"ସାରଳା ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ clean up, replaced: ଓଡିଶା → ଓଡ଼ିଶା, → (35), ମାନଙ୍କ → ମାନଙ୍କ (3), ଠାରେ → ଠାରେ, ମାନେ → ମାନେ (2) using AWB
ଟିକେ Bot: Automated text replacement (-ଓଡିଆ +ଓଡ଼ିଆ)
୩୫ କ ଧାଡ଼ି:
* ଚଣ୍ଡୀପୁରାଣ <ref>{{cite web |url= http://www.orissadiary.com/personality/poet/SARALA_DAS%20.asp |title=SARALA DAS |work=orissadiary.com |quote=In a clear statement the poet declares the Vilanka Ramayana, the Mahabharat and the Chandi Purana to be respectively the first, second and third of his compositions |accessdate=11 April 2013}}</ref>
 
ଆଦିକବି ଶାରଳା ଦାସ ନିଜ ଗ୍ରନ୍ଥମାନଙ୍କରେ ନିଜକୁ ମୁର୍ଖ, ଅଜ୍ଞାନ ତଥା କେବଳ ମା ଶାରଳାଙ୍କ ଆଶୀର୍ବାଦ ଯୋଗୁ କାବ୍ୟ ଲେଖିଛ୍ହନ୍ତି ବୋଲି ଵର୍ଣନା କରିଛନ୍ତି; ତେଣୁ କିଛି ସମାଲୋଚକ ତାଙ୍କୁ ମହାମୁର୍ଖ ବୋଲି ବର୍ଣନା କରିଛନ୍ତି. ତେବେ ଯେକୌଣସି ପାଠକ ଯଦି ତାଙ୍କ ସାହିତ୍ୟ ପଢିବ, ତାହାହେଲେ ସେ ନିଶ୍ଚୟ ଅନୁଭବ କରିବ ଯେ ଶାରଳା ଦାସ ମୋଟେ ଗଜମୁର୍ଖ ନ ଥିଲେ. ବରଂ ସେ ଥିଲେ ବିଭିନ୍ନ ଶାସ୍ତ୍ରର ପଣ୍ଡିତ, ତେଣୁ ସେ ତତ୍କାଳୀନ ସମାଜର ବୁଦ୍ଧିଜୀବିମାନଙ୍କୁ ମୂର୍ଖ ବନାଇ ଦେଉଥିଲେ. ଶାରଳା ଦାସ ଅଵଶ୍ୟ ମା ଶାରଳାଙ୍କର ଅନୁଗ୍ରହ ଲାଭ କରିଥିଲେ, କିନ୍ତୁ ତାଙ୍କର ବହୁ ଶାସ୍ତ୍ର ପୁରାଣରେ ପ୍ରଵେଶ ଥିଲା. ଅନେକ ଗ୍ରନ୍ଥ ଅଧ୍ୟୟନ କରିଥିବାରୁ ତାଙ୍କର ଅସୀମ ଜ୍ଞାନ ଥିଲା. ସେ କପିଳେନ୍ଦ୍ରଦେବଙ୍କର ସୈନ୍ୟବାହିନୀରେ ଯୋଗଦେଇ ଅନେକବର୍ଷ ବିଭିନ୍ନ ସ୍ଥାନ ଭ୍ରମଣ କରିଥିଲେ, ଏଣୁ ତାଙ୍କର ଭୌଗଳିକ ଜ୍ଞାନ ମଧ୍ୟ ବହୁତ ଥିଲା. ବିଭିନ୍ନ ଲୋକଙ୍କ ସହ ସିଧାସଳଖ ସଂସ୍ପର୍ଶରେ ଆସିବା ଦ୍ଵାରା ସେ ଲୋକଚରିତ୍ର କଣ ଅନୁଭବ କରିପାରିଥିଲେ. ଏତେ ସବୁ ସତ୍ତ୍ଵେ ସେ ସେତେବେଳର ସମାଜକୁ ଭୟ କରୁଥିଲେ, ତେଣୁ ସାଧାରଣ ଲୋକମାନେ ବୁଝିବା ଭଳି ଭାବ ଭାଷାରେ ସେ ଓଡିଆରେଓଡ଼ିଆରେ କେଖୁଥିଲେ. ତତ୍କାଳୀନ ବ୍ରାହ୍ମଣପ୍ରଧାନ ସମାଜ ଓ ସସ୍କୃତପ୍ରେମୀ ଜନତା କାଳେ ତାଙ୍କ ସାହିତ୍ୟକୁ ଅନାଦର କରିବେ, ଏଇ ଭୟରେ ସେ ଚତୁରତାର ସହ ପ୍ରଚାର କଲେ ଯେ ସେ କିଛି ଲେଖିନାହାନ୍ତି. ଯାହା ମା ଶାରଳା କୁହନ୍ତି, ତାକୁ ସେ ଲେଖନ୍ତି. ମା ଶାରଳାଙ୍କ ନାମକୁ ନେଇ କବି ତାଙ୍କ ରଚନାକୁ ସମାଜରେ ପ୍ରତିଷ୍ଠିତ କରି ପାରିଥିଲେ. ଓଡିଆଓଡ଼ିଆ ଭାଷା ସାହିତ୍ୟର ସେ ଜଣେ ଵିରଳ ପ୍ରତିଭା. ତାଙ୍କର ପ୍ରମୁଖ ଗ୍ରନ୍ଥଗୁଡିକ ମଧ୍ୟରେ "ଵିଲଙ୍କା ରାମାୟଣ", "ମହାଭାରତ", "ଚଣ୍ଡି ପୁରାଣ" ଏବଂ "ଲକ୍ଷ୍ମୀନାରାୟଣ ବଚନିକା ନାମକ ଏକ କ୍ଷୁଦ୍ର ଗ୍ରନ୍ଥ ରଚନା ଅନ୍ତର୍ଭୁକ୍ତ. ଆହୁରି ଅନେକ ଗ୍ରନ୍ଥ ଶାରଳାଙ୍କ ଦ୍ଵାରା ରଚିତ ବୋଲି ଲେଖାଥିଲେ ମଧ୍ୟ ତାହା ପ୍ରକୃତରେ ଆଦିକବିଙ୍କ ଦ୍ଵାରା ଲେଖା ଯାଇଛି କି ନାହିଁ ପ୍ରମାଣ ହୋଇପାରି ନାହିଁ.
 
