"ଲକ୍ଷ୍ମଣ ନାୟକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
+ ଆଧାର
No edit summary
୨୨ କ ଧାଡ଼ି:
}}
 
'''ଲକ୍ଷ୍ମଣ ନାୟକ''' ( ୨୨ ନଭେମ୍ବର ୧୮୯୯ - ୨୯ ମାର୍ଚ୍ଚ ୧୯୪୩ ) ଓଡ଼ିଶାର ଜଣେ ଅଗ୍ରଣି ସ୍ଵାଧୀନତା ସଂଗ୍ରାମୀ । ଆଦିବାସୀ ପାଇଁ ସେ '''ମାଲକାନାଗିରିର ଗାନ୍ଧି''' ଭାବେ ପ୍ରସିଦ୍ଧ ଥିଲେ । <ref name="Laxman Naik" /> ଲକ୍ଷ୍ମଣ ନାୟକ ୧୮୯୯ ମସିହା [[ନଭେମ୍ବର]] ୨୨ ତାରିଖରେ [[କୋରାପୁଟ ଜିଲ୍ଲା]]ର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । <ref>{{cite web|title=Birth Anniversary of Sahhed Laxman Nayak|url=http://www.odisha.gov.in/portal/LIWPL/event_archive/Events_Archives/120Saheed_Laxman_Nayak.pdf|accessdate=12 April 2016}}</ref> ଲକ୍ଷ୍ମଣ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ଓ ସାନଭାଇ ଧନ ଭୁମିୟା । ତାଙ୍କ ପିତା ପଦଲମ ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ଜୀବିକା । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ [[ଜୟପୁର, କୋରାପୁଟ|କୋରାପୁଟ]] ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦର ନିୟୁକ୍ତ କରିଥିଲେ । ଦାୟିତ୍ବଦାୟିତ୍ୱ ଥିଲା ତେନ୍ତୁଲିଗୁମା,ବେଜୁଣୀଗୁଡା,ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ ।
 
==ସଂକ୍ଷିପ୍ତ ବ୍ୟକ୍ତିଗତ ଜୀବନ ==
ନିକଟରେ କୌଣସି ବିଦ୍ୟାଳୟ ନ ଥିବାରୁ [[କୋଲାବ ନଦୀ]] କୁଳର ବାଲିପଠାକୁ ସିଲଟ ଭାବରେ ବ୍ୟବହାର କରି ପିତା ପଦଲମଙ୍କ ଠାରୁ ଅକ୍ଷର ଶିକ୍ଷା କରିଥିଲେ । ତେନ୍ତୁଲିଗୁମ୍ମାର ଲୋକମାନେ ଓଡ଼ିଆ,ପରଜା,ଗାଦବା ଭାଷା ମିଶାମିଶି ଦେଶୀୟ ଭାଷା କହୁଥିଲେ । ଲକ୍ଷ୍ମଣ ଉଭୟ ଦେଶୀୟ ଓ ଓଡ଼ିଆ ଭାଷା କହିପାରୁଥିଲେ । ୧୯ ବର୍ଷ ବୟସରେ ସାନଗୁମ୍ମାର ଘାସି ଭୁମିୟାନଙ୍କ କନ୍ୟା ମଙ୍ଗୁଳିଙ୍କୁ ବିବାହ କରିଥିଲେ । ସେ ଆଦିବାସୀମାନଙ୍କ ମଧ୍ୟରେ ପ୍ରଚଳିତ ଗୁଣିଆ ଓ ତିଶାରି ବୃତ୍ତିରେ ପାରଙ୍ଗମ ଥିଲେ । ଗୁଣିଆ ବୃତ୍ତି ହେଉଚି ଆଦିବାସୀ ମାନଙ୍କ ମଧ୍ୟରେ ଡାକ୍ତରୀ ବିଦ୍ୟା । ଜଣେ ଗୁଣିଆକୁ ବଣଜଙ୍ଗଲରୁ ଔଷଧୀୟ ସାମଗ୍ରୀ ସଂଗ୍ରହ କରିବା ସହ ଝାଡଣ,ଫୁଙ୍କଣ ଆଦି କରିବାକୁ ପଡେ । ତିଶାରି ବୃତ୍ତି ହେଉଚି ଦେବାରଧନା ବା ପୂଜକର ଦାୟିତ୍ବ । ୧୯୩୦ ମସିହାରେ ପିତା ପଦଲମ୍ ବୟସାଧିକ୍ୟ କାରଣରୁ ଅବସର ନେବାପରେ ଲକ୍ଷ୍ମଣଙ୍କୁ ମୁସ୍ତାଦାର୍ ଭାବରେ ନିୟୁକ୍ତି କରାଯାଇଥିଲା । ଏହାପରେ ସେ ଲକ୍ଷ୍ମଣ ଭୁମିୟା ରୁ ଲକ୍ଷ୍ମଣ ନାୟକ ଭାବରେ ପରିଚିତ ହୋଇଥିଲେ ।
 
==ସମୟସାମୟିକ ଆଦିବାସୀ ବିପ୍ଲବ==
୧୯୨୧ ମସିହାରେ [[ମହାତ୍ମାଗାନ୍ଧି]]ଙ୍କ ଡାକରାରେ [[ଅସହଯୋଗ ଆନ୍ଦୋଳନ]] ଆରମ୍ଭ ହୋଇଥିଲା ଓ ଏହାର ଦମନ ସ୍ବରୂପସ୍ୱରୂପ ବ୍ରିଟିଶ ସରକାର ନାନାଦି ଅତ୍ୟାଚାର ସହ ନୂତନ ଟିକସ ମାନ ଲାଗୁ କରିଥିଲେ । ଏହି ସମୟରେ ବିଭିନ୍ନ ସଶସ୍ତ୍ର ଆଦିବାସୀ ବିଦ୍ରୋହ ଦେଖାଯାଇଥିଲା । କୋରାପୁଟ ଜିଲ୍ଲାର ଗୁଣୁପୁର ,ରାୟଗଡାରେ “ଗୁମ୍ମା ଗରବା ମେଳି” ବା “ଗାଇବା ପିଲା ମେଳି ”ମେଳି” ସଂଘଟିତ ହେଇଥଲା । [[ପାରଳାଖେମୁଣ୍ଡି]] ଅଞ୍ଚଳର ମୁଠାଦାର ମାନେ ସରକାରଙ୍କ ବିରୁଦ୍ଧରେ ମେଳି କରିଥିଲେ । କୋରପୁଟକୁ ଲାଗି [[ମଧ୍ୟପ୍ରଦେଶ]] ( ବର୍ତମାନର [[ଛତିଶଗଡ଼]] )ରେ “ବସ୍ତର ମେଳି” ନାମରେ ବିପ୍ଲବ ହେଇଥିଲା । ଏହି ସମୟରେ [[ଆନ୍ଧ୍ରପ୍ରଦେଶ]]ରେ ଆଲୁରୀ ସୀତାରାମ ରାଜୁଙ୍କ ନେତୃତ୍ୱରେ ''ରମ୍ଫା ଫିତୁରୀ '' ବା ମେଳି ଅନ୍ୟତମ ମୁଖ୍ୟ ଘଟଣା । ଏହି ମେଳି ଆଦିବାସୀମାନଙ୍କ ମଧ୍ୟରେ ବହୁଳ ଭାବରେ ବନ୍ଧୁକର ବ୍ୟବହାର ପ୍ରସାର କରିଥିଲା । ଏହା ଲକ୍ଷ୍ମଣ ନାୟକଙ୍କ ସ୍ଥାନ ମାଲକାନିଗିରି ଓ ଆନ୍ଧ୍ରର ପର୍ବତ୍ୟାଞ୍ଚଳରେ ସଂଘଟିତ ହେଇଥିଲା । ଏହି ମେଳିରେ ଯୋଗଦାନ କରିଥିବା କକୁର୍କୋଣ୍ଡଆ ଗ୍ରାମର କୋୟା ୟୁବକ ଚନ୍ଦ୍ର କୁଟିୟାଙ୍କ ସଂସ୍ପର୍ଶରେ ଲକ୍ଷ୍ମଣ ଆସି ତାଙ୍କଠୁ ବନ୍ଧୁକ ଚାଳନା ଶିକ୍ଷା କରିବା ସହ ନିଜ ଅଞ୍ଚଳରେ ସଶସ୍ତ୍ର ବିପ୍ଲବ ନିମନ୍ତେ ପରିକଳ୍ପନା କରିଥିଲେ । ମାତ୍ର ପରବର୍ତ୍ତୀ ସମୟରେ ପରାସ୍ତ ସୀତାରାମ ରାଜୁଙ୍କ ଆତ୍ମସମର୍ପଣ ସହ ଏହି ବିପ୍ଲବ ଓ ଯୋଜନାର ଅବସାନ ଘଟିଥିଲା ।
 
== ସ୍ବାଧିନତାସ୍ୱାଧିନତା ସଂଗ୍ରାମ ==
୧୯୩୬ ମସିହା [[ଅପ୍ରେଲ]] ୧ ତାରିଖରେ ଓଡ଼ିଶା ଏକ ସ୍ବତନ୍ତ୍ର ପ୍ରଦେଶ ରୂପରେ ଆତ୍ମପ୍ରକାଶ କରିଥିଲା । [[ସାର ଜନ ଅଷ୍ଟିନ ହବାକ]] ହେଲେ ଓଡ଼ିଶାର ପ୍ରଥମ ଗଭର୍ଣ୍ଣର। ଏକଦା ତାଙ୍କ କୋରାପୁଟ ଗସ୍ତ ସମୟରେ ତାଙ୍କ ପ୍ରତିନିଧି ଭାବରେ ତତ୍କାଳିନ ଜୟପୁର ରାଜା ସମସ୍ତ ସୁଖସୁବିଧାର ଆୟୋଜନ କରିଥିଲେ । ମାତ୍ର ଏଥି ନିମନ୍ତେ ଆଦିବାସୀଙ୍କୁ ବହୁମୂଲ୍ୟ ଦେବାକୁ ପଡ଼ିଥିଲା । ସମସ୍ତ ପ୍ରକାରର ଉପଲବ୍ଧ ଉତ୍ତମ ଖାଦ୍ୟଦ୍ରବ୍ୟ ବିନାମୂଲ୍ୟରେ ସରକାରଙ୍କୁ ଦେବାସହ ସାହେବଙ୍କ ସେବାନିମନ୍ତେ ବେଠି ଖଟିବାକୁ ପଡ଼ିଥିଲା । ପ୍ରତିବାଦର ପରିଣାମ ଥିଲା ରାଜଦଣ୍ଡ । ସାହେବ ଓ ତାଙ୍କ ଅମଲାମାନଙ୍କର ଏ ଅତ୍ୟାଚରରେ ବିଚଳିତ ଲକ୍ଷ୍ମଣ ନାୟକ ନିଜ ଲୋକଙ୍କ ଦୂରବସ୍ଥା ବିଷୟରେ ତତ୍କାଲିନ ଘୁମର ଗ୍ରାମ ପଞ୍ଚାୟତର କଂଗ୍ରେସ ସଭାପତି ନିଳକଣ୍ଠ ପାତ୍ରଙ୍କୁ ଜଣାଇଥିଲେ । ନିଳକଣ୍ଠ ପାତ୍ର ଆଦିବାସୀମାନେ ହରାଇଥିବା ସମସ୍ତ ସମ୍ପତିର ତାଲିକା ପ୍ରସ୍ତୁତ କରି ଜୟପୁରର ରାଧାକୃଷ୍ଣ ବିଶ୍ବାସରାୟଙ୍କବିଶ୍ୱାସରାୟଙ୍କ ନିକଟକୁ ଯାଇଥିଲେ ଓ ସେ ଏ ସମ୍ବାଦକୁ ଖବର କାଗଜରେ ପ୍ରକାଶ କରିବା ପରେ ତୀବ୍ର ପ୍ରତିକିୟା