"ମାଣବସା ଗୁରୁବାର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୩୫ କ ଧାଡ଼ି:
== ବିଧି ==
[[ଫାଇଲ:Dhana Menta.JPG|thumb|"ଧାନ ମେଣ୍ଟା" ବା "ଧାନ ଗହଣି"]]
[[ଫାଇଲ:Manabasa Gurubara 2Puja 04.jpg|thumb|ଡାହାଣ|ଲକ୍ଷ୍ମୀ ପୂଜାସାଆନ୍ତାଣୀଙ୍କ ପୂଜାର୍ଚ୍ଚନା]]
[[ଫାଇଲ:Manabasa Gurubara Puja 02.jpg|thumb|ଡାହାଣ|ଝୋଟି]]
[[ଫାଇଲ:Preparations for Manabasa Gurubara 01.jpg|thumb|ଡାହାଣ|ଚାଉଳ ବଟାରେ ଝୋଟି ଚିତା କାଟିବା]]
ମାର୍ଗଶିର ମାସରେ ପ୍ରଥମ ଧାନ ଅମଳ ଆରମ୍ଭ ହୁଏ । ଚାଷୀ ତା’ ର ଖଳାକୁ ଧାନହଳା ଆଣିଥାଏ । ଧାନ ଅମଳ କରି ଘରକୁ ଆଣିବା ଆଗରୁ ତା'ର ଘରଣୀ ଏଥିରୁ ଧଳାଧାନର ଶିଶା ବାଛି ବାହାର କରିଥାଏ। ଏହି ଧାନର ଶିଶାରେ ବେଣୀ ବାନ୍ଧି ମେଣ୍ଟିବା ମେଣ୍ଟା ପ୍ରସ୍ତୁତ କରି ଏହାକୁ ଶୁଖାଇ ଅତି ଯତ୍ନ ଓ ଆଦରରେ ରଖିଥାଏ । ଗୁରୁବାର ଓଷାର ପୂର୍ବଦିନରୁ ଘର ଦ୍ୱାର ଅଗଣା ଓ ଘର ଚାରିପାଖ ଗୋବର ମାଟିରେ ଲିପା ପୋଛା କରି ପରିଷ୍କାର କରିଥାଏ ।<ref name=ov/> ଅମଳ ପରେ ଖଳାରେ ସେହି ସ୍ତୁପୀକୃତ ଧାନକୁ ଅନ୍ନ ଓ ଧନର ଦେବୀ ଲକ୍ଷ୍ମୀଙ୍କର ଆଶିଷ ବୋଲି ମାନି ଏହି ଓଷା ପାଳନ କରାଯାଇଥାଏ ।
<ref>{{cite web |url= http://www.puribeachresorts.com/festivals-in-puri/manabasa-gurubar.html |title=Manabasa Gurubar Lakshmi puja , Manabasa Gurubar Festival, Manabasa Gurubar Festivals of Orissa |first= |last= |work=puribeachresorts.com |quote=a pot made of bamboo canes used in the olden days for measuring paddy (known as mana) is filled up to the brink with freshly harvested paddy. |accessdate=6 December 2012}}</ref>
[[ଫାଇଲ:Gurubara Jhoti.jpg|thumb|ଗୁରୁବାରରେ କରାଯାଇଥିବା ଝୋଟି । ଏହି ଚିତାକୁ 'ତ୍ରିଶାଖା ଗୁଚ୍ଛ' କୁହାଯାଏ ।]]
ମାଣବସା ଗୁରୁବାର ଓଷା ପୂର୍ବଦିନ ରାତିରେ ଗୃହିଣୀମାନେ ଘରଦ୍ଵାର ଲିପାପୋଛା କରି [[ଝୋଟି]]ଚିତା ପକାଇଥାନ୍ତି । ଗୁରୁବାର ଦିନ ବଡ଼ିଭୋରରୁ ଉଠି ନାରୀମାନେ ସ୍ନାନାଦି କାର୍ଯ୍ୟ ସାରି ଲକ୍ଷ୍ମୀଙ୍କ ପୂଜା ଆରମ୍ଭ କରିଥାନ୍ତି । ଗାଁମାନଙ୍କରେ ମହିଳାମାନେ ମାଟିଘରକୁ ଗୋବରରେ ଲିପାପୋଛା କରି ନୂତନ ଚାଉଳର ପିଠଉରେ ଝୋଟି ଏବଂ ଲକ୍ଷ୍ମୀପାଦରେ ଆଙ୍କନ୍ତି । ଘରର ପ୍ରତ୍ୟକ ଦୁଆର ଅଗଣା କାନ୍ଥ ଓ ଚାରିପାଖ ଝୋଟି ଚିତା ଦ୍ୱାରା ସଜାଯାଇଥାଏ । ମାଣ [[ଖଟୁଲି]] ଉପରେ ଏକ ନୂଆ ମାଣରେ ଧଳାଧାନ ଭରି ରଖାଯାଏ ।