"ଫକୀର ମୋହନ ସେନାପତି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ 171.161.160.10 (ଆଲୋଚନା)ଙ୍କ ଦେଇ କରାଯାଇଥିବା ବଦଳକୁ Shraddhanandaଙ୍କ ଦେଇ କରାଯାଇଥି...
No edit summary
୧୩ କ ଧାଡ଼ି:
 
 
'''ଫକୀର ମୋହନ ସେନାପତି''' (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ୧୩ ଜାନୁଆରୀ ୧୮୪୩ ରେ ଅବିଭକ୍ତ [[ବାଲେଶ୍ଵର ଜିଲ୍ଲା|ବାଲେଶ୍ୱର ଜିଲ୍ଲାର]] ମଲ୍ଲିକାଶପୁର ଗାଆଁର ଲକ୍ଷ୍ମଣ ଚରଣ ସେନାପତି ଓ ତୁଳସୀ ଦେବୀ ସେନାପତିଙ୍କ ଔରସରୁ ଜନ୍ମଗ୍ରହଣ କରିଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ । <ref name="ଫକୀର ମୋହ‌ନ ସେନପତି ଜୀବନୀ">{{cite web|last=Jain|first=Bhushan|title=Short biography of Fakir Mohan Senapati|url=http://www.preservearticles.com/201104225819/short-biography-of-fakir-mohan-senapati.html|accessdate=20 July 2016}}</ref>
 
ଫକିର ମୋହନ ସେନାପତି, [[ମଧୁସୂଦନ ଦାସ|ଉତ୍କଳ ଗୌରବ ମଧୁସୂଦନ ଦାସ]], [[ଗୋପବନ୍ଧୁ ଦାସ|ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ]], [[କବିବର ରାଧାନାଥ ରାୟ]], [[ଗଙ୍ଗାଧର ମେହେର|ସ୍ଵଭାବ କବି ଗଙ୍ଗାଧର ମେହେର]]ଙ୍କ ସହ [[ଓଡ଼ିଆ ଭାଷା ଆନ୍ଦୋଳନ]]ର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
୧୯ କ ଧାଡ଼ି:
== '''ଜୀବନ କାଳ''' ==
=== ପିଲାବେଳ ===
୧୪ ଜାନୁଆରୀ ୧୮୪୩ ରେ ଅବିଭକ୍ତ ବାଲେଶ୍ୱର ଜିଲ୍ଲାର ମଲ୍ଲିକାଶପୁର ଗ୍ରାମର ଏକ ଖଣ୍ଡାୟତ ପରିବାରରେ ଫକୀରମୋହନଙ୍କ ଜନ୍ମ । ତାଙ୍କୁ ଏକ ବର୍ଷ ପାଞ୍ଚ ମାସ ବୟସ ବେଳେ ତାଙ୍କ ପିତା ଲକ୍ଷ୍ମଣ ଚରଣ ସେନାପତିଙ୍କର ମୃତ୍ୟୁ ଘଟିଲା । ଏହାର ମାତ୍ର ୧୪ ମାସ ପରେ ତାଙ୍କ ମାତା ତୁଳସୀ ଦେବୀ ସେନାପତି ମଧ୍ୟ ଈହଧାମ ତ୍ୟାଗ କରିଥିଲେ । ବାଲ୍ୟକାଳରୁ ତାଙ୍କର ଲାଳନପାଳନ ଭାର ତାଙ୍କର ଜେଜେମା’ ସମ୍ଭାଳିଥିଲେ ।<ref name="ଫକୀର ମୋହ‌ନ ସେନପତି ଜୀବନୀ"></ref>
 
ଫକୀରମୋହନଙ୍କ ପ୍ରକୃତ ନାମ ଥିଲା ବ୍ରଜମୋହନ । ବାଲ୍ୟକାଳରେ ସେ ପ୍ରାୟତଃ ଅସୁସ୍ଥ ରହୁଥିବାରୁ ତାଙ୍କ ଜେଜେ ତାଙ୍କୁ ଫକୀରମାନଙ୍କ ପାଖକୁ ନେଇଯାଉଥିଲେ । ସେହି ଫକୀରମାନଙ୍କ ସମ୍ମାନାର୍ଥେ ତାଙ୍କ ଜେଜେମା’ ତାଙ୍କ ନାଁ ବଦଳାଇ କରିଦେଲେ ଫକୀରମୋହନ ।
 
