"ମାଣବସା ଗୁରୁବାର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୩୯ କ ଧାଡ଼ି:
[[ଫାଇଲ:Gurubara Jhoti.jpg|thumb|ଗୁରୁବାରରେ କରାଯାଇଥିବା ଝୋଟି । ଏହି ଚିତାକୁ 'ତ୍ରିଶାଖା ଗୁଚ୍ଛ' କୁହାଯାଏ ।]]
ମାଣବସା ଗୁରୁବାର ଓଷା ପୂର୍ବଦିନ ରାତିରେ ଗୃହିଣୀମାନେ ଘରଦ୍ଵାର ଲିପାପୋଛା କରି [[ଝୋଟି]]ଚିତା ପକାଇଥାନ୍ତି । ଗୁରୁବାର ଦିନ ବଡ଼ିଭୋରରୁ ଉଠି ନାରୀମାନେ ସ୍ନାନାଦି କାର୍ଯ୍ୟ ସାରି ଲକ୍ଷ୍ମୀଙ୍କ ପୂଜା ଆରମ୍ଭ କରିଥାନ୍ତି । ଗାଁମାନଙ୍କରେ ମହିଳାମାନେ ମାଟିଘରକୁ ଗୋବରରେ ଲିପାପୋଛା କରି ନୂତନ ଚାଉଳର ପିଠଉରେ ଝୋଟି ଏବଂ ଲକ୍ଷ୍ମୀପାଦରେ ଆଙ୍କନ୍ତି । ଘରର ପ୍ରତ୍ୟକ ଦୁଆର ଅଗଣା କାନ୍ଥ ଓ ଚାରିପାଖ ଝୋଟି ଚିତା ଦ୍ୱାରା ସଜାଯାଇଥାଏ । ମାଣ [[ଖଟୁଲି]] ଉପରେ ଏକ ନୂଆ ମାଣରେ ଧଳାଧାନ ଭରି ରଖାଯାଏ ।<ref name="Behera1997">{{cite book|author=Jyoshnarani Behera|title=Political Socialization of Women: A Study of Teenager Girls|url=http://books.google.com/books?id=UJr97JZXJPcC&pg=PA77|year=1997|publisher=Atlantic Publishers & Dist|isbn=978-81-85495-21-7|pages=77–}}</ref> ହଳଦୀ ଓ ଗୁଗୁଳ ବାଟି ମାଣର ଉପରପାଶ୍ୱର୍ରେ ଲେପ ଦିଆଯାଏ ଯାହାଏକ ମୁହଁର ରୂପ ନେଇଥାଏ । ସେଥିରେ କଉଡିକୁ ଆଖିଭାବେ ବ୍ୟବାରକରି ନିଜର ସୃଜନ ଶୈଳିଦ୍ୱାରା ମାଣକୁ ଏକ ସୁନ୍ଦର ମୁହଁର ରୂପ ଦେଇ ଖଟୁଲିରେ ରଖି ତା ଉପରେ ଧାନର ମେଣ୍ଟାକୁ ରଖାଯାଏ । ନାଲିଛିଟ ଓ ସୁନ୍ଦର ପାଟକନାରେ ଓଢଣୀ ଦେଇ ଏହାକୁ ଏକ ନବ ବଧୂର ରୂପ ସଦୃଶ କରାଯାଏ । କେହି କେହି ମାଣକୁ କାରିଗର ଦ୍ୱାରା ଗଢାଇ ସୋଲ ଓ ଅନ୍ୟାନ୍ୟ ଦ୍ରବ୍ୟରେ ସେଥିରେ ଆଖି, ନାକ, କାନ ସୁନ୍ଦର ଭାବେ ଗଢାଇ ପୂଜା କରିଥାନ୍ତି । ମା’ଲକ୍ଷ୍ମୀଙ୍କର ଖଟୁଲି ବା ଆସ୍ଥାନ ଚାରିପଟେ ଷୋଳ ପାଖୁଡା ବିଶିଷ୍ଟ ଦିବ୍ୟ, ପଦ୍ମ ଅଙ୍କନ କରାଯାଇଥାଏ । ଘରର ଚତୁଃପାଶ୍ୱର୍ରୁ ମା’ଙ୍କର ପଦ୍ମ ପାଦର ଚିତା ଆସ୍ଥାନ ପର୍ଯ୍ୟନ୍ତ ଅଙ୍କାଯାଏ । କେହି କେହି ଗବପତ୍ର, ଗୟାତୁଳସୀ, କଳାପାତି, ସିନ୍ଦର ଫରୁଆ, ପିତ୍ତଳମୂର୍ତ୍ତି ଇତ୍ୟାଦି ମଧ୍ୟ ରଖିଥାନ୍ତି । ଧାନଖଳାକୁ ମଧ୍ୟ ସେଦିନ ଝୋଟିଚିତାରେ ଚିତ୍ରିତ କରାଯାଇଥାଏ । ଲକ୍ଷ୍ମୀଙ୍କର ସ୍ଥାପନା ପାଇଁ ଠାକୁରଘରର ଏକ ସ୍ଵତନ୍ତ୍ର ସ୍ଥାନ ନିରୂପଣ କରାଯାଏ । ପୂଜାସ୍ଥାନରେ ପିଠଉରେ କୋଠି କରି ଷୋହଳ ପାଖୁଡା ପଦ୍ମଫୁଲ ଅଙ୍କାଯାଏ । ପୂଜା ପାଇଁ ପୂର୍ବରୁ ପ୍ରସ୍ତୁତ କରି ରଖାଯାଇଥାଏ ଅମଳ ହୋଇଥିବା ଶୁକ୍ଳଧାନ , ମାଣ, ଗୁଆ, କଉଡି, ନଡିଆ, ଦୁବ, ବରକୋଳି ପତ୍ର, ସିନ୍ଦୂର, ଧୂପଦୀପ ଓ ନୈବେଦ୍ୟ । ମାଣ ବସାଇବା ପୂର୍ବରୁ ସେହିମାଣକୁ ହଳଦୀ ପାଣିରେ ଧୋଇ ଖରାରେ ଶୁଖିଯିବା ପରେ ସିନ୍ଦୂର ବୋଳାଯାଏ । ପ୍ରଥମେ ଏକ ଖଟୁଲିରେ କିଛି ନୂଆଧାନ ରଖାଯାଏ । ସିନ୍ଦୂର ବୋଳାଯାଇଥିବା [[ଓଡ଼ିଶାର ମାପ ବ୍ୟବସ୍ଥା|ମାଣ ବା ଗଉଣୀ]]କୁ ଲକ୍ଷ୍ମୀ ଦେବୀଙ୍କର ପ୍ରତୀକ ସ୍ଵରୂପ ନୂଆ ଧଳାଧାନରେ ପୂର୍ଣ୍ଣକରି ତା' ଉପରେ ଗୁଆ ରଖାଯାଏ । ସେହି ମାଣକୁ ଖଟୁଲି ଉପରେ ବସାଇ ତା'ଉପରେ ଧାନବେଣୀ ରଖି ନୂତନ ପାଟଲୁଗାର ଓଢ଼ଣୀ ଢଙ୍କାଯାଏ । ଲକ୍ଷ୍ମୀଙ୍କୁ ଏକ ନବବଧୂ ବେଶରେ ସଜାଯାଇ ଚନ୍ଦନ ସିନ୍ଦୂର ଆଦି ଦେଇ ସ୍ଥାପନା କରାଯାଏ । ବିଧି ଅନୁଯାୟୀ ଖଟୁଲି ଉପରେ ଲକ୍ଷ୍ମୀଙ୍କର କାଠରେ ନିର୍ମିତ ପ୍ରତିମା, ପାନିଆଁ, ଆଇନା, କଜ୍ଜଳ ଏବଂ ଖଟୁଲି ପାଖରେ ଆଖୁ, ମୂଳା ନିକଟରେ ରଖାଯାଇଥାଏ ।<ref name=ov/>
[[ଫାଇଲ:Manabasa Gurubara 2.jpg|thumb|ଲକ୍ଷ୍ମୀ ପୂଜା ]]
 
== ଭୋଗ ==