]], ଶ୍ରୀଦେବୀ<!--ଲକ୍ଷ୍ମୀ--> ଓ ଭୂଦେବୀ<!--ସରସ୍ଵତୀ-->। ବିମାନ ପଛ ପାଲିଙ୍କିଟିରେ [[ବଳରାମ]] ଓ [[କୃଷ୍ଣ]] ଆରୋହଣ କରିଥାନ୍ତି ପୁଣି ଅନ୍ୟ ପାଞ୍ଚଗୋଟି ବିମାନରେ ପଞ୍ଚୁପାଣ୍ଡବ ରୂପେ ପରିଚିତ ପଞ୍ଚ [[ମହାଦେବ]] ଶ୍ରୀଲୋକନାଥ, ଶ୍ରୀମାର୍କଣ୍ଡେଶ୍ଵର, ଶ୍ରୀନୀଳକଣ୍ଠେଶ୍ଵର, ଶ୍ରୀଜମ୍ବେଶ୍ଵର ଓ ଶ୍ରୀକପାଳମୋଚନ ବିଜେ କରିଥାନ୍ତି। <ref> ସୂର୍ଯ୍ୟପ୍ରଭା, ଗୁରୁବାର, ୩ ମଇ ୨୦୧୨, ପୃଷ୍ଠା: ୮</ref>
 
ନରେନ୍ଦ୍ର ପୁଷ୍କରିଣୀ କୁଳରେ ଏକ ଛାମୁଣ୍ଡିଆ ତିଆରି ହୋଇଥାଏ । ସେହି ଛାମୁଣ୍ଡିଆ ତଳେ ଦଶଟି ଯାକ ଚଳନ୍ତି ପ୍ରତିମାଙ୍କୁ ଅବସ୍ଥାପିତ କରାଯାଇ ରୁପା ପିଙ୍ଗଣରେ ଥିବା ସୁବାଷିତ ଜଳରେ ପଦଧୌତ କରାଯାଏ ।
 
ଯୋଡ଼ିଏ ଲେଖାଁଏ ନୌକା ଯୁକ୍ତ ହୋଇ ଦୁଇ ଗୋଟି ଚାପ ପ୍ରସ୍ତୁତ ହୋଇ ଥାଏ । ଚାପ ଗୁଡ଼ିକୁ ଜରିକାମ ହୋଇଥିବା ମଣ୍ଡଣି ଦ୍ଵାରା ସୁଶୋଭିତ କରାଯାଇଥାଏ । ଗୋଟିଏ ଚାପରେ ଥିବା ରୁପା କାରୁକାର୍ଯ୍ୟ ସମ୍ପନ୍ନ ସିଂହାସନରେ ମଦନମୋହନ, ଶ୍ରୀଦେବୀ<!--ଲକ୍ଷ୍ମୀ-->, ଭୂଦେବୀ<!--ସରସ୍ଵତୀ-->, ବଳରାମ ଓ କୃଷ୍ଣ ଉପବେଶନ କରନ୍ତି । ଅନ୍ୟ ଚାପଟିରେ ବସନ୍ତି ପଞ୍ଚୁପାଣ୍ଡବ ରୂପେ ପରିଚିତ ମହାଦେବମାନେ । ପ୍ରତିମାମାନଙ୍କ ସହ ଚାପଦ୍ଵୟରେ ପୂଜାପଣ୍ଡା, ସିଂହାରୀ, ଗରାବଡୁ, ସୁଆରବଡୁ, ପତ୍ରୀବଡୁ, ହଡ଼ପ, ଖୁଣ୍ଟିଆ ପ୍ରଭୃତି [[ଜଗନ୍ନାଥଙ୍କ ସେବକ|ସେବକ]] ରହିଥାଆନ୍ତି । ଚାପ ଦ୍ଵୟ ନରେନ୍ଦ୍ର ଜଳରେ ଘେରାଏ ଘେରାଏ ବୁଲି ଆସନ୍ତି ।
 