ଫକୀରମୋହନଙ୍କର ଦାଦା ପୁରୁଷୋତ୍ତମ ସେନାପତି ଅତ୍ୟନ୍ତ ଇର୍ଷାପରାୟଣୀ ବ୍ୟକ୍ତି ଥିଲେ । ସେ ଫକୀରମୋହନଙ୍କୁ ପାଠ ପଢ଼ିବାର ଅନୁମତି ଦେଉ ନ ଥିଲେ । ଫକୀରମୋହନ ବାଲ୍ୟକାଳରେ ସବୁବେଳେ ଅସୁସ୍ଥ ରହୁଥିବାରୁ, ସେ ୯ବର୍ଷ ବୟସରେ ଫଳା ଶିଖିବା ଆରମ୍ଭ କରିଥିଲେ । ପାଠ ପଢ଼ି ପଇସା ଦେବାର କ୍ଷମତା ନ ଥିବାରୁ ସେ ଶିକ୍ଷକଙ୍କ ଘରେ କାମ କରି ପାଢ଼ୁଥିଲେ । ବିଦ୍ୟା ଆହରାଣ କରିବାରେ ସେ କେବେ ସନ୍ତୁଷ୍ଟ ନ ଥିଲେ । ଯେତେ ବିଦ୍ୟା ଅଧ୍ୟୟନ କଲେ ବି ସେ ଆହୁରି ଆଧିକ ଜ୍ଞାନ ପ୍ରାପ୍ତ କରିବାରେ ଲାଗୁଥିଲେ । ନିଜ ମାତୃଭାଷାରେ ଜ୍ଞାନ‌କୋଷ ଭରିବା ସ‌ହିତ ସେ ପ୍ୟାରିସ ଭାଷା ମଧ୍ୟ ଶିକ୍ଷା କରିଥିଲେ । ପିଲାଦିନେ ସେ ଶ୍ରମିକ ଭାବରେ ବାଲେଶ୍ୱରରେ ଥିବା ବନ୍ଦରରେ ମଧ୍ୟ କାର୍ଯ୍ୟ କରୁଥିଲେ ଏବଂ ସେଠାରେ ସେ ବଙ୍ଗାଳୀ ଓ ସଂସ୍କୃତ ଭାଷା ମଧ୍ୟ ଶିକ୍ଷା କରିଥିଲେ ।<ref name="ଫକୀର ମୋହ‌ନ ସେନପତି ଜୀବନୀ"></ref>
ମା‍ଇନର୍ ପାଶ୍ କଲା ପରେ ସେ ବାଲେଶ୍ୱରର ବାରବାଟୀ ସ୍କୁଲରେ ବିଦ୍ୟାଧ୍ୟୟନ ଜାରି ରଖିଥିଲେ । ତେବେ ଆର୍ଥିକ ଦୁରବସ୍ଥା ଯୋଗୁଁ ପାଠପଢ଼ା ତ୍ୟାଗ କରି ସେହି ବାରବାଟୀ ସ୍କୁଲରେ ତାଙ୍କୁ ମାସିକ ୨.୫୦ ଟଙ୍କା ଦରମାରେ ଶିକ୍ଷକ ଚାକିରୀ କରିବାକୁ ହୋ‍ଇଥିଲା । ବାଲେଶ୍ୱର କଲେକ୍ଟରେଟ୍‌ରେ କିଛି କାଳ ପାଇଁ ସେ କିରାଣୀ ଚାକିରି କରିଥିଲେ । ପରବର୍ତ୍ତୀ କାଳରେ ସେ ବାଲେଶ୍ୱର ମିଶନ ସ୍କୁଲରେ ୧୮୭୧ ଯାଏଁ ଶିକ୍ଷକତା କରିଥିଲେ ।
 
