"ବୀର ସୁରେନ୍ଦ୍ର ସାଏ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ clean up, replaced: । → ।, ମାନଙ୍କ → ମାନଙ୍କ (2) using AWB
୨୨ କ ଧାଡ଼ି:
}}
 
'''ସୁରେନ୍ଦ୍ର ସାଏ''', [[ଭାରତ]]ର ଜଣେ ଅଗ୍ରଣି ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । <ref name=sai2>{{cite web |url= http://www.123orissa.com/person/person.asp?sno=15&cat=f |title=Eminent Persons -123orissa.com |first= |last= |work=123orissa.com |quote=.He had spent thirty-six years in jail out of his 75 years life span. |accessdate=23 January 2013}}</ref> ଏହା ସ୍ଵାଧୀନତା ସଂଗ୍ରାମୀ ମାନଙ୍କସଂଗ୍ରାମୀମାନଙ୍କ ଜେଲରେ ରହିବା ସମୟ ମଧ୍ୟରେ ସର୍ବାଧୀକ ।<ref>{{cite web |url= http://www.telegraphindia.com/1050907/asp/jamshedpur/story_5204824.asp |title=The Telegraph - Calcutta : Jamshedpur |first= |last= |work=telegraphindia.com |year=2005 |quote=The British put Surendra Sai in jail for 37 years, surpassing any known record for any jail sentences of freedom fighters. |accessdate=23 January 2013}}</ref>
ସେ ୧୮୨୭-୧୮୬୪ ମସିହା ଜାନୁଆରୀ ୨୩ ତାରଖି ପର୍ଯ୍ୟନ୍ତ ବିଦ୍ରୋହର ବହ୍ନିକୁ ପ୍ରଜ୍ଜ୍ୱଳତି କରି ରଖିଥିଲେ । ସୁରେନ୍ଦ୍ର ସାଏ ୧୮୨୭ରୁ ୧୮୪୦ ପର୍ଯ୍ୟନ୍ତ ୧୩ ବର୍ଷ ଓ ୧୮୫୭ରୁ ୧୮୬୪ ପର୍ଯ୍ୟନ୍ତ ୭ ବର୍ଷ ଏହିପରି ଦୁଇଟି ପର୍ଯ୍ୟାୟରେ ମୋଟରେ ୨୦ ବର୍ଷ ଇଂରେଜ ସରକାରଙ୍କ ବିରୁଦ୍ଧରେ ନିରବଚ୍ଛିନ୍ନ ଭାବରେ ଘମାଘୋଟ ଲଢ଼େଇ କରିଥିଲେ । ପ୍ରଥମ ପର୍ଯ୍ୟାୟରେ ଇଂରେଜମାନଙ୍କ ବିରୁଦ୍ଧରେ ତାଙ୍କର ସଂଗ୍ରାମ ୧୮୨୭-୧୮୪୦ ମସିହା ପର୍ଯ୍ୟନ୍ତ ବିକ୍ଷିପ୍ତ ଏବଂ ସୀମିତ ଥିଲା । କିନ୍ତୁ ଦ୍ୱିତୀୟ ପର୍ଯ୍ୟାୟରେ ଏହା ଅଧିକ ସୁସଙ୍ଗଠିତ, ସୁସଂହତ ତଥା ବୀରତ୍ୱପୂର୍ଣ୍ଣ ଥିଲା ।<ref name=sai/> ତାଙ୍କର ଅଦ୍ଭୁତ ସଂଗଠନ ଶକ୍ତି, ଅସୀମ ପରାକ୍ରମ, ଅସାଧାରଣ ରଣକୌଶଳ ବ୍ରିଟିଶ୍ ଶାସକ ଓ ସୈନ୍ୟବାହିନୀକୁ ଆଶ୍ଚର୍ଯ୍ୟାନ୍ୱିତ କରିଥିଲା ।
 