ସ୍ନାନରୀତି ନିମନ୍ତେ ତିନିଗୋଟି କୁଣ୍ଡରେ ଚନ୍ଦନ, କର୍ପୁର, କସ୍ତୁରୀ, ଜାଇଫଳ, ମଲ୍ଲୀ, ଚମ୍ପା, ଜୁଇ, ସୁଗନ୍ଧରାଜ, ଗୋଲାପ ପ୍ରଭୃତି ବ୍ୟବହାର କରି ସୁବାସିତ ଜଳ ପ୍ରସ୍ତୁତ କରାଯାଏ। ସେହି କୁଣ୍ଡରେ ବୁଡ଼ ପକାନ୍ତି ଚଳନ୍ତି ପ୍ରତିମାମାନେ । ପାଣିରେ ଅବଗାହନ ପରେ ବେଶ କରାଯାଏ ମଦନମୋହନଙ୍କୁ । ଚନ୍ଦନ ଯାତ୍ରାର ଏକୋଇଶ ଦିନରୁ କୋଡ଼ିଏ ଦିନ ମଦନମୋହନ ପ୍ରତ୍ୟେକ ଦିନ ନୂଆ ବେଶ ଧାରଣ କରନ୍ତି । ଏହାର ଅନେକଗୁଡ଼ିଏ ବେଶ କୃଷ୍ଣଲୀଳାର ସ୍ମୃତିଚାରଣ ଉଦ୍ଦେଶ୍ୟରେ ଅନୁଷ୍ଠିତ ହୋଇଥାଏ ।<ref>{{cite journal|last1=ଶତପଥୀ|first1=ତପନ କୁମାର|title=କୃଷ୍ଣାବତାରୀ ଶ୍ରୀଜଗନ୍ନାଥ|journal=ଉତ୍କଳ ପ୍ରସଙ୍ଗ|volume=୬୩|issue=ଜୁନ-ଜୁଲାଇ ୨୦୦୭|pages=୬୯-୭୦|accessdate=14 August 2015}}</ref>
ନୃସିଂହ ଜନ୍ମତିଥିରେ ମଦନମୋହନ କୌଣସି ପ୍ରକାର ବେଶ ହୁଅନ୍ତି ନାହିଁ । କ୍ରମାନୁଯାୟୀ ବେଶଗୁଡ଼ିକ ହେଲା: <ref>{{cite web |url= http://www.deityworship.com/archives/1127 |title=Festivals in the Hot Season – an interview with Jananivasa Prabhu - ISKCON Deity Worship Ministry |first= Gopāladeva |last=Dāsa|work=deityworship.com |quote=There is a list of Lord Jagannatha’s special dresses for every day of Candana Yatra. In His form as Madan-Mohan, the utsava Deity, |accessdate=2 January 2013}}</ref>
{{div col|2}}
# ଅକ୍ଷୟ ତୃତୀୟା: ନଟବର ବେଶ (ତ୍ରିଭଙ୍ଗ ନୃତ୍ୟରତ ଶ୍ରୀକୃଷ୍ଣ)
# ବୈଶାଖ କୃଷ୍ଣ ଅଷ୍ଟମୀ: କୁଞ୍ଜବିହାରୀ ବେଶ (ନିକୁଞ୍ଜରେ ଦୋଳି ଖେଳା)
{{div col end}}
ବେଶ ପରେ ରାତ୍ର ଚାପ ରୀତି ସମ୍ପନ୍ନ କରାଯାଏ । ରାତ୍ରୀ ଚାପରେ ଦୁଇ ଚାପ ସହ ଗୋଟିଏ ବଜନ୍ତ୍ରୀ ନୌକା ଏହି ବିହରଣରେ ବ୍ୟବହୃତ ହୋଇଥାଏ । ବଜନ୍ତ୍ରୀ ନୌକାରେ ଜଣେ ଘଣ୍ଟୁଆ, ଜଣେ କାହାଳିଆ, ଜଣେ ତେଲିଙ୍ଗି ବାଜା ବାଦକ ରହିଥାନ୍ତି । ସେମାନଙ୍କ ସହ ଜଣେ ସେବାୟତ ପୋଲାଙ୍ଗ ତେଲର ଦିହୁଡ଼ୀ ଧରିଥାଏ । ଦିନ ଚାପ ଗୋଟିଏ ଘେରାରେ ଶେଷ ହେଉଥିବାବେଳେ ରାତ୍ରୀ ଚାପରେ ତିନି ଘେରା ବୁଲାଯିବାର ପରମ୍ପରା ରହିଛି ।
 
ଦେବ ବିଗ୍ରହମାନେ ନରେନ୍ଦ୍ର ପୁଷ୍କରିଣିର ଚକଡା ନିକଟରେ ବିଜେ କରିବା ପରେ ଠାକୁରଙ୍କ ଜଳ ଲାଗି, ଦିଅଁ ଚାପକୁ ବିଜେ, ଚାପ ଆରମ୍ଭ, ଚାପ ଶେଷ, ଦିଅଁ ଚନ୍ଦନ କୁଣ୍ଡକୁ ବିଜେ, ଚନ୍ଦନ କୁଣ୍ଡରୁ ବାହାରିବା, ସାଧାବେଶ, ଶୀତଳଭୋଗ, ବେଶ, ମାଣ୍ଡୁଅ ଭୋଗ, ଦିଅଁ ବାହାରକୁ ବିଜେ, ବିଡିଆମଣୋହି, ବନ୍ଦାପନା, ଦିଅଁ ଚାପକୁ ବିଜେ, ଚାପ ଆରମ୍ଭ ଓ ଶେଷ, ବାହୁଡା ବିଜେ ପ୍ରଭୃତି ଦେବନୀତି ସମ୍ପାଦନା କରିବା ନିମନ୍ତେ ଦୈନିକ ପ୍ରାୟ ୪୧ଜଣ ବିଭିନ୍ନ ବର୍ଗର ସେବକଙ୍କର ଆବଶ୍ୟକତା ପଡିଥାଏ ।
 
