"ଦଣ୍ଡ ନାଟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୪୫ କ ଧାଡ଼ି:
# ଧୁଳି ଦଣ୍ଡ
# ପାଣି ଦଣ୍ଡ
# ଅଗ୍ନି ଦଣ୍ଡ୍ଦଣ୍ଡ ବା ରାତ୍ର ଦଣ୍ଡ।
 
=== ଗଞ୍ଜାମ ଜିଲ୍ଲା ===
 
=== ଗଞ୍ଜାମ ଜିଲ୍ଲା ===<ref>ସମ୍ବାଦ ବ୍ରହ୍ମପୁର ସଂସ୍କରଣ 1.1.2006 </ref>
ରୋଗବଇରାଗ ନିବାରଣ, ପାରିବାରିକ କଷ୍ଟ ଦୂରୀକରଣ, କୃଷିର ଉନ୍ନତି ବା ମନୋକାମନା ପୂର୍ତ୍ତିର ଫଳ ସ୍ୱରୂପ ଶରୀରକୁ କଷ୍ଟ ଦେଇ ୧୩, ୧୮ ବା ୨୧ ଦିନ ପର୍ଯ୍ୟନ୍ତ ମା' ଦଣ୍ଡକାଳୀ ଓ ରୁଦ୍ର ମହାଦେବଙ୍କୁ ଧ୍ୟାନ କରି ଚୈତ୍ରମାସ ପୂର୍ଣ୍ଣିମାପରଠାରୁ ଭକ୍ତମାନେ ରହିଥାନ୍ତି। ପ୍ରାୟ ତିନିଶହରୁ ଉର୍ଦ୍ଧ୍ୱ ଦଣ୍ଡ ଦଳ ମାନସିକଧାରୀ ଭକ୍ତମାନଙ୍କ ଗୃହ ସମ୍ମୁଖରେ ନୃତ୍ୟ ପ୍ରଦର୍ଶନ କରିଥାନ୍ତି। ଘୁମୁସର ଅଞ୍ଚଳର କୁଲାଗଡ଼ରୁ ଆରମ୍ଭ ହୋଇଥିବା ଦଣ୍ଡନାଟ ପରବର୍ତି ସମୟରେ ଗଞ୍ଜାମର ଅନ୍ୟାନ୍ୟ ଅଞ୍ଚଳ ବିଶେଷ କରି ଶକ୍ତିପୀଠଗୁଡ଼ିକୁ ବ୍ୟାପିଥିବାର ଜଣାପଡ଼େ। <br />
"ହେ ଋଷିପୁତ୍ରେ!
Line ୬୦ ⟶ ୬୧:
ଜରାରୋଗ ଭଲ ହୁଏ" ବୋଲି ବାଣୀକାର ଗାଇ ଦଣ୍ଡନାଟ ଆରମ୍ଭ କରିଥାଏ। <br />
ପାରମ୍ପରିକ ବିଧି ଅନୁସାରେ ୨୧ ଦିନ ପର୍ଯ୍ୟନ୍ତ ଆମିଷ, ମଦ୍ୟ, ନାରୀସଂସର୍ଗ ପରିହାରର ସଂକଳ୍ପ କରି ୧୩ ଜଣ ଦଣ୍ଡୁଆ ବା ଭୋକ୍ତା ଗେରୁଆ ବସ୍ତ୍ର ପିନ୍ଧି କାମନା ମନ୍ଦିର ପୀଠରେ ଯାତ୍ରା ଆରମ୍ଭ ଦିନର ମଧ୍ୟରାତ୍ରରେ ଏକାଠି ହୁଅନ୍ତି। କାମନା ଘଟ ସ୍ଥାପିତ ହୁଏ ଓ ତା ପରେ ଦୁଇଟି ବେତକୁ ଶିବ ଓ ଗୌରୀଙ୍କ ପ୍ରତୀକରୂପେ ସ୍ଥାପନ କରାଯାଏ। ଦଳର ମୁଖ୍ୟ ପାଟ ଦଣ୍ଡୁଆ ଓ ଅନ୍ୟ ଦଣ୍ଡୁଆମାନେ ଉପବୀତ ଧାରଣ ପୂର୍ବକ ବାଉଁଶକାଠକୁ ଘର୍ଷଣ କରି ଶିବାଗ୍ନି ବାହାର କରନ୍ତି ଓ ଏଥିରେ ନଡ଼ାରେ ତିଆରି ରମ୍ପାବରକୁ ପ୍ରଜ୍ଜ୍ୱଳିତ କରାଯାଏ ଯାହା ୧୩ ଦିନ ପର୍ଯ୍ୟନ୍ତ ଜଳିରୁହେ। କାଳୀଙ୍କ ଚିତ୍ରପଟ, ମହାଦେବଙ୍କ ପ୍ରତୀକ ନାଗ ମୂର୍ତ୍ତି, ମୟୁରପୁଚ୍ଛ, ପତାକା ପୂଜାପରେ ଦଣ୍ଡନାଟ ଆରମ୍ଭ ହୁଏ। ଢୋଲ, ମହୁରୀ, ସାହାନାଇ, ଘଣ୍ଟ, ଶଙ୍ଖ,କାହାଳୀ, ଝାଞ୍ଜ, ଘୁଙ୍ଗୁର, ଘାଗୁଡ଼ି, ଦାସକାଠି, ରାମତାଳି, ଘୁଡୁକୀ, ଖଞ୍ଜଣୀ ପ୍ରଭୃତି ପାରମ୍ପାରିକ ବାଦ୍ୟର ତାଳେ ତାଳେ ଦଣ୍ଡନାଟ ପ୍ରଥମେ କାମନା ମନ୍ଦିର ପରିସରରେ ଆରମ୍ଭ ହୋଇ ପରେ ମାନସିକଧାରୀ ଭକ୍ତମାନଙ୍କ ଗୃହ ସମ୍ମୁଖରେ ଅନୁଷ୍ଠିତ ହୋଇଥାଏ। <br />
ଧୂଳିଦଣ୍ଡ, ପାଣିଦଣ୍ଡ ଏବଂ ସୁଆଙ୍ଗ ଏହି ତିନି କ୍ରମରେ ଦଣ୍ଡନାଟ ପ୍ରଦର୍ଶିତ ହୁଏ।<ref>ସମ୍ବାଦ ବ୍ରହ୍ମପୁର ସଂସ୍କରଣ 1.1.2006 </ref>
 