== ପ୍ରାରମ୍ଭିକ ଜୀବନ ==
୨୩ ଜାନୁଆରୀ ୧୮୦୯<ref>{{cite web |url= http://sambalpur.nic.in/ |title=Official Web Site Of Sambalpur District |first= |last= |work=sambalpur.nic.in |quote= Born on 23rd January, 1809 |accessdate=23 January 2013}}</ref> ମସିହାରେ ସମ୍ବଲପୁର ସହରର ଉତ୍ତରକୁ ପ୍ରାୟ ୨୧ ମାଇଲ ଦୂରରେ ଅବସ୍ଥିତ ବରଗାଁ ବା ଖିଣ୍ଡା ଗ୍ରାମରେ ଚୌହାନ ରାଜବଂଶର ଧରମ ସିଂହ ଓ ରେବତୀ ଦେବୀଙ୍କ ଔରସରୁ ସୁରେନ୍ଦ୍ର ସାଏ ଜନ୍ମଗ୍ରହଣ କରିଥିଲେ । ତାଙ୍କର ଛଅ ଭାଇ ଓ ଜଣେ ଭଉଣୀ ଥିଲେ । ପିତା ଧରମ ସିଂହଙ୍କ ମୃତ୍ୟୁ ପରେ କାକା ବଳରାମ ସିଂହଙ୍କ ତତ୍ତ୍ଵାବଧାନରେ ଘୋଡ଼ା ଚଢ଼ା, ଖଣ୍ଡା ଓ ତୀରଚାଳନା ସମେତ ଅନ୍ୟାନ୍ୟ ପ୍ରଶିକ୍ଷଣ ନେଇଥିଲେ । ସୁରେନ୍ଦ୍ର ସାଏ ଗାଙ୍ଗପୁର ରାଜ୍ୟର ହାତିବାରୀ ଜମିଦାରଙ୍କ କନ୍ୟା ସୁବର୍ଣ୍ଣକୁମାରୀଙ୍କୁ ବିବାହ କରିଥିଲେ । ତାଙ୍କର ଗୋଟିଏ ପୁତ୍ର 'ମିତ୍ରଭାନୁ ସାଏ' ଓ ଗୋଟିଏ କନ୍ୟା ଥିଲା ।<ref name=sai>{{cite web|last=[http://orissa.gov.in/e-magazine/utkalprasanga/2014/Jan/janoriya.htm ଉତ୍କଳ ପ୍ରସଙ୍ଗ]|title=ବୀର ସୁରେନ୍ଦ୍ର ସାଏ|url=http://orissa.gov.in/e-magazine/utkalprasanga/2014/Jan/oriyapdf/98-100.pdf|accessdate=7 June 2014}}</ref>
 
== ବିଦ୍ରୋହ ==
୩୩ କ ଧାଡ଼ି:
 
