"ଦୁର୍ଗା ପୂଜା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ →‎୨୦୧୬ ତାରିଖ: ୭ ଅକ୍ଟୋବର - ୧୧ ଅକ୍ଟୋବର
ଟିକେ clean up, replaced: → (43), କାରୀଗର → କାରିଗର, ମାନଙ୍କ → ମାନଙ୍କ, ମାନେ → ମାନେ (2) using AWB
୧ କ ଧାଡ଼ି:
{{ଛୋଟ|Durga Puja}}
{{Infobox Holiday
|holiday_name = ଦୁର୍ଗା ପୂଜା
|type = hindu
|longtype = [[ହିନ୍ଦୁ]], ଭାରତୀୟ
|image = College square Durga puja.jpg
|caption = [[କଟକ]]ର କଲେଜ ଛକ ପାଖ
|official_name = ଦୁର୍ଗା ପୂଜା
|nickname = ନବରାତ୍ରୀ, ବିଜୟାଦଶମୀ
|observedby = ହିନ୍ଦୁ ଧର୍ମାମ୍ବଲମ୍ବୀ
|begins = [[ଆଶ୍ୱିନ]] ଶୁକ୍ଳପକ୍ଷ [[ଷଷ୍ଠୀ]]
|ends = ଆଶ୍ୱିନ ଶୁକ୍ଳପକ୍ଷ [[ଦଶମୀ]]
|date2014 = ୩୦ସେପ୍ଟେମ୍ବର - ୩ ଅକ୍ଟୋବର
|date2015 = ୧୯ ଅକ୍ଟୋବର - ୨୩ ଅକ୍ଟୋବର
|date2016 = ୭ ଅକ୍ଟୋବର - ୧୧ ଅକ୍ଟୋବର
|celebrations =
|observances =
|relatedto = [[ଦଶହରା]]
}}
 
୨୨ କ ଧାଡ଼ି:
ତ୍ରେତୟା ଯୁଗରେ ରାବଣକୁ ପରାସ୍ତ କରିବା ନିମନ୍ତେ [[ରାମ|ରାମଚନ୍ଦ୍ର]] [[ଚୈତ୍ର]] ବଦଳରେ [[ଆଶ୍ଵିନ]]ରେ ଏହି ପୂଜା କରିଥିଲେ, ସେବେଠାରୁ ଏହା ଉଭୟ ଚୈତ୍ର ବାସନ୍ତୀ ନବରାତ୍ର ଓ ଆଶ୍ଵିନ ଶାରଦ ନବରାତ୍ର ଭାବେ ବିଦିତ ଓ ଉଭୟ ସମୟରେ ଦେବୀଙ୍କ ମହାପୂଜା ପ୍ରଚଳିତ । ନବମୀର ପରବର୍ତ୍ତୀ ଦିନ ବିଜୟଉତ୍ସବ ବା ବିଜୟାଦଶମୀ ପାଳିତ ହୁଏ,ଏହା ଦେବତାମାନଙ୍କ ଦ୍ଵାରା ମା ଦୁର୍ଗାଙ୍କ ଯୁଦ୍ଧ ପରବର୍ତ୍ତୀ ବିଜୟାଭିଷେକର ପରମ୍ପରାକୁ ସୂଚାଏ । <ref>http://www.theholidayspot.com/durgapuja/akalbodhan.htm</ref>
 