== ପାଳନ ==
ଏହି ପର୍ବରେ ମିଶିଥିବା ଭକ୍ତଙ୍କୁ ଦଣ୍ଡୁଆ ବା ଭୋକ୍ତା କୁହାଯାଏ । ଭୋକ୍ତାମାନେ ବହୁ କଷ୍ଟ କରି ଶରୀରକୁ ଦଣ୍ଡ ଦେଉଥିବାରୁ ଏହାକୁ ଦଣ୍ଡନାଚ କୁହାଯାଏ । ଦଣ୍ଡ ନାଟରେ ମିଶିବା ଦ୍ଵାରା [[କାଳୀ|ମା'କାଳୀଙ୍କ]] କୃପାରୁ ପାପ ଓ ଦୁଖ ଦୂର ହୋଇ ମାନବ ଶାନ୍ତି ଓ ଧନ ପ୍ରାପ୍ତ ହୁଏ ବୋଲି ବିଶ୍ଵାସକରି ଓଡ଼ିଶାବାସୀ ଏହି ପର୍ବକୁ ପାଳନ କରନ୍ତି । ଦଣ୍ଡନାଚରେ ୧୩ଜଣ ମୁଖ୍ୟଭୋକ୍ତା ଥାଆନ୍ତି, ଏହି ୧୩ଜଣ ତେର ବର୍ଷ ପାଇଁ ଅଂଶଗ୍ରହଣ କରିବାକୁ ବାଧ୍ୟ । ସେମାନଙ୍କ ମଧ୍ୟରେ ଜଣେ ପାଟଭୋକ୍ତା ଥାଆନ୍ତି । ଭୋକ୍ତାମାନଙ୍କ ପାଇଁ କଠିନ ଆଚରଣ, ନିଷ୍ଠା ଏବଂ ତ୍ୟାଗର ବିଧିବିଧାନ ରହିଛି । ଭୋକ୍ତାମାନେ ଯେଉଁ ୧୬ପ୍ରକାର ଦଣ୍ଡ ପରମ୍ପରା ଅନୁସାରେ ଗ୍ରହଣ କରନ୍ତି ସେଗୁଡ଼ିକ ହେଲା: ଆହାର, ଉଜାଗର (ନିଦ୍ରା), ମୈଥୁନ ତ୍ୟାଗ, ଗୃହତ୍ୟାଗ, ପଦଗମନ, ଶ୍ମଶାନ, ନୃତ୍ୟ, ଧୂଳି, ପାଣି, ଅଗ୍ନି, ଗୃହଦଣ୍ଡ, ଅଙ୍ଗବଳୀ, ମେରୁପଟା (କଣ୍ଟା ଫୋଡ଼ିବା), ଶୁଦ୍ଧିକ୍ରିୟା, କୁଳଭୋଜି, ଅଗ୍ନି ପରିକ୍ଷା (ଅଗ୍ନିରେ ଚାଲିବା) ।
"https://or.wikipedia.org/wiki/ଦଣ୍ଡ_ନାଟ"ରୁ ଅଣାଯାଇଅଛି