'''ବିଲଙ୍କା ରାମାଯ଼ଣ'''
୪୩ କ ଧାଡ଼ି:
'''ମହାଭାରତ'''
 
ଵ୍ୟାସଦେବଙ୍କ ଲିଖିତ ସଂସ୍କୃତ ମହାଭାରତର କଥାବସ୍ତୁକୁ ନେଇ ଆଦିକଵି ସାରଳା ଦାସ ଓଡିଆରେଓଡ଼ିଆରେ ମହାଭାରତ ଲେଖିଛନ୍ତି. ସଂସ୍କୃତରୁ ସିଧା ସିଧା ଅନୁବାଦ ନ କରି କଵି ତାଙ୍କର ଦୃଷ୍ଟିଭଙ୍ଗୀ ଓ ମୌଳିକ ଵିଚାରବୋଧର ପ୍ରକାଶ କରିଛନ୍ତି. ଓଡିଆଓଡ଼ିଆ ଘରର ଚାଲିଚଳଣୀ, ରୀତିନୀତି, ଖାଦ୍ୟପେୟ,ଵେଶଭୁଷା, ପୁଣ୍ୟପର୍ବ, ଯାନିଯାତ୍ରା, କଥାବାର୍ତ୍ତା ସବୁକିଛି ତାଙ୍କ ମହାଭାରତରେ ଫୁଟି ଉଠିଛି. କେତେକ ସ୍ଥାନରେ ସେ ମୂଳ ସଂସ୍କୃତ ମହାଭାରତର ଘଟଣାକୁ ସଂକ୍ଷିପ୍ତ କରିଛନ୍ତି ତ କେଉଠି ଛୋଟ ଘଟଣାକୁ ବଡ କରି ବର୍ଣନା କରିଛନ୍ତି. ସେହିପରି ମୂଳ ମହାଭାରତର କେତେକ ଘଟଣାକୁ ସେ ସମ୍ପୁର୍ଣ ଛାଡ଼ି ଦେବାବେଳେ କିଛି ଘଟଣା ସେ ନିଜ ମନରୁ ଵର୍ଣନା କରିଛନ୍ତି. କବି ''ଶାହାଡ଼ାଗଛର ମାହାତ୍ମ୍ୟ'', ''ଶାନ୍ତନୁଙ୍କ ସହ ଗଙ୍ଗାଙ୍କ ଵିଵାହ'', ''ସିନ୍ଧିଚୋର କଥା'', ''ସତ୍ୟ ଆମ୍ବ କଥା'', ''ବାବନାଭୁତ କଥା'', ''ଗାନ୍ଧାରିଙ୍କ ସନ୍ତାନଲାଭ କଥା'', ''ଧୃତରାଷ୍ଟ୍ରଙ୍କ ଶହେ ପୁଅଙ୍କ ନାମକରଣ'', ''ଅଳସୁଆ କାହାଣୀ'', ''ସିଂହ-ଶୃଗାଳ କଥା'', ''ସିଂହ-ମଶା କଥା'', ''ତୁଳସୀଵଣ ବାଘ'' ଓ ''ତୁଳାମୁହାଁଙ୍କ ଗଳ୍ପ'', ''କଳି ଅଵତରଣ ପ୍ରସଙ୍ଗ'' ଓ ''ସୁହାଣୀ କନ୍ୟା ସହ ଯୁଧିଷ୍ଠିରଙ୍କ ଵିଵାହ'' କଥା - ଏମିତି କେତେସବୁ ଗପ ନିଜ ମନରୁ ସୃଷ୍ଟି କରିଛନ୍ତି.
 
