"ଗୋପବନ୍ଧୁ ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ରେ +ରେ )
ଟିକେ Bot: Automated text replacement (- ଙ୍କ +ଙ୍କ )
୪୫ କ ଧାଡ଼ି:
ଓଡ଼ିଶା ଲୋକଙ୍କର ଦୁର୍ଦ୍ଦଶା, ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ, ଅହିଂସା ଆନ୍ଦୋଳନ, [[ମୋହନଦାସ କରମଚାନ୍ଦ ଗାନ୍ଧୀ|ମହାତ୍ମା ଗାନ୍ଧୀ]]ଙ୍କ ବାର୍ତ୍ତା ଓ ଜାତୀୟ କଂଗ୍ରେସର ଆଭିମୁଖ୍ୟ ପ୍ରଚାର ତଥା ଜନସାଧାରଣଙ୍କୁ ଅବଗତ କରାଇବାର ଅଭିପ୍ରାୟରେ, ଗୋପବନ୍ଧୁ ୧୯୧୯ ଅକ୍ଟୋବର ମାସ ୪ ତାରିଖ, ଦଶହରା ତିଥିରେ ପ୍ରକାଶ କଲେ 'ସାପ୍ତାହିକ ସମାଜ' ।<ref>{{cite web |url= http://www.publishyourarticles.org/knowledge-hub/biography/biography-of-utkalmani-gopabandhu-das.html |title=Biography of Utkalmani Gopabandhu Das &#124; Biography &#124; Knowledge Hub|work=publishyourarticles.org |year=2012 |quote= He started the newspaper Samaja |accessdate=23 May 2012}}</ref> ପ୍ରଥମେ ଏହା ସତ୍ୟବାଦୀରୁ, ୧୯୨୪ ମସିହାରେ ପୁରୀରୁ ଓ ୧୯୨୭ ମସିହାରେ କଟକରୁ ପ୍ରକାଶିତ ହେଉଥିଲା । 'ସମାଜ'ର ପ୍ରଥମ ସମ୍ପାଦକୀୟରେ, ମାନବବାଦୀ ଗୋପବନ୍ଧୁ ସମାଜର ସକଳ ଶ୍ରେଣୀ ମାନବଙ୍କର ସ୍ନେହ, ପ୍ରୀତି ଓ ସଦିଚ୍ଛା କାମନା କରିଥିଲେ । ୧୯୩୦ରେ 'ସାପ୍ତାହିକ ସମାଜ', 'ଦୈନିକ ସମାଜ'ରେ ପରିଣତ ହୋଇଥିଲା । 'ସମାଜ'ରେ ପୁଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଓ ଇଂରେଜ ସରକାରଙ୍କ ଅବିଚାର ସମ୍ପର୍କରେ ନିର୍ଭୀକ ସମ୍ବାଦ ପରିବେଷଣ କରି, ସେ ୧୯୨୨ ମସିହାରେ କାରାବରଣ କରିଥିଲେ । କାରାଗାରରେ ତାଙ୍କ ଲେଖନୀରୁ ନିଃସୃତ ହୋଇଥିଲା 'କାରାକବିତା' ଓ 'ବନ୍ଦୀର ଆତ୍ମକଥା' । ୧୯୨୪ରେ ଜେଲରୁ ଖଲାସ ହେବାପରେ କଟକଠାରେ ଅନୁଷ୍ଠିତ ବିଶାଳ ସମ୍ବର୍ଦ୍ଧନା ସଭାରେ, ବିଶିଷ୍ଟ ବୈଜ୍ଞାନିକ ଆଚାର୍ଯ୍ୟ ପ୍ରଫୁଲ୍ଲ ଚନ୍ଦ୍ର ରାୟ ତାଙ୍କୁ 'ଉତ୍କଳମଣି' ବୋଲି ସମ୍ବୋଧନ କରିଥିଲେ ।<ref>{{cite web |url= http://www.talentodisha.com/component/k2/item/126-utkalamani-pandit-gopabandhu-das.html |title=UTKALAMANI PANDIT GOPABANDHU DAS |first= Chandra Sekhar |last=Biswal|work=talentodisha.com |quote=Acharya Prafulla Chandra Ray on 28.6.1924 the veteran scientist and patriot of Bengal assigned the title of Utkalamani, (Jewel of Utakala) to his name. |accessdate=9 October 2012}}</ref>
ସମବେତ ଜନତା କରତାଳି ମାଧ୍ୟମରେ ଏହି ଉପାଧିକୁ ସ୍ଵିକୃତି ଦେଇଥିଲେ । ଗୋପବନ୍ଧୁଙ୍କ ସେବା, ତ୍ୟାଗ ଓ ଦରଦୀ ହୃଦୟରେ ପ୍ରୀତ ହୋଇ, [[ଲାଲା ଲାଜପତ ରାୟ]], ତାଙ୍କୁ [[ଲୋକସେବକ ମଣ୍ଡଳ]]ର ସଦସ୍ୟ ରୂପେ ଗ୍ରହଣ କରିଥିଲେ । ପରେ, ସେ ଏହି ଅନୁଷ୍ଠାନର ଉପାଧ୍ୟକ୍ଷ ଭାବରେ ମନୋନୀତ ହୋଇଥିଲେ ।
===ଗୋପବନ୍ଧୁ ଙ୍କଗୋପବନ୍ଧୁଙ୍କ ଅନ୍ତିମ ଜୀବନ ===
 
୧୯୨୮ ମସିହାରେ ଲୋକସେବକ ମଣ୍ଡଳର ବୈଠକରେ ଯୋଗଦାନ କରିବା ପାଇଁ, [[ଲାହୋର]] ଯିବାବାଟରେ, ଗୋପବନ୍ଧୁ କଲିକତାଠାରେ [[ଆନ୍ତ୍ରିକ ଜ୍ଵର]]ରେ ଆକ୍ରାନ୍ତ ହୋଇ ସତ୍ୟବାଦୀ ଫେରିଆସିଥିଲେ । ଦିନକୁ ଦିନ ତାଙ୍କର ସ୍ଵାସ୍ଥ୍ୟବସ୍ଥା ଗୁରୁତର ହୋଇପଡ଼ିଥିଲା । ମୃତ୍ୟୁ ପୂର୍ବରୁ, ସେ ନିଜର ଇଚ୍ଛାପତ୍ରରେ, 'ସମାଜ' ଓ 'ସତ୍ୟବାଦୀ ପ୍ରେସ'ର ପରିଚାଳନା ଭାର ଲୋକସେବକ ମଣ୍ଡଳକୁ ଅର୍ପଣ କରିଥିଲେ । ଇଚ୍ଛାପତ୍ର ସମ୍ପାଦନର ଦୁଇ ଘଣ୍ଟାପରେ ୧୯୨୮ ମସିହା ଜୁନ ୧୭ ତାରିଖ, ରବିବାର ସନ୍ଧ୍ୟା ଘ.୭-୨୫ମିନିଟରେ, ଗୋପବନ୍ଧୁ ଶେଷନିଃଶ୍ଵାସ ତ୍ୟାଗ କରିଥିଲେ ।<ref>{{cite web |url= http://www.odisha360.com/infopedia/odia-personalities/utkalmani-gopabandhu-das/ |title=Utkalmani Gopabandhu Das |work=odisha360.com |year=2009 |quote=He died on 17th June, 1928 |accessdate=23 May 2012}}</ref><ref>ଦୈନିକ ସମାଜ ୦୯/୧୦/୨୦୧୨ରେ ପ୍ରକାଶିତ ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ରଙ୍କ ଲେଖା</ref>