"ଫକୀର ମୋହନ ସେନାପତି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୩୨ କ ଧାଡ଼ି:
ଶିକ୍ଷକତା କରିବା ସଙ୍ଗେ ସଙ୍ଗେ ସେ ଓଡ଼ିଆ, ଇଂରାଜୀ, ସଂସ୍କୃତ ଓ ବଙ୍ଗାଳୀ ଆଦି ଭାଷାରେ ଦକ୍ଷତା ହାସଲ କରିଥିଲେ ଓ ବିଭିନ୍ନ ଆଲୋଚନାମାନଙ୍କରେ ଭାଗ ନେଇ ବାଲେଶ୍ୱରର ବୁଦ୍ଧିଜୀବି ମହଲରେ ନିଜର ସ୍ୱତନ୍ତ୍ର ସ୍ଥାନ ପ୍ରତିଷ୍ଠା କରିଥିଲେ ।
 
ବାରବାଟୀ ସ୍କୁଲରୁ ନିଜର ଶିକ୍ଷକତା ଜୀବନ ଆରମ୍ଭ କରିଥିବା ଫକୀରମୋହନ ପରବର୍ତ୍ତୀ ସମୟରେ ଖ୍ରୀଷ୍ଟୀଆନ ମିଶନ ସ୍କୁଲର ପ୍ରଧାନଶିକ୍ଷକ ରୂପେ ନିଜୁକ୍ତି ପାଇଥିଲେ । ସେହି ସମୟରେ ଓଡ଼ିଆ ଛାତ୍ରମାନେ ସମସ୍ତ ପାଠ ବଙ୍ଗଳାରେ ପଢ଼ୁଥିଲେ, ତେଣୁ ସେ ଓଡ଼ିଆରେ ବିଭିନ୍ନ ବିଷୟରେ ପାଠ୍ୟପୁସ୍ତକମାନ ରଚନା କରଥିଲେ । ଜଣେ ଗର୍ବିତ ଓଡ଼ିଆ ଭାବରେ ସେ ଓଡ଼ିଆରେ ପାଠ୍ୟପୁସ୍ତକ ସବୁକୁ ଅନୁବାଦ କରି [[ଓଡ଼ିଶା]]ର ଏବଂ [[ଓଡ଼ିଆ]] ଭାଷାର ସମ୍ମାନ ବ‌ହୁତ ଉପରକୁ କରିଦେଇଥିଲେ ।<ref name="ଫକୀର ମୋହ‌ନ ସେନପତି ଜୀବନୀ"></ref> ଖ୍ରୀଷ୍ଟୀଆନ ମିଶନ ସ୍କୁଲରେ ସେ ୧୮୭୧ ଯାଏ କାର୍ଯ୍ୟ କରିଆସିଥିଲେ ।<ref name=ଫକୀରମୋହନ></ref>
 
