"କ୍ଷୁଦ୍ରକଣ ବିଜ୍ଞାନର ଆଦର୍ଶ ମାନଦଣ୍ଡ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟିକେNo edit summary
୨୬ କ ଧାଡ଼ି:
 
==== ସ୍କେଲାର୍ ବୋଜୋନ୍ ====
ସ୍କେଲାର୍ ବୋଜୋନର ଆଭ୍ୟନ୍ତରୀଣ ଆବର୍ତ୍ତନର ମାତ୍ରା ୦ ।  ଏକମାତ୍ର ପ୍ରକାରର ସ୍କେଲାର୍ ବୋଜୋନ୍ ଅଦ୍ୟାବଧି ଆବିଷ୍କୃତ ହୋଇଅଛି । ତାହାର ନାମ ହିଗ୍ସ୍ ବୋଜୋନ୍ । ହିଗ୍ସ୍ ବୋଜୋନ୍ ଯୋଗୁଁ W ବୋଜୋନ୍ ଓ Z ବୋଜୋନଙ୍କୁ ବସ୍ତୁତ୍ଵ ମିଳେ । ମାର୍ଚ୍ଚ୍ ୧୪, ୨୦୧୩ ରେ ହିଗ୍ସ୍ ବୋଜୋନର ସ୍ଥିତି ସତ୍ୟ ବୋଲି ପ୍ରମାଣିତ ହୋଇଥିଲା ।  ଏହାର ଆବିଷ୍କାର ପାଇଁ ଦୁଇ ବୈଜ୍ଞାନିକ: ପିଟର୍ ହିଗ୍ସ୍ ଓ ଫ୍ରାଙ୍କୋଇ ଏଙ୍ଗଲର୍ଟ୍ ୨୦୧୩ ମସିହାରେ ନୋବେଲ୍ ପୁରସ୍କାର ଦ୍ଵାରା ସମ୍ମାନିତ ହୋଇଥିଲେ । ହିଗ୍ସ୍ ବୋଜୋନକୁ God Particle ବୋଲି ଅଭିହିତ କରାଯାଇଥିଲା । 
 
== ଆଦର୍ଶ ମାନଦଣ୍ଡର ବଳସମୂହ ==
 
=== ଶକ୍ତିଶାଳୀ ନାଭିକୀୟ ବଳ ===
ଶକ୍ତିଶାଳୀ ବଳ ବିଦ୍ୟୁତ୍-ଚୁମ୍ବକୀୟ ବଳଠାରୁ ପ୍ରାୟ ୧୩୭ ଗୁଣ ଓ ଶକ୍ତିହୀନ ବଳର ପ୍ରାୟ ଦଶ ଲକ୍ଷ ଗୁଣ । ସାଧାରଣତଃ ଏହି ବଳ ପଦାର୍ଥରେ ଥିବା କ୍ଵାର୍କ୍ ମାନଙ୍କୁ ପ୍ରୋଟୋନ୍ ଓ ନ୍ୟୁଟ୍ରନ୍ ମଧ୍ୟରେ ବାନ୍ଧି ରଖିଥାଏ । ଏହା ସହିତ ଶକ୍ତିଶାଳୀ ବଳ ପ୍ରୋଟୋନ୍ ଓ ନ୍ୟୁଟ୍ରନଙ୍କୁ ନ୍ୟୁକ୍ଲିୟସ୍ ବା ନାଭି ମଧ୍ୟରେ ବାନ୍ଧିରଖେ । ପ୍ରୋଟୋନ୍ ଓ ନ୍ୟୁଟ୍ରନ୍ ନିଜର ବସ୍ତୁତ୍ଵ ଏହି ଶକ୍ତିଶାଳୀ ବଳ ଦ୍ଵାରା ସୃଷ୍ଟ କ୍ଷେତ୍ରର ଶକ୍ତିରୁ ପାଇଥାନ୍ତି । କାରଣ ପ୍ରୋଟୋନ୍ ମଧ୍ୟରେ ଥିବା ସମସ୍ତ କ୍ଵାର୍କର ବସ୍ତୁତ୍ଵର ସମଷ୍ଟି ପ୍ରୋଟୋନର ବସ୍ତୁତ୍ଵର କେବଳ ୧% । 
 
=== ଶକ୍ତିହୀନ ନାଭିକୀୟ ବଳ ===