"କ୍ଷୁଦ୍ରକଣ ବିଜ୍ଞାନର ଆଦର୍ଶ ମାନଦଣ୍ଡ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟିକେNo edit summary
୩୧ କ ଧାଡ଼ି:
 
=== ଶକ୍ତିଶାଳୀ ନାଭିକୀୟ ବଳ ===
ଶକ୍ତିଶାଳୀ ବଳ ବିଦ୍ୟୁତ୍-ଚୁମ୍ବକୀୟ ବଳଠାରୁ ପ୍ରାୟ ୧୩୭ ଗୁଣ ଓ ଶକ୍ତିହୀନ ବଳର ପ୍ରାୟ ଦଶ ଲକ୍ଷ ଗୁଣ । ସାଧାରଣତଃ ଏହି ବଳ ପଦାର୍ଥରେ ଥିବା କ୍ଵାର୍କ୍ ମାନଙ୍କୁ ପ୍ରୋଟୋନ୍ ଓ ଓ ନ୍ୟୁଟ୍ରନ୍ ମଧ୍ୟରେ ବାନ୍ଧି ରଖିଥାଏ । ଏହା ସହିତ ଶକ୍ତିଶାଳୀ ବଳ ପ୍ରୋଟୋନ୍ ଓ ନ୍ୟୁଟ୍ରନଙ୍କୁ ନ୍ୟୁକ୍ଲିୟସ୍ ବା ନାଭି ମଧ୍ୟରେ ବାନ୍ଧିରଖେ । ପ୍ରୋଟୋନ୍ ଓ ନ୍ୟୁଟ୍ରନ୍ ନିଜର ବସ୍ତୁତ୍ଵ ଏହି ଶକ୍ତିଶାଳୀ ବଳ ଦ୍ଵାରା ସୃଷ୍ଟ କ୍ଷେତ୍ରର ଶକ୍ତିରୁ ପାଇଥାନ୍ତି । କାରଣ ପ୍ରୋଟୋନ୍ ମଧ୍ୟରେ ଥିବା ସମସ୍ତ କ୍ଵାର୍କର ବସ୍ତୁତ୍ଵର ସମଷ୍ଟି ପ୍ରୋଟୋନର ବସ୍ତୁତ୍ଵର କେବଳ ୧% । 
 
=== ଶକ୍ତିହୀନ ନାଭିକୀୟ ବଳ ===
ଏହି ପ୍ରକାରର ବଳର ପ୍ରଭାବ କ୍ଷେତ୍ର ଓ ବଳର ମାନ ବିଦ୍ୟୁତ୍-ଚୁମ୍ବକୀୟ ବଳ କିମ୍ବା ଶକ୍ତିଶାଳୀ ବଳଠାରୁ ଅପେକ୍ଷାକୃତ ଭାବେ ସୀମିତ । ତେଣୁ ଏହାକୁ ଶକ୍ତିହୀନ ବଳ ବୋଲି କୁହାଯାଏ । ଶକ୍ତିହୀନ ବଳ ହିଁ ନାଭିକୀୟ ଅବକ୍ଷୟର କାରଣ ।  ଫର୍ମିଅନ୍ ପରସ୍ପର ମଧ୍ୟରେ W+ ବୋଜୋନ୍, W- ବୋଜୋନ୍ ଓ Z ବୋଜୋନ୍ ବିନିମୟ ଦ୍ଵାରା ଶକ୍ତିହୀନ ବଳ ଜାତ ହୁଏ । ଏହି ତିନି ପ୍ରକାରର ବୋଜୋନର ବସ୍ତୁତ୍ଵ ପ୍ରୋଟୋନ୍ ବା ନ୍ୟୁଟ୍ରନର ବସ୍ତୁତ୍ଵଠାରୁ ଅଧିକ । ତେଣୁ ଏମାନଙ୍କ ବଳର ପ୍ରଭାବ କ୍ଷେତ୍ର କମ୍ । 
 
=== ବିଦ୍ୟୁତ୍-ଚୁମ୍ବକୀୟ ବଳ ===
ପାରମାଣବିକ ନାଭିର ଯୁକ୍ତ ଚାର୍ଜ୍ ଓ ଇଲେକ୍ଟ୍ରନ୍ ମାନଙ୍କ ବିଯୁକ୍ତ ଚାର୍ଜ୍ ଯୋଗୁଁ ଯେଉଁ ବିଦ୍ୟୁତ୍-ଚୁମ୍ଵକୀୟ ବଳ ସୃଷ୍ଟି ହୁଏ, ତାହା ଅଣୁମାନଙ୍କ ମଧ୍ୟରେ ଦେଖାଯାଉଥିବା ପରସ୍ପର କ୍ରିୟା ପାଇଁ ଦାୟୀ । ଏହି ବଳ ଅତିକ୍ଷୁଦ୍ର ବସ୍ତୁମାନଙ୍କର ସଂବେଗର କାରଣ ମଧ୍ୟ ଦର୍ଶାଇଥାଆନ୍ତି । ଆମ ଦେହର ଅଣୁ ଓ କୌଣସି ପଦାର୍ଥର ଅଣୁମାନଙ୍କ ମଧ୍ୟରେ କ୍ରିୟା-ପ୍ରତିକ୍ରିୟା ଯୋଗୁଁ ଆମେ ସେମାନଙ୍କ ପ୍ରକୃତ ସ୍ଵରୂପ ଅନୁଭବ କରିପାରୁ । ସମସ୍ତ ରାସାୟନିକ କ୍ରିୟା ପଛରେ ମଧ୍ୟ ଏହି ବଳର ଭୂମିକା ରହିଛି । 
 
=== ମହାକର୍ଷଣ ବଳ ===
ଏହି ବଳର ପ୍ରଭାବ କମ୍ । କିନ୍ତୁ ଏହାର ପ୍ରଭାବ କ୍ଷେତ୍ର ଅତି ବିଶାଳ । ସାଧାରଣତଃ ଅଧିକ ବସ୍ତୁତ୍ଵ ବିଶିଷ୍ଟ ବସ୍ତୁମାନଙ୍କ ମଧ୍ୟରେ ଏହି ବଳର ପ୍ରଭାବ ଦେଖାଯାଏ । କିନ୍ତୁ କ୍ଷୁଦ୍ରକଣମାନଙ୍କ ବସ୍ତୁତ୍ଵ ଅତି କମ୍ ହୋଇଥିବାରୁ ଏହି ବଳର ମାନ ମଧ୍ୟ ନଗଣ୍ୟ । ଏହି କାରଣରୁ ମହାକର୍ଷଣ ବଳ ବିଷୟରେ ଆଦର୍ଶ ମାନଦଣ୍ଡରେ କୌଣସି ବର୍ଣ୍ଣନା ନାହିଁ । ପରବର୍ତ୍ତୀ ସମୟରେ କାଳ୍ପନିକ ବୋଜୋନ୍ ଗ୍ରାଭିଟନ୍ ସହିତ ମହାକର୍ଷଣ ବଳର ସମ୍ପର୍କ ସ୍ଥାପନ କରାଯାଇ ଏମାନଙ୍କୁ ଆଦର୍ଶ ମାନଦଣ୍ଡରେ ସ୍ଥାନ ଦିଆଯାଇଛି ।