ମା‍ଇନର୍ମା‍ଇନର ପାଶ୍ କଲା ପରେ ସେ ବାଲେଶ୍ୱରର ବାରବାଟୀ ସ୍କୁଲରେ ବିଦ୍ୟାଧ୍ୟୟନ ଜାରି ରଖିଥିଲେ । ସେଠାରେ ସେ ଇତିହାସ, ଭୂଗୋଳ ଏବଂ ଗଣିତ ଶିକ୍ଷା କରୁଥିଲେ । ସେ ନିଜର ପାରଦର୍ଶିତା ଯୋଗୁଁ ଶିକ୍ଷକ ମାନଙ୍କର ଦୃଷ୍ଟି ଆକର୍ଷଣ କରିଥିଲେ । ତେବେ ଆର୍ଥିକ ଦୁରବସ୍ଥା ଯୋଗୁଁ ବିଦ୍ୟାଳୟର ମାସିକ ଖର୍ଚ୍ଚ ୨୫ ପଇସା ଦେଇ ନ ପାରି ତାଙ୍କୁ ପାଠପଢ଼ା ତ୍ୟାଗ କରିକରିବାକୁ ପଡ଼ିଥିଲା ଏବଂ ସେହି ବାରବାଟୀ ସ୍କୁଲରେ ତାଙ୍କୁ ମାସିକ ୨.୫୦ ଟଙ୍କା ଦରମାରେ ଶିକ୍ଷକ ଚାକିରୀ କରିବାକୁ ହୋ‍ଇଥିଲା ।<ref name="ଫକୀର ମୋହ‌ନ ସେନପତି ଜୀବନୀ"></ref> ସେଠାରେ ସେ ଇତିହାସ, ଭୂଗୋଳ ଏବଂ ଗଣିତରେ ଶିକ୍ଷାଦାନ ଆରମ୍ଭ କରିଦେଲେ । ଏହି ସବୁ ବିଷୟରେ ସେ ନିଜେ ନିଜର ଜ୍ଞାନ‌କୁ ପ୍ରଗାଢ଼ କରିପାରିଥିଲେ । ବାଲେଶ୍ୱର କଲେକ୍ଟରେଟ୍‌ରେ କିଛି କାଳ ପାଇଁ ସେ କିରାଣୀ ଚାକିରି କରିଥିଲେ । ପରବର୍ତ୍ତୀ କାଳରେ ସେ ବାଲେଶ୍ୱର ମିଶନ ସ୍କୁଲରେ ୧୮୭୧ ଯାଏଁ ଶିକ୍ଷକତା କରିଥିଲେ ।
 
ଫକୀରମୋହନ ନିଜ ପରିଶ୍ରମ ବଳରେ ଇଂରାଜୀ ଶିକ୍ଷା କରିଥିଲେ । ଆରବିଆନ ନାଇଟସ୍, ରବିନସନ କୃଷେ, ଇଂରାଜୀ ବାଇବେଳ ଭଳି କିଛି ଇଂରାଜୀ ବ‌ହି ପଢ଼ିବା ବେଳେ ସେ ଇଂରାଜୀ ଅଭିଧାନର ସାହାଯ୍ୟ ନେଇଥିଲେ । ଯଦିଓ ଫକୀରମୋହନ ୨୩ ବର୍ଷ ବୟସରେ ଇଂରାଜୀ ଶିକ୍ଷା ଆରମ୍ଭ କରିଥିଲେ, କିନ୍ତୁ ତାଙ୍କର ପ୍ରକୃତିଦତ୍ତ ଦକ୍ଷତା ପାଇଁ ସେ ବିଦେଶୀମାନଙ୍କର ମଧ୍ୟ ଦୃଷ୍ଟି ଆକର୍ଷଣ କରିପାରିଥିଲେ ।<ref name="ଫକୀର ମୋହ‌ନ ସେନପତି ଜୀବନୀ"></ref>
 
