"ମହାଳୟା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୪ କ ଧାଡ଼ି:
ହିନ୍ଦୁ ଧାର୍ମିକ ପରଂପରାରେ ପିତୃପୁରୁଷଙ୍କ ପାଇଁ ପାଳନ କରାଯାଉଥିବା ବିଭିନ୍ନ ଶ୍ରାଦ୍ଧ କର୍ମ ମଧ୍ୟରେ ମହାଳୟା ଶ୍ରେଷ୍ଠତମ । ଏହି ଅବସରରେ ପିତୃ ପକ୍ଷରେ ଯେକୌଣସି ଦିନ ନିଜର ସାଧ୍ୟ ମତେ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଓ ବ୍ରାହ୍ମଣ ଭୋଜନ ଦିଆଯାଏ । ଏହା ଦ୍ବାରା ପୁଣ୍ୟ ଲାଭ ଏବଂ ବଂଶର ଉତ୍ତର ପିଢ଼ିର ସକଳ ଉନ୍ନତି ହେଉଥିବା ବିଶ୍ବାସ କରାଯାଏ । କିମ୍ବଦନ୍ତି କହେ, ମହାଦାନୀ କର୍ଣ୍ଣଙ୍କର ଦାତାପଣିଆର ପୁରସ୍କାର ସ୍ଵରୂପ ଯମପୁରରେ ତାଙ୍କୁ ସୁନା, ରୁପା ମିଳିଥିଲା । ହେଲେ, ଖାଦ୍ୟ ଦିଆଯାଇ ନ ଥିଲା । କାରଣ, ଜୀବିତାବସ୍ଥାରେ ସେ କେବେ ଅନ୍ନଦାନ କରି ନ ଥିଲେ । ଯମରାଜଙ୍କୁ ପ୍ରାର୍ଥନା କରି ସେ ଚଉଦ ଦିନ ପାଇଁ ମର୍ତ୍ତ୍ୟକୁ ଆସି ବ୍ରାହ୍ମଣ ତଥା ଗରିବମାନଙ୍କୁ ଅନ୍ନଦାନ ଦେଇଥିଲେ । ଯମପୁର ଫେରିବା ପରେ ତାଙ୍କୁ ଆଉ ଅନ୍ନରୁ ବଞ୍ଚିତ କରାଯାଇ ନ ଥିଲା । ମର୍ତ୍ତ୍ୟଲୋକରେ କର୍ଣ୍ଣ କଟାଇଥିବା ସେହି ଚଉଦ ଦିନ ଥିଲା ପିତୃ ପକ୍ଷ ।<ref name=Sambadepaper>{{cite news|title=ମହାଳୟା|url=http://sambadepaper.com/Details.aspx?id=200820&boxid=23249897|accessdate=12 October 2015|newspaper=Sambad|date=12 October 2015}}</ref>
 
==ବିଭିନ୍ନ ସ୍ଥାନରେ ପାଳନ===
===ପୁରୀ===
ବଡ଼ ଦେଉଳରେ ଦିନ ତମାମ ବାଇଶି ପାହାଚରେ ପିଣ୍ଡଦାନ କର୍ମ ହୁଏ ।
===ପଶ୍ଚିମ ଓଡ଼ିଶା===
ଜଗନ୍ନାଥଙ୍କ ପରି ଦଶହରା ସମୟରେ ମା ସମଲେଶ୍ଵରୀଙ୍କ ବିଭିନ୍ନ ବେଶ ଅନୁଷ୍ଠିତ ହୁଏ । ଯାହା ମହାଳୟା ତିଥିରୁ ଧବଳମୁଖୀ ବେଶରୁ ଆରମ୍ଭ ହୁଏ । ଦେବୀଙ୍କ ଏହି ଅଲୌକିକ ବେଶକୁ ଦର୍ଶନ କଲେ ଗଙ୍ଗାସ୍ନାନର ଫଳ ମିଳେ ବୋଲି ବିଶ୍ବାସ ରହିଛି । ଦଶହରା ମାସ ପିତୃପକ୍ଷରେ ପରଲୋକଗତ ପିତୃପୁରୁଷଙ୍କୁ ପିଣ୍ଡପ୍ରଦାନ ପରେ ଗଙ୍ଗାସ୍ନାନ ବିଧି ରହିଥିବାରୁ ପଶ୍ଚିମ ଓଡ଼ିଶାର ଲୋକେ ବିକଳ୍ପ ସଦୃଶ୍ଯ ଦେବୀ ସମଲେଶ୍ବରୀଙ୍କ ଧବଳମୁଖୀବେଶ ଦର୍ଶନ କରିଥାଆନ୍ତି ।
"https://or.wikipedia.org/wiki/ମହାଳୟା"ରୁ ଅଣାଯାଇଅଛି