"ଗୋପବନ୍ଧୁ ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୩୬ କ ଧାଡ଼ି:
ଗୋପବନ୍ଧୁ, ୧୮୭୭ ମସିହା ଅକ୍ଟୋବର ମାସ ୯ ତାରିଖରେ ପିତା ଦୈତାରି ଦାସ ଓ ମାତା ସ୍ଵର୍ଣ୍ଣମୟୀ ଦେବୀଙ୍କ ସନ୍ତାନ ଭାବେ [[ପୁରୀ ଜିଲ୍ଲା]]ର [[ସୁଆଣ୍ଡୋ]] ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ମାତାଙ୍କ ମୃତ୍ୟୁ ପରେ, ୧୮୯୩ ମସିହାରେ ପୁରୀ ଜିଲ୍ଲା ସ୍କୁଲରେ ନାମ ଲେଖାଇଲେ । ସେଠାରେ ତାଙ୍କର ଗୁରୁ ମୁକ୍ତିଆର [[ରାମଚନ୍ଦ୍ର ଦାଶ]]ଙ୍କ ସହିତ ପରିଚୟ ହେଲା, ଯାହଙ୍କ ଠାରୁ ପରେ ସେ ଦେଶ ସେବାର ଶିକ୍ଷା ପାଇଲେ । ଗୋପବନ୍ଧୁଙ୍କ ଦ୍ୱାରା ହିଁ [[ପୁରୀ]]ରେ ସେତେବେଳେ, ହଇଜା ରୋଗରେ ପୀଡ଼ିତ ଲୋକମାଙ୍କର ସେବା ପାଇଁ [[ପୁରୀ ସେବା ସମିତି]] ପ୍ରତିଷ୍ଠା କରାଯାଇଥିଲା । ପୁରୀ ସେବା ସମିତି ଗଠନ କରି, ସେ ଆପଣା ଜୀବନକୁ ବିପନ୍ନ କରି ସାଥୀମାନଙ୍କ ସହ ରୋଗୀସେବା, ପରିବେଶ ପରିଚ୍ଛନ୍ନ ଓ ଶବସଂସ୍କାର ଇତ୍ୟାଦି କାମରେ ଲାଗିପଡ଼ିଥିଲେ ।
 
ପଣ୍ଡିତେ ମାତ୍ର ୧୨ ବର୍ଷ ବୟସରେ ଅପତୀ ଦେବୀଙ୍କୁ ବିବାହ କରିଥିଲେ । ବିବାହ ପରେ ମଧ୍ୟ ସେ ପାଠ ପଢ଼ା ଜାରିରଖିଥିଲେ । ପୁରୀରୁ ମାଟ୍ରିକ ପାସ କରି, ସେ [[କଟକ]]ର [[ରେଭେନ୍ସା ମହାବିଦ୍ୟାଳୟ]]ରେ ଅଧ୍ୟୟନ କଲେ । ଏହି ସମୟରେ ତାଙ୍କର ପିତୃବିୟୋଗ ଘଟିଥିଲା । କଟକରେ ଅଧ୍ୟୟନ ସମୟରେ [[ଓଡ଼ିଆ ଭାଷା]]ର ବିଲୋପ <span lang="or" dir="ltr">ଚକ୍ରାନ୍ତ</span> ବିରୋଧରେ ଆନ୍ଦୋଳନ ଆରମ୍ଭ ହୋଇଥିଲା । ଗୋପବନ୍ଧୁ, 'କର୍ତବ୍ୟ ବୋଧିନୀ ସମିତି' ଗଠନ କରି ଓଡ଼ିଆ ଭାଷା ବିଲୋପର ତୀବ୍ର ପ୍ରତିବାଦ କଲେ । ତାଙ୍କର ଆହ୍ଵାନ ଥିଲା, 'ପ୍ରତ୍ୟେକ ବ୍ୟକ୍ତି ଓ ଜାତିର ପରିଚୟ ହେଉଛି ତାହାର ଭାଷା । ଭାଷାହିଁ ଜାତିର ପ୍ରାଣସ୍ପନ୍ଦନ ।' [[ରମ୍ଭା]]ଠାରେ ରାମଚନ୍ଦ୍ର ଦାଶ ଓ ଗୋପବନ୍ଧୁଙ୍କ ଉଦ୍ୟମରେ [[ଉତ୍କଳ ସମ୍ମିଳନୀ]]ର ପ୍ରଥମ ଅଧିବେଶନ ଅନୁଷ୍ଠିତ ହେଲା । ୧୯୦୩ରେ ଉତ୍କଳ ଗୌରବ [[ମଧୁସୂଦନ ଦାସ]]ଙ୍କ ଦ୍ଵାରା ଆହୂତ ଉତ୍କଳ ସମ୍ମିଳନୀରେ ଗୋପବନ୍ଧୁ ସକ୍ରିୟ ଅଂଶଗ୍ରହଣ କରିଥିଲେ । ଏହି ସମୟରେ, ତାଙ୍କର ପ୍ରଥମ ପୁତ୍ରସନ୍ତାନଟିର ମୃତ୍ୟୁ ଘଟିଥିଲା । ଏହିପରି ନାନାଦି ବାଧାବିଘ୍ନ ସତ୍ତ୍ଵେ ସେ ୧୯୦୪ ମସିହାରେ ରେଭେନ୍ସା ମହାବିଦ୍ୟାଳୟରୁ ବିଏ ପାସ କଲେ ଓ [[କଲିକତା]]ରେ ବିଏଲ ପଢ଼ିଲେ ।<ref>{{cite web |url= http://www.123orissa.com/person/person.asp?sno=31&cat=f |title=UTKALAMANI PUNDIT GOPABANDHU DAS|first= |last= |work=123orissa.com |quote=He passed his B.A from Revenshaw College in 1904 and later passed B.L. from Calcutta University in 1906. |accessdate=9 October 2012}}</ref> ସେଠାରେ ପ୍ରବାସୀ ଓଡ଼ିଆଙ୍କ ଦୁଃଖଦୁର୍ଦ୍ଦଶାରେ ବ୍ୟଥିତ ହୋଇ, ସେ 'ଓଡ଼ିଆ ଶ୍ରମିକ ସଂଘ' ଓ 'ସାନ୍ଧ୍ୟ ବିଦ୍ୟାଳୟ' ପ୍ରତିଷ୍ଠା କରିଥିଲେ । ଇତି ମଧ୍ୟରେ ତାଙ୍କର ଦ୍ଵିତୀୟ ପୁତ୍ରଟିର ମଧ୍ୟ ମୃତ୍ୟୁ ଘଟିଥିଲା । ଏପରିକି, ଯେଉଁଦିନ ସେ ବିଏଲ ପାସ କରିଛନ୍ତି ବୋଲି ଖବର ପାଇଥିଲେ, ସେହିଦିନ ତାଙ୍କୁ ନିଜ ପତ୍ନୀଙ୍କର ମୃତ୍ୟୁ ସମ୍ବାଦ ମଧ୍ୟ ମିଳିଥିଲା । ଏତେ ସବୁ ଦୁଃଖ କିନ୍ତୁ ତାଙ୍କୁ ନିଜ କର୍ମରୁ ବିଚ୍ୟୁତ କରିପାରିନଥିଲା । ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ତାଙ୍କର ଯୋଗଦାନ ଅତୁଳନୀୟ ରହିଥିଲା ।
 
== କର୍ମଜୀବନ ==