'''ଶାହଡ଼ାଗଛର ମାହାତ୍ମ୍ୟ'''
୬୮ କ ଧାଡ଼ି:
'''ଦ୍ଵାପର ଯୁଗର ଶ୍ରୀକୃଷ୍ଣ କଳିଯୁଗର ଜଗନ୍ନାଥ'''
 
ଜଗନ୍ନାଥ ଓଡିଆଓଡ଼ିଆ ଜାତିର ଆରାଧ୍ୟ ଦେଵତା, ତାଙ୍କର ପ୍ରସିଦ୍ଧି ଵିଶ୍ଵବ୍ୟାପୀ. ଵିଶ୍ଵ ଦରବାରରେ ଓଡ଼ିଶାର ଜଗନ୍ନାଥ ଧର୍ମ ଅତୁଳନୀୟ, ସେ ହେଉଛନ୍ତି ସବୁ ଧର୍ମର ସମନ୍ଵୟ. ସବୁ ଚିନ୍ତା ଚେତନା ଏବଂ ସାରସ୍ଵତକୁ ଏକାଠି ମିଶାଇ ଦେଲେ ଯାହା ହେବ ତାହା ହିଁ ହେଉଛି - ଜଗନ୍ନାଥ ଧର୍ମ. ସେଇଥି ପାଇଁ ପ୍ରତ୍ୟେକ ଧର୍ମର ଧର୍ମାବଲମ୍ବୀ ତାଙ୍କୁ ନିଜ ନିଜ ଧର୍ମମତର ପ୍ରତୀକ ରୁପେ ଗ୍ରହଣ କରିବା ଲାଗି ଦ୍ଵିଧା ପ୍ରକଶ କରନ୍ତି ନାହିଁ. ଜଗତର ନାଥ ଜଗନ୍ନାଥଙ୍କୁ କିଏ କହେ 'ରାମ' କିଏ କହେ 'ବାମନ' କିଏ କହେ 'ଅଲେଖ ନିରଞନ' ପୁଣି କିଏ କହେ 'ବୁଦ୍ଧଦେବ'. ମାତ୍ର ଶାରଳା ଦାସ ଯୁକ୍ତି ଦର୍ଶାଇ ଦ୍ରୁଢ ସ୍ଵରରେ କହିଛନ୍ତି, ସେ ହେଉଛନ୍ତି 'ଶ୍ରୀକୃଷ୍ଣ'.
 
ଦ୍ଵାପର ଯୁଗର କଥା. ଶ୍ରୀକୃଷ୍ଣ ଶିଆଳି ଲତାରେ ଚୁପ ଚାପ ଶୋଇଥିଲେ. ଏଇ ସମୟରେ ସେ ବଣକୁ ମୃଗୟା ଉଦ୍ଦେଶ୍ୟରେ ଆସିଥିବା ଜାରାଶବର ଲତା ଗହଳିରେ ଶ୍ରୀକୃଷ୍ଣର ପାଦ ଯୋଡିକୁ ଦେଖି ମୃଗୁଣୀର କାନ ବୋଲି ଭାବିଲା ଏବଂ ଶର ବିନ୍ଧିଲା. ପାଖକୁ ଯାଇ ଦେଖେ ତ ସେ ଦ୍ଵାରିକାଧିପତି ଶ୍ରୀକୃଷ୍ଣ. ଜାରା ପ୍ରଭଙ୍କର ମହିମା ଆଗରୁ ଜାଣିଥିଲା, ଏବେ ଶ୍ରୀକୃଷ୍ଣଙ୍କର ହତ୍ୟାର କାରଣ ହୋଇଥିବାରୁ ସେ ନିଜକୁ ଖୁବ ଧିକ୍କାର କଲା. ମାତ୍ର ଏହା ଥିଲା ବିଧିର ବିଧାନ - ଜାରା ପୁର୍ବ ଜନ୍ମରେ ମାଗିଥିବା ବରର ମନସ୍କାମନା ପୁରଣ ମାତ୍ର .