"ଦଣ୍ଡ ନାଟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୩୧ କ ଧାଡ଼ି:
=== ପୌରାଣିକ ଉପାଖ୍ୟାନ ୩ ===
ତରଣୀ ଋଷିଙ୍କର ୧୪ ଜଣ ଉଦ୍ଧତ ପୁଅ ଅନେକ ଅନ୍ୟାୟ ଅତ୍ୟାଚାର କରୁଥିଲେ। ସେମାନଙ୍କ ଭିତରୁ ଜଣେ ଅଭକ୍ଷ୍ୟ ଭକ୍ଷଣ କରି ମୃତ୍ୟୁବରଣ କଲା ଓ ଅନ୍ୟମାନଙ୍କୁ ବ୍ରହ୍ମା ଉଇହୁଙ୍କା ପାଲଟି ଯିବାକୁ ଅଭିଶାପ ଦେଲେ। ସେହି ତେରଜଣଙ୍କ ଭିତରୁ ଜଣେ ଶିବଙ୍କ ଶରଣାପନ୍ନ ହୋଇ ଦଣ୍ଡ ପାଳନ କରି ବ୍ରହ୍ମାଙ୍କୁ ତୁଷ୍ଟ କଲା ଓ ତେରଭାଇ ଶାପମୁକ୍ତ ହେଲେ। ଏହି ତେର ଋଷିପୁତ୍ରଙ୍କୁ ନେଇ ତେର ଦଣ୍ଡନାଟର ଆରମ୍ଭ ବୋଲି କଥିତ ଅଛି।

=== ପୌରାଣିକ ଉପାଖ୍ୟାନ ୪ ===
ଅଷ୍ଟାବକ୍ର ଋଷିଙ୍କର କୁରୂପ ଶରୀରକୁ ଦେଖି ବୃହସ୍ପତି, ଇନ୍ଦ୍ର ଓ କୁବେରଙ୍କର ୧୩ ପୁତ୍ର ପରିହାସ କରିବାରୁ ଋଷିଙ୍କ ଅଭିଶାପରେ ସେମାନେ ଚଢ଼େୟା ଶବର ଭାବେ ପୃଥିବୀ ପୃଷ୍ଠରେ ଜନ୍ମ ଗ୍ରହଣ କଲେ। ଥରେ ନିଷିଦ୍ଧ ଅଞ୍ଚଳରେ ପକ୍ଷୀ ଶିକାର କରିବାରୁ ପକ୍ଷୀମାନେ ଗରୁଡ଼ଙ୍କୁ ନିଜର ଦୁଃଖ ଜଣାଇଲେ। ଫଳତଃ ଗରୁଡ଼ଙ୍କ ଆଦେଶରେ ଶିବଙ୍କର ସର୍ପ ଦଂଶନ କରି ମାରିଦେଲେ। ସେମାନଙ୍କ ପତ୍ନୀ ମା କାଳୀଙ୍କୁ ପ୍ରାର୍ଥନା କରିବାରୁ ସେ ୧୩ ଜଣ ଚଢ଼େୟାଙ୍କୁ ଜୀବଦାନ ଦେଲେ। ଏହି ମହିମାକୁ ପ୍ରଚାର କରିବାପାଇଁ ୧୩ ଜଣ ଦଣ୍ଡୁଆ ଦଣ୍ଡକାଳୀ ବ୍ରତ ଧାରଣ କରିବାର କିମ୍ବଦନ୍ତୀ ରହିଅଛି।

== ବିଶେଷତ୍ୱ ==
Line ୫୦ ⟶ ୫୩:

