"ଦୁର୍ଗା ପୂଜା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଚିତ୍ର ଯୋଡ଼ିଲି
ଟିକେ Bot: Automated text replacement (- ରେ +ରେ )
୧୯ କ ଧାଡ଼ି:
}}
 
ମହିଷାସୁରମର୍ଦିନୀ ମା’ ଦୁର୍ଗାଙ୍କର ବିଜୟ ଗାଥାର ନିଦର୍ଶନ ଦେବୀ ଭାଗବତ, ମାର୍କଣ୍ଡେୟ ପୁରାଣ ଆଦିରେ ବର୍ଣ୍ଣିତ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ [[ବ୍ରହ୍ମା]]ଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀ[[ବିଷ୍ଣୁ]] ଓ [[ଶିବ]]ଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜ ଦ୍ଵାରା [[ଦୁର୍ଗା]]ଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷ ରେଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳ ଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗ ଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ତ୍ରେତୟା ଯୁଗରେ ରାବଣକୁ ପରାସ୍ତ କରିବା ନିମନ୍ତେ [[ରାମ|ରାମଚନ୍ଦ୍ର]] [[ଚୈତ୍ର]] ବଦଳରେ [[ଆଶ୍ଵିନ]]ରେ ଏହି ପୂଜା କରିଥିଲେ, ସେବେଠାରୁ ଏହା ଉଭୟ ଚୈତ୍ର ବାସନ୍ତୀ ନବରାତ୍ର ଓ ଆଶ୍ଵିନ ଶାରଦ ନବରାତ୍ର ଭାବେ ବିଦିତ ଓ ଉଭୟ ସମୟରେ ଦେବୀଙ୍କ ମହାପୂଜା ପ୍ରଚଳିତ । ନବମୀର ପରବର୍ତ୍ତୀ ଦିନ ବିଜୟଉତ୍ସବ ବା ବିଜୟାଦଶମୀ ପାଳିତ ହୁଏ,ଏହା ଦେବତାମାନଙ୍କ ଦ୍ଵାରା ମା ଦୁର୍ଗାଙ୍କ ଯୁଦ୍ଧ ପରବର୍ତ୍ତୀ ବିଜୟାଭିଷେକର ପରମ୍ପରାକୁ ସୂଚାଏ । <ref>http://www.theholidayspot.com/durgapuja/akalbodhan.htm</ref>