"ଦଣ୍ଡ ନାଟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୬୧ କ ଧାଡ଼ି:
ଜରାରୋଗ ଭଲ ହୁଏ" ବୋଲି ବାଣୀକାର ଗାଇ ଦଣ୍ଡନାଟ ଆରମ୍ଭ କରିଥାଏ। <br />
ପାରମ୍ପରିକ ବିଧି ଅନୁସାରେ ୨୧ ଦିନ ପର୍ଯ୍ୟନ୍ତ ଆମିଷ, ମଦ୍ୟ, ନାରୀସଂସର୍ଗ ପରିହାରର ସଂକଳ୍ପ କରି ୧୩ ଜଣ ଦଣ୍ଡୁଆ ବା ଭୋକ୍ତା ଗେରୁଆ ବସ୍ତ୍ର ପିନ୍ଧି କାମନା ମନ୍ଦିର ପୀଠରେ ଯାତ୍ରା ଆରମ୍ଭ ଦିନର ମଧ୍ୟରାତ୍ରରେ ଏକାଠି ହୁଅନ୍ତି। କାମନା ଘଟ ସ୍ଥାପିତ ହୁଏ ଓ ତା ପରେ ଦୁଇଟି ବେତକୁ ଶିବ ଓ ଗୌରୀଙ୍କ ପ୍ରତୀକରୂପେ ସ୍ଥାପନ କରାଯାଏ। ଦଳର ମୁଖ୍ୟ ପାଟ ଦଣ୍ଡୁଆ ଓ ଅନ୍ୟ ଦଣ୍ଡୁଆମାନେ ଉପବୀତ ଧାରଣ ପୂର୍ବକ ବାଉଁଶକାଠକୁ ଘର୍ଷଣ କରି ଶିବାଗ୍ନି ବାହାର କରନ୍ତି ଓ ଏଥିରେ ନଡ଼ାରେ ତିଆରି ରମ୍ପାବରକୁ ପ୍ରଜ୍ଜ୍ୱଳିତ କରାଯାଏ ଯାହା ୧୩ ଦିନ ପର୍ଯ୍ୟନ୍ତ ଜଳିରୁହେ। କାଳୀଙ୍କ ଚିତ୍ରପଟ, ମହାଦେବଙ୍କ ପ୍ରତୀକ ନାଗ ମୂର୍ତ୍ତି, ମୟୁରପୁଚ୍ଛ, ପତାକା ପୂଜାପରେ ଦଣ୍ଡନାଟ ଆରମ୍ଭ ହୁଏ। ଢୋଲ, ମହୁରୀ, ସାହାନାଇ, ଘଣ୍ଟ, ଶଙ୍ଖ,କାହାଳୀ, ଝାଞ୍ଜ, ଘୁଙ୍ଗୁର, ଘାଗୁଡ଼ି, ଦାସକାଠି, ରାମତାଳି, ଘୁଡୁକୀ, ଖଞ୍ଜଣୀ ପ୍ରଭୃତି ପାରମ୍ପାରିକ ବାଦ୍ୟର ତାଳେ ତାଳେ ଦଣ୍ଡନାଟ ପ୍ରଥମେ କାମନା ମନ୍ଦିର ପରିସରରେ ଆରମ୍ଭ ହୋଇ ପରେ ମାନସିକଧାରୀ ଭକ୍ତମାନଙ୍କ ଗୃହ ସମ୍ମୁଖରେ ଅନୁଷ୍ଠିତ ହୋଇଥାଏ। <br />
ଧୂଳିଦଣ୍ଡ, ପାଣିଦଣ୍ଡ ଏବଂ ସୁଆଙ୍ଗ ଏହି ତିନି କ୍ରମରେ ଦଣ୍ଡନାଟ ପ୍ରଦର୍ଶିତ ହୁଏ।<ref>ସମ୍ବାଦ ବ୍ରହ୍ମପୁର ସଂସ୍କରଣ 1.1.2006 </ref>
===ଧୂଳିଦଣ୍ଡ===
ଦିନ ଦିପହରରେ ଧୂଳିଦଣ୍ଡ ପରିବେଷଣରେ କ୍ଷେତ୍ର ପ୍ରସ୍ତୁତି, ହଳ ଚାଳନା, ଧାନ ରୋପଣ, ବଛାବଛି, ଅମଳ, ଭୂମି ପୂଜା, ମନ୍ଦିର ନିର୍ମାଣ, ଲୁଗା ବୁଣା, ହଳଦୀ ବଟା, କୂଅ ଖୋଳା ଆଦି ପ୍ରଦର୍ଶିତ ହୁଏ। ଜଣେ କୃଷକ ପରିବାରର ନିଛକ କାହାଣୀକୁ ହସମଜାରେ ପ୍ରଚଣ୍ଡ ଖରାତାତିରେ ପ୍ରଦର୍ଶନ କରାଯାଏ।
===ପାଣିଦଣ୍ଡ===
ଧୂଳି ଦଣ୍ଡ ପରେ ଆରମ୍ଭ ହୁଏ ପୋଖରୀ କିମ୍ବା ନଦୀରେ ପାଣି ଦଣ୍ଡ। ଛଅ ଆଙ୍ଗୁଳି ଲମ୍ବର ଆମ୍ବ ଡାଳରେ ଦାନ୍ତ ଘସି ସ୍ନାନ କରିବା ପରେ ତେରଥର ବୁଡ଼ି ତେର ଆଞ୍ଜୁଳା ପାଣି ଆଣି ଦଣ୍ଡୁଆମାନେ ଶିବଲିଙ୍ଗ ସ୍ଥାପନା କରନ୍ତି। ତା ପରେ ବିଭିନ୍ନ ଉପଚାରରେ ପୂଜାର୍ଚନା ହୁଏ। ପଣା ଏବଂ ଲିଆଖଇର ପ୍ରସାଦ ପାଇ ଦଣ୍ଡୁଆମାନେ କିଛି ସମୟ ବିଶ୍ରାମ ନିଅନ୍ତି।
 
ସନ୍ଧ୍ୟାରେ ଆଳତୀ ହୁଏ। ସନ୍ଧ୍ୟା ଆଳତୀରେ ଯୋଗଦେଇ ନିଜର ଅପରାଧ କ୍ଷମାପାଇଁ ପ୍ରାର୍ଥନା କରିଥାନ୍ତି।
<ref>ସମ୍ବାଦ ବ୍ରହ୍ମପୁର ସଂସ୍କରଣ 1.1.2006 </ref>
 
== ପାଳନ ==
"https://or.wikipedia.org/wiki/ଦଣ୍ଡ_ନାଟ"ରୁ ଅଣାଯାଇଅଛି