ରୋଗବଇରାଗ ନିବାରଣ, ପାରିବାରିକ କଷ୍ଟ ଦୂରୀକରଣ, କୃଷିର ଉନ୍ନତି ବା ମନୋକାମନା ପୂର୍ତ୍ତିର ଫଳ ସ୍ୱରୂପ ଶରୀରକୁ କଷ୍ଟ ଦେଇ ୧୩, ୧୮ ବା ୨୧ ଦିନ ପର୍ଯ୍ୟନ୍ତ ମା' ଦଣ୍ଡକାଳୀ ଓ ରୁଦ୍ର ମହାଦେବଙ୍କୁ ଧ୍ୟାନ କରି ଚୈତ୍ରମାସ ପୂର୍ଣ୍ଣିମାପରଠାରୁ ଭକ୍ତମାନେ ରହିଥାନ୍ତି। ପ୍ରାୟ ତିନିଶହରୁ ଉର୍ଦ୍ଧ୍ୱ ଦଣ୍ଡ ଦଳ ମାନସିକଧାରୀ ଭକ୍ତମାନଙ୍କ ଗୃହ ସମ୍ମୁଖରେ ନୃତ୍ୟ ପ୍ରଦର୍ଶନ କରିଥାନ୍ତି। ଘୁମୁସର ଅଞ୍ଚଳର କୁଲାଗଡ଼ରୁ ଆରମ୍ଭ ହୋଇଥିବା ଦଣ୍ଡନାଟ ପରବର୍ତି ସମୟରେ ଗଞ୍ଜାମର ଅନ୍ୟାନ୍ୟ ଅଞ୍ଚଳ ବିଶେଷ କରି ଶକ୍ତିପୀଠଗୁଡ଼ିକୁ ବ୍ୟାପିଥିବାର ଜଣାପଡ଼େ।

"ହେ ଋଷିପୁତ୍ରେ!