<!--ଏହି ପର୍ବର ଆରମ୍ଭ ହୁଏ ଆଶ୍ୱିନ ଶୁକ୍ଳ ପକ୍ଷର ଆରମ୍ଭ ଅମାବସ୍ୟା ଠାରୁ, ଯାହାକୁ ମହାଳୟା ବୋଲି କୁହାଯାଏ। ଦେବୀ ଦୁର୍ଗାଙ୍କର ମୃଣ୍ମୟୀ ମୂର୍ତ୍ତିର ପୂଜାର୍ଚନା ଷଷ୍ଠୀ ଠାରୁ ଅଷ୍ଟମୀ ପର୍ଯ୍ୟନ୍ତ ଅତ୍ୟନ୍ତ ଆନନ୍ଦ ଉଲ୍ଲାସର ସହିତ ଚାଲେ। ସହରର ବିଭିନ୍ନ ସ୍ଥାନରେ ସିଂହାସନା, ଦଶଭୂଜଧାରିଣୀ ଦେବୀ ଦୁର୍ଗା ଓ ତାଙ୍କ ପଦାନତ ମହିଷାସୁରର ବିଶାଳ ମୂର୍ତୀ ସୁସଜ୍ଜିତ ତୋରଣ ମାନଙ୍କରେତୋରଣମାନଙ୍କରେ ଶୋଭାପାଏ। ଭସାଣି ପର୍ବ ମଧ୍ୟ ବହୁତ ଆଡ଼ମ୍ବର ସହିତ ସମାପିତ ହୁଏ।
-->
 
୪୨ କ ଧାଡ଼ି:
 
==ନବମୀରେ କୁମାରୀ ପୂଜା==
ଶ୍ରୀରାମଚନ୍ଦ୍ର ରାବଣଙ୍କୁ ବଧ କରିବା ପାଇଁ ଶରତ କାଳରେ ଶ୍ରୀ ଶ୍ରୀ ଦୁର୍ଗାପୂଜା କରିଥିଲେ । ଏହାକୁ ‘ଅକାଳବୋଧନ’ କୁହାଯାଏ । କାରଣ ଶରତକାଳ ସୂର୍ଯ୍ୟ ଦକ୍ଷିଣାୟନ କରନ୍ତି । ଶ୍ରାବଣ ମାସରୁ ପୌଷମାସ ସୂର୍ଯ୍ୟଙ୍କ ଦକ୍ଷିଣାୟନ; ମାଘରୁ ଆଷାଢ଼ ସୂର୍ଯ୍ୟଙ୍କର ଉତ୍ତରାୟନ । ଦକ୍ଷିଣାୟନ ଦେବତାଙ୍କର ରାତ୍ରି । ତେଣୁ ଉତ୍ତରାୟନ ଦେବତାଙ୍କ ଆରାଧନାର ପ୍ରକୃଷ୍ଟ ସମୟ । ରାବଣ, ବ୍ରହ୍ମାଙ୍କ ବରରେ ଅପାରଶକ୍ତିର ଆଧିକାରୀ ହୋଇଥିବାରୁ ତାଙ୍କୁ ବଧ କରିବା ନିମନ୍ତେ ଦେବୀଙ୍କ କୃପା ଆବଶ୍ୟକ । ତେଣୁ ବ୍ରହ୍ମା ଶ୍ରୀରାମଚନ୍ଦ୍ରଙ୍କୁ ଶରତ କାଳରେ ଦେବୀଙ୍କ କଳ୍ପାରମ୍ଭ କରିବାକୁ ନିର୍ଦ୍ଦେଶ ଦେଲେ । ଶ୍ରୀରାମଚନ୍ଦ୍ର ଦ୍ୱନ୍ଦ୍ୱରେ ପଡ଼ିଲେ । ସୃଷ୍ଟିକର୍ତ୍ତା ବ୍ରହ୍ମାଙ୍କର ନିର୍ଦ୍ଦେଶ ଓ ଦେବଦେବୀଙ୍କର ଦକ୍ଷିଣାୟନ । ଦେବୀ ଜାଗ୍ରତ ନା ନିଦ୍ରିତ ? ଦେବୀ ଏବେ ଆବିର୍ଭୂତ ହେବେ ତ ? ତେଣୁ ସେ ଧ୍ୟାନମଗ୍ନ ହୋଇ ଜାଣିପାରିଲେ ଦେବୀ ତ୍ରିଶାଖା ବିଲ୍ୱଦଳରେ ‘କୁମାରୀ’ କନ୍ୟା ରୂପେ ଶାୟିତ । ଏହି ଦୃଶ୍ୟ ଅବଲୋକନ କରି ବିଭୋର ହେଲେ ଶ୍ରୀରାମଚନ୍ଦ୍ର । ଦେବୀଙ୍କୁ ଜାଗ୍ରତ କରାଇବେ ।ବ୍ରହ୍ମାଙ୍କ ନିର୍ଦ୍ଦେଶରେ ଷଷ୍ଠୀଦିନ ‘ବିଲ୍ୱାଧିବାସ’ କଲେ ଶ୍ରୀରାମଚନ୍ଦ୍ର । ଷଷ୍ଠୀପରେ ସପ୍ତମୀରେ ଦେବୀଙ୍କୁ ଷୋଡ଼ଶ ଉପଚାରରେ ପୂଜା କଲେ ମଧ୍ୟ ଦେବୀଙ୍କର ନିଦ୍ରାଭଙ୍ଗ ହେଲାନି । ଅଷ୍ଟମୀରେ ଯୋଗିନୀମାନଙ୍କୁ ଡାକି ବିଶେଷ ପୂଜାକରିଲେ ଶ୍ରୀରାମ । ତେଣୁ ଅଷ୍ଟମୀର ଶେଷ ଦଣ୍ଡ ଓ ନବମୀର ପ୍ରଥମ ଦଣ୍ଡ(୨୪+୨୪=୪୮ମିନିଟ) ସନ୍ଧିକ୍ଷଣରେ ପୂଜା କଲେ । ଏହାକୁ ‘ସନ୍ଧିପୂଜା’ କୁହାଯାଏ । ଚାମୁଣ୍ଡା ଦେବୀଙ୍କ ସହାୟତାରେ ଶ୍ରୀରାମଚନ୍ଦ୍ର ଏହି ‘ସନ୍ଧିପୂଜା’ କରିଥିଲେ । ଏହି ପୂଜା ପରେ ଅର୍ଥାତ୍‌ ନବମୀ ଦିନ ଦେବୀ ଜାଗ୍ରତ ହେଲେ ଏବଂ ପୁନର୍ବାର ‘କୁମାରୀ’ ରୂପରେ ଶ୍ରୀରାମଚନ୍ଦ୍ରଙ୍କୁ ଦର୍ଶନ ଦେଲେ । ତେଣୁ ନବମୀ ଦିନ କୁମାରୀ ପୂଜାର ପ୍ରଚଳନ ଅଛି । କୁମାରୀ ସାକ୍ଷାତ ଯୋଗିନୀ, ପରମାଦେବୀ ପୁଣି ପରମପ୍ରକୃତି । ଶ୍ରୀ ଶ୍ରୀ ଚଣ୍ଡୀରେ ଉଲ୍ଲେଖ ଅଛି ‘ସ୍ତ୍ରୀୟା ସମସ୍ତା ସକଳ ଜଗତ ସୁ’ ଅର୍ଥାତ୍‌ ସମସ୍ତ ସ୍ତ୍ରୀ ଜାତି ବ୍ରହ୍ମମୟୀ, ମହାମାୟା ଜଗଜ୍ଜନନୀଙ୍କର ଏକ ଅଂଶ ବିଶେଷ । ପ୍ରତି ନାରୀ ଭଗବତୀଙ୍କ ଅଂଶ ହେଲେ ମଧ୍ୟ କୁମାରୀଙ୍କ ମଧ୍ୟରେ ଭଗବତ୍‌ ସତ୍ତା ବିଶେଷ ଭାବରେ ପ୍ରକାଶିତ । ତନ୍ତ୍ରମତେ ଷୋହଳ ବର୍ଷ ପର୍ଯ୍ୟନ୍ତ ଅବିବାହିତା କନ୍ୟାଙ୍କୁ କୁମାରୀ କୁହାଯାଏ । ଯେତେଦିନ ପର୍ଯ୍ୟନ୍ତ କନ୍ୟା ଋତୁମତୀ ନ ହୁଅନ୍ତି