"ହନୁମାନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ clean up, replaced: ବିଶିଷ୍ଠ → ବିଶିଷ୍ଟ using AWB
No edit summary
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୧୨ କ ଧାଡ଼ି:
}}
 
ପୌରାଣିକ ମତେ '''ହନୁମାନ''' ସୁଗ୍ରୀବଙ୍କ ଭଣଜା ଓ ରାମଚନ୍ଦ୍ରଙ୍କ ଶ୍ରେଷ୍ଠ ଭକ୍ତଭାବେ ପରିଚିତ । ଏହାଙ୍କ ମାତାଙ୍କ ନାମ ଅଞ୍ଜନା; ଏ ବାୟୁଦେବତାଙ୍କ ପୁତ୍ର । ଏ ପ୍ରଥମେ ବାଳିଙ୍କର ସେନାପତି ଥିଲେ, ପରେ ବାଳିଙ୍କର ରାଜ୍ୟରୁ ବିତାଡ଼ନ ପରେ ଏ ସୁଗ୍ରୀବଙ୍କର ପାରିଷଦ ହେଲେ ସୀତାହରଣ ପରେ ରାମଚନ୍ଦ୍ରଙ୍କର ସୁଗ୍ରୀବଙ୍କ ସଙ୍ଗେ ମିତ୍ରତା ହେବାରୁ ଏ ସୀତାଙ୍କୁ ଠାବ କରିବାକୁ ଦୂତରୂପେ ଦକ୍ଷିଣକୁ ଯାଇ ଲଙ୍କାରେ ଅଶୋକବନରେ ସୀତାଙ୍କୁ ଠାବ କରି, ତାଙ୍କୁ ଶ୍ରୀରାମଙ୍କ ସଂବାଦ ଦେଇ, ତାଙ୍କଠାରୁ ଲେଉଟ ସଂବାଦ ଓ ସଂଙ୍କେତ ଆଣି ଶ୍ରୀରାମଙ୍କୁ ଦେଇଥିଲେ । ଏ ନିଜ ଲାଙ୍ଗୁଳରେ କନା ଗୁଡ଼ିଆଇ ତେଲ ଢଳାଇ ତହିଁରେ ନିଆ ଲଗାଇ ଲଙ୍କାକୁ ପୋଡ଼ି ପକାଇ ଥିଲେ ଏ ଅତ୍ୟନ୍ତ ବଳଶାଳୀ ଥିଲେ ଓ ଭାରତବର୍ଷରୁ ଲଙ୍କାକୁ ଡେଇଁଥିଲେ ଲକ୍ଷ୍ମଣଙ୍କ ଶକ୍ତିଭେଦ ହେବାରୁ ଏ ଅମରଔଷଧି ଆଣିବାକୁ ଯାଇ ଗନ୍ଧମାର୍ଦ୍ଦନ ପର୍ବତକୁ ଉପାଡ଼ି ନିଜ ମୁଣ୍ଡରେ ବୋହି ଲଙ୍କାଠାକୁ ଆଣିବାରୁ ଲକ୍ଷ୍ମଣଙ୍କର ପ୍ରାଣରକ୍ଷା ହେଲା । ଏ ରାବଣଙ୍କ ରାକ୍ଷସ ସେନା ସଙ୍ଗେ ଖୁବ୍ ବୀରତା ସହକାରେ ୟୁଦ୍ଧ କରି ଥିଲେ ରାମଚନ୍ଦ୍ର ଦେହ ତ୍ୟାଗ କରିବା ସମଯରେ ଏହାଙ୍କୁ ଅମରବର ଦେଇଥିଲେ । କଥିତ ଅଛି ଯେ, ଲଙ୍କା ପୋଡ଼ିବା ପରେ ହନୁମାନ୍ ନିଜ ଲାଙ୍ଗୁଡ଼ରେ ଜଳୁଥିବା ନିଆଁକୁ ହାତରେ ଓ ଗୋଡ଼ରେ ମଳି ଲିଭାଇ ଦେଇ ସେହି କରତଳକୁ ମୁଁହରେ ବୋଳି ଦେବାରୁ ତାଙ୍କ ମୁହଁ କଳା ପଡ଼ିଗଲା ଓ ତଦବଧି ତାଙ୍କ ବଂଶଧରମାନେ (ହନୁମାଙ୍କଡ଼) ମୁହଁପୋଡ଼ା ବାନ୍ଦର ହେଲେ । [[ଦ୍ଵାପର ଯୁଗ]]ରେ ଭୀମଙ୍କ ସଙ୍ଗେ ଗନ୍ଧମାର୍ଦ୍ଦନ ପର୍ବତରେ ଏହାଙ୍କର ଭେଟ ହୋଇଥିଲା । ହିନ୍ଦୁମାନେ ଏହାଙ୍କୁ 'ମହାବୀର' ଠାକୁର ରୁପରେ ପୁଜା କରନ୍ତି । <ref>{{cite book|last=ପ୍ରହରାଜ|first=ଗୋପାଳ ଚନ୍ଦ୍ର|title=ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ|page=୮୯୩୩|url=http://dsalsrv02.uchicago.edu/cgi-bin/philologic/contextualize.pl?p.41.praharaj.573735.574035|accessdate=2 April 2015}}</ref>
 
==ଜନ୍ମ ବୃତ୍ତାନ୍ତ==
"https://or.wikipedia.org/wiki/ହନୁମାନ"ରୁ ଅଣାଯାଇଅଛି