"ମାଣବସା ଗୁରୁବାର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ର +ର )
ଟିକେ Bot: Automated text replacement (- ରେ +ରେ )
୨୨ କ ଧାଡ଼ି:
|relatedto = ଲକ୍ଷ୍ମୀଙ୍କ ପୂଜା
}}
'''ମାଣବସା ଗୁରୁବାର ଓଷା''' ('''ମାଣବସା''' ଓ '''ମାଣ ଓଷା''' ନାମରେ ମଧ୍ୟ ଜଣା) [[ଓଡ଼ିଶା]]ରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ [[ମହାଲକ୍ଷ୍ମୀ]]ଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । <ref>ସୂର୍ଯ୍ୟପ୍ରଭା, ପୃଷ୍ଠା-୯, ୬.୧୨.୧୨</ref> [[ମାର୍ଗଶିର]] ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ" ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।
 
== ନାମକରଣ ==