ସେତେଦିନ ପର୍ଯ୍ୟନ୍ତ ‘କୁମାରୀ’ ତାହା କୁସୁମପରି ପବିତ୍ର । ତେଣୁ ସେତେଦିନ ପର୍ଯ୍ୟନ୍ତ କନ୍ୟା ଦେବସେବାରେ ନିବେଦିତ ହୋଇପାରିବେ । ତ୍ରେତୟା ଯୁଗରେ ଶ୍ରୀରାମଚନ୍ଦ୍ର ଦେବୀ ଦୁର୍ଗାଙ୍କୁ କୁମାରୀ ରୂପରେ ଦର୍ଶନ କରିଥିଲେ ଏବଂ ପୂଜା କରିଥିଲେ ମଧ୍ୟ ପରବର୍ତ୍ତୀକାଳରେ ଶ୍ରୀଶ୍ରୀ ରାମକୃଷ୍ଣ ଓ ତାଙ୍କର ଶିଷ୍ୟ ବିବେକାନନ୍ଦ ଏହାର ବହୁଳ ପ୍ରଚାର କରିଥିଲେ ଏବଂ ରାଣୀ ରାସମଣୀ ଦେବୀଙ୍କ ଦ୍ୱାରା କୁମାରୀ ପୂଜାକରାଇ ଏହାର ପ୍ରସାର ମଧ୍ୟ କରିଥିଲେ। କାରଣ କୁମାରୀଙ୍କ ମଧ୍ୟରେ ଭଗବତ୍‌ ସତ୍ତା ଅନୁଭବ କରିଥିଲେ । ଏଣୁ ଦୁର୍ଗାପୂଜାର ନବମୀ ରାତ୍ରିରେ କେତେକ ବ୍ରାହ୍ମଣ ବଂଶୀୟ ସାତରୁ ଆଠ ବର୍ଷର କନ୍ୟାକୁ ପାଦରେ ଅଳତା, ଆଖିରେ କଜ୍ଜଳ ଓ କପାଳରେ ଚନ୍ଦନ ଟିପା ଦେଇ ସୁନ୍ଦର ଭାବରେ ସଜାଇ ନୂତନ ଶାଢ଼ି ପରିଧାନ କରାଇ ବିଭିନ୍ନ ଉପଢ଼ୌକନ ଦେଇ ପୂଜା କରାଯାଏ । ଏହାକୁ ‘କୁଆଁରୀ ଲକ୍ଷ୍ମୀ’ ପୂଜା କୁହାଯାଏ । ଓଡ଼ିଶାର ସବୁ ପୂଜାମଣ୍ଡପରେ ନବମୀ ଦିନ କୁମାରୀ ପୂଜା କରା ନ ଗଲେ ମଧ୍ୟ କଟକ ଜିଲ୍ଲାର ପୁନଙ୍ଗ ଗ୍ରାମର ଘୋଷଘର ପୂଜାମଣ୍ଡପରେ ଆବାହମାନକାଳରୁ କୁମାରୀ ପୂଜା ହୋଇଆସୁଛି । କଥିତ ଅଛି, ଯେଉଁମାନେ ଏହି ପୂଜା ଦର୍ଶନ କରନ୍ତି, ସେମାନେ ଚତୁବର୍ଗ ଫଳ ପାଆନ୍ତି । କୁମାରୀ ପୂଜା ହେଉଛି ନାରୀଜାତି ପ୍ରତି ସମ୍ମାନ ପ୍ରଦର୍ଶନର ଏକ ପ୍ରକ୍ରିୟା ମାତ୍ର ।<ref>ସ୍ନିଗ୍ଧା ଗୋସ୍ୱାମୀ, ସମାଜ ରବିବାର, ପୃଷ୍ଠା-୩, ୨୦୧୪ ସେପ୍ଟେମ୍ବର ୨୮-ଅକ୍ଟୋବର ୪</ref>
 
== ପୂଜାବିଧି ==
[[ଫାଇଲ:Choudhri bazar Durga puja.jpg|thumb|ଚୌଧୁରୀ ବଜାର,କଟକ]]