=== ଉତ୍ତର ଜୀବନ ===
ଶିକ୍ଷକତା କରିବା ସଙ୍ଗେ ସଙ୍ଗେ ସେ ଓଡ଼ିଆ, ଇଂରାଜୀ, ସଂସ୍କୃତ ଓ ବଙ୍ଗାଳୀ ଆଦି ଭାଷାରେ ଦକ୍ଷତା ହାସଲ କରିଥିଲେ ଓ ବିଭିନ୍ନ ଆଲୋଚନାମାନଙ୍କରେ ଭାଗ ନେଇ ବାଲେଶ୍ୱରର ବୁଦ୍ଧିଜୀବି ମହଲରେ ନିଜର ସ୍ୱତନ୍ତ୍ର ସ୍ଥାନ ପ୍ରତିଷ୍ଠା କରିଥିଲେ ।
 
ବାରବାଟୀ ସ୍କୁଲରୁ ନିଜର ଶିକ୍ଷକତା ଜୀବନ ଆରମ୍ଭ କରିଥିବା ଫକୀରମୋହନ ପରବର୍ତ୍ତୀ ସମୟରେ ଖ୍ରୀଷ୍ଟୀଆନ ମିଶନ ସ୍କୁଲର ପ୍ରଧାନଶିକ୍ଷକ ରୂପେ ନିଜୁକ୍ତି ପାଇଥିଲେ । ସେହି ସମୟରେ ଓଡ଼ିଆ ଛାତ୍ରମାନେ ସମସ୍ତ ପାଠ ବଙ୍ଗଳାରେ ପଢ଼ୁଥିଲେ, ତେଣୁ ସେ ଓଡ଼ିଆରେ ବିଭିନ୍ନ ବିଷୟରେ ପାଠ୍ୟପୁସ୍ତକମାନ ରଚନା କରଥିଲେ । ଜଣେ ଗର୍ବିତ ଓଡ଼ିଆ ଭାବରେ ସେ ଓଡ଼ିଆରେ ପାଠ୍ୟପୁସ୍ତକ ସବୁକୁ ଅନୁବାଦ କରି [[ଓଡ଼ିଶା]]ର ଏବଂ [[ଓଡ଼ିଆ]] ଭାଷାର ସମ୍ମାନ ବ‌ହୁତ ଉପରକୁ କରିଦେଇଥିଲେ ।<ref name="ଫକୀର ମୋହ‌ନ ସେନପତି ଜୀବନୀ"></ref>
 
ଏହି ସୂତ୍ରରେ ତାଙ୍କର ପରିଚୟ ହୁଏ ବାଲେଶ୍ୱରର ତତ୍କାଳୀନ କଲେକ୍ଟର ଜନ୍ ବିମ୍ସଙ୍କ ସହ । ’ସୁନା ଚିହ୍ନେ ବଣିଆ, ଗୁଣ ଚିହ୍ନେ ଗୁଣିଆ’ ପରି ବିମ୍ସ ସାହେବ ଯିଏ ନିଜେ ଜଣେ ପଣ୍ଡିତ ଥିଲେ, ଫକୀରମୋହନଙ୍କ ଅନ୍ତର୍ନିହିତ ପାଣ୍ଡିତ୍ୟକୁ ଚିହ୍ନିପାରିଥିଲେ । ଏହି କାଳରେ ବିମ୍ସ ସାହେବ ବିଭିନ୍ନ ଭାରତୀୟ ଭାଷାର ତୁଳନାତ୍ମକ ବ୍ୟାକରଣ ଉପରେ ଗୋଟିଏ ପୁସ୍ତକ ରଚନା କରୁଥିଲେ । ସେ ଫକୀରମୋହନଙ୍କଠାରୁ ଏଥିଲାଗି ଓଡ଼ିଆ ଶିକ୍ଷା କରିଥିଲେ । ଫକୀରମୋହନଙ୍କ ପାଣ୍ଡିତ୍ୟରେ ପ୍ରଭାବିତ ବିମ୍ସ ସାହେବ ତାଙ୍କୁ ନୀଳଗିରିର ଦିୱାନ ପଦ ଗ୍ରହଣ କରିବା ଲାଗି ଆଗ୍ରହ କଲେ । ଫକୀରମୋହନ ମଧ୍ୟ ଏହି ପ୍ରସ୍ତାବ ଗ୍ରହଣ କଲେ । ତାଙ୍କର ମାସିକ ଦରମା ରହିଲା ୧୦୦୦ ଟଙ୍କା । ଏହା ପରେ ସେ ଓଡ଼ିଶାର ବିଭିନ୍ନ ସ୍ଥାନମାନଙ୍କରେ ଦିୱାନ ଦାୟିତ୍ୱ ତୁଲାଇଥିଲେ । ୧୮୭୧ ରୁ ୧୮୭୫ ଯାଏଁ ନୀଳଗିରିରେ, ୧୮୭୬-୭୭ ଯାଏଁ ଡମପଡାରେ, ୧୮୭୭-୮୩ ଯାଏଁ ଢେଙ୍କାନାଳରେ, ୧୮୮୪-୮୬ ଯାଏଁ ଦଶପଲ୍ଲାରେ, ୧୮୮୬-୮୭ ଯାଏଁ ପାଲଲହଡ଼ାରେ, ୧୮୮୭-୯୨ ଯାଏଁ କେଉଁଝରରେ ଓ ୧୮୮୪-୮୬ ଯାଏଁ ପୁନର୍ବାର ଡମପଡାରେ ସେ ଏହି ଦାୟିତ୍ୱ ତୁଲାଇଥିଲେ । <ref>http://orissa.gov.in/e-magazine/Orissareview/2008/feb-march-2008/engpdf/56-61.pdf</ref>
Line ୪୭ ⟶ ୫୩:
 
