"କୃଷ୍ଣ ଜନ୍ମାଷ୍ଟମୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (-ଗୁଜୁରାଟ +ଗୁଜରାଟ)
୩୩ କ ଧାଡ଼ି:
 
== ପୌରାଣିକ ==
ଦ୍ଵାପର ଯୁଗରେ ପ୍ରବଳ ପ୍ରତାପୀ [[କଂସ]]କୁ ବଧ କରିବା ନିମନ୍ତେ ମାନବ ରୂପରେ ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଧରାବତରଣ କରିଥିଲେ ଭଗବାନ ବିଷ୍ଣୁ । ଏହା ଥିଲା ତାଙ୍କର ଶ୍ରୀକୃଷ୍ଣ ଅବତାର । କଂସ ଦ୍ଵାରା ବନ୍ଦୀ ଭଗ୍ନୀ ଦେବକୀଙ୍କ ଗର୍ଭରୁ ବନ୍ଦିଶାଳାରେ ଅର୍ଧ ରାତ୍ରୀରେ ରୋହିଣୀ ନକ୍ଷତ୍ର- ବୃଷରାଶିର ସଂଯୋଗ ସମୟରେ କୃଷ୍ଣ ଜନ୍ମ ଲାଭ କରିଥିଲେ । ବନ୍ଦିଶାଳାରେ ମାତା-ପିତାଙ୍କୁ ଶ୍ରୀକୃଷ୍ଣ ଜଣାଇଥିଲେ ତାଙ୍କର ଧରାବତରଣ ଉଦ୍ଦେଶ୍ୟ । ସେ ଦୁଷ୍ଟ ଶକ୍ତିର ବିନାଶ ଓ ଧର୍ମ ପ୍ରତିଷ୍ଠା ନିମନ୍ତେ ମାନବ ରୂପ ଧାରଣ କରିଛନ୍ତି ଏବଂ ତାଙ୍କର ମାନବ ଲୀଳା ହିଁ ପୃଥିବୀରୁ ସମସ୍ତ ପ୍ରକାର କଳୁଷ ନାଶ କରିପାରିବ । ପୃଥିବୀକୁ କଂସର ଅତ୍ୟାଚାରରୁ ମୁକ୍ତ କରିବା ନିମନ୍ତେ [[ବ୍ରହ୍ମା]]ଙ୍କ ସହ ଦେବଗଣଙ୍କ ଅନୁରୋଧ ରକ୍ଷାକରି ସେ ଜନ୍ମ ନେଇଛନ୍ତି । ଗୋପରେ ନନ୍ଦରାଜାଙ୍କ ଘରେ ବାଲ୍ୟ ଲୀଳା କରିବେ । ରାକ୍ଷସ ନିପାତ ପାଇଁ ତାଙ୍କୁ ନନ୍ଦରାଜାଙ୍କ ଘରେ ରହିବାକୁ ପଡ଼ିବ, ତେଣୁ ସେଠାରେ ଜନ୍ମ ନେଇଥିବା ବିଜୁଳୀ କନ୍ୟାକୁ ବନ୍ଦୀଶାଳାକୁ ଆଣି ତାଙ୍କୁ ନେଇ ଗୋପପୁରରେ ନନ୍ଦରାଜାଙ୍କ ଘରେ ସମସ୍ତଙ୍କ ଅଗୋଚରରେ ଥୋଇଦେଇ ଆସିବାକୁ ପିତାଙ୍କୁ କହିଲେ । ପରଂବ୍ରହ୍ମଙ୍କ ଆଜ୍ଞାକୁ ମାନି ପିତା [[ବସୁଦେବ]] ନବଜାତ ପୁତ୍ରକୁ କୋଳରେ ଧରି ଅନ୍ଧାର ରତିରେ ବାହାରିଲେ । [[ଜଗନ୍ନାଥ ଦାସ]]ଙ୍କ ଭାଗବତରେ ବର୍ଣ୍ଣିତ କଥାମୃତ ଅନୁଯାୟୀ ବନ୍ଦିଶାଳା ଦିବ୍ୟ ଆଲୋକରେ ଆଲୋକିତ ହେଇଗଲା, ବସୁଦେବଙ୍କ ଗୋଡ଼ରୁ ବେଡ଼ି ଖୋଲିଗଲା ଏବଂ ବନ୍ଦିଶାଳାର ଦ୍ଵାର ମଧ୍ୟ ଆପେଆପେ ଖୋଲିଗଲା।ପ୍ରବଳ ବର୍ଷା ସାଙ୍ଗକୁ ଅନ୍ଧାର ରାତିରେ ବସୁଦେବ ପୁତ୍ରକୁ ନେଇ ଉଛୁଳି ଉଠୁଥିବା [[ଯମୁନା ନଦୀ]] ପାର ହେଇ ଗୋପପୁର ଗଲେ । ପ୍ରଭୁ ବର୍ଷାରେ ତିନ୍ତି ଯାଉଥିବାରୁ ବାଟରେ ନାଗରାଜା ଅନନ୍ତ ବାସୁକି ନିଜର ବିଶାଳ ଫଣା ଢାଙ୍କି ଚାଲିଲେ।ସବୁ ବାଧାବିଘ୍ନ ଅତିକ୍ରମ କରି ଶ୍ରୀକୃଷ୍ଣଙ୍କୁ ନେଇ ନନ୍ଦଘରେ ଛାଡିଥିଲେ ବସୁଦେବ । ପ୍ରଭୁ ଶ୍ରୀକୃଷ୍ଣଙ୍କ ଏହି ପବିତ୍ର ଜନ୍ମ ଦିନକୁ ଜନ୍ମାଷ୍ଟମୀ ଭାବେ ପାଳନ କରାଯାଏ ।
 
== ଓଡ଼ିଶାରେ ==