ଅଇଲେ ହର, ଦେଇଗଲେ ବର

ଅନ୍ୟ ସେବା ଛାଡ଼ି ଏ ସେବା କର

ଏ ସେବା କଲେ କି ଫଳ ପାଏ

ଉଷୁନାଧାନ ଗଜା ହୁଏ

ଶୁଖିଲା କାଠ କଞ୍ଚା ହୁଏ

ଭଜାମୁଗ ଗଜା ହୁଏ

ଅପୁତ୍ରିକ ପୁତ୍ରଦାନ ପାଏ

ଅନ୍ଧ ଚକ୍ଷୁଦାନ ପାଏ

ଜରାରୋଗ ଭଲ ହୁଏ" ବୋଲି ବାଣୀକାର ଗାଇ ଦଣ୍ଡନାଟ ଆରମ୍ଭ କରିଥାଏ।

ପାରମ୍ପରିକ ବିଧି ଅନୁସାରେ ୨୧ ଦିନ ପର୍ଯ୍ୟନ୍ତ ଆମିଷ, ମଦ୍ୟ, ନାରୀସଂସର୍ଗ ପରିହାରର ସଂକଳ୍ପ କରି ୧୩ ଜଣ ଦଣ୍ଡୁଆ ବା ଭୋକ୍ତା ଗେରୁଆ ବସ୍ତ୍ର ପିନ୍ଧି କାମନା ମନ୍ଦିର ପୀଠରେ ଯାତ୍ରା ଆରମ୍ଭ ଦିନର ମଧ୍ୟରାତ୍ରରେ ଏକାଠି ହୁଅନ୍ତି। କାମନା ଘଟ ସ୍ଥାପିତ ହୁଏ ଓ ତା ପରେ ଦୁଇଟି ବେତକୁ ଶିବ ଓ ଗୌରୀଙ୍କ ପ୍ରତୀକରୂପେ ସ୍ଥାପନ କରାଯାଏ। ଦଳର ମୁଖ୍ୟ ପାଟ ଦଣ୍ଡୁଆ ଓ ଅନ୍ୟ ଦଣ୍ଡୁଆମାନେ ଉପବୀତ ଧାରଣ ପୂର୍ବକ ବାଉଁଶକାଠକୁ ଘର୍ଷଣ କରି ଶିବାଗ୍ନି ବାହାର କରନ୍ତି ଓ ଏଥିରେ ନଡ଼ାରେ ତିଆରି ରମ୍ପାବରକୁ ପ୍ରଜ୍ଜ୍ୱଳିତ କରାଯାଏ ଯାହା ୧୩ ଦିନ ପର୍ଯ୍ୟନ୍ତ ଜଳିରୁହେ। କାଳୀଙ୍କ ଚିତ୍ରପଟ, ମହାଦେବଙ୍କ ପ୍ରତୀକ ନାଗ ମୂର୍ତ୍ତି, ମୟୁରପୁଚ୍ଛ, ପତାକା ପୂଜାପରେ ଦଣ୍ଡନାଟ ଆରମ୍ଭ ହୁଏ। ଢୋଲ, ମହୁରୀ, ସାହାନାଇ, ଘଣ୍ଟ, ଶଙ୍ଖ,କାହାଳୀ, ଝାଞ୍ଜ, ଘୁଙ୍ଗୁର, ଘାଗୁଡ଼ି, ଦାସକାଠି, ରାମତାଳି, ଘୁଡୁକୀ, ଖଞ୍ଜଣୀ ପ୍ରଭୃତି ପାରମ୍ପାରିକ ବାଦ୍ୟର ତାଳେ ତାଳେ ଦଣ୍ଡନାଟ ପ୍ରଥମେ କାମନା ମନ୍ଦିର ପରିସରରେ ଆରମ୍ଭ ହୋଇ ପରେ ମାନସିକଧାରୀ ଭକ୍ତମାନଙ୍କ ଗୃହ ସମ୍ମୁଖରେ ଅନୁଷ୍ଠିତ ହୋଇଥାଏ।

ଧୂଳିଦଣ୍ଡ, ପାଣିଦଣ୍ଡ ଏବଂ ସୁଆଙ୍ଗ ଏହି ତିନି କ୍ରମରେ ଦଣ୍ଡନାଟ ପ୍ରଦର୍ଶିତ ହୁଏ।
====ଧୂଳିଦଣ୍ଡ====
ଦିନ ଦିପହରରେ ଧୂଳିଦଣ୍ଡ ପରିବେଷଣରେ କ୍ଷେତ୍ର ପ୍ରସ୍ତୁତି, ହଳ ଚାଳନା, ଧାନ ରୋପଣ, ବଛାବଛି, ଅମଳ, ଭୂମି ପୂଜା, ମନ୍ଦିର ନିର୍ମାଣ, ଲୁଗା ବୁଣା, ହଳଦୀ ବଟା, କୂଅ ଖୋଳା ଆଦି ପ୍ରଦର୍ଶିତ ହୁଏ। ଜଣେ କୃଷକ ପରିବାରର ନିଛକ କାହାଣୀକୁ ହସମଜାରେ ପ୍ରଚଣ୍ଡ ଖରାତାତିରେ ପ୍ରଦର୍ଶନ କରାଯାଏ।
====ପାଣିଦଣ୍ଡ====
ଧୂଳି ଦଣ୍ଡ ପରେ ଆରମ୍ଭ ହୁଏ ପୋଖରୀ କିମ୍ବା ନଦୀରେ ପାଣି ଦଣ୍ଡ। ଛଅ ଆଙ୍ଗୁଳି ଲମ୍ବର ଆମ୍ବ ଡାଳରେ ଦାନ୍ତ ଘସି ସ୍ନାନ କରିବା ପରେ ତେରଥର ବୁଡ଼ି ତେର ଆଞ୍ଜୁଳା ପାଣି ଆଣି ଦଣ୍ଡୁଆମାନେ ଶିବଲିଙ୍ଗ ସ୍ଥାପନା କରନ୍ତି। ତା ପରେ ବିଭିନ୍ନ ଉପଚାରରେ ପୂଜାର୍ଚନା ହୁଏ। ପଣା ଏବଂ ଲିଆଖଇର ପ୍ରସାଦ ପାଇ ଦଣ୍ଡୁଆମାନେ କିଛି ସମୟ ବିଶ୍ରାମ ନିଅନ୍ତି।

ସନ୍ଧ୍ୟାରେ ଆଳତୀ ହୁଏ। ସନ୍ଧ୍ୟା ଆଳତୀରେ ଯୋଗଦେଇ ଲୋକେ ନିଜର ଅପରାଧ କ୍ଷମାପାଇଁ ପ୍ରାର୍ଥନା କରିଥାନ୍ତି। ଦଣ୍ଡୁଆଙ୍କ ଦେହରେ ମା କାଳୀ ବିରାଜନ୍ତି ବୋଲି ଲୋକେ ବିଶ୍ୱାସ କରନ୍ତି। ଅରୁଆ ଚାଉଳ, ମୁଗ ଡାଲି ଓ ପରିବାକୁ ମିଶାଇ ଅକଟା ଅଫୁଟା ହବିଷ୍ୟାନ୍ନ ପ୍ରସ୍ତୁତ କରାଯାଏ ଯାହା କାଳୀଙ୍କ ପାଖରେ ଭୋଗ ଲଗାଯିବା ପରେ ମଧ୍ୟରାତ୍ରରେ ଦଣ୍ଡୁଆମାନେ ଢୋଲ, ଝାଞ୍ଜରର ତାଳେ ତାଳେ ଭୋଜନ କରନ୍ତି।
====ଅଗ୍ନିଦଣ୍ଡ====
ଏହା ପରେ ଝୁଣା ଖେଳି ଖେଳି ଦଣ୍ଡଦଳ ମାନସିକଧାରୀଙ୍କ ଘରକୁ ଆସନ୍ତି। ସ୍ୱପ୍ନାଦେଶ ପାଇଥିବା ଦଣ୍ଡୁଆମାନେ କଳା ପୋଷାକ ପିନ୍ଧିଥାନ୍ତି, ମୁଣ୍ଡରେ କଳା କନା ବାନ୍ଧିଥାନ୍ତି ଓ ରକ୍ତ ସିନ୍ଦୁର ଚିତା ଲଗାଇ କାଳୀପ୍ରଭା ଧାରଣ କରିଥାନ୍ତି। ଢୋଲ ତାଳେ ତାଳେ ଝୁଣା ନିଆଁର ପ୍ରୟୋଗରେ ଦଣ୍ଡୁଆଙ୍କ ଦେହରେ କାଳିକା ପ୍ରସନ୍ତ ହୁଅନ୍ତି। ଏହି ଅଗ୍ନିଦଣ୍ଡ ଫଳରେ ସେ ଚେତାଶୂନ୍ୟ ହୋଇ ସାଷ୍ଟାଙ୍ଗ ପ୍ରଣିପାତ କଲା ପରେ ଚେତା ଫେରିଲା ପରେ ଆରମ୍ଭ ହୁଏ ଦଣ୍ଡସୁଆଙ୍ଗ।
====ଦଣ୍ଡସୁଆଙ୍ଗ====
ଦଣ୍ଡସୁଆଙ୍ଗକୁ ଦଣ୍ଡ ଚଢ଼େୟା ନାଚ ବୋଲି ମଧ୍ୟ କୁହାଯାଏ। ଏଥିରେ ଚଢ଼େୟା, ଚଢ଼େୟାଣୀ, ଦକ୍ଷିଣକାଳୀ, ଡୁବଡୁବା, ଗଉଡ଼, ଗଉଡ଼ୁଣୀ, ସାପୁଆ, ଚହଟା ଦିଅର, ସିପାହୀ, ଢୋଲିଆ, ଉଲ, ବୀଣାକାର, ଜଗାଳି, ରାଜଗୁଣିଙ୍କ ଚରିତ୍ର ମାଧ୍ୟମରେ ହାସ୍ୟରସ ପ୍ରକାଶ ସହିତ ବହୁ ଉପଦେଶ ଜନ ସମୁଦାୟକୁ ପରିବେଷଣ କରା ଯାଇଥାଏ।