=== ପତ୍ରପତ୍ରିକା ଓ ସଙ୍ଗଠନ ===
୧୮୬୮ରେ ନିଜସ୍ୱ ପ୍ରଚେଷ୍ଟା ବଳରେ ସେ ବାଲେଶ୍ୱରରେ ’ଉତ୍କଳ ପ୍ରେସ’ ନାମରେ ଏକ ଛାପାଖାନା ପ୍ରତିଷ୍ଠା କଲେ, ଯାହା ହେଉଛି ଓଡ଼ିଶାର ଦ୍ୱିତୀୟ ଛାପାଖାନା । ଏହିଠାରୁ ସେ ଓଡ଼ିଆରେ ବିଭିନ୍ନ ପତ୍ରିକା ଓ ସମ୍ବାଦପତ୍ରମାନ ସମ୍ପାଦନା ଓ ପ୍ରକାଶନ କଲେ । ଏଥିମଧ୍ୟରୁ "ବୋଧଦାୟିନୀ", "ନବସମ୍ବାଦ" ଓ "ସମ୍ବାଦ ବାହିକା" ଆଦି ପ୍ରଧାନ । ପ୍ରଥମାବସ୍ଥାରେ ସେ ପ୍ରକାଶକ, ଲେଖକ, ସମ୍ପାଦକ, ମୁଦ୍ରଣକାରୀ, ବଣ୍ଟନ‌କାରୀ ଏବଂ ମାଲିକ ଥିଲେ । ପରବର୍ତ୍ତୀ ସମୟରେ ସେ [[ରାଧାନାଥ ରାୟ]] ଏବଂ [[ମଧୁସୂଦନ ରାଓ]]ଙ୍କୁ ନିଜର ସ‌ହକର୍ମୀ ଭାବରରେ ନେଇଥିଲେ ଏବଂ ସେମାନେ ବୋଧଦାୟିନୀ ପାଇଁ ଗଳ୍ପ ଲେଖୁଥିଲେ ।<ref name="ଫକୀର ମୋହ‌ନ ସେନପତି ଜୀବନୀ"></ref>
 
ଓଡ଼ିଆ ଭାଷାର ଉନ୍ନତି ଓ ପ୍ରଚାର ନିମନ୍ତେ ସେ ୧୮୬୭ରେ "ଉତ୍କଳ ଭାଷା ଉନ୍ନତି ବିଧାନି ସଭା" ନାମକ ଏକ ସଙ୍ଗଠନ ଗଢ଼ିଥିଲେ । ’ଉତ୍କଳ ସାହିତ୍ୟ ସମାଜର’ ୧୯୧୨ ଓ ୧୯୧୭ର ବାର୍ଷିକ ସଭାରେ ସେ ସଭାପତି ଦାୟିତ୍ୱ ତୁଲାଇଥିଲେ । <ref>http://baleswar.nic.in/fakirmohon.htm</ref>