ଜନ୍ମାଷ୍ଟମୀ ଅବସରରେ ନଦୀରୁ ମାଟି ଉଦ୍ଧାର କରାଯାଏ,ଯାହା ଦଶହରାର ପ୍ରଥମ ବିଧି।ଏହା ପରେ କାରୀଗର ମାନେକାରିଗରମାନେ ମୂର୍ତ୍ତି ଗଠନରେ ବ୍ୟସ୍ତ ରୁହନ୍ତି । ପବିତ୍ର ମହାଳୟା ଅବସରରେ ମା’ ଙ୍କ ମୃଣ୍ମୟ ମୂର୍ତ୍ତିରେ ଖଡ଼ି ଚଢାଯାଏ । ମହାଳୟା ଠାରୁ ପ୍ରକୃତ ଦୁର୍ଗାପୂଜା ଆରମ୍ଭ ହୁଏ । କାରଣ ଏହି ଦିନ ଠାରୁ ଦୁର୍ଗାପୂଜା ମଧ୍ୟରେ ୧୦ ଦିନ ସମୟ ରହିଥାଏ, ଯାହା ପୁରାଣ ଶାସ୍ତ୍ରରେ ଦଶହରା ବୋଲି କୁହାଯାଇଛି । ପ୍ରକୃତ ପୂଜାବିଧି ଷଷ୍ଠୀ ଠାରୁ ଦଶମୀ ପର୍ଯ୍ୟନ୍ତ ଦେଖିବାକୁ ମିଳେ ।
* ଷଷ୍ଠୀ: ଅଧିବାସ, ବିଲ୍ୱବରଣ, ମା’ ଙ୍କୁ ସ୍ଵାଗତ କରିବାକୁ ଯାଇ ଷଷ୍ଠୀ ପୂଜାରେ ବେଲବରଣୀ କରାଯାଏ । ବେଲଗଛ ପାଖରେ ଏହି ପୂଜା ସମ୍ପନ୍ନ କରାଯାଏ । ଶେଷରେ ରାତ୍ରୀ କାଳରେ ଦେବୀ ପ୍ରତିମାର ଚକ୍ଷୁରେ ରଙ୍ଗ ଦେଇ ଚକ୍ଷୁଦାନ ସମ୍ପନ୍ନ ହୁଏ ଓ ମନ୍ତ୍ରଦ୍ୱାରା ପ୍ରାଣ ପ୍ରତିଷ୍ଠା କରାଯାଏ । <!--ଏହା ମା’ ଙ୍କ ବିଶେଷ ପୂଜାବିଧି, ଶାସ୍ତ୍ରକହେ ଏଥିରେ କୈଣସି ଅବହେଳା ହେଲେ ଅନିଷ୍ଟ ଘଟିବା ସୁନିଶ୍ଚିତ ।-->
* ସପ୍ତମୀ: ସପ୍ତମୀରେ ନବପତ୍ରିକା ପୂଜା କରାଯାଏ, ଯେଉଁ ଥିରେ କଦଳୀ, ସାରୁ, ମାଣସାରୁ, ହଳଦୀ, ଅଶୋକ, ଡାଳିମ୍ବ, ବେଲ, ଜୟନ୍ତି ଓ ଧାନ ଏହି ନଅ ଜାତି ପତ୍ରଦ୍ଵାରା ଦୁର୍ଗାଙ୍କର ଗୋଟିଏ ମୁର୍ତ୍ତି ଗଠନ କରି ପୂଜା କରିବାର ବିଧି ।<ref>ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ, ପୃଷ୍ଠା: ୪୧୩୪ </ref> ଏହା ପରେ ମହାସ୍ନାନ ବିଧି ସମ୍ପନ୍ନ ହୁଏ । ଚଣ୍ଡିପାଠହୋମ: ଦେବୀମାହାତ୍ମ୍ୟ (ମାର୍କଣ୍ଡେୟ ପୂରାଣାନ୍ତର୍ଗତ ଦୁର୍ଗାଙ୍କ ବିଷୟ ବର୍ଣ୍ଣନାତ୍ମକ ଗ୍ରନ୍ଥ) ଗ୍ରନ୍ଥର ଆବୃତ୍ତି ସହ ହୋମ ଓ ପୁଷ୍ପାଞ୍ଜଳୀ ପ୍ରଦାନ କରାଯାଏ ।
