"ମାଣବସା ଗୁରୁବାର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୪୨ କ ଧାଡ଼ି:
 
== ଭୋଗ ==
[[ଫାଇଲ:Manabasa Gurubara Puja 03.jpg|thumb|ଡାହାଣ|ଲକ୍ଷ୍ମୀଙ୍କୁ ଅର୍ପିତ ଭୋଗ]]
ପୂଜା କାଳରେ ଧୂପ, ଦୀପ ଓ ନୈବେଦ୍ୟ ଆଦି ଅର୍ପଣ କରାଯାଏ ଲକ୍ଷ୍ମୀଙ୍କ ପାଖରେ । ପିଠାପଣା ଓ ଫଳମୂଳ ଭୋଗ ([[କଦଳୀ]], ଛେନା, [[ନଡ଼ିଆ]], ଗୁଡ଼, ଗୋଲମରିଚ ଓ ଅନ୍ୟାନ୍ୟ ଫଳ ) ଲକ୍ଷ୍ମୀଙ୍କ ପାଖରେ ଲଗାଯାଏ ।<ref>{{cite web |url= http://www.traveladda.com/east_india/orissa/fairs_and_festivals/lakshmi_puja.html |title=Orissa Lakshmi Puja, Lakshmi Puja in Orissa, Manabasa Gurubar in orissa |first= |last=|work=traveladda.com |quote=the floors are bedecked with stunning floral designs. These unique designs are known as Jhoti. |accessdate=6 December 2012}}</ref> ଏଥି ସହିତ [[ମଣ୍ଡା ପିଠା]] ତିଆରି କରାଯାଇ ଭୋଗ ଦିଆଯାଇଥାଏ । ବିଭିନ୍ନ ପାଳିରେ ଭିନ୍ନ ଭିନ୍ନ ପିଠାପଣା ପ୍ରସ୍ତୁତ କରି ଲକ୍ଷ୍ମୀଙ୍କୁ ପାଖରେ ଲାଗି କରାଯାଇଥାଏ । ଲକ୍ଷ୍ମୀଙ୍କୁ ଧୂପ, ଦୀପ, ନେବେଦ୍ୟ ସହ ବାଳଭୋଗରେ ଛୋନା, ଗୁଡ଼, ନଡ଼ିଆ, କଦଳୀକୁ ଚକଟି ଭୋଗ ଲଗାଯାଏ । ୩ ଧୂପ ମଧ୍ୟରୁ ଏହାକୁ ବାଳଧୂପ କୁହାଯାଏ । ଏହାପରେ ମଧ୍ୟାହ୍ନ ଧୂପପାଇଁ ପ୍ରସ୍ତୁତି ଆରମ୍ଭ ହୁଏ । ମଧ୍ୟାହ୍ନରେ ଶଙ୍କୁଡ଼ି ଧୂପରେ ଲାଗିହେବା ପାଇଁ ଖିରି ବା ତରଣ, ଚକୁଳିପିଠା, ତରକାରି ଇତ୍ୟାଦି ପ୍ରସ୍ତୁତ କରାଯାଇ ଶ୍ରଦ୍ଧାର ସହ ଭୋଗ ଲଗାଯାଏ । ମଧ୍ୟାହ୍ନ ଭୋଗପରେ ମା’ଙ୍କ ସମ୍ମୁଖରେ ଲକ୍ଷ୍ମୀ ପୁରାଣ ବୋଲାଯାଏ । ଏହି ଭୋଗ ଘରର ପ୍ରତ୍ୟେକ ସଦସ୍ୟ ଖାଇଥାନ୍ତି । ଏହିଭୋଗକୁ ପରିବାର ଛଡ଼ା ଅନ୍ୟ କାହାକୁ ନଦେବାର ନିୟମ ଅଛି । ଗୋଧୂଳି ସମୟରେ ସନ୍ଧ୍ୟା ଧୂପରେ ଆଉଥରେ ବାଳଧୂପପରି ଭୋଗ ଲଗାଯାଇ ସଧ୍ୟା ପୂଜା କରାଯାଏ । ୨ୟ ଗୁରୁବାରରେ [[ଚିତଉ]]ପିଠା, [[ଦହିକାଲୁଆ]], ୩ୟରେ [[ଖେଚୁଡ଼ି]]-[[ଡାଲମା]] ଏବଂ ୪ର୍ଥରେ [[ମଣ୍ଡା ପିଠା]] ଭୋଗ ଲାଗି ହୋଇଥାଏ।