=== ପ୍ରଥମ ପର୍ଯ୍ୟାୟ ବିଦ୍ରୋହ ===
ସେତେବେଳେ କ୍ୟାପ୍ଟେନ୍ ହିଗ୍ନସ୍‌ଙ୍କ ଅଧିନାୟକତ୍ୱରେ ସମ୍ବଲପୁରରେ ଇଂରେଜମାନଙ୍କ ରାମଗଡ଼ ବାଟାଲିୟନ୍ ଅବସ୍ଥାପିତ ହୋଇଥାନ୍ତି । ସୁରେନ୍ଦ୍ର ସାଏଙ୍କ ପକ୍ଷରୁ ତାଙ୍କ ଅନୁଗାମୀମାନେ ଧନୁଶର ଧରି ଗରିଲା ଯୁଦ୍ଧ କରିଥିବାରୁ ଇଂରେଜ ସୈନ୍ୟମାନେ ତାର ମୁକାବିଲା କରିପାରି ନଥିଲେ । ପରେ ହଜାରୀବାଗ୍‌ର କ୍ୟାପ୍ଟେନ୍ ଉଇଲକିନସନ୍‌ଙ୍କ ନିର୍ଦ୍ଦେଶରେ ଆଉ ଏକ ସୈନ୍ୟବାହିନୀ ସମ୍ବଲପୁରରେ ଆସି ଯୋଗ ଦେଲେ । ଏହାପରେ ବିଦ୍ରୋହ କିଛି ମାତ୍ରାରେ ଦମନ ହୋଇଥିଲେ ମଧ୍ୟ ସମ୍ପୂର୍ଣ୍ଣ ପ୍ରଶମିତ ହୋଇପାରି ନଥିଲା । ଇଂରେଜମାନେ ବାଧ୍ୟ ହୋଇ ରାଣୀ ମୋହନ କୁମାରୀଙ୍କୁ ଗାଦିଚ୍ୟୁତ କରି ପୁନର୍ବାର ରାଜବଂଶର ଦୂର ସମ୍ପର୍କୀୟ ବ୍ୟକ୍ତି ନାରାୟଣ ସିଂହଙ୍କୁ ସମ୍ବଲପୁର ରାଜଗାଦି ପ୍ରଦାନ କଲେ । ମାତ୍ର ସେ ଥିଲେ ସମ୍ପୂର୍ଣ୍ଣ ଅଯୋଗ୍ୟ । ଏହା ଫଳରେ ପୁଣି ବିଦ୍ରୋହ ମୁଣ୍ଡ ଟେକିଲା । ୧୮୩୭ ଖ୍ରୀଷ୍ଟାବ୍ଦରେ ରାସପୂର୍ଣ୍ଣିମା ମଧ୍ୟରାତ୍ରିରେ ଦେବ୍ରୀଗଡ଼ଠାରେ ସୁରେନ୍ଦ୍ର ସାଏ, ଉଦ୍ଦ୍ୟନ୍ତ ସାଏ, ବଳରାମ ସିଂହ ଓ ଲୋଚନପୁର ଜମିଦାର ବଳଭଦ୍ର ଦେଓ ମିଳିତ ହୋଇ ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରୁଥିବା ସମୟରେ ଇଂରେଜମାନେ ଅଚାନକ ସେଠାରେ ପହଞ୍ଚି ବଳଭଦ୍ର ଦେଓଙ୍କୁ ହତ୍ୟା କଲେ <ref name=sai/>। ସୌଭାଗ୍ୟକ୍ରମେ ସୁରେନ୍ଦ୍ର ସାଏ ତାଙ୍କ ଭାଇମାନଙ୍କ ସହ କୌଶଳ କରି ଖସି ଯାଇଥିଲେ । ଇଂରେଜଶାସନର ନିଷ୍ପତ୍ତି ବିରୋଧରେ ସୁରେନ୍ଦ୍ର ସାଏ ତାଙ୍କ ସମର୍ଥକ ମାନଙ୍କୁସମର୍ଥକମାନଙ୍କୁ ଧରି ସ୍ଵର ଉତ୍ତୋଳନ କରିବା ହେତୁ ୧୮୪୦ ମସିହାରେ ଦକ୍ଷିଣ-ପଶ୍ଚିମ ସୀମାନ୍ତର ତତ୍କାଳୀନ ଇଂରେଜ ଏଜେଣ୍ଟ କର୍ଣ୍ଣେଲ ଆଉସ୍ଳେଙ୍କ ସହାୟତାରେ [[ସମ୍ବଲପୁର]]ର ଦେହୁରୀପାଲିରୁ ସୁରେନ୍ଦ୍ର ସାଏ, ଉଦ୍ଦ୍ୟନ୍ତ ସାଏ ଓ କାକା ବଳରାମ ସିଂହଙ୍କୁ ଇଂରେଜମାନେ ଗିରଫ କରିଥିଲେ । ସୁରେନ୍ଦ୍ରଙ୍କୁ ପାଞ୍ଚବର୍ଷ ଓ ଅନ୍ୟମାନଙ୍କୁ ୭ ବର୍ଷ କାରାଦଣ୍ଡରେ ଦଣ୍ଡିତ କରି ହଜାରୀବାଗ ଜେଲରେ ରଖାଯାଇଥିଲା । ଏହିଠାରେ ସୁରେନ୍ଦ୍ର ସାଏଙ୍କ ପ୍ରଥମ ପର୍ଯ୍ୟାୟ ସଂଗ୍ରାମର ଯବନିକା ପଡ଼ିଲା ।
 
=== ଦ୍ଵିତୀୟ ପର୍ଯ୍ୟାୟ ବିଦ୍ରୋହ ===