==== ଭଉଁରୀ ====
[[ଜଗନ୍ନାଥ|ଶ୍ରୀଜଗନ୍ନାଥ]] ମହାପ୍ରଭୁଙ୍କର ୨୧ଦିନ ବ୍ୟାପି ବାହାର ଚନ୍ଦନଯାତ୍ରାର ଅନ୍ତିମ ଦିବସରେ ଭଉଁରୀଯାତ୍ରା ଅନୁଷ୍ଠିତ ହୋଇଥାଏ । ପରମ୍ପରା ଅନୁଯାୟୀ ମଦନମୋହନ, ବଳରାମ, କୃଷ୍ଣ, ଶ୍ରୀଦେବୀ<!--ଲକ୍ଷ୍ମୀ--> ଓ ଭୂଦେବୀ<!--ସରସ୍ଵତୀ-->ଙ୍କ ସମେତ ଶ୍ରୀଲୋକନାଥ, ଶ୍ରୀମାର୍କଣ୍ଡେଶ୍ଵର, ଶ୍ରୀନୀଳକଣ୍ଠେଶ୍ଵର, ଶ୍ରୀଜମ୍ବେଶ୍ଵର ଏବଂ ଶ୍ରୀକପାଳମୋଚନଙ୍କୁ ଏକ ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ ନରେନ୍ଦ୍ର ପୁଷ୍କରିଣୀକୁ ବିଜେ କରାଯାଏ । ଭଉଁରୀ ଦିନ କେବଳ ଦିନଚାପ କରାଯାଏ, ରାତ୍ରିଚାପ କରାଯାଏ ନାହିଁ, ଦିନଚାପରେ ନରେନ୍ଦ୍ର ପୋଖରୀର ଦୀପଦାଣ୍ଡି ଚାରିପଟେ ୨୧ ଘେରା ବୁଲାଯାଇଥାଏ । ଠାକୁରମାନେ ନରେନ୍ଦ୍ର ପୋଖରୀରେ ୨୧ଘେରା ଚାପ ଖେଳିବା ପରେ ଶ୍ରୀମନ୍ଦିରକୁ ବାହୁଡ଼ାବିଜେ କରିଥାନ୍ତି ।
 
ପରମ୍ପରା ଅନୁଯାୟୀ ଭଉଁରୀଦିନ ସକାଳଧୂପ ହେବାପରେ ପୂଜାପଣ୍ଡାମାନେ ଶ୍ରୀଜୀଉମାନଙ୍କ ଆଜ୍ଞାମାଳଧରି ରଥଖଳାକୁ ଯାଇଥାନ୍ତି । ସେଠାରେ ଶ୍ରୀଅଙ୍ଗଲାଗି ଏହି ଆଜ୍ଞାମାଳଗୁଡ଼ିକୁ ମହାରଣା ସେବକମାନେ ପାଇବାପରେ ନିର୍ମାଣାଧିନ ତିନିରଥର ତିନୋଟି ଅଖରେ ଦୁଇଟି ଲେଖାଏଁ ଚକ ସଂଯୋଗ କରିଥାନ୍ତି ।
 
== ଭିତର ଚନ୍ଦନଯାତ୍ରା ==
ବାହର ଚନ୍ଦନ ଯାତ୍ରା ପରେ ମନ୍ଦିର ଭିତରେ ୨୧ଦିନ ବ୍ୟାପି ଭିତର ଚନ୍ଦନ ଅବସରରେ ବାହର ଚନ୍ଦନ ଯାତ୍ରା ଭଳି ଆଲଟ ଲାଗି ଓ ଚନ୍ଦନ ଲାଗି ନୀତି ସମ୍ପନ୍ନ ହୋଇଥାଏ । <ref>{{cite web |url= http://www.puritrip.com/jagannath-festival.php |title=Puri Yatra |work=puritrip.com |year=2012 |quote=the second period of 21 days known as ‘ bhitara chandan |accessdate=16 May 2012}}</ref> ଏହାସହ ଏଥିମଧ୍ୟରୁ ଜ୍ୟେଷ୍ଠକୃଷ୍ଣ ଏକାଦଶୀ, ସାବିତ୍ରୀ ଅମାବାସ୍ୟା, ଶୀତଳଷଷ୍ଠୀ ଓ ରୁକ୍ମିଣୀ ହରଣ ଏକାଦଶୀରେ ପ୍ରଭୁଙ୍କର ଜଳକ୍ରୀଡ଼ା ନୀତି ସମ୍ପନ୍ନ କରାଯାଇଥାଏ। ଏଥିରେ ଶ୍ରୀମଦନମୋହନ, ଶ୍ରୀଦେବୀ<!--ଲକ୍ଷ୍ମୀ--> ଓ ଭୂଦେବୀ<!--ସରସ୍ଵତୀ--> ରୋହିଣୀକୁଣ୍ଡ ନିକଟସ୍ଥ ଜଳକ୍ରୀଡ଼ା ମଣ୍ଡପକୁ ଯାଇ ସେଠାରେ ସୁବାଷିତ ଜଳକୁଣ୍ଡରେ ବିହାର କରିଥାନ୍ତି ।
 
