"ଫକୀର ମୋହନ ସେନାପତି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୧୯ କ ଧାଡ଼ି:
== '''ଜୀବନ କାଳ''' ==
=== ପିଲାବେଳ ===
୧୪ ଜାନୁଆରୀ ୧୮୪୩ ରେ ଅବିଭକ୍ତ ବାଲେଶ୍ୱର ଜିଲ୍ଲାର ମଲ୍ଲିକାଶପୁର ଗ୍ରାମର ଏକ ଖଣ୍ଡାୟତ ପରିବାରରେ ଫକୀରମୋହନଙ୍କ ଜନ୍ମ । ତାଙ୍କୁ ଏକ ବର୍ଷ ପାଞ୍ଚ ମାସ ବୟସ ବେଳେ ତାଙ୍କ ପିତା ଲକ୍ଷ୍ମଣ ଚରଣ ସେନାପତିଙ୍କର ମୃତ୍ୟୁ ଘଟିଲା । ଏହାର ମାତ୍ର ୧୪ ମାସ ପରେ ତାଙ୍କ ମାତା ତୁଳସୀ ଦେବୀ ସେନାପତି ମଧ୍ୟ ଈହଧାମ ତ୍ୟାଗ କରିଥିଲେ । ବାଲ୍ୟକାଳରୁ ତାଙ୍କର ଲାଳନପାଳନ ଭାର ତାଙ୍କର ଜେଜେମା’ଜେଜେମା ସମ୍ଭାଳିଥିଲେ ।<ref name="ଫକୀର ମୋହ‌ନ ସେନପତି ଜୀବନୀ"></ref>
 
ଫକୀରମୋହନଙ୍କ ପ୍ରକୃତ ନାମ ଥିଲା ବ୍ରଜମୋହନ । ବାଲ୍ୟକାଳରେ ସେ ପ୍ରାୟତଃ ଅସୁସ୍ଥ ରହୁଥିବାରୁ ତାଙ୍କ ଜେଜେ ତାଙ୍କୁ ଫକୀରମାନଙ୍କ ପାଖକୁ ନେଇଯାଉଥିଲେ । ସେହି ଫକୀରମାନଙ୍କ ସମ୍ମାନାର୍ଥେ ତାଙ୍କ ଜେଜେମା’ ତାଙ୍କ ନାଁ ବଦଳାଇ କରିଦେଲେ ଫକୀରମୋହନ ।