"ରମାଦେବୀ ଚୌଧୁରୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଇନ୍ଫୋବାକ୍ସରେ ଉଚ୍ଚକୋଟିର ପୋର୍ଟ୍ରେଟ ଯୋଡ଼ିଲି
୪ କ ଧାଡ଼ି:
| name = ରମାଦେବୀ ଚୌଧୁରୀ
| honorific_suffix =
| image = ରମାଦେବୀRamadebi.pngjpg
| image_size = 250px
| alt =
୧୯ କ ଧାଡ଼ି:
| nationality = [[ଭାରତ|ଭାରତୀୟ]]
| other_names =
| ethnicity = [[ଓଡ଼ିଆ ଲୋକ|ଓଡ଼ିଆ]]
| citizenship = [[ଭାରତ|ଭାରତୀୟ]]
| education =
Line ୪୦ ⟶ ୩୯:
| relatives = ଉତ୍କଳଗୌରବ [[ମଧୁସୂଦନ ଦାସ]] (ବଡ଼ ବାପା)
| awards =
| website = <!-- {{URL|www.example.com}} -->
| signature =
| website = <!-- {{URL|www.example.com}} -->
| footnotes =
| ethnicity = [[ଓଡ଼ିଆ ଲୋକ|ଓଡ଼ିଆ]]
}}
 
୫୨ କ ଧାଡ଼ି:
 
୧୯୩୦ର ଆଇନ ଅମାନ୍ୟ ଆନ୍ଦୋଳନ, ଲବଣ ସତ୍ୟାଗ୍ରହ, ୧୯୩୪ ଅଗଷ୍ଟ ୮ ଗାନ୍ଧିଜୀଙ୍କ ଶ୍ରୀକ୍ଷେତ୍ର ହରିଜନ ସମାବେଶ ସହ ଶ୍ରୀମନ୍ଦିର ସମ୍ମୁଖରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନର ମୁଖ୍ୟ ଦାୟିତ୍ୱ ନେଇଥିଲେ ରମାଦେବୀ । ୧୯୨୫ ଅଗଷ୍ଟ ୧୯ ଓ ୨୦ ଦୁଇଦିନ ଧରି ମହାତ୍ମା ଗାନ୍ଧୀ ଉତ୍କଳଗୌରବ ମଧୁସୂଦନଙ୍କ କଟକ ବାସଭବନରେ ରହିବା ବେଳେ ତାଙ୍କଠାରୁ ସ୍ୱଦେଶ ଜାଗରଣ କାର୍ଯ୍ୟର ଅନେକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଗ୍ରହଣ କରିଥିଲେ । କଟକ ରହଣି ସମୟରେ ମଧୁସୂଦନଙ୍କ ସଞ୍ଚାଳିତ କୁଟୀର ଶିଳ୍ପ, ତାରକସୀ ଶିଳ୍ପ, ଚମଡ଼ା ଶିଳ୍ପ କେନ୍ଦ୍ରଗୁଡ଼ିକ ଦେଖି ଗାନ୍ଧିଜୀ ପ୍ରଭାବିତ ହୋଇ ଯାଇଥିଲେ । କଟକରେ କୁଷ୍ଠାଶ୍ରମ ପ୍ରତିଷ୍ଠା, ହରିଜନ ମଙ୍ଗଳ କାର୍ଯ୍ୟ ଗାନ୍ଧିଜୀ ଆରମ୍ଭ କରିଥିଲେ । ରମାଦେବୀ ଛାଇ ପରି ତାଙ୍କ ସଙ୍ଗେ ସଙ୍ଗେ ରହି ଗାନ୍ଧିଜୀଙ୍କ ହିନ୍ଦୀ ଭାଷଣର ଓଡ଼ିଆ ଅନୁବାଦ ସମସ୍ତଙ୍କୁ ଶୁଣାଉ ଥିଲେ । ବଡ଼ବାପା ମଧୁସୂଦନ ଓ ଗାନ୍ଧିଜୀଙ୍କ ଦ୍ୱାରା ଅନୁପ୍ରାଣିତ ହୋଇ ସେ ଓ୍ୱାର୍ଦ୍ଧା ଆଶ୍ରମ ଶୈଳୀରେ ଗଢ଼ିଥିଲେ "ବରି ଆଶ୍ରମ' । ରମାଦେବୀଙ୍କ ଏତାଦୃଶ କାର୍ଯ୍ୟ ଇଂରେଜ ସରକାରଙ୍କୁ ବିଚଳିତ କରିଦେଲା । ୧୯୩୦ ନଭେମ୍ବର ୮ ତାରିଖରେ ତାଙ୍କୁ ବନ୍ଦୀ କରି ଆଠ ମାସ ପାଇଁ କଟକ ଜେଲରେ ରଖାଗଲା । ୧୯୪୨ ଭାରତଛାଡ଼ ଆନ୍ଦୋଳନରେ ପ୍ରତ୍ୟକ୍ଷ ସମ୍ପୃକ୍ତି ହେତୁ ଇଂରେଜ ସରକାର ମା' ରମାଦେବୀ ଓ ସ୍ୱାମୀ ଗୋପବନ୍ଧୁଙ୍କୁ ଦୁଇ ବର୍ଷ ପାଇଁ ଜେଲ ଦଣ୍ଡ ଦେଲେ । ଦେଶ ସ୍ୱାଧୀନ ହେବା ପରେ ବହୁ ଜନନେତା ପଦପଦବୀ ପାଇଁ ବ୍ୟାକୁଳ ହୋଇଉଠିଲେ । ମାତ୍ର ଏହି ଦେଶ ସେବକ ଦମ୍ପତି ସେଥିରୁ ନିବୃତ ରହି ଜନସେବାକୁ ଧର୍ମଭାବେ ମାନି ନେଇଥିଲେ । ୧୯୫୫ ମସିହା ବିନୋବାଜୀଙ୍କ ଭୂଦାନ ଯଜ୍ଞର ସଫଳତା ପଛରେ ରମାଦେବୀଙ୍କର ଅଭୟ ହସ୍ତ ଥିଲା । ସମସ୍ତ ପରିବାର ସଦସ୍ୟ ଏହି ମହାନ କାର୍ଯ୍ୟରେ ନିଜକୁ ସାମିଲ କରି ଏକ ଆଦର୍ଶ ସ୍ଥାପନ କରିଯାଇଛନ୍ତି ।
[[ଫାଇଲ:ରମାଦେବୀ.png|thumb]]
 
