"ମାଟିର ମଣିଷ (ଉପନ୍ୟାସ)" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ବଦଳ ସାରକଥା ଲୁଚାଇଦିଅନ୍ତୁ
}}
'''ମାଟିର ମଣିଷ''', [[କାଳିନ୍ଦୀ ଚରଣ ପାଣିଗ୍ରାହୀ]]ଙ୍କ ରଚିତ ଏକ ଉପନ୍ୟାସ ଅଟେ ।<ref>{{cite news|title=MATIRA MANISA NOVEL BY KALANDI CHARANA PANIGRAHI|url=http://incredibleorissa.com/matira-manisha-novel-kalindi-charan-panigrahi/|accessdate=6 July 2016|newspaper=incredibleorissa.com}}</ref> ୧୯୩୧ ମସିହାରେ ଏହି ଉପନ୍ୟାସଟିର ପ୍ରଥମ ମୁଦ୍ରଣ କରଯାଇଥିଲା ଏବଂ ୧୯୭୬ ସୁଦ୍ଧା ଏହା ବତିଶ ଥର ମୁଦ୍ରିତ ହୋଇଥିଲା । ୧୯୭୬ ପରଠାରୁ ଦୀର୍ଘ ତିନି ଦଶନ୍ଧି ଧରି ଏହାର ପୁନଃମୁଦ୍ରଣ ହୋଇପାରିନଥିଲା । ପରେ ୨୦୦୪ ମସିହାରେ କାଳିନ୍ଦୀଚରଣଙ୍କ ପୁତ୍ର ତୁଷାରରଞ୍ଜନ ପାଣିଗ୍ରାହୀଙ୍କ ଅନୁମତି କ୍ରମେ ଏହାର ଏକ ସଚିତ୍ର ସଂସ୍କରଣ ପ୍ରକାଶିତ ହେଲା । ଏଥିରେ ସିଲହୋଏଟ୍ ଧରଣର ଚିତ୍ର ସ୍ଥାନ ପାଇଛି (ଏହି ଧରଣର ଛବିରେ ରଙ୍ଗ ବା ବସ୍ତୁର ବହୁଳତା ନଥାଏ) । ମାଟିର ମଣିଷ ଉପନ୍ୟାସ ପାଇଁ ଗୋପାଳ ଚରଣ କାନୁନ୍‌ଗୋ ଏହି ଚିତ୍ର ଗୁଡ଼ିକ ଆଙ୍କିଥିଲେ ।<ref>ମାଟିର ମଣିଷ, ୨୦୦୪ ସଂସ୍କରଣ, 'ବ୍ୟଥା ଓ ଆନନ୍ଦର ବାର୍ତ୍ତା', 'ଛବି କଥା'</ref>
 
ମାଟିର ମଣିଷ ଉପନ୍ୟାସ ବିଷୟରେ କହିବାପାଇଁ ଯାଇ ଉପନ୍ୟାସର ଉତ୍ସର୍ଗ ପୃଷ୍ଠାରେ କାଳିନ୍ଦୀ ଚରଣ ଲେଖିଛନ୍ତି:
<center>
ଦୁନିଆର ହାଟେ କୋଟି ହୀରା ନୀଳା ମଣି-ମାଣିକର ତୁଲ,
ମାଟିର ପିତୁଳା ଗଢି ରଖିଦେଲି କିଏ ପଚାରିବ ମୂଲ !
</center>
 
== ବଂଶାବଳୀ ଓ ଚରିତ୍ର ==