"ଚଉଷଠି ଯୋଗିନୀ ମନ୍ଦିର, ହୀରାପୁର" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
୫୬ କ ଧାଡ଼ି:
ମନ୍ଦିରଟିର ଗଠନଶୈଳୀ ବୈଚିତ୍ର୍ୟମୟ, ଯାହାକି ନଦେଖିଲେ ବର୍ଣ୍ଣନା କରିବା ଅସମ୍ଭବ । ଅଧିଷ୍ଠାତ୍ରୀ ଦେବୀ ମହାମାୟା ଓ ଯୋଗିନୀମାନେ ଏକ ପୁରାତନ ପଥରରେ ନିର୍ମିତ ମନ୍ଦିରରେ ପୂଜା ପାଉଛନ୍ତି । ମନ୍ଦିରର ଆକାର ଗୋଲାକାର କିନ୍ତୁ ଛାତ ଶୂନ୍ୟ । ମନ୍ଦିରର ପ୍ରବେଶ ପଥର ଦ୍ୱାରଦେଶଟି ଏକ ତୋରଣ ପରି ପଥରରେ ନିର୍ମିତ । ଏହାର ଦୁଇ ପାଶ୍ୱର୍ରେ ଦୁଇଟି ଭୈରବ ମୂର୍ତ୍ତି ବିଦ୍ୟମାନ । ସେହି ଦୁଇଟି ମୂର୍ତ୍ତିର ନାମ କାଳ ଓ ବିକାଳ । ଏହି ତୋରଣର ଉପର ଅଂଶରେ ଦୁଇଟି ଦ୍ୱାରପାଳ ମୂର୍ତ୍ତି ବିଦ୍ୟମାନ । ମନ୍ଦିରର ବାହାର କାନ୍ଥରେ ନଅଟି କାତାୟନୀ ମୂର୍ତ୍ତି ବିଦ୍ୟମାନ । ସେମାନେ ହସ୍ତରେ ପାନପତ୍ର ଆୟୁଧ ଧରି ଦଣ୍ଡାୟମାନ । ପୀଠର ମଧ୍ୟଭାଗରେ ଚତୁଃଷ୍କୋଣ ବିଶିଷ୍ଟ କୃତି । ଚାରି କୋଣରେ ଚାରୋଟି ପ୍ରତିମା ଦଣ୍ଡାୟମାନ । ସେଥିମଧ୍ୟରୁ ଗୋଟିଏ ସ୍ଥାନରେ ମୂର୍ତ୍ତି ଶୂନ୍ୟ । ବର୍ତ୍ତମାନ ତିନୋଟି ପ୍ରତିମାର ମଧ୍ୟଭାଗରେ ଅଦୈକ ପାଦ ଭୈରବ । କ୍ରୋଟର ଚକ୍ଷୁ, ନୃମୁଣ୍ଡମାଳୀ ଓ ଖଡ଼୍ଗଧାରୀ ଅଟନ୍ତି । ଅଧିଷ୍ଠାତ୍ରୀ ମହାମାୟାଙ୍କ ଦୁଇ ପାଶ୍ୱର୍ରେ ଅନ୍ୟ ସମସ୍ତ ମା' ଯୋଗିନୀ ଦେବୀ ସେମାନଙ୍କର ବାହନମାନଙ୍କ ଉପରେ ଆସ୍ଥାନ ବିମଣ୍ଡିତ । ଏହି ପ୍ରତିମାଗୁଡିକ କଳା ମୁଗୁନି ପଥରରେ ନିର୍ମିତ ।
ଏହି ଗୋଲାକାର ମନ୍ଦିରର ପରିଧି ୨୭.୪ମିଟର ଓ ଉଚ୍ଚତା ୨.୪ମିଟର । ଏହିମନ୍ଦିର ସମ୍ମୁଖଭାଗ ଉଦ୍ଗତଯୁକ୍ତ, ଯାହାକି ଏକ ଗୌରୀପଟ୍ଟ ସଦୃଶ ପ୍ରତୀୟମାନ । ମନ୍ଦିରର କାନ୍ଥସବୁ ସ୍ଥାନୀୟ ଅଞ୍ଚଳରେ ମିଳୁଥିବା [[ବାଲି ପଥର]]ରେ ତିଆରି । ଚଉଷଠି ଯୋଗିନୀ ପୀଠର ଚାରିପଟେ ସାଧକଙ୍କ ସୁରକ୍ଷା ନିମନ୍ତେ ୯ଟି [[ଯକ୍ଷ|ଯକ୍ଷିଣୀ]] ଥିବାବେଳେ ଦୁଇଟି କ୍ଷେତ୍ରୀୟ ଓ ଯକ୍ଷ ଦ୍ଵାରପାଳ ରହିଛନ୍ତି । ଏହାବ୍ୟତୀତ ପୀଠ ଭିତରକୁ ଯିବା ପାଇଁ ଥିବା ପ୍ରବେଶପଥ ପାର୍ଶ୍ଵରେ ଦୁଇଟି ବେତାଳ ରହିଛନ୍ତି । ପ୍ରତିମାଗୁଡିକ କଳାମୁଗୁନି ପଥରରେ ଖୋଦିତ ଓ ବାଲୁକା ପ୍ରସ୍ତରରେ ନିର୍ମିତ । ନବକାତ୍ୟାୟିନୀଙ୍କ ପ୍ରତିମାମାନ ଦେଉଳ ବାହାରେରେ ମଣ୍ଡିତ । <ref name =samaja/> ଦେଉଳ କାନ୍ଥର ଭିତର ଭାଗରେ [[ଚଉଷଠି ଯୋଗିନୀଙ୍କ ନାମ|ଯୋଗିନୀ]]
ଏଠାରେ ଥିବା ସଙ୍କଟେଶ୍ୱର ଶିବ ମନ୍ଦିରରେ ପୂଜିତ ଶିବଲିଙ୍ଗର ଉଚ୍ଚତା ବୃଦ୍ଧିପାଉଥିବା ଗ୍ରାମବାସୀ ମତ ଦିଅନ୍ତି । ୨୦୧୩ ମସିହାରେ ପୂଜକ ସନ୍ତୋଷ ତ୍ରିପାଠୀ ଲିଙ୍ଗର ଉଚ୍ଚତା ୧.୫ ଫୁଟ ବଢ଼ିବା ଉଲ୍ଲେଖ କରିଥିଲେ । <ref name =samaja/>
|