କେତେଜଣ ପ୍ରମୁଖ ଦଣ୍ଡସୁଆଙ୍ଗ ଲେଖକଙ୍କ ଭିତରେ ରଙ୍ଗୁଣି ବନ୍ଧ ସାହିର ସନ୍ନ୍ୟାସୀ ନାୟକ, ମୁଣ୍ଡମରେଇର ଦଣ୍ଡପାଣି ଜେନା ଓ ବାସୁଦେବପୁରର ଅନ୍ତର୍ଯ୍ୟାମୀ ଦାସ ଅନ୍ୟତମ।

ଏହିପରି ୧୩, ୧୮, ୨୧ ଦିନ ବୁଲିବାପରେ ଦଣ୍ଡଦଳ ବିଷୁବ ସଂକ୍ରାନ୍ତି ଦିନ କାମନା ମନ୍ଦିର ପାଖରେ ରୁଣ୍ଡ ହୁଅନ୍ତି। ସେଠାରେ ମେରୁଯାତ୍ରା ଅନୁଷ୍ଠିତ ହୁଏ। ମେରୁକୁଣ୍ଡର ଦୁଇପାଖରେ ବେଲକାଠଦ୍ୱାରା ଦୁଇଟି ଖୁଣ୍ଟ ପୋତାଯାଏ। ସେ ଦୁଇଟିକୁ ଗୋଟିଏ କାଠଦ୍ୱାରା ସଂଯୁକ୍ତ କରାଯାଏ। ମୁଖ୍ୟ ଦଣ୍ଡୁଆ ସ୍ନାନସାରି ଓଦାବସ୍ତ୍ରରେ ପ୍ରଭୁଙ୍କୁ ଦର୍ଶନ କରନ୍ତି, ତାଙ୍କ ଦେହରେ କାଳୀ ଲାଗିଲା ପରେ କେତକ ଲୋକ ମିଶି ତାଙ୍କୁ ନିୟନ୍ତ୍ରଣ କରନ୍ତି ଏହା ପରେ ତାଙ୍କୁ ସେହି କାଠରେ ଓଲଟା ଲଟକାଇ ଦିଆଯାଏ। ତଳେ ଝୁଣା ଧୂଆଁର ଝାସରେ ତାଙ୍କ ନାକରୁ ତିନିଟୋପା ରକ୍ତ ପଡ଼ିବାପରେ ସେ ଅଚେତ ଅବସ୍ଥାରେ ସେଥିରେ ଝୁଲି ରୁହନ୍ତି। ତାଙ୍କୁ ନିକଟସ୍ଥ ଜଳାଶୟକୁ ନେଇ ତାଙ୍କ ଚେତା ଫେରାଇ ଆଣିବାପରେ ସମାପନ ହୁଏ ଦଣ୍ଡନାଚ।<ref>ସମ୍ବାଦ ବ୍ରହ୍ମପୁର ସଂସ୍କରଣ 1.1.2006 </ref>
ସନ୍ଧ୍ୟାରେ ଆଳତୀ ହୁଏ। ସନ୍ଧ୍ୟା ଆଳତୀରେ ଯୋଗଦେଇ ନିଜର ଅପରାଧ କ୍ଷମାପାଇଁ ପ୍ରାର୍ଥନା କରିଥାନ୍ତି।
<ref>ସମ୍ବାଦ ବ୍ରହ୍ମପୁର ସଂସ୍କରଣ 1.1.2006 </ref>

== ପାଳନ ==
"https://or.wikipedia.org/wiki/ଦଣ୍ଡ_ନାଟ"ରୁ ଅଣାଯାଇଅଛି