"ଜଗନ୍ନାଥ ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୫୧ କ ଧାଡ଼ି:
 
== ଜଗନ୍ନାଥ ଦାସ ଓ ମଠ ==
ଦିନେ ଉତ୍କଳର ମହାରାଜା ପ୍ରତାପରୁଦ୍ର ଦେବ ଜଗନ୍ନାଥ ଦର୍ଶନ କରିବାକୁ ଯାଇଥିଲେ, ଏମନ୍ତ ସମୟରେ ଶ୍ରୀଚୈତନ୍ୟଙ୍କ ସଙ୍ଗେ ମନ୍ଦିରରେ ତାଙ୍କର ଭେଟ ହେଲା ମହାରାଜ ଶ୍ରୀଚୈତନଙ୍କୁ ପଚାରିଲେ, "ଜଗନ୍ନାଥ ମୂର୍ତ୍ତିରେ କିପରି ରାଧାକୃଷ୍ଣଙ୍କର ଯୁଗଳମୂର୍ତ୍ତି ଭାବ ଉପଲବ୍ଧି କରି ପାରିବି, ଏହା ମୋତେ ଅନୁଗ୍ରହ କରି ବୁଝାଇ ଦିଅନ୍ତୁ" । ଏହା ଶୁଣି ଶ୍ରୀଚୈତନ୍ୟ ଦେବ ଉତ୍ତର ଦେଲେ 'ଆମ୍ଭ ଅତିବଡ଼ି ସ୍ଵାମୀ ତାହା ଆପଣଙ୍କୁ ସ୍ପଷ୍ଟଭାବେ ବୁଝାଇ ଦେବେ" । ତହୁଁ ଅତିବଡ଼ି ସ୍ଵାମୀ ଶ୍ରୀ ଜଗନ୍ନାଥ ଦାସ ମହାରାଜ ପ୍ରତାପରୁଦ୍ର ଦେବଙ୍କୁ ତାହା ବୁଝାଇ ଦେବାରୁ ରାଜା ତାଙ୍କଠାରେ ଅତ୍ୟନ୍ତ ସନ୍ତୁଷ୍ଟ ହୋଇ ତାଙ୍କର ଭକ୍ତ ଓ ବଶୀଭୂତ ହେଲେ ଶ୍ରୀ ଜଗନ୍ନାଥ ମନ୍ଦିରର ବାୟୁ କୋଣରେ ମାର୍କଣ୍ଡେୟ ତୀର୍ଥର ଅନତିଦୂର ଦକ୍ଷିଣରେ ନିଜ ରାଣୀଙ୍କର ଶ୍ରୀକ୍ଷେତ୍ରରେ ଅବସ୍ଥାନ ନିମନ୍ତେ ମହାରାଜାଙ୍କର ୟେଉଁଯେଉଁ ରାଜପ୍ରସାଦ ନିର୍ମିତ ହୋଇଥିଲା, ତହିଁରେ ଜଗନ୍ନାଥ ଦାସଙ୍କୁ ରହିବାକୁ ମହାରାଜ ପ୍ରାର୍ଥନା କଲେ । ଅତିବଡ଼ି ପ୍ରଥମେ ସେଠାରେ ରହିବାକୁ ଅନିଚ୍ଛୁକ ଥିଲେ ସୁଦ୍ଧା ମହରାଜଙ୍କର ସେବାରେ ଓ ଭକ୍ତିରେ ସନ୍ତୁଷ୍ଟ ହୋଇ କିଛି କାଳ ସେଠାରେ ଅବସ୍ଥାନ କଲେ ବର୍ତ୍ତମାନ ତାହା ଓଡ଼ିଆମଠ ନାମରେ ଖ୍ୟାତ ।
 
ଜଗନ୍ନାଥ ଦାସ ସଂସାର କୋଳାହଳ ବର୍ଜ୍ଜିତ ସମୁଦ୍ରତୀରବର୍ତ୍ତୀ ବାଲୁକାମୟ ଭୂମିରେ ଏକ ନିର୍ଜନ ଭଜନକୁଟୀ ସ୍ଥାପନ କଲେ । ଏହାର ଆଧୁନିକ ନାମ ସାତଲହଡ଼ି ମଠ । ଏହି ମଠଟି ଶଙ୍କରାଚାର୍ଯ୍ୟମଠର ଦକ୍ଷିଣରେ ଅବସ୍ଥିତ । ଏଠାରେ ଜଗନ୍ନାଥ ଦାସଙ୍କର ମଣିବିଗ୍ରହ (ପ୍ରସ୍ତର—ମୂର୍ତ୍ତି) ବିଦ୍ୟମାନ । କଥିତ ଅଛି ଜଗନ୍ନାଥ ଦାସ ସମୁଦ୍ର ତରଙ୍ଗର ଘୋର ଗର୍ଜନ ଯୋଗୁଁ ଭଜନସ୍ମରଣରେ ଅସୁବିଧା ଅନୁଭବ କରି ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର କୃପାପ୍ରାର୍ଥୀ ହେବାରୁ ପ୍ରଭୁଙ୍କ ଆଜ୍ଞାରେ ସମୁଦ୍ର ସାତ ସ୍ତର ଲହରୀର ଦୂରତା ପର୍ଯ୍ୟନ୍ତ ଦୂରକୁ ଘୁଞ୍ଚି ଯାଇଥିଲା । ତେଣୁ ସେହି ଦିନଠାରୁ ଉକ୍ତ ମଠଟିର ନାମ ସାତଲହଡ଼ି ମଠ ହୋଇଅଛି ।