ପ୍ରକାଶ ପାଇଥିଲା । ପରିଣାମ ସ୍ବରୂପ ଇଂରେଜ ସରକାର ଲୋକମାନଙ୍କ ଠାରୁ ନିଆଯାଇଥିବା ଜିନିଷର ମୂଲ୍ୟ ଫେରାଇଥିଲେ । ଏହି ଘଟଣା ଫଳରେ ଲକ୍ଷ୍ମଣ ନାୟକଙ୍କ ମନରେ ଅହିଂସା ଓ ତତ୍କାଲିନ କଂଗ୍ରେସ ଉପରେ ବିଶ୍ବାସବିଶ୍ୱାସ ଜନ୍ମିଥିଲା । ୧୯୩୭-୩୮ ରେ ରାଧାକୃଷ୍ଣ ବିଶ୍ବାସରାୟବିଶ୍ୱାସରାୟ ଜୟପୁର ନିକଟସ୍ଥ ନୂଆପୁଟରେ ଖୋଲିଥିବା ତାଲିମ ଶିବିରରେ ଯୋଗଦାନ କରି ମହାତ୍ମାଗାନ୍ଧିଙ୍କ ଦର୍ଶିତ ଆଦର୍ଶ ନୀତି ଓ ଶୃଙ୍ଖଳିତ ଜୀବନଯାପନ ବିଷୟରେ ଶିକ୍ଷା ଲାଭ କରିଥିଲେ ।
==ସଂଗ୍ରାମୀ ଜୀବନ==
ତାଲିମ ଶିବିରରୁ ଫେରି ଲକ୍ଷ୍ମଣ କୋରାପୁଟରେ ଖଦୀ ଓ ଅହିଂସାର ପ୍ରଚାର ଓ ପ୍ରସାରରେ ଯୋଗ ଦେଇଥିଲେ । ପଶୁବଳିକୁ ବିରୋଧ କରିବା ସହ ନିଜର ତିଶାରି ବୃତ୍ତିରେ ଆଉ ପଶୁବଳି ଦେଇନଥିଲେ । ଲକ୍ଷ୍ମଣ ଗାଁ କୁ ଗାଁ ବୁଲି ଲୋକଙ୍କୁ ନିର୍ଭିକ ହେବା ସହ ସରକାରଙ୍କୁ ଟିକସ ନ ଦେବା ଅହିଂସା ମାର୍ଗରେ ପରିଚାଳିତ ହେବା ମଦ୍ୟ ତ୍ୟାଗ କରିବା ସହ ଏକ ଶୃଙ୍ଖଳିତ ଜୀବନ ଧାରଣ ନିମନ୍ତେ ବାର୍ତ୍ତା ପ୍ରଚାର କରୁଥିଲେ । <ref name="Saheed Laxman">{{cite web|title=Saheed Laxman Nayak|url=http://creativeodisha.com/AboutOdisha/View-Eminent-Personalities/Laxman-Nayak|work=creativeodisha.com|accessdate=12 April 2016}}</ref> ତାଙ୍କର ପ୍ରଧାନ ସହାୟକ ମଧ୍ୟରେ ବଲରାମ ସିଂ ପୁଜାରୀ,ମୋତିରାମ ସିଂ ପୁଜାରୀ ,ବନସିଂ ପୁଜାରୀ,କୃଷ୍ଣଚନ୍ଦ୍ର ବିଶୋଇ ପ୍ରମୁଖ ଥିଲେ । କୃଷ୍ଣଚନ୍ଦ୍ର ସାକ୍ଷରତା ଅଭିଯାନରେ ସାହାଯ୍ୟ କରି କୋରାପୁଟର ଉଦୟଗିରି ଠାରେ ଏକ ସ୍କୁଲ ଖୋଲିଥିଲେ । ଏକ ମୁସ୍ତାଦା ହୋଇ ମଧ୍ୟ ଲୋକଙ୍କୁ କର ନ ଦେବା ପାଇ କହିବାର ପରିଣାମ ସ୍ବରୂପସ୍ୱରୂପ ଲକ୍ଷ୍ମଣଙ୍କୁ ରାଜଦ୍ରୋହୀ ବା ଫିତୁରିଦାର୍ (ଅର୍ଥାତ ରାଜାଙ୍କୁ ବିରୁଦ୍ଧ କରୁଥିବା ମେଳିର ସର୍ଦ୍ଦାର ) ଘୋଷଣା କରି ତାଙ୍କ ଠାରୁ ସରକାରଙ୍କ ତରଫରୁ ଦିଆଯାଇଥିବା ପଦବୀ ଓ ଚାଷ ଜମି ଛଡାଇ ନିଆଯାଇଥିଲା ।
 