ଏହି ସୂତ୍ରରେ ତାଙ୍କର ପରିଚୟ ହୁଏ ବାଲେଶ୍ୱରର ତତ୍କାଳୀନ କଲେକ୍ଟର ଜନ୍ ବିମ୍ସଙ୍କ ସହ । ’ସୁନା ଚିହ୍ନେ ବଣିଆ, ଗୁଣ ଚିହ୍ନେ ଗୁଣିଆ’ ପରି ବିମ୍ସ ସାହେବ ଯିଏ ନିଜେ ଜଣେ ପଣ୍ଡିତ ଥିଲେ, ଫକୀରମୋହନଙ୍କ ଅନ୍ତର୍ନିହିତ ପାଣ୍ଡିତ୍ୟକୁ ଚିହ୍ନିପାରିଥିଲେ । ଏହି କାଳରେ ବିମ୍ସ ସାହେବ ବିଭିନ୍ନ ଭାରତୀୟ ଭାଷାର ତୁଳନାତ୍ମକ ବ୍ୟାକରଣ ଉପରେ ଗୋଟିଏ ପୁସ୍ତକ ରଚନା କରୁଥିଲେ । ସେ ଫକୀରମୋହନଙ୍କଠାରୁ ଏଥିଲାଗି ଓଡ଼ିଆ ଶିକ୍ଷା କରିଥିଲେ । ଫକୀରମୋହନଙ୍କ ପାଣ୍ଡିତ୍ୟରେ ପ୍ରଭାବିତ ବିମ୍ସ ସାହେବ ତାଙ୍କୁ ନୀଳଗିରିର ଦିୱାନ ପଦ ଗ୍ରହଣ କରିବା ଲାଗି ଆଗ୍ରହ କଲେ । ଫକୀରମୋହନ ମଧ୍ୟ ଏହି ପ୍ରସ୍ତାବ ଗ୍ରହଣ କଲେ । ତାଙ୍କର ମାସିକ ଦରମା ରହିଲା ୧୦୦୦ ଟଙ୍କା । ଏହା ପରେ ସେ ଓଡ଼ିଶାର ବିଭିନ୍ନ ସ୍ଥାନମାନଙ୍କରେ ଦିୱାନ ଦାୟିତ୍ୱ ତୁଲାଇଥିଲେ । ୧୮୭୧ ରୁ ୧୮୭୫ ଯାଏଁ ନୀଳଗିରିରେ, ୧୮୭୬-୭୭ ଯାଏଁ ଡମପଡାରେ, ୧୮୭୭-୮୩ ଯାଏଁ ଢେଙ୍କାନାଳରେ, ୧୮୮୪-୮୬ ଯାଏଁ ଦଶପଲ୍ଲାରେ, ୧୮୮୬-୮୭ ଯାଏଁ ପାଲଲହଡ଼ାରେ, ୧୮୮୭-୯୨ ଯାଏଁ କେଉଁଝରରେ ଓ ୧୮୮୪-୮୬ ଯାଏଁ ପୁନର୍ବାର ଡମପଡାରେ ସେ ଏହି ଦାୟିତ୍ୱ ତୁଲାଇଥିଲେ । <ref>http://orissa.gov.in/e-magazine/Orissareview/2008/feb-march-2008/engpdf/56-61.pdf</ref>
୫୫ କ ଧାଡ଼ି:
୧୮୬୮ରେ ନିଜସ୍ୱ ପ୍ରଚେଷ୍ଟା ବଳରେ ସେ ବାଲେଶ୍ୱରରେ ’ଉତ୍କଳ ପ୍ରେସ’ ନାମରେ ଏକ ଛାପାଖାନା ପ୍ରତିଷ୍ଠା କଲେ, ଯାହା ହେଉଛି ଓଡ଼ିଶାର ଦ୍ୱିତୀୟ ଛାପାଖାନା । ଏହିଠାରୁ ସେ ଓଡ଼ିଆରେ ବିଭିନ୍ନ ପତ୍ରିକା ଓ ସମ୍ବାଦପତ୍ରମାନ ସମ୍ପାଦନା ଓ ପ୍ରକାଶନ କଲେ । ଏଥିମଧ୍ୟରୁ "ବୋଧଦାୟିନୀ", "ନବସମ୍ବାଦ" ଓ "ସମ୍ବାଦ ବାହିକା" ଆଦି ପ୍ରଧାନ । ପ୍ରଥମାବସ୍ଥାରେ ସେ ପ୍ରକାଶକ, ଲେଖକ, ସମ୍ପାଦକ, ମୁଦ୍ରଣକାରୀ, ବଣ୍ଟନ‌କାରୀ ଏବଂ ମାଲିକ ଥିଲେ । ପରବର୍ତ୍ତୀ ସମୟରେ ସେ [[ରାଧାନାଥ ରାୟ]] ଏବଂ [[ମଧୁସୂଦନ ରାଓ]]ଙ୍କୁ ନିଜର ସ‌ହକର୍ମୀ ଭାବରରେ ନେଇଥିଲେ ଏବଂ ସେମାନେ ବୋଧଦାୟିନୀ ପାଇଁ ଗଳ୍ପ ଲେଖୁଥିଲେ ।<ref name="ଫକୀର ମୋହ‌ନ ସେନପତି ଜୀବନୀ"></ref>
 
ଓଡ଼ିଆ ଭାଷାର ଉନ୍ନତି ଓ ପ୍ରଚାର ନିମନ୍ତେ ସେ ୧୮୬୭ରେ "ଉତ୍କଳ ଭାଷା ଉନ୍ନତି ବିଧାନି ସଭା" ନାମକ ଏକ ସଙ୍ଗଠନ ଗଢ଼ିଥିଲେ । ’ଉତ୍କଳ ସାହିତ୍ୟ ସମାଜର’ ୧୯୧୨ ଓ ୧୯୧୭ର ବାର୍ଷିକ ସଭାରେ ସେ ସଭାପତି ଦାୟିତ୍ୱ ତୁଲାଇଥିଲେ । <ref name=ଫକୀରମୋହନ>{{cite web|title=FAKIR MOHAN SENAPATI|url=http://baleswar.nic.in/fakirmohon.htm|publisher=Balesore Offical Website|accessdate=20 July 2016}}</ref> ୧୯୧୫ ମସିହାରେ ଫକୀରମୋହନ '''ସତ୍ୟବାଦୀ ବିଦ୍ୟାଳୟ'''କୁ ପରିଭ୍ରମଣରେ ଯାଇଥିଲେ ଏବଂ ସେଠାରେ ଉତ୍କଳମଣି [[ଗୋପବନ୍ଧୁ ଦାସ]]ଙ୍କର କାର୍ଯ୍ୟ ଦେଖି ଅତ୍ୟନ୍ତ ଖୁସି ହୋଇଥିଲେ ।
== ଆଧାର ==
{{ଆଧାର}}