* ଅଷ୍ଟମୀ: ଅଷ୍ଟମୀରେ ହୁଏ ମା’ ଙ୍କ ମୂଖ୍ୟ ସନ୍ଧିପୂଜା । ମହାଷ୍ଟମୀର ଶେଷ ଦଣ୍ଡ ଓ ମହାନବମୀର ଆଦ୍ୟ ଦଣ୍ଡର ମଧ୍ୟକାଳୀନ ସମୟକୁ ସନ୍ଧି ସମୟ କୁହାଯାଏ । ଶାସ୍ତ୍ର ବିଧି ଅନୁସାରେ ଶାରଦୀୟ ଓ ବାସନ୍ତୀ ଦୁର୍ଗାପୂଜାରେ ଏହି ସନ୍ଧି କାଳହିଁ ଦେବୀଙ୍କୁ ବଳି ଦେବର ପ୍ରଶସ୍ତ ସମୟ । ଏହି ସମୟରେ ମା’ ଙ୍କ ପାଖରେ ବଳି ଦିଆଯାଏ । ପୂର୍ବରୁ ଜୀବମାନଙ୍କୁ ବଳି ଦିଆଯାଉଥିଲା, ଆଜିକାଲି ଲାଉ, ପାଣିକଖାରୁ ଓ ବୋଇତିକଖାରୁ ବଳି ଦିଆଯାଉଛି । ଓଡ଼ିଶାରେ ଏହିଦିନ ମହିଳାମାନେ [[ଶାଢ଼ୀ]], ଫେଣୀ ଇତ୍ୟାଦି ଆଣି ମା’ ଙ୍କ ପାଖରେ ଭୋଗ କରିସାରିବା ପରେ ନୂଆ ବସ୍ତ୍ର ପରିଧାନ କରିଥାନ୍ତି ।
* ନବମୀ: ନବମୀ ପୂଜାରେ ମା’ଙ୍କ ପୀଠରେ ମାଛ ଭୋଗ ହେଇଥାଏ।କଟକର ଅଲିଶାବଜାର, ଚାନ୍ଦିନୀ ଚୌକ ପ୍ରଭୃତି କେତେକ ପୂଜା କମିଟି ନବମୀ ପୂଜାରେ ବଡ଼ ଧରଣର ମାଛଭୋଗ କରିଥାନ୍ତି ।
* ଦଶମୀ: ଘଟ ବିସର୍ଜନ ଓ ଭସାଣି । ଦଶମୀ ପୂଜା ମା’ଙ୍କ ଅନ୍ତିମ ପୂଜାର୍ଚ୍ଚନା ଅପରାଜିତା ପୂଜା ଏହି ଦିବସର ସ୍ଵାତନ୍ତ୍ର । ଓଡ଼ିଶାର କେତେକ ଅଞ୍ଚଳରେ ଅପରାଜିତା ଫୁଲରେ ମା’ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦେବାକୁ ଯାଇ ସାହିର ମହିଳାମାନେ ଝିଅ ବିଦାକଲା ଭଳି କାନ୍ଦବୋବାଳି କରିଥାନ୍ତି । ଏହା ସହିତ ମହିଳା ମାନେମହିଳାମାନେ ସିନ୍ଦୁର ଖେଳ କରିଥାନ୍ତି । ଅନେକ ସ୍ଥାନରେ ସିନ୍ଦୁର ଖେଳ ପ୍ରତିଯୋଗିତା ହୁଏ । ଏହି ଦିବସର ପ୍ରମୁଖ ଭୋଗ ଦହି ପଖାଳ ।
 
== ଆଧାର ==