=== ଚନ୍ଦନପ୍ରିୟ ଜଗନ୍ନାଥ ===
ଶ୍ରୀମନ୍ଦିର ମୁକ୍ତିମଣ୍ଡପ ନିକଟରେ ୮ଫୁଟ ପ୍ରସ୍ଥ ଓ ୧୨ଫୁଟ ଦୈର୍ଘ୍ୟ ବିଶିଷ୍ଟବିଶିଷ୍ଠ ‘ଚନ୍ଦନ ଘର’ ଅଛି । ସେଠାରେ ପ୍ରତ୍ୟେକ ଦିନ ଶ୍ରୀଜୀଉମାନଙ୍କ ଲାଗି ଚନ୍ଦନ ଘୋରାଯାଇଥାଏ । ଚନ୍ଦନ ଘୋରିବା ପାଇଁ ଚନ୍ଦନ ଘରେ ଥିବା ତିନୋଟି ଶିଳକୁ ଘୋଟୁଆରୀ ସେବକମାନେ ବ୍ୟବହାର କରିଥାନ୍ତି । ସମୁଦାୟ ସାତଜଣ ଘୋଟୁଆରୀ ଚନ୍ଦନ ଘୋରିଥାନ୍ତି। ସାଧାରଣ ଦିନମାନଙ୍କରେ ଘୋଟୁଆରୀ ସେବକମାନେ ପ୍ରାୟ ୪୪୨ଗ୍ରାମ ଓଜନର ଚନ୍ଦନକାଠ ଘୋରିଥାନ୍ତି<ref>[[ରବିବାର]] [[ସମାଜ (ଖବରକାଗଜ)|ସମାଜ]], ତା: ୦୩.୧୨.୨୦୦୬, ପୃଷ୍ଠା:୦୪</ref>, ତେବେ ଚନ୍ଦନ ଯାତ୍ରା ବେଳେ ପ୍ରାୟ ୧କିଲୋ ଓଜନର ଚନ୍ଦନ କାଠ ଘୋରିଥାନ୍ତି। ସନ୍ଧ୍ୟାଧୂପର ଅନ୍ନଭୋଗ ଅର୍ପଣ ପରେ ଠାକୁରମାନଙ୍କ ବେଶ ଓହ୍ଲାଇ ଦିଆଯାଇ ତିନିଠାକୁରଙ୍କ ବାହୁ ଓ ସନ୍ନିକଟ ଅଙ୍ଗଦେଶରେ ଚନ୍ଦନ ପ୍ରଲେପ କରାଯାଏ । ଜଗତର ତ୍ରିତାପ (ଆଧିଦୈବିକ, ଆଧିଭୌତିକ ଓ ଆଧ୍ୟାତ୍ମିକ) ହରଣ ନିମନ୍ତେ ଠାକୁରଙ୍କୁ ଚନ୍ଦନ ଲେପନ କରାଯାଇଥାଏ ।<ref>{{cite book|last1=ମିଶ୍ର|first1=ଡ. ଜୟକୃଷ୍ଣ|title=ବାମଦେବସଂହିତା|publisher=ସଦ୍‌ଗ୍ରନ୍ଥ ନିକେତନ, ପୁରୀ|isbn=9788190639002|page=୨୯୦|edition=2008|accessdate=14 August 2015}}</ref> [[ଜଗନ୍ନାଥଙ୍କ ସେବକ|ସିଂହାରୀ ସେବକ]]ମାନେ ଠାକୁରଙ୍କ ଏହି ସେବା କରିଥାନ୍ତି ।
 
== ଚନ୍ଦନ ବେଶ ==
 
== ଆଧାର ==
{{Reflist|30em}}
 
{{ଜଗନ୍ନାଥ}}
 
[[ଶ୍ରେଣୀ:ବଛା ଲେଖା]]
[[ଶ୍ରେଣୀ:ଜଗନ୍ନାଥ ଧର୍ମର ପର୍ବ]]
୧,୭୦୩

ଗୋଟି ସମ୍ପାଦନା