[[ଦ୍ଵିତୀୟ ବିଶ୍ଵଯୁଦ୍ଧ]] ସମୟରେ ମହାତ୍ମାଗାନ୍ଧିଙ୍କ ଆହ୍ବାନରେଆହ୍ୱାନରେ ବ୍ୟକ୍ତିଗତ ସତ୍ୟାଗ୍ରହରେ ଅଂଶଗ୍ରହଣ କରି ଜେଲଦଣ୍ଡ ପାଇଥିଲେ । ୧୯୪୨ ମସିହା ଅଗଷ୍ଟ ୯ ବମ୍ବେ ଅଧିବେଶନରେ କଂଗ୍ରେସ ବ୍ରିଟିଶ ସରକାର ଭାରତ ଛାଡ ପ୍ରସ୍ତାବ ପାଶ କରିଥିଲା । ଏହା ପରେ ବ୍ରିଟିଶ ସରକାର କଂଗ୍ରେସକୁ ବେଆଇନ ଘୋଷଣା କରିଥିଲା । ଗୁପ୍ତରେ ଏହି ସମ୍ବାଦ ପାଇବା ପରେ ଲକ୍ଷ୍ମଣ ନାୟକ ବଲରାମ ପୁଜାରୀଙ୍କ ଦ୍ବାରାଦ୍ୱାରା ଜୟପୁରରୁ ଆସିଥିବା ନିର୍ଦ୍ଦେଶଗୁଡିକୁ ଆଦିବାସୀ ଭାଷାରେ ଅନୁବାଦ କରାଇ ( “କର ବା ମର” କୁ “ତୋର୍ ବୁତା ତୁଇ କର୍ , ନ ପାରିଲେ ମର୍”) ଗାଁ ଗାଁ ବୁଲି ଲୋକମାନଙ୍କୁ ସତ୍ୟାଗ୍ରହ ଓ ସ୍ବାଧିନତାସ୍ୱାଧିନତା ନିମନ୍ତେ ଅହିଂସା ଲଢେଇର ବାର୍ତ୍ତା ପ୍ରଚାର କରିଥିଲେ ।
 
==ମାତିଲି ଥାନା ଗୁଳିକାଣ୍ଡ==
୪୪ କ ଧାଡ଼ି:
 
==ଶେଷଜୀବନ==
ବିଚାର ପରେ ତାଙ୍କୁ କୋରାପୁଟ ଜେଲରୁ [[ବ୍ରହ୍ମପୁର]] ଜେଲକୁ ସ୍ଥାନାନ୍ତରିତ କରାଯାଇଥିଲା । ସେଠାରେ ଥିବା ଅନ୍ୟ ପ୍ରମୁଖ ସ୍ବାଧିନତାସ୍ୱାଧିନତା ସଂଗ୍ରାମୀଙ୍କ ପ୍ରଚେଷ୍ଟାରେ [[ପାଟନା]] ହାଇକୋର୍ଟରେ ଅପିଲ କରାଯାଇଥିଲେ ମଧ୍ୟ ତାହା ଖାରଜ ହେଇଯାଇଥିଲା । ୧୯୪୩ ମସିହା ମାର୍ଚ୍ଚ ୨୯ ତାରିଖରେ ତାଙ୍କୁ ଫାଶୀ ଦିଆଯାଇଥିଲା ।<ref name="Laxman Naik">{{cite web|title=Life History of Orissa Tribal Hero Laxman Naik|url=http://www.orissaspider.com/resources/3418-Martyr-Laxman-Naik-The-true-Tribal-Hero.aspx|work=www.orissaspider.com|accessdate=12 April 2016}}</ref>
 
==ଆଧାର==