<ref name="Behera1997">{{cite book|author=Jyoshnarani Behera|title=Political Socialization of Women: A Study of Teenager Girls|url=http://books.google.com/books?id=UJr97JZXJPcC&pg=PA77|year=1997|publisher=Atlantic Publishers & Dist|isbn=978-81-85495-21-7|pages=77–}}</ref> ହଳଦୀ ଓ ଗୁଗୁଳ ବାଟି ମାଣର ଉପରପାଶ୍ୱର୍ରେ ଲେପ ଦିଆଯାଏ ଯାହାଏକ ମୁହଁର ରୂପ ନେଇଥାଏ । ସେଥିରେ କଉଡିକୁ ଆଖିଭାବେ ବ୍ୟବାରକରି ନିଜର ସୃଜନ ଶୈଳିଦ୍ୱାରା ମାଣକୁ ଏକ ସୁନ୍ଦର ମୁହଁର ରୂପ ଦେଇ ଖଟୁଲିରେ ରଖି ତା ଉପରେ ଧାନର ମେଣ୍ଟାକୁ ରଖାଯାଏ । ନାଲିଛିଟ ଓ ସୁନ୍ଦର ପାଟକନାରେ ଓଢଣୀ ଦେଇ ଏହାକୁ ଏକ ନବ ବଧୂର ରୂପ ସଦୃଶ କରାଯାଏ । କେହି କେହି ମାଣକୁ କାରିଗର ଦ୍ୱାରା ଗଢାଇ ସୋଲ ଓ ଅନ୍ୟାନ୍ୟ ଦ୍ରବ୍ୟରେ ସେଥିରେ ଆଖି, ନାକ, କାନ ସୁନ୍ଦର ଭାବେ ଗଢାଇ ପୂଜା କରିଥାନ୍ତି । ମା’ଲକ୍ଷ୍ମୀଙ୍କର ଖଟୁଲି ବା ଆସ୍ଥାନ ଚାରିପଟେ ଷୋଳ ପାଖୁଡା ବିଶିଷ୍ଟ ଦିବ୍ୟ, ପଦ୍ମ ଅଙ୍କନ କରାଯାଇଥାଏ । ଘରର ଚତୁଃପାଶ୍ୱର୍ରୁ ମା’ଙ୍କର ପଦ୍ମ ପାଦର ଚିତା ଆସ୍ଥାନ ପର୍ଯ୍ୟନ୍ତ ଅଙ୍କାଯାଏ । କେହି କେହି ଗବପତ୍ର, ଗୟାତୁଳସୀ, କଳାପାତି, ସିନ୍ଦର ଫରୁଆ, ପିତ୍ତଳମୂର୍ତ୍ତି ଇତ୍ୟାଦି ମଧ୍ୟ ରଖିଥାନ୍ତି । ଧାନଖଳାକୁ ମଧ୍ୟ ସେଦିନ ଝୋଟିଚିତାରେ ଚିତ୍ରିତ କରାଯାଇଥାଏ । ଲକ୍ଷ୍ମୀଙ୍କର ସ୍ଥାପନା ପାଇଁ ଠାକୁରଘରର ଏକ ସ୍ଵତନ୍ତ୍ର ସ୍ଥାନ ନିରୂପଣ କରାଯାଏ । ପୂଜାସ୍ଥାନରେ ପିଠଉରେ କୋଠି କରି ଷୋହଳ ପାଖୁଡା ପଦ୍ମଫୁଲ ଅଙ୍କାଯାଏ । ପୂଜା ପାଇଁ ପୂର୍ବରୁ ପ୍ରସ୍ତୁତ କରି ରଖାଯାଇଥାଏ ଅମଳ ହୋଇଥିବା ଶୁକ୍ଳଧାନ , ମାଣ, ଗୁଆ, କଉଡି, ନଡିଆ, ଦୁବ, ବରକୋଳି ପତ୍ର, ସିନ୍ଦୂର, ଧୂପଦୀପ ଓ ନୈବେଦ୍ୟ । ମାଣ ବସାଇବା ପୂର୍ବରୁ ସେହିମାଣକୁ ହଳଦୀ ପାଣିରେ ଧୋଇ ଖରାରେ ଶୁଖିଯିବା ପରେ ସିନ୍ଦୂର ବୋଳାଯାଏ । ପ୍ରଥମେ ଏକ ଖଟୁଲିରେ କିଛି ନୂଆଧାନ ରଖାଯାଏ । ସିନ୍ଦୂର ବୋଳାଯାଇଥିବା [[ଓଡ଼ିଶାର ମାପ ବ୍ୟବସ୍ଥା|ମାଣ ବା ଗଉଣୀ]]କୁ ଲକ୍ଷ୍ମୀ ଦେବୀଙ୍କର ପ୍ରତୀକ ସ୍ଵରୂପ ନୂଆ ଧଳାଧାନରେ ପୂର୍ଣ୍ଣକରି ତା' ଉପରେ ଗୁଆ ରଖାଯାଏ । ସେହି ମାଣକୁ ଖଟୁଲି ଉପରେ ବସାଇ ତା'ଉପରେ ଧାନବେଣୀ ରଖି ନୂତନ ପାଟଲୁଗାର ଓଢ଼ଣୀ ଢଙ୍କାଯାଏ । ଲକ୍ଷ୍ମୀଙ୍କୁ ଏକ ନବବଧୂ ବେଶରେ ସଜାଯାଇ ଚନ୍ଦନ ସିନ୍ଦୂର ଆଦି ଦେଇ ସ୍ଥାପନା କରାଯାଏ । ବିଧି ଅନୁଯାୟୀ ଖଟୁଲି ଉପରେ ଲକ୍ଷ୍ମୀଙ୍କର କାଠରେ ନିର୍ମିତ ପ୍ରତିମା, ପାନିଆଁ, ଆଇନା, କଜ୍ଜଳ ଏବଂ ଖଟୁଲି ପାଖରେ ଆଖୁ, ମୂଳା ନିକଟରେ ରଖାଯାଇଥାଏ ।<ref name=ov/>
[[ଫାଇଲ:Manabasa Gurubara 2.jpg|thumb|ଲକ୍ଷ୍ମୀ ପୂଜା ]]
 
== ଭୋଗ ==