"ଦଣ୍ଡ ନାଟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Wikipedia python library
No edit summary
୨୦ କ ଧାଡ଼ି:
ଲୋକ ନାଟକର ସୃଷ୍ଟି ଉତ୍ସ ସମ୍ପର୍କରେ କେତେଗୁଡିଏ ତଥ୍ୟ ହେଲା । ସେଗୁଡିକ ହେଲା :୧-ପ୍ରକୃତି ପ୍ରଭାବ,୨-ଧର୍ମ ଟିନ୍ତନ,୩-କୃଷି ସଭ୍ୟତା,୪-ସାମରିକ ପରମ୍ପରା,୫- କାରୁକଳା,୬-ଆଦିବାସୀ ଓ ଓଡଶୀ ନୃତ୍ୟ । <br />
ବୈଦିକ ଯୁଗରେ ଲୋକ ନାଟକର ଉବ୍ଦଭ ହୋଇଥିଲେ ମଧ୍ୟ ଏବେ ଏଗୁଡିକ ଲୋକ ସମାଜରେ ମୁମୂର୍ଷ ଅବସ୍ଥାରେ କେବଳ ବଞ୍ଚିରହିଛନ୍ତି । ଏଗୁଡିକର ପୁନରାଉଦ୍ଧାର ପାଇଁ ଏବେ ଅବଶ୍ୟ ସମଗ୍ର ବିଶ୍ବ ଚଳଚଞ୍ଚଳ ହୋଇପଡ଼ିଛି । ସମଗ୍ର ବିଶ୍ବରେ ବିଭିନ୍ନ ପ୍ରକାର ଲୋକନାଟକ ପ୍ରଚଳିତ । ଚୀନ୍,ଆମେରିକା,ଲୋହିତ ଭାରତୀୟ ,ଆଫ୍ରିକାର ଆଦିବାସୀ,ୟୁରୋପର ଅନୁନ୍ନତ ଅଞ୍ଚଳ ତଥା ଭାରତର ବିଭିନ୍ନ ପ୍ରଦେଶରେ ଭଳି ଭଳି ଲୋକନାଟ୍ୟର ପ୍ରଚଳନ ଦେଖିବାକୁ ମିଳେ । ସେହିଭଳି ଓଡ଼ିଶାରେ ମଧ୍ୟ ବିଭିନ୍ନ ଲୋକନାଟକ ମଧ୍ୟରୁ ଦଣ୍ଡନାଟ ଏକ ପ୍ରଭାବଶାଳୀ ଶାଖା ।
 
== ଉତ୍ପତ୍ତି ==
 
=== ପୌରାଣିକ ଉପାଖ୍ୟାନ ୧ ===
ଥରେ ଦକ୍ଷ ପ୍ରଜାପତି ଯଜ୍ଞର ଆୟୋଜନ କରି ନିଜ କନ୍ୟା ସତୀ ଓ ଜାମାତା ଶିବଙ୍କ ବ୍ୟତୀତ ସବୁ ଦେବତାମାନଙ୍କୁ ଆମନ୍ତ୍ରିତ କରିଥିଲେ। ଅନିମନ୍ତ୍ରିତ ଭାବରେ ସତୀ ଯଜ୍ଞସ୍ଥଳକୁ ଯିବାରୁ ଦକ୍ଷ ତାଙ୍କୁ ଭର୍ତ୍ସନା କରିବା ସହିତ ଶିବଙ୍କୁ ଅପମାନ ଦେଇ ଅନେକ କଥା କହିଲେ। ଏହା ସହି ନ ପାରି ସତୀ ଯଜ୍ଞକୁଣ୍ଡରେ ଝାସଦେଇ ପ୍ରାଣତ୍ୟାଗ କଲେ। ଏହି ସମ୍ବାଦ ପାଇ ଶିବ କ୍ରୋଧାନ୍ୱିତ ହୋଇ ଦକ୍ଷଙ୍କର ଶିରଚ୍ଛେଦର କରିଥିଲେ। ତାଙ୍କର ଉଗ୍ରରୂପକୁ ଶାନ୍ତ କରିବାପାଇଁ ଦକ୍ଷ ପତ୍ନୀ ପ୍ରସୂତୀ ଅର୍ଘ୍ୟ ଦେଇ ବନ୍ଦା କରିବାକୁ ଆସନ୍ଦେ ଶିବଙ୍କର ଦିଗମ୍ବର ରୂପକୁ ଦେଖି ତାଙ୍କୁ ଲିଙ୍ଗରୂପରେ ପୂଜା ପାଇବାକୁ ଅଭିଶାପ ପ୍ରଦାନ କଲେ। ଅଭିଶାପ ହେତୁ ଶିବଲିଙ୍ଗ ଭୂପତିତ ହେଲା ଏବଂ ଆଦିଶକ୍ତି ଉଭା ହୋଇ ଏହି ଲିଙ୍ଗକୁ ଧାରଣ କଲେ। ସେହିଦିନଠାରୁ ଶିବଶକ୍ତି ଦଣ୍ଡ ଓ ଘଡ଼ି ରୂପରେ ପୂଜା ପାଇଥାନ୍ତି। ବ୍ରହ୍ମା ଏହି ଦଣ୍ଡ-ଘଡ଼ି ପୂଜା କରିବାକୁ ଚଢ଼େଇଆକୁ ଦେଲେ। ସେହି ଦିନଠାରୁ ଦଣ୍ଡଯାତ୍ରାର ଆରମ୍ଭ ହେଲା।
 
=== ପୌରାଣିକ ଉପାଖ୍ୟାନ ୨ ===
ବ୍ରହ୍ମାଙ୍କ ପାଞ୍ଚ କୁମାର ମରୀଚି, ପୁଲହ, ପୁଲସ୍ତ୍ୟ, କ୍ରତୁ ଓ ଅଙ୍ଗିରା ଇନ୍ଦ୍ରଙ୍କ ପାଞ୍ଚ ପୁଅ ଜୟନ୍ତ, ପାକଶାସ୍ତ୍ରୀ, ସୁବତ୍ସ, ସୁରସେନ, ଗନ୍ଧର୍ବସେନ ଓ କୁବେରଙ୍କ ତିନିପୁତ୍ର ନଳ, ମଣିଭଦ୍ର, ସୁକୁବେର ସତ୍ୟ ଯୁଗରେ ଦେବଗୁରୁ ବୃହସ୍ପତିଙ୍କଠାରୁ ବିଦ୍ୟାଶିକ୍ଷା କରି ଫେରୁଥିବା ସମୟରେ ପିତୃଲୋକଙ୍କୁ ଜଳଦାନ କରୁଥିବା ଋଷି କର୍ତୃଙ୍କୁ ଦେଖି ହସିବାରୁ ଶାପିତ ହୋଇ କୁଷ୍ଠରୋଗାକ୍ରାନ୍ତ ହେଲେ। ଏଥକୁ ମୁକ୍ତି ପାଇବାକୁ ସେମାନେ ମହାଦେବ ଶିବଙ୍କ କୃପାପ୍ରାର୍ଥୀ ହେଲେ। ତେବେ ମହାଦେବ ସ୍ୱୟଂ ଆଦିଶକ୍ତିଙ୍କୁ ସ୍ମରଣ କରୁଥିଲେ। ଏ ସମୟରେ ମା କାଳୀ ଆବିର୍ଭୁତା ହୋଇ ୧୩ ଦିନ ରୁଦ୍ରକାଳୀ ଦଣ୍ଡବ୍ରତ ପାଳନ କରିବାକୁ କହିବାରୁ ଦଣ୍ଡଯାତ୍ରାର ଆରମ୍ଭ ହେଲା।
 
=== ପୌରାଣିକ ଉପାଖ୍ୟାନ ୩ ===
ତରଣୀ ଋଷିଙ୍କର ୧୪ ଜଣ ଉଦ୍ଧତ ପୁଅ ଅନେକ ଅନ୍ୟାୟ ଅତ୍ୟାଚାର କରୁଥିଲେ। ସେମାନଙ୍କ ଭିତରୁ ଜଣେ ଅଭକ୍ଷ୍ୟ ଭକ୍ଷଣ କରି ମୃତ୍ୟୁବରଣ କଲା ଓ ଅନ୍ୟମାନଙ୍କୁ ବ୍ରହ୍ମା ଉଇହୁଙ୍କା ପାଲଟି ଯିବାକୁ ଅଭିଶାପ ଦେଲେ। ସେହି ତେରଜଣଙ୍କ ଭିତରୁ ଜଣେ ଶିବଙ୍କ ଶରଣାପନ୍ନ ହୋଇ ଦଣ୍ଡ ପାଳନ କରି ବ୍ରହ୍ମାଙ୍କୁ ତୁଷ୍ଟ କଲା ଓ ତେରଭାଇ ଶାପମୁକ୍ତ ହେଲେ। ଏହି ତେର ଋଷିପୁତ୍ରଙ୍କୁ ନେଇ ତେର ଦଣ୍ଡନାଟର ଆରମ୍ଭ ବୋଲି କଥିତ ଅଛି।
 
== ବିଶେଷତ୍ୱ ==
Line ୩୬ ⟶ ୪୭:
# ଅଗ୍ନି ଦଣ୍ଡ୍ ବା ରାତ୍ର ଦଣ୍ଡ।
 
=== ଗଞ୍ଜାମ ଜିଲ୍ଲା ===<ref>ସମ୍ବାଦ ବ୍ରହ୍ମପୁର ସଂସ୍କରଣ 1.1.2006 </ref>
ରୋଗବଇରାଗ ନିବାରଣ, ପାରିବାରିକ କଷ୍ଟ ଦୂରୀକରଣ, କୃଷିର ଉନ୍ନତି ବା ମନୋକାମନା ପୂର୍ତ୍ତିର ଫଳ ସ୍ୱରୂପ ଶରୀରକୁ କଷ୍ଟ ଦେଇ ୧୩, ୧୮ ବା ୨୧ ଦିନ ପର୍ଯ୍ୟନ୍ତ ମା' ଦଣ୍ଡକାଳୀ ଓ ରୁଦ୍ର ମହାଦେବଙ୍କୁ ଧ୍ୟାନ କରି ଚୈତ୍ରମାସ ପୂର୍ଣ୍ଣିମାପରଠାରୁ ଭକ୍ତମାନେ ରହିଥାନ୍ତି। ପ୍ରାୟ ତିନିଶହରୁ ଉର୍ଦ୍ଧ୍ୱ ଦଣ୍ଡ ଦଳ ମାନସିକଧାରୀ ଭକ୍ତମାନଙ୍କ ଗୃହ ସମ୍ମୁଖରେ ନୃତ୍ୟ ପ୍ରଦର୍ଶନ କରିଥାନ୍ତି। ଘୁମୁସର ଅଞ୍ଚଳର କୁଲାଗଡ଼ରୁ ଆରମ୍ଭ ହୋଇଥିବା ଦଣ୍ଡନାଟ ପରବର୍ତି ସମୟରେ ଗଞ୍ଜାମର ଅନ୍ୟାନ୍ୟ ଅଞ୍ଚଳ ବିଶେଷ କରି ଶକ୍ତିପୀଠଗୁଡ଼ିକୁ ବ୍ୟାପିଥିବାର ଜଣାପଡ଼େ। <br />
"ହେ ଋଷିପୁତ୍ରେ!
ଅଇଲେ ହର, ଦେଇଗଲେ ବର
ଅନ୍ୟ ସେବା ଛାଡ଼ି ଏ ସେବା କର
ଏ ସେବା କଲେ କି ଫଳ ପାଏ
ଉଷୁନାଧାନ ଗଜା ହୁଏ
ଶୁଖିଲା କାଠ କଞ୍ଚା ହୁଏ
ଭଜାମୁଗ ଗଜା ହୁଏ
ଅପୁତ୍ରିକ ପୁତ୍ରଦାନ ପାଏ
ଅନ୍ଧ ଚକ୍ଷୁଦାନ ପାଏ
ଜରାରୋଗ ଭଲ ହୁଏ" ବୋଲି ବାଣୀକାର ଗାଇ ଦଣ୍ଡନାଟ ଆରମ୍ଭ କରିଥାଏ। <br />
ପାରମ୍ପରିକ ବିଧି ଅନୁସାରେ ୨୧ ଦିନ ପର୍ଯ୍ୟନ୍ତ ଆମିଷ, ମଦ୍ୟ, ନାରୀସଂସର୍ଗ ପରିହାରର ସଂକଳ୍ପ କରି ୧୩ ଜଣ ଦଣ୍ଡୁଆ ବା ଭୋକ୍ତା ଗେରୁଆ ବସ୍ତ୍ର ପିନ୍ଧି କାମନା ମନ୍ଦିର ପୀଠରେ ଯାତ୍ରା ଆରମ୍ଭ ଦିନର ମଧ୍ୟରାତ୍ରରେ ଏକାଠି ହୁଅନ୍ତି। କାମନା ଘଟ ସ୍ଥାପିତ ହୁଏ ଓ ତା ପରେ ଦୁଇଟି ବେତକୁ ଶିବ ଓ ଗୌରୀଙ୍କ ପ୍ରତୀକରୂପେ ସ୍ଥାପନ କରାଯାଏ। ଦଳର ମୁଖ୍ୟ ପାଟ ଦଣ୍ଡୁଆ ଓ ଅନ୍ୟ ଦଣ୍ଡୁଆମାନେ ଉପବୀତ ଧାରଣ ପୂର୍ବକ ବାଉଁଶକାଠକୁ ଘର୍ଷଣ କରି ଶିବାଗ୍ନି ବାହାର କରନ୍ତି ଓ ଏଥିରେ ନଡ଼ାରେ ତିଆରି ରମ୍ପାବରକୁ ପ୍ରଜ୍ଜ୍ୱଳିତ କରାଯାଏ ଯାହା ୧୩ ଦିନ ପର୍ଯ୍ୟନ୍ତ ଜଳିରୁହେ। କାଳୀଙ୍କ ଚିତ୍ରପଟ, ମହାଦେବଙ୍କ ପ୍ରତୀକ ନାଗ ମୂର୍ତ୍ତି, ମୟୁରପୁଚ୍ଛ, ପତାକା ପୂଜାପରେ ଦଣ୍ଡନାଟ ଆରମ୍ଭ ହୁଏ। ଢୋଲ, ମହୁରୀ, ସାହାନାଇ, ଘଣ୍ଟ, ଶଙ୍ଖ,କାହାଳୀ, ଝାଞ୍ଜ, ଘୁଙ୍ଗୁର, ଘାଗୁଡ଼ି, ଦାସକାଠି, ରାମତାଳି, ଘୁଡୁକୀ, ଖଞ୍ଜଣୀ ପ୍ରଭୃତି ପାରମ୍ପାରିକ ବାଦ୍ୟର ତାଳେ ତାଳେ ଦଣ୍ଡନାଟ ପ୍ରଥମେ କାମନା ମନ୍ଦିର ପରିସରରେ ଆରମ୍ଭ ହୋଇ ପରେ ମାନସିକଧାରୀ ଭକ୍ତମାନଙ୍କ ଗୃହ ସମ୍ମୁଖରେ ଅନୁଷ୍ଠିତ ହୋଇଥାଏ। <br />
ଧୂଳିଦଣ୍ଡ, ପାଣିଦଣ୍ଡ ଏବଂ ସୁଆଙ୍ଗ ଏହି ତିନି କ୍ରମରେ ଦଣ୍ଡନାଟ ପ୍ରଦର୍ଶିତ ହୁଏ।
== ପାଳନ ==
ଏହି ପର୍ବରେ ମିଶିଥିବା ଭକ୍ତଙ୍କୁ ଦଣ୍ଡୁଆ ବା ଭୋକ୍ତା କୁହାଯାଏ । ଭୋକ୍ତାମାନେ ବହୁ କଷ୍ଟ କରି ଶରୀରକୁ ଦଣ୍ଡ ଦେଉଥିବାରୁ ଏହାକୁ ଦଣ୍ଡନାଚ କୁହାଯାଏ । ଦଣ୍ଡ ନାଟରେ ମିଶିବା ଦ୍ଵାରା [[କାଳୀ|ମା'କାଳୀଙ୍କ]] କୃପାରୁ ପାପ ଓ ଦୁଖ ଦୂର ହୋଇ ମାନବ ଶାନ୍ତି ଓ ଧନ ପ୍ରାପ୍ତ ହୁଏ ବୋଲି ବିଶ୍ଵାସକରି ଓଡ଼ିଶାବାସୀ ଏହି ପର୍ବକୁ ପାଳନ କରନ୍ତି । ଦଣ୍ଡନାଚରେ ୧୩ଜଣ ମୁଖ୍ୟଭୋକ୍ତା ଥାଆନ୍ତି, ଏହି ୧୩ଜଣ ତେର ବର୍ଷ ପାଇଁ ଅଂଶଗ୍ରହଣ କରିବାକୁ ବାଧ୍ୟ । ସେମାନଙ୍କ ମଧ୍ୟରେ ଜଣେ ପାଟଭୋକ୍ତା ଥାଆନ୍ତି । ଭୋକ୍ତାମାନଙ୍କ ପାଇଁ କଠିନ ଆଚରଣ, ନିଷ୍ଠା ଏବଂ ତ୍ୟାଗର ବିଧିବିଧାନ ରହିଛି । ଭୋକ୍ତାମାନେ ଯେଉଁ ୧୬ପ୍ରକାର ଦଣ୍ଡ ପରମ୍ପରା ଅନୁସାରେ ଗ୍ରହଣ କରନ୍ତି ସେଗୁଡ଼ିକ ହେଲା: ଆହାର, ଉଜାଗର (ନିଦ୍ରା), ମୈଥୁନ ତ୍ୟାଗ, ଗୃହତ୍ୟାଗ, ପଦଗମନ, ଶ୍ମଶାନ, ନୃତ୍ୟ, ଧୂଳି, ପାଣି, ଅଗ୍ନି, ଗୃହଦଣ୍ଡ, ଅଙ୍ଗବଳୀ, ମେରୁପଟା (କଣ୍ଟା ଫୋଡ଼ିବା), ଶୁଦ୍ଧିକ୍ରିୟା, କୁଳଭୋଜି, ଅଗ୍ନି ପରିକ୍ଷା (ଅଗ୍ନିରେ ଚାଲିବା) ।
"https://or.wikipedia.org/wiki/ଦଣ୍ଡ_ନାଟ"ରୁ ଅଣାଯାଇଅଛି