୧୯୫୮ ମସିହା ଏପ୍ରିଲ ୨୯ ସ୍ୱାମୀ ଗୋପବନ୍ଧୁଙ୍କ ମୃତ୍ୟୁ ରମାଦେବୀଙ୍କୁ ନିଃସଙ୍ଗ କରିଦେଲା । ୧୯୬୨ ଚୀନ୍ ଭାରତ ଯୁଦ୍ଧ ସମୟରେ ନିଜେ ସେବାଦଳ ଧରି ଦୁର୍ଦ୍ଦିନରେ ପଡ଼ିଥିବା ଭାରତୀୟ ଜବାନମାନଙ୍କୁ ସେବା ସହ ସାହସ ପ୍ରଦାନ କରିଥିଲେ । [[ଇନ୍ଦିରା ଗାନ୍ଧୀ]]ଙ୍କ ପ୍ରଧାନମନ୍ତ୍ରିତ୍ୱ କାଳରେ ଜରୁରିକାଳୀନ ପରିସ୍ଥିତିର ଦୃଢ଼ ମୁକାବିଲା କରିଥିଲେ ଜୟପ୍ରକାଶ ନାରାୟଣ । ରମାଦେବୀ ଭାରତୀୟ ଗଣତନ୍ତ୍ରର ମାନ ରକ୍ଷା ଲାଗି ଜୟପ୍ରକାଶଜୀଙ୍କୁ ପୂର୍ଣ୍ଣ ସମର୍ଥନ ଦେଇ ଭୁବନେଶ୍ୱରରେ ଏକ ବିଶାଳ ସମାବେଶ କରାଇଥିଲେ । ୧୪୪ଧାରା ଜାରି ସତ୍ତ୍ଵେ ସମାବେଶର ଅଗ୍ରଭାଗରେ ରମାଦେବୀଙ୍କୁ ଦେଖି ପ୍ରଶାସନ ପଛଘୁଞ୍ଚା ଦେଇଥିଲା । ବହୁ ଜନନାୟକ ଜେଲ୍ ଗଲେ, ମାତ୍ର ମା' ରମାଦେବୀଙ୍କୁ ଗିରଫ କରିବାକୁ କେହି ସାହସ କରି ନଥିଲେ ।
==ମୃତ୍ୟୁ==